Posted inଜାତୀୟ

ନିର୍ଣ୍ଣାୟକ ହେବ ଆଜିର ରାୟ

ନୂଆଦିଲ୍ଲୀ,୧୭ା୭(ପି.ଟି.): କର୍ନାଟକର ଶାସକ କଂଗ୍ରେସ-ଜେଡିଏସ୍‌ ମେଣ୍ଟର ଇସ୍ତଫା ଦେଇଥିବା ୧୫ ବିଧାୟକଙ୍କ ଆବେଦନର ଶୁଣାଣି ଶେଷ ହେବା ପରେ ସୁପ୍ରିମକୋର୍ଟ ମଙ୍ଗଳବାର ରାୟ ସଂରକ୍ଷିତ ରଖିଛନ୍ତି। ଭାରତର ପ୍ରଧାନ ବିଚାରପତି (ସିଜେଆଇ) ରଞ୍ଜନ ଗୋଗୋଇଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ ବୁଧବାର ଏହି ରାୟ ପ୍ରକାଶ କରିବେ। କୁମାରସ୍ବାମୀ ସରକାରଙ୍କ ପାଇଁ ଏହା ନିର୍ଣ୍ଣାୟକ ହେବ ବୋଲି କୁହାଯାଉଛି।
୧୫ ବିଦ୍ରୋହୀ ବିଧାୟକଙ୍କ ପକ୍ଷରୁ ମାମଲା ପରିଚାଳନା କରୁଥିବା ବରିଷ୍ଠ ଆଇନଜୀବୀ ମୁକୁଲ ରୋହତ୍‌ଗୀ ଶୁଣାଣି ବେଳେ ଅନ୍ତରୀଣ ଆଦେଶ ବଳବତ୍ତର ରଖି ବିଧାୟକଙ୍କ ଇସ୍ତଫା ଏବଂ ସେମାନଙ୍କୁ ଅଯୋଗ୍ୟ ଘୋଷଣା କରିବା ପ୍ରସଙ୍ଗରେ ସ୍ଥିତାବସ୍ଥା ବଜାୟ ରଖିବାକୁ ଖଣ୍ଡପୀଠଙ୍କୁ ଅନୁରୋଧ କରିଥିଲେ। ଏହାସହ କର୍ନାଟକର କୁମାରସ୍ବାମୀ ସରକାର ସଂଖ୍ୟାଲଘୁରେ ପରିଣତ ହୋଇଥିବାରୁ ଗୃହକାର୍ଯ୍ୟ ବେଳେ ୧୫ ବିଧାୟକଙ୍କ ଉପସ୍ଥିତ ରହିବାରୁ ବାଦ୍‌ ଦେବାକୁ ଅନୁରୋଧ କରିଥିଲେ। ମୁଖ୍ୟମନ୍ତ୍ରୀ ଏଚ୍‌.ଡି. କୁମାରସ୍ବାମୀଙ୍କ ପକ୍ଷରୁ ମାମଲା ଲଢ଼ୁଥିବା ବରିଷ୍ଠ ଓକିଲ ରାଜୀବ ଧଓ୍ବନ କହିଥିଲେ, ଏହି ପ୍ରସଙ୍ଗରେ ସମୟବଦ୍ଧ ଭାବେ ନିଷ୍ପତ୍ତି ନେବା ପାଇଁ ବାଚସ୍ପତିଙ୍କୁ ବାଧ୍ୟ କରାଯାଇ ପାରିବ ନାହିଁ। ସୁପ୍ରିମକୋର୍ଟଙ୍କ ଏପରି ଅଧିକାର ନାହିଁ। ସେହିପରି ବାଚସ୍ପତି କେ.ଆର. ରମେଶ କୁମାରଙ୍କ ପକ୍ଷରୁ ପ୍ରତିନିଧିତ୍ୱ କରୁଥିବା ବରିଷ୍ଠ ଆଇନଜୀବୀ ଅଭିଷେକ ମନୁ ସିଂଘଭୀ କହିଥିଲେ, ଗତବର୍ଷ ଭାଜପା ନେତା ବି.ଏସ୍‌. ୟେଦୁରପ୍ପାଙ୍କୁ ସରକାର ଗଠନ ପାଇଁ ଆମନ୍ତ୍ରଣ କରାଯିବାବେଳେ ରାତିଅଧିଆ ଶୁଣାଣି ହୋଇଥିଲା। ସେତେବେଳେ ଆସ୍ଥାଭୋଟର ସମ୍ମୁଖୀନ ହେବା ପାଇଁ ୟେଦୁରପ୍ପାଙ୍କୁ କୁହାଯାଇଥିବାବେଳେ ଖଣ୍ଡପୀଠ ବାଚସ୍ପତିଙ୍କୁ କୌଣସି ନିର୍ଦ୍ଦେଶ ଦେଇ ନ ଥିଲେ। ସଦ୍ୟ ଘଟଣାରେ ବିଦ୍ରୋହୀ ବିଧାୟକଙ୍କୁ ଦଣ୍ଡିତ କରିବା ପାଇଁ ବାଚସ୍ପତିଙ୍କ ପର୍ଯ୍ୟାପ୍ତ କ୍ଷମତା ଥିବାବେଳେ ସେ ଏନେଇ କିଛି ନିଷ୍ପତ୍ତି ନେଇନାହାନ୍ତି। ତେଣୁ ଅଦାଲତ ପୂର୍ବରୁ ନେଇଥିବା ନିର୍ଦ୍ଦେଶନାମାରେ ପରିବର୍ତ୍ତନ ଆଣିବାକୁ ସିଂଘଭୀ ଅନୁରୋଧ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା କାଦୁଅ ପଚ ପଚ, ଦୁର୍ଦ୍ଦଶାରେ ଲୋକେ

କୋକସରା,୨୩ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ବ୍ଲକ ଡଙ୍ଗରୀଗୁଡା ଛକଠାରୁ କାଦୋପଦର ଭାୟା କାଶିବାହାଲ ପର୍ଯ୍ୟନ୍ତ ରାସ୍ତା ଅତ୍ୟନ୍ତ ଶୋଚନୀୟ ହୋଇପଡିଛି।…

ଦିଲ୍ଲୀ ତାତି ବରଗଡ଼ରେ: ଗାନ୍ଧୀଛକରେ କଂଗ୍ରେସର ବିକ୍ଷୋଭ ସହ ମୋଦୀ-ଶାହ-ଧର୍ମେନ୍ଦ୍ରଙ୍କ କୁଶପୁତ୍ତଳିକା ଦାହ

ବରଗଡ଼, ୨୩ା୭(ପ୍ରେମାନନ୍ଦ ଖମାରୀ): ଦିଲ୍ଲୀ ଜନ୍ତରମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ଉପରେ ପୋଲିସର ଦମନଲୀଳା ଏବଂ ଶୀର୍ଷ ନେତୃବୃନ୍ଦଙ୍କ ଗିରଫଦାରୀ ପ୍ରତିବାଦରେ ଗୁରୁବାର ସନ୍ଧ୍ୟାରେ ବରଗଡ଼ ଜିଲା…

ଜନ୍ତର ମନ୍ତର ଅନ୍ଦୋଳନକୁ ନେଇ ଗୃହ ମନ୍ତ୍ରଣାଳୟର ବଡ଼ ନିର୍ଦ୍ଦେଶ: ଏସବୁ ଅଞ୍ଚଳରେ ବନ୍ଦ ହେବ ମୋବାଇଲ ଇଣ୍ଟରନେଟ ସେବା

ନୂଆଦିଲ୍ଲୀ,୨୩।୭: ଗୃହ ମନ୍ତ୍ରଣାଳୟ ଜନ୍ତର ମନ୍ତର ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛି। ଚାଲିଥିବା ପ୍ରତିବାଦକୁ ଦୃଷ୍ଟିରେ ରଖି, ସରକାର ନିର୍ଦ୍ଦେଶ ଦେଇଛନ୍ତି ଯେ ଜନ୍ତର…

ଛାତ୍ର ଆନ୍ଦୋଳନକୁ ନେଇ ମୁହଁ ଖୋଲିଲେ କ୍ରିକେଟର ଭଗବାନ, ବାପାଙ୍କୁ ମନେ ପକାଇ କହିଲେ…

ନୂଆଦିଲ୍ଲୀ,୨୩।୭: NEET-UG ପେପର୍‌ ଲିକ ନେଇ ବିବାଦ ତୀବ୍ର ହେବାରେ ଲାଗିଛି। CJP ଦେଶବ୍ୟାପୀ ପ୍ରତିବାଦ ଘୋଷଣା କରିଛନ୍ତି ଏବଂ ଛାତ୍ରୀଛାତ୍ରମାନଙ୍କୁ ଅଂଶଗ୍ରହଣ କରିବାକୁ ଆହ୍ବାନ କରିଛନ୍ତି।…

ଗୌତମ ଗମ୍ଭୀର ପ୍ରଶିକ୍ଷକ ପଦ ଛାଡିବା ପରେ ପ୍ରଥମ ମ୍ୟାଚ ଜିତିଲେ ଅଧିନାୟକ ଶ୍ରେୟସ ଆୟର

ନୂଆଦିଲ୍ଲୀ,୨୩।୭: ପ୍ରଥମ ଟି-୨୦ ମ୍ୟାଚରେ ଭାରତୀୟ ଦଳ ଜିମ୍ବାୱେକୁ ୭ ୱିକେଟରେ ପରାସ୍ତ କରିଛି। ଶ୍ରେୟସ ଆୟରଙ୍କ ଅଧିନାୟକତ୍ୱରେ ଏହା ଟି-୨୦ ଦଳର ପ୍ରଥମ ବିଜୟ। ଉଲ୍ଲେଖନୀୟ…

ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ, ପ୍ରଥମ ଟି୨୦ ଜିତିଲା ଭାରତ

ହରାରେ,୨୩ା୭: ବୋଲରଙ୍କ ପ୍ରଭାବୀ ପ୍ରଦର୍ଶନ ଏବଂ ବଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଭାରତ ୭ ଉଇକେଟରେ ଜିମ୍ବାଓ୍ବେକୁ ପରାସ୍ତ କରିଛି। ଟି୨୦ ମ୍ୟାଚ୍‌ରେ ଭାରତୀୟ ଦଳର…

ରେକର୍ଡ ବର୍ଷା, ଗୁଜରାଟରେ ବନ୍ୟା

ଅହମଦାବାଦ,୨୩ା୭: ଗୁଜରାଟର ଦକ୍ଷିଣ ଭାଗରେ ଥିବା ଜିଲାଗୁଡ଼ିକରେ ପ୍ରବଳ ବର୍ଷା ଯୋଗୁ ବନ୍ୟା ସ୍ଥିତି ସୃଷ୍ଟି ହୋଇଛି। ବର୍ଷା ଯୋଗୁ ତଳିଆ ଅଞ୍ଚଳ ବୁଡ଼ିଯାଇଥିବା ବେଳେ ସାଧାରଣ…

‘ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ନିଅନ୍ତୁ, ନଚେତ୍ କଥା ଆପଣଙ୍କ ଇସ୍ତଫା ପର୍ଯ୍ୟନ୍ତ ଯିବ’: ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଖୋଲା ଚେତାବନୀ ଦେଲେ…

ନୂଆଦିଲ୍ଲୀ,୨୩ା୭: କକ୍ରୋଚ ଜନତା ପାର୍ଟି (ସିଜେପି)ର ସଂସ୍ଥାପକ ଅଭିଜିତ ଦୀପକେ ଗୁରୁବାର କେନ୍ଦ୍ରର ନରେନ୍ଦ୍ର ମୋଦି ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ଦିଲ୍ଲୀର ଜନ୍ତରମନ୍ତରକୁ ଏକ ‘ୱାର୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri