Posted inଖେଳ

ନିରାଶ କଲେ ଜ୍ୟୋତ୍ସ୍ନା

କାଇରୋ, ୨୯।୧୦ (ପି.ଟି.)- ଭାରତର ଏକ ନମ୍ବର ସ୍କ୍ବାଶ ଖେଳାଳି ଜ୍ୟୋତ୍ସ୍ନା ଚିନ୍ନାପା ସିଆଇବି ପିଏସ୍‌ଏ ମହିଳା ବିଶ୍ୱ ଚାମ୍ପିୟନଶିପ୍‌ର ପ୍ରି-କ୍ୱାର୍ଟର ଫାଇନାଲରୁ ବିଦାୟ ନେଇଛନ୍ତି। ମଙ୍ଗଳବାର ଖେଳାଯାଇଥିବା ରାଉଣ୍ଡ-୧୬’ର ମ୍ୟାଚ୍‌ରେ ଟପ୍‌ ସିଡ୍‌ ଇଜିପ୍ଟର ନୁର୍‌ ଏଲ୍‌ ଶେର୍‌ବିନିଙ୍କ ନିକଟରୁ ପରାସ୍ତ ହୋଇ ଜ୍ୟୋତ୍ସ୍ନା ନିରାଶ କରିଛନ୍ତି। ବିଶ୍ୱ ମାନ୍ୟତାର ଦ୍ୱାଦଶ ସ୍ଥାନରେ ରହିଥିବା ଜ୍ୟୋତ୍ସ୍ନା ଏହି ମ୍ୟାଚ୍‌ରେ ୦-୩ (୫-୧୧, ୩-୧୧, ୬-୧୧) ସିଧାସଳଖ ସେଟ୍‌ରେ ନୁର୍‌ଙ୍କ ନିକଟରୁ ହାରିଯାଇଛନ୍ତି। ଶେର୍‌ବିନିଙ୍କ ନିକଟରୁ ଜ୍ୟୋତ୍ସ୍ନାଙ୍କ ଏହା ଲଗାତର ୨ୟ ପରାଜୟ। ଏଥିପୂର୍ବରୁ ୨୦୧୭ ଚାଇନା ସ୍କ୍ବାଶ ଓପନ୍‌ରେ ସେ ଏହି ଇଜିପ୍ଟ ଖେଳାଳିଙ୍କ ନିକଟରୁ ହାରିଯାଇଥିଲେ। ପୂର୍ବରୁ ଜ୍ୟୋତ୍ସ୍ନା ରାଉଣ୍ଡ-୩୨ରେ ହଂକଂର ଜୋ ତିଜି ଲୋକ୍‌ଙ୍କୁ ମାତ୍‌ ଦେଇ ପ୍ରି-କ୍ୱାର୍ଟର ଫାଇନାଲରେ ପହଞ୍ଚତ୍ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବଡ଼ ନିଷ୍ପତି: ଯାଞ୍ଚ ହେବ ଡୋପ ଟେଷ୍ଟିଂ ଲାବୋରେଟୋରୀ

ନୂଆଦିଲ୍ଲୀ,୧୭ା୪: ଭାରତର ଜାତୀୟ ଡୋପ ଟେଷ୍ଟିଂ ଲାବୋରେଟୋରୀ (ଏନ୍‌ଡିଟିଏଲ୍‌)ର ପ୍ରଦର୍ଶନକୁ ଆଗାମୀ କିଛି ମାସରେ ମୂଲ୍ୟାଙ୍କନ କରାଯିବ। ନୂଆଦିଲ୍ଲୀରେ ବସିଥିବା ଗ୍ଲୋବାଲ ଆଣ୍ଟି-ଡୋପିଂ ଇଣ୍ଟେଲିଜେନ୍ସ ଆଣ୍ଡ୍‌ ଇନଭେଷ୍ଟିଗେଶନ…

“ଦୋସା ଇଡ୍‌ଲି ସାମ୍ବର ଚଟଣି” ଗୀତକୁ ନେଇ CSK-RCB ମଧ୍ୟରେ ବିବାଦ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୭।୪: : ଚଳିତ IPL ୨୦୨୬ ସିଜିନ ସମୟରେ ଚେନ୍ନାଇ ସୁପର କିଙ୍ଗସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ଏକ ନୂତନ ବିବାଦ ଦେଖାଦେଇଛି। ଚେନ୍ନାଇ…

ମୁଁ ୧୦୦ ପ୍ରତିଶତ ଫିଟ୍‌ ନାହିଁ: ଚାଞ୍ଚଲ୍ୟକର ଖୁଲାସା କଲେ କୋହଲି

ନୂଆଦିଲ୍ଲୀ,୧୭।୪: ୨୦୨୬ ଆଇପିଏଲ ସିଜିନରେ ବିରାଟ କୋହଲିଙ୍କ ବ୍ୟାଟିଂ ସଫଳ ହୋଇଛି। ତାଙ୍କ ବ୍ୟାଟିଂକୁ ବହୁତ ପ୍ରଶଂସା ମିଳୁଥିଲେ ମଧ୍ୟ ତାଙ୍କ ଫିଟନେସକୁ ମଧ୍ୟ ସମାନ ଭାବରେ…

ପଡ଼ିଆ ମଝିରେ ହାର୍ଦ୍ଦିକ ପାଣ୍ଡ୍ୟା- ବୁମ୍‌ରାଙ୍କ ମଧ୍ୟରେ ହେଲା ଭୟଙ୍କର ଝଗଡ଼ା! କାରଣ ଜାଣିଲେ…

ନୂଆଦିଲ୍ଲୀ,୧୭।୪: IPL ୨୦୨୬ରେ ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ଏପର୍ଯ୍ୟନ୍ତ କିଛି ଭଲ ଚାଲିନାହିଁ। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅଧିନାୟକତ୍ୱରେ ଦଳ ଲଗାତାର ଚାରୋଟି ମ୍ୟାଚ ହାରିଛି। ବିଶ୍ୱର ସବୁଠାରୁ…

ମୁମ୍ୱାଇକୁ ହରାଇଲା ପଞ୍ଜାବ

ମୁମ୍ୱାଇ,୧୬ା୪: ପ୍ରଭସିମରନ ସିଂ ଓ ଅଧିନାୟକ ଶ୍ରେୟସ ଆୟାରଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଗୁରୁବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ…

ଡି’ କକ୍‌ଙ୍କ ଅପରାଜିତ ଶତକ

ମୁମ୍ୱାଇ,୧୬ା୪: ଚଳିତ ଆଇପିଏଲ୍‌ରେ ଗୁରୁବାର ଖେଳାଯାଇଥିବା ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ) ଓ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ପରସ୍ପରକୁ ଭେଟିଛନ୍ତି। କ୍ୱିଣ୍ଟନ ଡି’ କକ୍‌ଙ୍କ ଅପରାଜିତ ଶତକ…

ଫିଫା ମୁଖ୍ୟଙ୍କ ବଡ଼ ସୂଚନା: ବିଶ୍ୱକପ୍‌ ଖେଳିବ ଇରାନ୍‌

ପ୍ୟାରିସ୍‌,୧୬ା୪: ଆସନ୍ତା ଜୁନ ୧୧ ତାରିଖରୁ ଆରମ୍ଭ ହେବାକୁ ଯାଉଥିବା ଫିଫା ବିଶ୍ୱକପ୍‌ରେ ଇରାନ୍‌ ଖେଳିବ। ଏ ନେଇ ଫିଫା ମୁଖ୍ୟ ଜିଆନି ଇନ୍‌ଫାଣ୍ଟିନୋ ଗୁରୁବାର ସ୍ପଷ୍ଟ…

IPL 2026 ମଧ୍ୟରେ KKR ଅଧିନାୟକ ପଦରୁ ଇସ୍ତଫା ଦେଲେ ଅଜିଙ୍କ୍ୟ ରାହାଣେ, ହଠାତ ଦେଲେ ଇସ୍ତଫା, ଜାଣନ୍ତୁ ସତ୍ୟତା

ନୂଆଦିଲ୍ଲୀ,୧୬।୪: କୋଲକାତା ନାଇଟ ରାଇଡର୍ସର ଅଧିନାୟକ ପଦରୁ ଅଜିଙ୍କ୍ୟ ରାହାଣେ ଇସ୍ତଫା ଦେଇଛନ୍ତି। ୨୦୨୬ ଆଇପିଏଲରେ କୋଲକାତା ଦଳର ନୈରାଶ୍ୟଜନକ ପ୍ରଦର୍ଶନ ପରେ ରାହାଣେ ଅଧିନାୟକ ପଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri