ନିରାଡ଼ମ୍ବରରେ ଶୀତଳଷଷ୍ଠୀ ଥାଳଉଠା ପର୍ବ ସମ୍ପନ୍ନ

ସମ୍ବଲପୁର,୨୭।୪(ବ୍ୟୁରୋ)-ପରମ୍ପରାନୁସାରେ ସମ୍ବଲପୁରର ପ୍ରସିଦ୍ଧ ଶୀତଳଷଷ୍ଠୀ ଯାତ୍ରା ପାଇଁ ଥାଳଉଠା ପର୍ବ ରବିବାର ଗୋଧୂଳୀ ଲଗ୍ନରେ ସମ୍ପନ୍ନ ହୋଇଛି । ଶଙ୍ଖ, ଘଣ୍ଟ ଓ ପଣ୍ଡିତଙ୍କ ମନ୍ତ୍ର ଉଚ୍ଚାରଣରେ ଥାଳ ଉଠିଥିଲା । ପଣ୍ଡିତ, ମନ୍ଦିର ପୂଜକ, କନ୍ୟା ମାତାପିତା, ବର ମାତାପିତା ଓ ଯାତ୍ରା କମିଟିର ହାତଗଣତି ସଭ୍ୟଙ୍କୁ ନେଇ ଏହି ପୂଜା ଶେଷ ହୋଇଛି । ଏଥିସହ ଯାତ୍ରା ପ୍ରସ୍ତୁତି ଲାଗି ଅନୁକୂଳ କରାଯାଇଛି । କରୋନା ମୁକାବିଲା ପାଇଁ ଗ୍ରହଣ କରାଯାଇଥିବା କଟକଣା ତଥା ସାମାଜିକ ଦୂରତ୍ୱକୁ ଯାତ୍ରା କମିଟିର କର୍ମକର୍ତ୍ତାଙ୍କ ସମେତ ସମସ୍ତେ ମାନି ଏହି ଥାଳଉଠା ପର୍ବ ଶେଷ କରିଛନ୍ତି ା
ସର୍ବପୁରାତନ ବାଲିବନ୍ଧା ସୋମନାଥ ବାବା, ନନ୍ଦପଡା ଶ୍ରୀଶ୍ରୀବମ୍‌ବରାଡ ବାଲୁଙ୍କେଶ୍ୱର ବାବା, ଝାଡୁଆପଡା ଲୋକନାଥ ବାବା, ମୁଦିପଡା ଶ୍ରୀଶ୍ରୀ ଜାଗେଶ୍ୱର ବାବା, ବୁଢ଼ାରଜା ମହାଦେବ, ବଡବଜାର ଶ୍ରୀଶ୍ରୀ ଶୀତଳେଶ୍ୱର ବାବା, ଠାକୁରପଡା ଶ୍ରୀଶ୍ରୀ ଗୁପ୍ତେଶ୍ୱର ବାବାଙ୍କ ପୀଠରେ ସାମାଜିକ ଦୂରତ୍ୱ ଅନୁସାରେ ଥାଳଉଠା ପର୍ବ ହୋଇଥିଲା । ଚଳିତ ବର୍ଷ କରୋନା କଟକଣା ଯୋଗୁ ଶୀତଳଷଷ୍ଠୀ ଯାତ୍ରାକୁ ନେଇ ଅନିଶ୍ଚିତତା ଦେଖା ଦେଇଛି । ପରବର୍ତ୍ତୀ ସ୍ଥିତିକୁ ଅନୁଧ୍ୟାନ କରି ପଦକ୍ଷେପ ନିଆଯିବ ବୋଲି କମିଟି ସ୍ଥିର କରିଥିବା ଜଣାପଡିଛି ।
ସୂଚନାଯୋଗ୍ୟ, ପ୍ରାୟ ୪ଶହ ବର୍ଷରୁ ଊର୍ଦ୍ଧ୍ୱ ହେବ ଥାଳଉଠା ପରମ୍ପରା ପବିତ୍ର ଅକ୍ଷୟ ତୃତୀୟା ତିଥିରେ ହୋଇଆସୁଛି । ପିତଳ ଓ ରୌପ୍ୟ ଥାଳିରେ ବେଳପତ୍ର, ପଦ୍ମଫୁଲ ରଖାଯାଇ ହଳଦିଆ, ଲାଲ ରଙ୍ଗର ପାଟବସ୍ତ୍ର ଘୋଡା ଯାଇଥାଏ । ଭକ୍ତମାନେ ଥାଳକୁ ଜଗତଜନନୀ ମାତା ପାର୍ବତୀ ଓ ଭଗବାନ ଶିବଙ୍କ ଉଦ୍ଦେଶ୍ୟରେ ଟେକିଥାନ୍ତି (ଅର୍ପଣ) ଯାହାକୁ ଥାଳଉଠା ପର୍ବ କୁହାଯାଏ । ବାଜା, ରୋଷଣୀରେ ଶୈବ ପୀଠ ଦୁଲୁକି ଉଠିଥାଏ । ଶତାଧିକ ଭକ୍ତଙ୍କ ଜୟଧ୍ୱନୀରେ ଗଗନପବନ ପ୍ରକମ୍ପିତ ହୋଇଥାଏ । କିନ୍ତୁ ଚଳିତ ବର୍ଷ କରୋନା କଟକଣା ଓ ଲକ୍‌ ଡାଉନ ଯୋଗୁ ଥାଳଉଠା ପର୍ବ ନିରାଡମ୍ବର ଭାବେ ସମ୍ପନ୍ନ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀ ଅପହରଣ ମାମଲାରେ ଓଡ଼ିଆ ଅଧ୍ୟାପକ ଗିରଫ

ରାୟଗଡ଼ା,୨୪/୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟର ଜଣେ ଓଡ଼ିଆ ଅଧ୍ୟାପକଙ୍କୁ ନାବାଳିକା ଅପହରଣ ଓ ପ୍ରଲୋଭନ ପୋଲିସ ଗିରଫ କରିଥିବା ଜଣାପଡ଼ିଛି । ମିଳିଥିବା...

ତାଣ୍ଡବ ରଚିଲା କାଳବୈଶାଖୀ: ଭାଙ୍ଗିଲା ଗଛ, ଦୋକାନରୁ ଉଡ଼ିଗଲା ଆଜବେଷ୍ଟ୍‌ସ

ନିରାକାରପୁର,୨୪ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ସମେତ ଏହାର ଆଖପାଖ ଅଞ୍ଚଳରେ ୪୦ ଡିଗ୍ରୀ ତାପମାତ୍ରା ଲାଗିରହିଥିବା ବେଳେ ବୁଧବାର ଅପରାହ୍ନରେ ହଠାତ୍‌ ପାଗର...

କୋରାପୁଟ ଲୋକ ସଭା ଆସନରେ ୩ ପ୍ରାର୍ଥୀ, ୩ ବିଧାନସଭା ଆସନରେ ୯ ପ୍ରାର୍ଥୀ ଦାଖଲ କଲେ ନାମାଙ୍କନପତ୍ର

କୋରାପୁଟ,୨୪ା୪(ଅମିତାଭ ବେହେରା): ବୁଧବାର ନାମାଙ୍କନପତ୍ର ଦାଖଲର ଷଷ୍ଠ ଦିନରେ କୋରାପୁଟ ଲୋକ ସଭା ଆସନ ନିମନ୍ତେ ଭାଜପା ସମେତ ୩ ପ୍ରାର୍ଥୀ ସେମାନଙ୍କ ନାମାଙ୍କନପତ୍ର ଦାଖଲ...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଯାଞ୍ଚବେଳେ ବାଇକ୍‌ରୁ ମିଳିଲା ବିପୁଳ ଗଞ୍ଜେଇ: ନଗଦ ଟଙ୍କା ଜବତ, ଅଭିଯୁକ୍ତ ଗିରଫ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ପୋଲିସ ବୁଧବାର ଯାଞ୍ଚବେଳେ ଗଞ୍ଜେଇ ବୋଝେଇ ଏକ ବାଇକ୍‌ ଜବତ କରିଛି। ଏହା ସହିତ ଅଭିଯୁକ୍ତ ଚିତ୍ରେଶ୍ୱର...

ଡେରାବିଶ ବ୍ଲକର ପୂର୍ବତନ କିରାଣି ଭିଜିଲାନ୍ସ କୋର୍ଟରେ ଦଣ୍ଡିତ

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକର ପୂର୍ବତନ କିରାଣି ତଥା ଡିଲିଂ ଆସିଷ୍ଟାଣ୍ଟ ମାଧବ ଚନ୍ଦ୍ର ଆଚାର୍ଯ୍ୟ ଭିଜିଲାନ୍ସ ଅଦାଲତରେ ଦଣ୍ଡିତ ହୋଇଛନ୍ତି। ସେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri