ନିରାଡ଼ମ୍ବର ପୂଜା କରିବ ଡିଷ୍ଟ୍ରିକ୍ଟ ସେଣ୍ଟର ପୂଜା କମିଟି : ନବମୀରେ ନିଆରା କୁମାରୀ ପୂଜା

ଭୁବନେଶ୍ୱର,୨୩ା୯(ବ୍ୟୁରୋ) : ଧରାବତରଣ କରିବେ ଜଗଜ୍ଜନନୀ ମା’ ଦୁର୍ଗା। ଏଥିପାଇଁ ଚଳଚଞ୍ଚଳ ହେଲାଣି ଭୁବନେଶ୍ୱର। ପୂଜା କମିଟିର ପ୍ରସ୍ତୁତି ଜୋର୍‌ଦାର ଚାଲିଥିବାବେଳେ ତୋରଣ ବନ୍ଧା ସହ ଅନ୍ୟାନ୍ୟ ପ୍ରକ୍ରିୟା ଆରମ୍ଭ ହୋଇଗଲାଣି। ଏବେ ଦେଶରେ ମାନ୍ଦାବସ୍ଥାକୁ ଦୃଷ୍ଟିରେ ରଖି ଚଳିତବର୍ଷ ଡିଷ୍ଟ୍ରିକ୍ଟ ସେଣ୍ଟର ପୂଜା କମିଟି ସ୍ବଳ୍ପ ଖର୍ଚ୍ଚରେ ପୂଜାକୁ ନିରାଡମ୍ବରରେ ପାଳନ କରିବାକୁ ନିଷ୍ପତ୍ତି ନେଇଛି। ପୂଜା ପାଇଁ ଆସୋସିଏଶନ ପକ୍ଷରୁ ମାତ୍ର ୫ଲକ୍ଷ ଟଙ୍କା ବ୍ୟୟ ଅଟକଳ କରାଯାଇଛି। ରବିବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଏ ସମ୍ପର୍କରେ ସୂଚନା ଦେଇ ଆସୋସିଏଶନ ସଭାପତି ପ୍ରକାଶ କୁମାର ବିଜୁଳି କହିଛନ୍ତି, ଏଥର ଏକ ଭିନ୍ନ ଭାବେ ପୂଜା ଆୟୋଜନ କରାଯାଉଛି। କମିଟି ଏଥର କୁମାରୀ ପୂଜାକୁ ଗୁରୁତ୍ୱ ଦେଇଛି। ନବମୀରେ ୯ ଜଣ କୁମାରୀଙ୍କୁ ମା’ଙ୍କ ବେଶରେ ସଜାଯାଇ ପୀଠରେ ପୂଜାର୍ଚ୍ଚନା କରାଯିବ ବୋଲି ସେ କହିଛନ୍ତି।
୧୨ବର୍ଷରେ ପହଞ୍ଚତ୍ଛି ପୂଜା ମହୋତ୍ସବ। ଏଥିର ୧୬ଫୁଟ ଉଚ୍ଚର ମା’ଙ୍କ ମୃଣ୍ମୟୀ ମୂର୍ତ୍ତି ତିଆରି ହେବ। ସେହିଭଳି ୫୦ଫୁଟ ଉଚ୍ଚ ଓ ୭୦ପୁଟ ଓସାରର ତୋରଣ ହେବ। ତେବେ ପୂଜାରେ କାହାଠାରୁ ଚାନ୍ଦା ଆଦାୟ କରା ନ ଯିବା ସହ ପୂଜାସ୍ଥଳକୁ ସମ୍ପୂର୍ଣ୍ଣ ପ୍ଲାଷ୍ଟିକ ଓ ପ୍ରଦୂଷଣମୁକ୍ତ ରଖାଯିବ। ମା’ଙ୍କର ସମସ୍ତ ନୀତି ଠିକ୍‌ ସମୟରେ ହେବା ସହ କଲୋନୀ ବାସିନ୍ଦାଙ୍କୁ ଲଡୁ ବଣ୍ଟନ, ଷଷ୍ଠ ଓ ସପ୍ତମୀରେ ଭଜନ ସମାରୋହ ଏବଂ ଦଶମୀରେ ରେକର୍ଡ ଡ୍ୟାନ୍ସ ପାଇଁ କାର୍ଯ୍ୟକ୍ରମ ପ୍ରସ୍ତୁତ ହୋଇଥିବା ସୂଚନା ଦିଆଯାଇଛି। ଖବରଦାତା ସମ୍ମିଳନୀରେ କମିଟି ସମ୍ପାଦକ ସତ୍ୟନାରାୟଣ ମହାନ୍ତି, ବିରଞ୍ଚତ୍ ନାରାୟଣ ଷଣ୍ଢଙ୍କ ସହ ବହୁ କର୍ମକର୍ତ୍ତା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬ର ବିଜେତା ହେଲେ ଓଡ଼ିଶାର ଜ୍ୟୋତିର୍ମୟୀ ନାୟକ

ମୁମ୍ବାଇ / ଭୁବନେଶ୍ୱର: ଦେଶର ଅନ୍ୟତମ ଲୋକପ୍ରିୟ ସଙ୍ଗୀତ ଭିତ୍ତିକ ରିଆଲିଟି ସୋ’ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ (Indian Idol Season 16) ର ମୁକୁଟ ଜିତି…

ଭାରତୀୟ ମୁଦ୍ରା କଟକଣା କୋହଳ କଲା ନେପାଳ

ନୂଆଦିଲ୍ଲୀ, ୨୬।୭ : ଭାରତୀୟ ମୁଦ୍ରା ଉପରେ ଥିବା କଟକଣାକୁ କୋହଳ କରି ନେପାଳ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛି । ବର୍ତ୍ତମାନ ଭାରତୀୟ ଏବଂ…

ଅଙ୍ଗନୱାଡି କେନ୍ଦ୍ରରେ ତାଲା, ସରକାରୀ ସୁବିଧାରୁ ବଞ୍ଚିତ ହେଲେ ଶିଶୁ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ହାଲୁପାଲି ପଞ୍ଚାୟତ ଅଧୀନ ନିଲଜି ଗ୍ରାମରେ ଭୋଟର ତାଲିକା ସଘନ ସଂଶୋଧନ ବେଳେ ଉପୁଜିଥିବା ଏକ କଥାକୁ…

ଅଧରପଣା ଲାଗି, ମହାପ୍ରଭୁ ଦଧିବାମନଙ୍କ ନୀଳାଦ୍ରି ବିଜେ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଶ୍ରୀ ଶ୍ରୀ ଦଧିବାମନ ପୀଠରେ ଶ୍ରୀଶ୍ରୀ ଦଧିବାମନ ମହାପ୍ରଭୁଙ୍କ ଅଧରପଣା ନୀତି ରବିବାର ଅନୁଷ୍ଠିତ ହୋଇଯାଇଛି । ପରମ୍ପରା ଆଧାରରେ…

ବରଗଡ଼ ଏମ୍‌ପି ରଖିଲେ ବଡ଼ ଦାବି: ‘ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦିଆଯାଉ’

ବରଗଡ,୨୬।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବୀରାଙ୍ଗନା ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଯଥୋଚିତ ଜାତୀୟ ସମ୍ମାନ ପ୍ରଦାନ ପାଇଁ ଲୋକ ସଭାରେ ବରଗଡ଼ ସାଂସଦ(ଏମ୍‌ପି) ପ୍ରଦୀପ…

ଦାଦନ ସାଜିଲା କାଳ: ବର୍ଷେ ବିତିବାକୁ ବସିଲା, ମିଳୁନି ନିଖୋଜ ଯୁବକଙ୍କ ସନ୍ଧାନ

ଥୁଆମୂଳ ରାମପୁର,୨୬।୭ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଓ ପରିବାର ପ୍ରତିପୋଷଣ ପାଇଁ କେରଳକୁ ଦାଦନ ଖଟିବାକୁ ଯାଇଥିବା ଜଣେ ନିରୀହ ଯୁବକ ନିଖୋଜ ହେବାର ବର୍ଷେ…

ଗଞ୍ଜେଇ ପରିବହନ କରିବା ପାଇଁ ବସ୍‌କୁ କରିଥିଲେ ଅପେକ୍ଷା: ମାଡିବସିଲା ପୋଲିସ, ଜଣେ ଯୁବତୀଙ୍କ ସମେତ…

ମୋହନା, ୨୬।୭( ମନ୍ମଥ ମିଶ୍ର ) : ରବିବାର ମୋହନା ଥାନା ପୋଲିସ ସ୍ଥାନୀୟ ଅଞ୍ଚଳରେ ପାଟ୍ରୋଲିଂ କରୁଥିବାବେଳେ ରାଇସିଂ ଛକ ନିକଟରେ ଦୁଇଟି ବ୍ୟାଗରେ ବେଆଇନ…

ଦୀର୍ଘ ୯ ବର୍ଷ ପରେ ପୁଣି ଗ୍ରାମରେ ପହଞ୍ଚିଲା ଖୁସି, କନ୍ଧକୂଳ ସମାଜର ପାରମ୍ପରିକ ରୀତିନୀତିରେ ଫେରିଲେ ୩ ପରିବାର

କଲ୍ୟାଣସିଂହପୁର, ୨୬।୭(ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସେରିଗୁମା ପଞ୍ଚାୟତର କଣାଗାଁରେ ଦେଖିବାକୁ ମିଳିଛି ଏକ ସାମାଜିକ ଓ ସାଂସ୍କୃତିକ ପୁର୍ନମିଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri