ନିରାଶ୍ରୟଙ୍କୁ ବଣ୍ଟାଗଲା ଖାଦ୍ୟ

ଢେଙ୍କାନାଳ ଅଫିସ, ୨୯।୩ – ଲକ୍‌ଡାଉନ କଟକଣା ଲାଗୁ କରାଯିବା ପରେ ସବୁଠାରୁ ବେଶି ପ୍ରଭାବିତ ହୋଇଛନ୍ତି ଗରିବ ଏବଂ ଅସହାୟ। ମୂଲ ମଜୁରି କରି ଚଳୁଥିବା ଶତାଧିକ ପରିବାର ଦିନକୁ ଦୁଇଓଳି ଖାଇବା ପାଇଁ ସଂଘର୍ଷ କରୁଛନ୍ତି। ସେମାନେ ଦୟନୀୟ ଅବସ୍ଥାରେ ଥିବାବେଳେ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ସେମାନଙ୍କୁ ସହାୟତା କରିବାକୁ ଆଗେଇ ଆସିଛି ପ୍ରଶାସନ। ଢେଙ୍କାନାଳ ପୌରାଞ୍ଚଳରେ ରହୁଥିବା ଅସହାୟ, ନିରାଶ୍ରୟ ଓ ମାନସିକ ଅନଗ୍ରସର ଲୋକଙ୍କୁ ଶନିବାରଠାରୁ ଜିଲା ପ୍ରଶାସନ ଓ ପୌରସଂସ୍ଥା ପକ୍ଷରୁ ରନ୍ଧା ଖାଦ୍ୟ ବଣ୍ଟନ ଆରମ୍ଭ ହୋଇଛି। ଜିଲାପାଳ ଭୂମେଶ ଚନ୍ଦ୍ର ବେହେରାଙ୍କ ନିର୍ଦ୍ଦେଶରେ ପ୍ରଥମ ଦିନରେ ୨୦୦ ଜଣଙ୍କୁ ଉଭୟ ରନ୍ଧା ଏବଂ ଶୁଖିଲା ଖାଦ୍ୟ ଦିଆଯାଇଥିଲା।
ମିନି ଷ୍ଟାଡିୟମ, କଲେଜ ବାଇପାସ୍‌, ବସଷ୍ଟାଣ୍ଡ, ବିଲସାହି, ଗାନ୍ଧୀମନ୍ଦିର, ରାମେଶ୍ୱରପୁର, ବାଜିଚୌକ ଓଭରବ୍ରିଜ୍‌ ନିକଟରେ ରହୁଥିବା ନିରାଶ୍ରୟଙ୍କୁ ଖାଦ୍ୟ ପ୍ରଦାନ କରାଯାଇଛି। ମିନି ଷ୍ଟାଡିୟମରେ ମହାରାଷ୍ଟ୍ର ଅଞ୍ଚଳରୁ ଆସି କେତେଜଣ ଯାଯାବର ରହୁଛନ୍ତି। ସେମାନଙ୍କୁ ମଧ୍ୟ ଖାଦ୍ୟ ବଣ୍ଟନ କରାଯାଇଛି। ଲକ୍‌ଡାଉନ ନିର୍ଦ୍ଦେଶନାମା ବଳବତ୍ତର ରହିଥିବା ଯାଏ ଏହା ଚାଲୁ ରହିବ। ଏହି କାର୍ଯ୍ୟରେ ପୌରସଂସ୍ଥାର ଅଧିକାରୀ ଏବଂ କର୍ମଚାରୀମାନେ ସହଯୋଗ କରୁଥିବା ପୌର ନିର୍ବାହୀ ଅଧିକାରୀ ଅତନୁ କୁମାର ସାମନ୍ତ ସୂଚନା ଦେଇଛନ୍ତି। ଖାଦ୍ୟ ବଣ୍ଟନ ସମୟରେ ସାମାଜିକ ଦୂରତା ବଜାୟ ରଖିବାକୁ ସମ୍ପୃକ୍ତ ସ୍ଥାନରେ ପୋଲିସ ସୁରକ୍ଷା ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂତନ ସରକାରୀ ଓକିଲ ନିଯୁକ୍ତି: ଭଞ୍ଜନଗର-ଜଗନ୍ନାଥପ୍ରସାଦ କୋର୍ଟରେ ୧୪ ଜଣ ନିଯୁକ୍ତ,ଜାଣନ୍ତୁ… 

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଭାଜପା କ୍ଷମତାକୁ ଆସିବା ପରେ ଗଞ୍ଜାମ ଜିଲାରେ ସରକାରୀ ଓକିଲ ତାଲିକା ତୁରନ୍ତ ବଦଳିବ ବୋଲି ଆଶା କରାଯାଉଥିଲା। କିନ୍ତୁ ବିଭିନ୍ନ କାରଣ ଯୋଗୁ...

ଫେସବୁକରେ ଭିଡିଓ କରି କମାଇ ପାରିବେ ମୋଟା ଅଙ୍କର ଟଙ୍କା! ଜାଣନ୍ତୁ ପୂରା ପ୍ରକ୍ରିୟା

ନୂଆଦିଲ୍ଲୀ,୨୬।୧୨: ଯଦି ଆପଣ ସୋସିଆଲ ମିଡିଆରେ କଣ୍ଟେଣ୍ଟ ତିଆରି କରୁଛନ୍ତି ତେବେ ଆପଣଙ୍କ ପାଇଁ ଭଲ ଖବର। ଇ-କମର୍ସ କମ୍ପାନୀ ମିଶୋ କଣ୍ଟେଣ୍ଟ କ୍ରିଏଟରଙ୍କ ପାଇଁ...

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

ପୁରୁଷୋତ୍ତମପୁରରେ ବିଜୁ ଜନତା ଦଳ ପ୍ରତିଷ୍ଠା ଦିବସ ପାଳିତ; କର୍ମୀମାନେ ଏକତ୍ରିତ ହୋଇ…

ପୁରୁଷୋତ୍ତମପୁର,୨୬।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଏବଂ ଏନ୍‌ଏସି ପକ୍ଷରୁ ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି l ଏଥିରେ ଖଲ୍ଲିକୋଟ ନିର୍ବାଚନ ମଣ୍ଡଳୀର...

ଦିଗପହଣ୍ଡିରେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ପାଳିତ, ବାଇକ୍‌ ଶୋଭାଯାତ୍ରା ସହ…

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଶୁକ୍ରବାର ପାଳିତ ହୋଇଯାଇଛି। ବିଜେଡ଼ି ବ୍ଲକ ଓ ନଗର କମିଟି...

ଶଟ ସର୍କିଟ୍‌ରୁ ଜଳିଗଲା ଘର

ପାରଳାଖେମୁଣ୍ଡି,୨୬ା୧୨(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡି ପୌରପରିଷଦ ୬ ନଂ.ୱାର୍ଡ ଅନ୍ତର୍ଗତ ରେଲିସେରି ସାହିର ଜଣେ ବ୍ୟକ୍ତିଙ୍କ ଘରେ ସର୍ଟସର୍କିଟ ଯୋଗୁଁ ନିଆଁଲାଗି ଘରର ସମସ୍ତ ଆସବାବପତ୍ର ପୋଡି...

ବର୍ଷର ଶେଷ ଶନିବାରରେ ବିରଳ ସଂଯୋଗ, ମୀନ ସମେତ ଏହି ୫ ରାଶି ହେବେ ମାଲାମାଲ; ବଢିବ ବ୍ୟାଙ୍କ୍‌ ବାଲାନ୍ସ

ଆସନ୍ତାକାଲି ହେଉଛି 2025 ମସିହାର ଶେଷ ଶନିବାର। ଶନିବାର ନ୍ୟାୟ ଏବଂ କର୍ମର ଗ୍ରହ ଶନିଦେବଙ୍କୁ ଉତ୍ସର୍ଗୀକୃତ, ଏବଂ ତାଙ୍କୁ ପୂଜା କରିବା ଦ୍ୱାରା ଧୈଯ୍ୟ...

ମହିଳା ହେବେ ସଶକ୍ତ: ମିଶନ ଶକ୍ତି କାଫେ ଉଦଘାଟିତ

ତୁମୁଡିବନ୍ଧ,୨୬।୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ପରିସରରେ ଥିବା ମିଶନ ଶକ୍ତି କାଫେକୁ କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀ ଆଜି ଶୁକ୍ରବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri