ନିରାଡ଼ମ୍ବରରେ ଶୀତଳଷଷ୍ଠୀ ଥାଳଉଠା ପର୍ବ ସମ୍ପନ୍ନ

ସମ୍ବଲପୁର,୨୭।୪(ବ୍ୟୁରୋ)-ପରମ୍ପରାନୁସାରେ ସମ୍ବଲପୁରର ପ୍ରସିଦ୍ଧ ଶୀତଳଷଷ୍ଠୀ ଯାତ୍ରା ପାଇଁ ଥାଳଉଠା ପର୍ବ ରବିବାର ଗୋଧୂଳୀ ଲଗ୍ନରେ ସମ୍ପନ୍ନ ହୋଇଛି । ଶଙ୍ଖ, ଘଣ୍ଟ ଓ ପଣ୍ଡିତଙ୍କ ମନ୍ତ୍ର ଉଚ୍ଚାରଣରେ ଥାଳ ଉଠିଥିଲା । ପଣ୍ଡିତ, ମନ୍ଦିର ପୂଜକ, କନ୍ୟା ମାତାପିତା, ବର ମାତାପିତା ଓ ଯାତ୍ରା କମିଟିର ହାତଗଣତି ସଭ୍ୟଙ୍କୁ ନେଇ ଏହି ପୂଜା ଶେଷ ହୋଇଛି । ଏଥିସହ ଯାତ୍ରା ପ୍ରସ୍ତୁତି ଲାଗି ଅନୁକୂଳ କରାଯାଇଛି । କରୋନା ମୁକାବିଲା ପାଇଁ ଗ୍ରହଣ କରାଯାଇଥିବା କଟକଣା ତଥା ସାମାଜିକ ଦୂରତ୍ୱକୁ ଯାତ୍ରା କମିଟିର କର୍ମକର୍ତ୍ତାଙ୍କ ସମେତ ସମସ୍ତେ ମାନି ଏହି ଥାଳଉଠା ପର୍ବ ଶେଷ କରିଛନ୍ତି ା
ସର୍ବପୁରାତନ ବାଲିବନ୍ଧା ସୋମନାଥ ବାବା, ନନ୍ଦପଡା ଶ୍ରୀଶ୍ରୀବମ୍‌ବରାଡ ବାଲୁଙ୍କେଶ୍ୱର ବାବା, ଝାଡୁଆପଡା ଲୋକନାଥ ବାବା, ମୁଦିପଡା ଶ୍ରୀଶ୍ରୀ ଜାଗେଶ୍ୱର ବାବା, ବୁଢ଼ାରଜା ମହାଦେବ, ବଡବଜାର ଶ୍ରୀଶ୍ରୀ ଶୀତଳେଶ୍ୱର ବାବା, ଠାକୁରପଡା ଶ୍ରୀଶ୍ରୀ ଗୁପ୍ତେଶ୍ୱର ବାବାଙ୍କ ପୀଠରେ ସାମାଜିକ ଦୂରତ୍ୱ ଅନୁସାରେ ଥାଳଉଠା ପର୍ବ ହୋଇଥିଲା । ଚଳିତ ବର୍ଷ କରୋନା କଟକଣା ଯୋଗୁ ଶୀତଳଷଷ୍ଠୀ ଯାତ୍ରାକୁ ନେଇ ଅନିଶ୍ଚିତତା ଦେଖା ଦେଇଛି । ପରବର୍ତ୍ତୀ ସ୍ଥିତିକୁ ଅନୁଧ୍ୟାନ କରି ପଦକ୍ଷେପ ନିଆଯିବ ବୋଲି କମିଟି ସ୍ଥିର କରିଥିବା ଜଣାପଡିଛି ।
ସୂଚନାଯୋଗ୍ୟ, ପ୍ରାୟ ୪ଶହ ବର୍ଷରୁ ଊର୍ଦ୍ଧ୍ୱ ହେବ ଥାଳଉଠା ପରମ୍ପରା ପବିତ୍ର ଅକ୍ଷୟ ତୃତୀୟା ତିଥିରେ ହୋଇଆସୁଛି । ପିତଳ ଓ ରୌପ୍ୟ ଥାଳିରେ ବେଳପତ୍ର, ପଦ୍ମଫୁଲ ରଖାଯାଇ ହଳଦିଆ, ଲାଲ ରଙ୍ଗର ପାଟବସ୍ତ୍ର ଘୋଡା ଯାଇଥାଏ । ଭକ୍ତମାନେ ଥାଳକୁ ଜଗତଜନନୀ ମାତା ପାର୍ବତୀ ଓ ଭଗବାନ ଶିବଙ୍କ ଉଦ୍ଦେଶ୍ୟରେ ଟେକିଥାନ୍ତି (ଅର୍ପଣ) ଯାହାକୁ ଥାଳଉଠା ପର୍ବ କୁହାଯାଏ । ବାଜା, ରୋଷଣୀରେ ଶୈବ ପୀଠ ଦୁଲୁକି ଉଠିଥାଏ । ଶତାଧିକ ଭକ୍ତଙ୍କ ଜୟଧ୍ୱନୀରେ ଗଗନପବନ ପ୍ରକମ୍ପିତ ହୋଇଥାଏ । କିନ୍ତୁ ଚଳିତ ବର୍ଷ କରୋନା କଟକଣା ଓ ଲକ୍‌ ଡାଉନ ଯୋଗୁ ଥାଳଉଠା ପର୍ବ ନିରାଡମ୍ବର ଭାବେ ସମ୍ପନ୍ନ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

ଥୁଆମୂଳ ରାମପୁର ବ୍ଲକରେ ବିକାଶ କାର୍ଯ୍ୟର ସମୀକ୍ଷା; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବାକୁ ଚେତାବନୀ ଦେଲେ ପ୍ରଦୀପ ଦିଶାରୀ

ଥୁଆମୂଳ ରାମପୁର, ୧୦/୦୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ପ୍ରଶାସନିକ ଅବହେଳାର ଏକ ନଗ୍ନ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri