ନିରାଡ଼ମ୍ବରରେ ପାଳିତ ହେଲା ନୃସିଂହନାଥଙ୍କ ବୈଶାଖ ମେଳା

ପାଇକମାଲ,୭।୫(ଡି.ଏନ.ଏ)- ପ୍ରସିଦ୍ଧ ତୀର୍ଥକ୍ଷେତ୍ର ଶ୍ରୀ ଶ୍ରୀ ନୃସିଂହନାଥ ମନ୍ଦିରରେ ବୁଧବାର ନୃସିଂହନାଥ ମହାପ୍ରଭୁଙ୍କ ଜନ୍ମ ମହୋତ୍ସବ ତଥା ବୈଶାଖ ମେଳା ନିରାଡ଼ମ୍ବରରେ ପାଳିତ ହୋଇଯାଇଛି । ଏହି ଅବସରରେ ଗତ ୨ତାରିଖ ପାର୍ଶ୍ୱ ଦେବାଦେବୀଙ୍କୁ ନିମନ୍ତ୍ରଣ କରାଯାଇ ପୂଜା ନୀତିରୀତିରେ ସମାପନ ହୋଇଥିଲା । ସେହିପରି ବୁଧବାର ସକାଳେ ମହାପ୍ରଭୁଙ୍କ ଜନ୍ମ ମହୋତ୍ସବ ଅନୁଷ୍ଠିତ ହୋଇଥିଲା । ମହାପ୍ରଭୁଙ୍କୁ କନ୍ଦାଭୋଗ ଅର୍ପଣ କରାଯାଇଥିଲା । ଖଣ୍ଡିଝରଣ ଗ୍ରାମର ଗୌନ୍ତିଆ ଶଙ୍କର ଭୁଏ ଧ୍ୱଜା ବନ୍ଧନ କରିଥିଲେ । ପଦ୍ମପୁର ଉପଜିଲାପାଳ ତନ୍ମୟ କୁମାର ଦରୱାନ, ପାଇକମାଲ ତହସିଲଦାର ମନୋଜ କୁମାର ମେହେର, ଅତିରିକ୍ତ ତହସିଲଦାର ସୁଶାନ୍ତ କୁମାର ରଣା, କାଯର୍‌ୟନିର୍ବାହୀ ଅଧିକାରୀ ପୁରୁଷୋତ୍ତମ ସାହୁ ପ୍ରମୁଖ ମନ୍ଦିର ଫାଟକ ନିକଟରେ ରହି କାଁ ଭାଁ ଆସୁଥିବା ଲୋକଙ୍କୁ ମନ୍ଦିର ଭିତରକୁ ଯିବା ପାଇଁ ବାରଣ କରିଥିଲେ । ମହାପ୍ରଭୁଙ୍କ ପୂଜାର୍ଚ୍ଚନା ବିଧିମତେ ହୋଇଛି ଏବଂ କରୋନା ଭୂତାଣୁ ସଂକ୍ରମଣ ପ୍ରତିହତ ଉଦ୍ଦେଶ୍ୟରେ କାହାରିକୁ ମହାପ୍ରଭୁଙ୍କୁ ଦର୍ଶନ ପାଇଁ ମନ୍ଦିର ଭିତରକୁ ଛଡ଼ାଯାଇ ନ ଥିଲା ବୋଲି ବିଡ଼ିଓ ସୁରେନ୍ଦ୍ର ମେହେର ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀଙ୍କୁ ମିଳୁନି ସାର, ବଢୁଛି କଳାବଜାର

ଧରାକୋଟ,୩୧ା୭(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଦୀର୍ଘଦିନ ପରେ ଧରାକୋଟ ଅଞ୍ଚଳରେ ଭଲ ବର୍ଷା ହୋଇଥିବାରୁ ଚାଷୀ ଚାଷକାର୍ଯ୍ୟ ଆଗେଇ ନେଉଛନ୍ତି। ତେବେ ଚାଷରେ ପ୍ରୟୋଗ ପାଇଁ ଆବଶ୍ୟକ ପରିମାଣର…

ଆଲିଆବାଦ ସ୍କୁଲରେ ଶିକ୍ଷକ ଅଭାବ: ୪୮ ଛାତ୍ରଛାତ୍ରୀଙ୍କ ପାଇଁ ମାତ୍ର ଜଣେ ଶିକ୍ଷୟିତ୍ରୀ

ଗଞ୍ଜାମ, ୩୧/୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡା ପଞ୍ଚାୟତର ଆଲିଆବାଦ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବକୁ ନେଇ ଅଭିଭାବକ ଓ ସ୍କୁଲ ପରିଚାଳନା କମିଟି…

ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଲେ ନର୍ଲା ବିଧାୟିକା: ୩୦୦ ପରିବାରଙ୍କୁ ଦେଲେ…

କେସିଙ୍ଗା, ୩୧।୭ (ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲାର କେସିଙ୍ଗା ବ୍ଲକରେ ଜୁଲାଇ ମାସର ଶେଷ ସପ୍ତାହରେ ହୋଇଥିବା ଲଗାଣ ବର୍ଷା ଯୋଗୁ ବେଲଖଣ୍ଡି ଅଞ୍ଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି…

‘ଆତ୍ମନିର୍ଭର ଭାରତ ଗଠନରେ ଛାତ୍ରୀଛାତ୍ରଙ୍କ ଭୂମିକା’

ଦିଗପହଣ୍ଡି,୩୧ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଖେମୁଣ୍ଡି କଲେଜରେ ଶୁକ୍ରବାର ‘ନବସୃଜନ ଓ ନବଉଦ୍ୟମ ପ୍ରତିଯୋଗିତା ୨୦୨୬’ ସମ୍ପର୍କିତ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କଲେଜ…

ହାଣ୍ଡିଶାଳକୁ ମହଙ୍ଗା ମାଡ଼: ବର୍ଷା ଋତୁରେ ଆକାଶଛୁଆଁ ପନିପରିବା ଦର

ଲାଞ୍ଜିଗଡ, ୩୧/୭ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲାର ଲାଞ୍ଜିଗଡ ଶିଳ୍ପାଞ୍ଚଳ ସମେତ ଆଖପାଖ ଅଞ୍ଚଳରେ ବର୍ଷା ଋତୁରେ ପନିପରିବା ଦର ଆକାଶଛୁଆଁ ହୋଇଛି। ଏହାର ପ୍ରଭାବ…

୨୭୪ ଛାତ୍ରୀଛାତ୍ରଙ୍କ ଲାଗି ୩ ଶିକ୍ଷକ, ଅନ୍ଧାରରେ ଭବିଷ୍ୟତ

ଖଜୁରିପଡ଼ା, ୩୧ା୭ (ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଅଧୀନ ଦୂତିମେଣ୍ଡି ପଞ୍ଚାୟତର ଲମ୍ବାଗୁଡ଼ରି ସରକାରୀ ଆଶ୍ରମ ବିଦ୍ୟାଳୟରେ ଶିକ୍ଷକ ଅଭାବ ଦେଖା ଦେଇଛି। ରାଜ୍ୟ…

ପାରମ୍ପରିକ ବ୍ରହ୍ମପୁର ପାଟବସ୍ତ୍ର ପ୍ରଦର୍ଶନ ଉତ୍ସବର ସ୍ମରଣିକା ‘ଲାବଣ୍ୟ’ ଉନ୍ମୋଚିତ

ଛତ୍ରପୁର, ୩୧।୭ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ରାଜ୍ୟରେ ପ୍ରଥମ ଥର ପାଇଁ ବ୍ରହ୍ମପୁର ପାଟବୁଣାକାରଙ୍କୁ ସମର୍ପିତ ତଥା ପାରମ୍ପରିକ ପାଟବସ୍ତ୍ରରେ ନିର୍ମିତ ବିଭିନ୍ନ ପୋଷାକର ପ୍ରଦର୍ଶନୀ ଉତ୍ସବ…

Flood Wedding: କନ୍ୟା ଘରକୁ ଡଙ୍ଗାରେ ଗଲେ ବର, ଭିଡିଓ ଭାଇରାଲ

ଯାଜପୁର,୩୧।୭: ଲଗାଣ ବର୍ଷା ଯୋଗୁ ରାଜ୍ୟର ବିଭିନ୍ନ ଜିଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଏହାର ପ୍ରଭାବ ଯାଜପୁର ଜିଲାରେ ମଧ୍ୟ ଦେଖିବାକୁ ମିଳିଛି। ଜିଲାର ବଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri