ନିରାଶ୍ରୟଙ୍କୁ ବଣ୍ଟାଗଲା ଖାଦ୍ୟ

ଢେଙ୍କାନାଳ ଅଫିସ, ୨୯।୩ – ଲକ୍‌ଡାଉନ କଟକଣା ଲାଗୁ କରାଯିବା ପରେ ସବୁଠାରୁ ବେଶି ପ୍ରଭାବିତ ହୋଇଛନ୍ତି ଗରିବ ଏବଂ ଅସହାୟ। ମୂଲ ମଜୁରି କରି ଚଳୁଥିବା ଶତାଧିକ ପରିବାର ଦିନକୁ ଦୁଇଓଳି ଖାଇବା ପାଇଁ ସଂଘର୍ଷ କରୁଛନ୍ତି। ସେମାନେ ଦୟନୀୟ ଅବସ୍ଥାରେ ଥିବାବେଳେ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ସେମାନଙ୍କୁ ସହାୟତା କରିବାକୁ ଆଗେଇ ଆସିଛି ପ୍ରଶାସନ। ଢେଙ୍କାନାଳ ପୌରାଞ୍ଚଳରେ ରହୁଥିବା ଅସହାୟ, ନିରାଶ୍ରୟ ଓ ମାନସିକ ଅନଗ୍ରସର ଲୋକଙ୍କୁ ଶନିବାରଠାରୁ ଜିଲା ପ୍ରଶାସନ ଓ ପୌରସଂସ୍ଥା ପକ୍ଷରୁ ରନ୍ଧା ଖାଦ୍ୟ ବଣ୍ଟନ ଆରମ୍ଭ ହୋଇଛି। ଜିଲାପାଳ ଭୂମେଶ ଚନ୍ଦ୍ର ବେହେରାଙ୍କ ନିର୍ଦ୍ଦେଶରେ ପ୍ରଥମ ଦିନରେ ୨୦୦ ଜଣଙ୍କୁ ଉଭୟ ରନ୍ଧା ଏବଂ ଶୁଖିଲା ଖାଦ୍ୟ ଦିଆଯାଇଥିଲା।
ମିନି ଷ୍ଟାଡିୟମ, କଲେଜ ବାଇପାସ୍‌, ବସଷ୍ଟାଣ୍ଡ, ବିଲସାହି, ଗାନ୍ଧୀମନ୍ଦିର, ରାମେଶ୍ୱରପୁର, ବାଜିଚୌକ ଓଭରବ୍ରିଜ୍‌ ନିକଟରେ ରହୁଥିବା ନିରାଶ୍ରୟଙ୍କୁ ଖାଦ୍ୟ ପ୍ରଦାନ କରାଯାଇଛି। ମିନି ଷ୍ଟାଡିୟମରେ ମହାରାଷ୍ଟ୍ର ଅଞ୍ଚଳରୁ ଆସି କେତେଜଣ ଯାଯାବର ରହୁଛନ୍ତି। ସେମାନଙ୍କୁ ମଧ୍ୟ ଖାଦ୍ୟ ବଣ୍ଟନ କରାଯାଇଛି। ଲକ୍‌ଡାଉନ ନିର୍ଦ୍ଦେଶନାମା ବଳବତ୍ତର ରହିଥିବା ଯାଏ ଏହା ଚାଲୁ ରହିବ। ଏହି କାର୍ଯ୍ୟରେ ପୌରସଂସ୍ଥାର ଅଧିକାରୀ ଏବଂ କର୍ମଚାରୀମାନେ ସହଯୋଗ କରୁଥିବା ପୌର ନିର୍ବାହୀ ଅଧିକାରୀ ଅତନୁ କୁମାର ସାମନ୍ତ ସୂଚନା ଦେଇଛନ୍ତି। ଖାଦ୍ୟ ବଣ୍ଟନ ସମୟରେ ସାମାଜିକ ଦୂରତା ବଜାୟ ରଖିବାକୁ ସମ୍ପୃକ୍ତ ସ୍ଥାନରେ ପୋଲିସ ସୁରକ୍ଷା ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

IPLରେ ଇତିହାସ ରଚିଲା RCB: ଦ୍ୱିତୀୟ ଥର ପାଇଁ ହାତେଇଲା ଟାଇଟଲ

ଅହମଦାବାଦ, ୩୧।୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ରେ ଇତିହାସ ରଚିଛି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି)।…

ବିସ୍ଫୋରକ ଗଚ୍ଛିତ ଥିବା ଗୋଦାମରେ ଭୟଙ୍କର ବିସ୍ଫୋରଣ, ୫୦ରୁ ଅଧିକ ମୃତ

ମିଆଁମାରର ନମଖାମର ଏକ ଗୋଳାବାରୁଦ ଡିପୋରେ ଭୟଙ୍କର ବିସ୍ଫୋରଣ ହୋଇଛି । ଏଥିରେ ପ୍ରାୟ ୫୦ରୁ ଉର୍ଦ୍ଧ୍ବ ଲୋକଙ୍କ ମୃତ୍ୟୁ ହୋଇଥିବା ନେଇ ଅନୁମାନ କରାଯାଉଛି ।…

ବରଗଡ଼ ଆସୁଛନ୍ତି ଓଏସସିପିସିଆର୍‌ ସଭ୍ୟା, ଛତୁଆ କେନ୍ଦ୍ରରେ ତଦନ୍ତ କରିବ ଶିଶୁ ସୁରକ୍ଷା ଆୟୋଗ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ):  ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ଅଧିକାର ଆୟୋଗ (ଓଏସସିପିସିଆର୍‌) ସଭ୍ୟା କଳ୍ପନା ଲେଙ୍କା ସୋମବାର ବରଗଡ଼ ଗସ୍ତରେ ଆସୁଥିବା ସୂଚନା ମିଳିଛି । ସେ…

ରାଜପଥରେ ଲୁଟ୍‌ପାଟ୍‌: ଡ୍ରାଇଭରଙ୍କଠାରୁ ଲୁଟି ବନ୍ଧାହେଲେ ୩ ଅଭିଯୁକ୍ତ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ): ଲୁହାପାତ୍ର(ଆଇରନ୍‌ ଭେସେଲ୍‌) ବୋଝେଇ କରି ଏକ ଗାଡ଼ି ରାୟପୁରରୁ ଅନୁଗୁଳ ଅଭିମୁଖେ ଯାଉଥିଲା । ଶନିବାର ରାତିରେ ୫୩ନମ୍ବର ଜାତୀୟ ରାଜପଥର ବରଗଡ଼ ଗ୍ରାମାଞ୍ଚଳ…

ମମତା ବାନାର୍ଜୀଙ୍କ ବୈଠକରେ ୮୦ରୁ ୬୦ ବିଧାୟକ ଗାୟବ, ଟିଏମସିରେ ହେବକି…..

କୋଲକାତା,୩୧ା୫: ୨୦୨୬ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ​​ଏକ ବଡ଼ ପରାଜୟ ପରେ, ତୃଣମୂଳ କଂଗ୍ରେସ (ଟିଏମସି) ଏକ ନୂତନ ଚ୍ୟାଲେଞ୍ଜର ସମ୍ମୁଖୀନ ହେଉଥିବା ପରି ମନେ ହେଉଛି…

ବିସ୍ଫୋରକ ଇନିଂସ, ୬ ବଲରେ ୬ ଛକା

ନୂଆଦିଲ୍ଲୀ, ୩୧ା୫: ନେପାଳର କୁଶାଲ ଭୁର୍ତେଲ ରବିବାର ଚାଇନା ବିପକ୍ଷ ୨୦୨୬ ଏସିଆନ ଗେମ୍ସ ଟି୨୦ଆଇ କ୍ୱାଲିଫାୟର ମ୍ୟାଚ୍‌ରେ ୬ ବଲରେ ୬ ଛକା ମାରିଛନ୍ତି। ସେ…

IPL Final: ୧୫୫ ରନ୍‌ରେ ଅଟକିଲା ଗୁଜରାଟ, ଟାଇଟଲ ଲକ୍ଷ୍ୟରେ ବେଙ୍ଗାଲୁରୁ

ଅହମଦାବାଦ, ୩୧ା୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି)…

ହରିଣ ମାରି ମାଂସ କାଟୁଥିବା ବେଳେ ମାଡ଼ି ବସିଲା ବନ ବିଭାଗ, ଧନୁ ତୀର…

ପାଟଣା/କେନ୍ଦୁଝର,୩୧।୫(ବୀର କିଶୋର ଦାଶ/ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡୋବିଟ ଅଟେଇ ସଂରକ୍ଷିତ ବଣମହୁଲଡିହା ନିକଟରୁ ରବିବାର ସକାଳୁ ଏକ ଅଣ୍ଡିରା ହରିଣକୁ ଶିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri