ନିରାଶ୍ରୟଙ୍କୁ ଦିଆଗଲା ରନ୍ଧାଖାଦ୍ୟ ଆଳୁ, ପିଆଜ ବିକ୍ରି କଲା ୧୪ ଏସ୍‌ଏଚ୍‌ଜି

ବାଲେଶ୍ୱର ଅଫିସ,୨୮।୩: -କରୋନା ଭୂତାଣୁ ସଂକ୍ରମଣ ରୋକିବା ଲାଗି ସରକାରଙ୍କ ପକ୍ଷରୁ ଲକ୍‌ଡାଉନ ଘୋଷଣା କରାଯାଇଛି। ଦୋକାନ ବଜାର ସବୁ ବନ୍ଦ ହୋଇଯାଇଥିବାରୁ ନିରାଶ୍ରୟ, ଅସହାୟ ଓ ଭିକାରୀମାନେ ଖାଇବାକୁ ନ ପାଇ ବହୁତ ହଇରାଣ ହେଉଛନ୍ତି। ଏହାକୁ ନଜରରେ ରଖି ବାଲେଶ୍ୱର ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ବାଲେଶ୍ୱର ଓ ସୋର ପୌରାଞ୍ଚଳରେ ଥିବା ନିରାଶ୍ରୟମାନଙ୍କୁ ଠାବ କରି ରନ୍ଧାଖାଦ୍ୟ ଯୋଗାଇ ଦେବାକୁ ମିଶନ ଶକ୍ତି ଓ ବିଭିନ୍ନ ସ୍ବେଚ୍ଛାସେବୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଶନିବାର ଷ୍ଟେଶନ ଛକ ନିକଟସ୍ଥ ସାଇ ମନ୍ଦିରଠାରେ ୭୯ଜଣ ଏବଂ ସୋର ପୌରାଞ୍ଚଳର ରୋଷେୟା ସ୍ବେଚ୍ଛାସେବୀ ଅନୁଷ୍ଠାନ ଦ୍ୱାରା ୧୧ଜଣଙ୍କୁ ଠାବ କରାଯାଇ ରନ୍ଧାଖାଦ୍ୟ ପ୍ରଦାନ କରାଯାଇଛି। ସମସ୍ତଙ୍କୁ ପୌରାଞ୍ଚଳରେ ଥିବା ମିର୍ଜାପୋଖରୀସ୍ଥିତ ଏକ କଲ୍ୟାଣ ମଣ୍ଡପରେ ରଖାଯାଇ ପ୍ରତିଦିନ ଦିବାରାତ୍ର ଖାଦ୍ୟ ପ୍ରଦାନ କରାଯାଇ ସ୍ବାସ୍ଥ୍ୟସେବା ଯୋଗାଇ ଦେବାର ବ୍ୟବସ୍ଥା କରାଯାଇଛି। ଅନ୍ୟପକ୍ଷରେ ସହରାଞ୍ଚଳରେ ୧୨ ଓ ରେମୁଣାରେ ୨ ଏସ୍‌ଏଚ୍‌ଜି ମାଧ୍ୟମରେ ଆଳୁ, ପିଆଜ ସୁଲଭ ଦରରେ ବିକ୍ରି କରାଯାଉଛି। ପରବର୍ତ୍ତୀ ସମୟରେ ନୀଳଗିରି, ଜଳେଶ୍ୱର, ସୋର ପୌରାଞ୍ଚଳ ସମେତ ପ୍ରତି ପଞ୍ଚାୟତରେ ଏଭଳି ଦୋକାନ ଖୋଲାଯାଇ ଲୋକମାନଙ୍କୁ ସୁଲଭ ମୂଲ୍ୟରେ ଆଳୁ, ପିଆଜ ଯୋଗାଇ ଦିଆଯିବ ବୋଲି ଜିଲା ସମାଜ ମଙ୍ଗଳ ଅଧିକାରିଣୀ କୁସୁମବାଳା ମିଶ୍ର କହିଛନ୍ତି। ସମସ୍ତ କାର୍ଯ୍ୟରେ ଜିଲା ଜିଲା କ୍ରୀଡ଼ା ଅଧିକାରୀ ପୂର୍ଣ୍ଣଚନ୍ଦ୍ର ଜେନା, ଡିଡବ୍ଲ୍ୟୁଓ ରାଜୀବ କୁମାର ସାହୁ, ଜିଲା ଶିଶୁ ସୁରକ୍ଷା ଅଧିକାରୀ ଯୁବକ ମାଝି ପ୍ରମୁଖ ନିୟୋଜିତ ଅଛନ୍ତି। ସେହିପରି ସ୍ବେଚ୍ଛାସେବୀ ଅନୁଷ୍ଠାନ ‘ପ୍ରୟାସ ପରିବାର’ ଓ ଆଇନଜୀବୀ ନିରଞ୍ଜନ ବାନାର୍ଜୀ ଅସହାୟ ଲୋକ, ବୁଲା ପ୍ରାଣୀଙ୍କୁ ଖାଦ୍ୟ ବଣ୍ଟନ କରୁଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର କୂଳରେ ଖେଳୁଥିଲେ,ହଠାତ୍ ମାଡ଼ି ଆସିଲା ଜୁଆର: ଭାସିଯାଇ ୮ ବର୍ଷର ଶିଶୁ ମୃତ, କାନ୍ଦ ବୋବାଳିରେ…

ଛତ୍ରପୁର, ୧ା୮(ଦିଲ୍ଲୀପ ସାମଲ / ଅନାଥ ତରାଇ): ଗଞ୍ଜାମ ବ୍ଲକ୍ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ନୂଆ ପୋଡେମପେଟା ଗ୍ରାମରେ ଶନିବାର ଏକ ହୃଦୟବିଦାରକ ଘଟଣା ଘଟିଛି। ଗ୍ରାମର…

ରାହୁଲ ଗାନ୍ଧୀ , ପପୁ ଯାଦବଙ୍କ ନାମରେ ରୁଜୁ ହେଲା ମାମଲା, କାହିଁକି ଜାଣନ୍ତୁ…

ବାରାଣସୀ,୧ା୮: ପାର୍ଲାମେଣ୍ଟରେ ବିରୋଧୀ ଦଳ ଏମ୍‌ପିମାନଙ୍କ ବିକ୍ଷୋଭ ବେଳେ ସନାତନ ଧର୍ମକୁ ଅପମାନିତ କରାଯିବା ସହ ଧର୍ମୀୟ ଭାବାବେଗକୁ ଆଘାତ ପହଞ୍ଚାଇଥିବା ଅଭିଯୋଗରେ ବାରାଣସୀ ପୋଲିସ ଶନିବାର…

ବାଇକ୍‌ରେ ଘରକୁ ଯାଉଥିବା ବେଳେ ମୁହାଁମୁହିଁ ଧକ୍କା: ସ୍ପେଶାଲ ବ୍ରାଞ୍ଚ ଏଏସ୍‌ଆଇ ମନୋଜ ପାଢ଼ୀଙ୍କ ମୃତ୍ୟୁ, ପୋଲିସ ମହଲରେ…

ପାରଳାଖେମୁଣ୍ଡି,୧।୮ (ଗିରିଧାରୀ ପରିଛା): ଗଜପତି ଜିଲା ସ୍ପେଶାଲ ବ୍ରାଞ୍ଚରେ କାର୍ଯ୍ୟରତ ଏଏସ୍‌ଆଇ ମନୋଜ କୁମାର ପାଢ଼ୀଙ୍କର ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଏହି…

ଲଗାଣ ବର୍ଷାରେ କ୍ଷୟକ୍ଷତି ଅଞ୍ଚଳ ପରିଦର୍ଶନ କଲେ କେନ୍ଦୁଝର MP, ପୀଡ଼ିତଙ୍କୁ ଶୀଘ୍ର…

ବଞ୍ଚୋ, ୧।୮(ପ୍ରଦୋଷ ବିଶ୍ୱାଳ): ଲଗାଣ ବର୍ଷା ଯୋଗୁ ଆନନ୍ଦପୁର ଉପଖଣ୍ଡର ବିଭିନ୍ନ ଅଞ୍ଚଳରେ ହୋଇଥିବା କ୍ଷୟକ୍ଷତିର ସ୍ଥିତି ଅନୁଧ୍ୟାନ କରିବା ପାଇଁ କେନ୍ଦୁଝର MP ଅନନ୍ତ ନାୟକ…

ରାଧାରାଣୀଙ୍କୁ ଝୁରୁଛି ଗାଁ ମାଟି: ଅବଦାନ-ସଂଗ୍ରାମୀ ଭୂମିକାକୁ ମନେ ପକାଇଲେ…

ଦିଗପହଣ୍ଡି, ୧ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟସ୍ଥ ରୋହି ଗାଁ ପଞ୍ଚାୟତର ପୂର୍ବତନ ସରପଞ୍ଚ ସ୍ବର୍ଗତ ରାଧାରାଣୀ ଜେନାଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ଅବସରରେ ଶନିବାର…

ହାତୀପଲଙ୍କୁ ଚିଡ଼ାଉଥିବା ବେଳେ ବାରଣ କରବାରୁ ବନ କର୍ମଚାରୀଙ୍କୁ ଆକ୍ରମଣ: ୫ ଜଣଙ୍କ ନାମରେ ମାମଲା, ୨ ଗିରଫ

କେନ୍ଦୁଝର/ପାଟଣା, ୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ/ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଓ ସଦର ରେଞ୍ଜ ସୀମାନ୍ତ ପଦ୍ମପୁର ସଂରକ୍ଷିତ ଜଙ୍ଗଲର ଜାମୁନାଳିଆ ଗାଁ ନିକଟରେ ଏକ…

ବଚସାରୁ ଗୋଡ଼ାଇ ଗୋଡ଼ାଇ କରିଥିଲେ ଆକ୍ରମଣ, ଜାମିନ ଖାରଜ ହେବାରୁ ଜେଲ ଗଲେ…

ଦିଗପହଣ୍ଡି, ୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରତାପଗିରି ଗ୍ରାମର ସୁନୀଲ ଗୌଡ଼ଙ୍କୁ ହତ୍ୟା ଉଦ୍ୟମ କରିଥିବା ଅଭିଯୋଗରେ ପାଟପୁର ପୋଲିସ ଶନିବାର ଅଭିଯୁକ୍ତ…

ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଇତିହାସରେ ରଚିଲେ ପାରା ଆଥଲେଟ୍‌

ଗ୍ଲାସଗୋ,୧ା୮: ଭାରତୀୟ ପାରା ଆଥଲେଟ୍‌ମାନେ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସେମାନଙ୍କ ଶ୍ରେଷ୍ଠ ପ୍ରଦର୍ଶନ କରିଛନ୍ତି। ୨୮ ଜଣିଆ ଭାରତୀୟ ପାରା ସ୍ପୋଟର୍‌ସ ଦଳ ୭ ପଦକ ଜିତିଛି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri