ନିରୀହ ଆଦିବାସୀଙ୍କୁ ଗିରଫ ପ୍ରତିବାଦରେ ଡଙ୍ଗରିଆଙ୍କ ପକ୍ଷରୁ ବିକ୍ଷୋଭ

ମୁନିଗୁଡ଼ା,୨୭।୫(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ମୁନିଗୁଡ଼ା ନିୟମଗିରି ସୁରକ୍ଷା ସମିତି ସଭ୍ୟ ଦଧି କାଡ୍ରାକା ମାଓବାଦୀଙ୍କ ସହ ସମ୍ପୃକ୍ତ ଥିବା ଅଭିଯୋଗରେ ଗତ୧୫ ତାରିଖରେ ମୁନିଗୁଡା ପୋଲିସ ତାଙ୍କୁ ଗିରଫ କରିଥିଲା। ଏହାର ପ୍ରତିବାଦରେ ସୋମବାର ମୁନିଗୁଡ଼ାଠାରେ ଶତାଧିକ ଡଙ୍ଗରିଆ ଅସ୍ତ୍ରଶସ୍ତ୍ର ଧରି ଶୋଭାଯାତ୍ରାରେ ବାହାରି ଥାନା ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଏ ନେଇ ସ୍ଥାନୀୟ ଏସ୍‌ଡିପିଓ ଚନ୍ଦ୍ରଶେଖର ହୋତାଙ୍କୁ ଏକ ଦାବିପତ୍ର ମଧ୍ୟ ପ୍ରଦାନ କରାଯାଇଛି। ଲିଙ୍ଗରାଜ ଆଜାଦଙ୍କ ନେତୃତ୍ୱରେ ଉକ୍ତ ଶୋଭାଯାତ୍ରା ସ୍ଥାନୀୟ ମୁନିଖୋଲ ହାଟପଦାରୁ ବାହାରିଥିଲା। ପ୍ରଫୁଲ୍ଲ ସାମନ୍ତରା, ନିୟମଗିରି ସୁରକ୍ଷା ସମିତି ସଭାପତି ଲଦ ସିକ୍‌କା, ଦାଧି ପୁସିକା ପ୍ରମୁଖ ଉପସସ୍ଥିତରହି ପୋଲିସର ଏଭଳି ଦମନଲୀଳାକୁ ବିରୋଧ କରିବା ସହ ଗିରଫ ଦଧିଙ୍କୁ ଶୀଘ୍ର ମୁକ୍ତ କରିବା ପାଇଁ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିକାଶ ସ୍କୁଲ ଅଫ ବିଜ୍‌ନେସ୍‌ ମ୍ୟାନେଜ୍‌ମେଣ୍ଟ ଛାତ୍ରୀଛାତ୍ରଙ୍କ ସଫଳତା, ଏନ୍‌. ଝାନ୍ସିରାଣୀ ବିଶ୍ବବିଦ୍ୟାଳୟ ଟପ୍ପର

ବରଗଡ,୪।୬(ପ୍ରେମାନନ୍ଦ ଖମାରୀ): ସମ୍ବଲପୁର ବିଶ୍ୱବିଦ୍ୟାଳୟ ଅଧୀନରେ ଅନୁଷ୍ଠିତ ବିବିଏ ପରୀକ୍ଷାରେ ବିକାଶ ସ୍କୁଲ ଅଫ ବିଜ୍‌ନେସ୍‌ ମ୍ୟାନେଜମେଣ୍ଟର ଛାତ୍ରୀଛାତ୍ରମାନେ ସଫଳତା ହାସଲ କରି ଅନୁଷ୍ଠାନ ଓ ସମଗ୍ର…

ଅବସର ନେଲେ ଭାରତର ଏହି ଉଇକେଟକିପର ବ୍ୟାଟର, ଜାଣନ୍ତୁ…

ମୁମ୍ବାଇ, ୪ା୬- ଉଇକେଟକିପର ବ୍ୟାଟର କେଏସ୍‌ ଭରତ ଗୁରୁବାର ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ସେ ଇନ୍‌ଷ୍ଟାଗ୍ରାମ ପୋଷ୍ଟ ଜରିଆରେ ଏହି ନେଇ ସୂଚନା ଦେଇଛନ୍ତି।…

62,81,17,91,250… ଏହା କୌଣସି ଫୋନ ନମ୍ବର ନୁହେଁ – ଏହା FIFA ବିଶ୍ୱକପ ପାଇଁ ପୁରସ୍କାର ରାଶି! କ୍ରିକେଟ ଜଗତ ବି ପଛରେ ରହିଯିବ

ନୂଆଦିଲ୍ଲୀ,୪।୬: ପ୍ରଥମ ନଜରରେ, ଏହି ଶିରୋନାମାଟିର ଆରମ୍ଭରେ ଆପଣଙ୍କୁ ଏହା ଏକ ମୋବାଇଲ ଫୋନ ନମ୍ବର ବୋଲି ଲାଗିପାରେ; ତଥାପି, ଏହା 2026 FIFA ବିଶ୍ୱକପ ପାଇଁ…

ମମତାଙ୍କୁ ବଡ଼ ଅଫର ଦେଲେ ହୁମାୟୁନ୍‌ କବୀର, ଜାଣନ୍ତୁ କ’ଣ ଏହି ଅଫର? ସଭିଏଁ ପଡିଲେଣି ଚିନ୍ତାରେ!

କୋଲକାତା,୪।୬: ଗୁରୁବାର ପଶ୍ଚିମବଙ୍ଗ ରାଜନୀତିରେ ଏକ ବଡ଼ ଘଟଣା ଘଟିଲା ଯେତେବେଳେ AJUP (ଆମ ଜନତା ଉନ୍ନୟନ ପାର୍ଟି)ର ପ୍ରତିଷ୍ଠାତା ହୁମାୟୁନ କବୀର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା…

ଜେୱର ବିମାନବନ୍ଦର ଫ୍ଲାଏଓଭର ନିର୍ମାଣ ସ୍ଥାନରେ ବଡ଼ ଦୁର୍ଘଟଣା: କ୍ରେନ ଓଲଟି ପଡ଼ିବାରୁ ଅନେକ ଶ୍ରମିକ ଫସି ରହିଛନ୍ତି; ୩ ମୃତ

ଫରିଦାବାଦ,୪।୬: ଗୁରୁବାର ଅପରାହ୍ନରେ ହରିୟାଣାର ଫରିଦାବାଦରେ ଜେୱର ବିମାନବନ୍ଦର ସଂଯୋଗ ନେଟୱାର୍କ ସହିତ ଜଡିତ ଏକ ପ୍ରମୁଖ ପ୍ରକଳ୍ପ ସହିତ ଜଡିତ ଏକ ନିର୍ମାଣ ସ୍ଥାନରେ ଏକ…

୯୨ ଭୂମିହୀନ ପରିବାରକୁ ମିଳିଲା ଘର ଠିକଣା

ଲାଞ୍ଜିଗଡ଼,୪ା୬(ରମେଶ ଚନ୍ଦ୍ର ନାୟକ): ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ ରାଜସ୍ବ ବିଭାଗ ପକ୍ଷରୁ ୯୨ ଭୂମିହୀନ ପରିବାରକୁ ସ୍ଥାୟୀ ଘରଡ଼ିହ ପଟ୍ଟା ଗୁରୁବାର ଆବଣ୍ଟନ କରାଯାଇଛି। ପ୍ରତ୍ୟେକ ନାଗରିକଙ୍କୁ…

ଆଫଗାନିସ୍ତାନ ସିରିଜ୍‌ରୁ ବାଦ୍‌ପଡ଼ିଲେ କୋହଲି

ନୂଆଦିଲ୍ଲୀ, ୪ା୬: ବ୍ୟାଟିଂ ସୁପରଷ୍ଟାର ବିରାଟ କୋହଲି ହାମଷ୍ଟ୍ରିଙ୍ଗ ଇଞ୍ଜୁରୀ କାରଣରୁ ଆଗାମୀ ଆଫଗାନିସ୍ତାନ ବିପକ୍ଷ ଦିନିକିଆ ସିରିଜ୍‌ରୁ ବାଦ୍‌ ପଡ଼ିଛନ୍ତି। ସେହିପରି ପୂର୍ବତନ ଅଧିନାୟକ ରୋହିତ…

ସ୍ବାମୀ କାଠ ମିସ୍ତ୍ରୀ, ସ୍ତ୍ରୀ ହେଲେ OAS; ସଫଳତା ପରେ କହିଲେ- ‘ଗରିବଙ୍କ ସେବା କରିବି’

କେସିଙ୍ଗା,୪।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ଜଣେ କାଠ ମିସ୍ତ୍ରୀଙ୍କ ପତ୍ନୀ ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍‌) ପରୀକ୍ଷାରେ କୃତକାର୍ଯ୍ୟ ହୋଇ ସଫଳତାର ଶୀର୍ଷକୁ ଛୁଇଁଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri