ନିର୍ବାଚନରେ ପରାଜିତ ହେବା ପରେ ଭୋଟରଙ୍କୁ ଉପହାର ଫେରାଇବାକୁ କହିଲେ ପ୍ରାର୍ଥୀ

ରାୟପୁର, ୩୦।୧: ଭୋଟରଙ୍କୁ ହାତେଇବା ପାଇଁ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁ ଥିବା ପ୍ରାର୍ଥୀମାନେ ବେଳେବେଳେ କେତେକ ଉପହାର ଦେଇଥାନ୍ତି। କିନ୍ତୁ ନିର୍ବାଚନରେ ପରାଜିତ ହେବାପରେ ଏହାକୁ ଭୋଟରଙ୍କଠାରେ ଫେରାଇ ନେବା କଥା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବ। ତେବେ ଏଭଳି ଏକ ଘଟଣା ଛତିଶଗଡ଼ ରାୟପୁରରେ ଘଟିଛି। ଏଠାରେ ପଞ୍ଚାୟତ ନିର୍ବାଚନରେ ଜଣେ ପ୍ରାର୍ଥୀ ହାରିବା ପରେ ଭୋଟରଙ୍କୁ ଦେଇଥିବା ଉପହାର ଫେରାଇବାକୁ କହିଥିଲେ। ଏହା ଶୁଣି ଭୋଟରମାନେ ସମସ୍ତ ଉପହାରକୁ ସ୍ଥାନୀୟ ଏକ ଛକରେ ଆଣି ଜମା କରିଥିଲେ। ଏବେ ଏହା ସୋସିଆଲ୍‌ ମିଡ଼ିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି। ସ୍ଥାନୀୟ ମନ୍ଦିରହସୌଦର ଭାନସୋଜ୍‌ ପଞ୍ଚାୟତରେ ନିର୍ବାଚନରେ ଚନ୍ଦ୍ରହାସ ଦେବାଙ୍ଗନ ଏବଂ ମନୋହର ଦେବାଙ୍ଗନ ପ୍ରତିଦ୍ୱନ୍ଦ୍ୱିତା ହେଉଥିଲା। ଏଥିରେ ମନୋହର ପରାଜିତ ହୋଇଥିଲେ। ଭୋଟରେ ଜିଣିବା ପାଇଁ ସେ ଭୋଟରଙ୍କୁ ପ୍ରେସର କ୍ରୁକର, ଗ୍ରାଇଣ୍ଡର, ପ୍ୟାଣ୍ଟ-ଶର୍ଟ, ମଦ ବୋତଲ ଆଦି ଦେଇଥିଲେ। ତେବେ ହାରିବା ପରେ ସେ ଲୋକଙ୍କୁ ଧମକ ଚମକ ଦେଇ ଏସବୁ ଫେରାଇବାକୁ କହିଥିଲେ। ଲୋକେ ଏସବୁକୁ ଆଣି ସ୍ଥାନୀୟ ବସ୍‌ଷ୍ଟାଣ୍ଡ୍‌ ଛକରେ ଜମା କରିଥିଲେ। ଳୋକଙ୍କୁ ଧମକ ଚମକ ଦେଇଥିବାରୁ ମନୋହରଙ୍କ ବିରୋଧରେ ପୋଲିସ ଏକ ମାମଲା ରୁଜୁ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଝିଅର ମୃତଦେହ ସହିତ ପ୍ରାୟ ପାଞ୍ଚ ମାସ ଧରି ରହୁଥିଲେ ବାପା: ହଠାତ୍‌ ଦିନେ ଘଟିଲା…

ଲକ୍ଷ୍ନୌ,୧୧।୪: ଉତ୍ତର ପ୍ରଦେଶର ମିରଟ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ସଦର ପୋଲିସ ଷ୍ଟେଶନ ଅଞ୍ଚଳର ଜଣେ ବାପା ତାଙ୍କ…

‘ଇରାନ କେବଳ ଆଲୋଚନା ପାଇଁ ବଞ୍ଚିଛି’, ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ ଟ୍ରମ୍ପଙ୍କ ଧମକ

ଓ୍ବାଶିଂଟନ୍‌,୧୧।୪: ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଇରାନକୁ ଧମକ ଦେଇଛନ୍ତି। ଟ୍ରମ୍ପ କହିଛନ୍ତି , ଇରାନ କେବଳ ଆଲୋଚନା ପାଇଁ…

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

ବିମାନର ପ୍ରତ୍ୟେକ ସିଟ୍‌ରେ ଲାଗିଛି ପିଲାଙ୍କ ଫଟୋ ସହ ବ୍ୟାଗ-ଜୋତା, କାହିଁକି ଏମିତି କରି ପାକିସ୍ତାନରେ ପହଞ୍ଚିଲା ଇରାନ, ସବୁ ଦେଖିକି…

ନୂଆଦିଲ୍ଲୀ,୧୧।୪: ଇରାନ-ଆମେରିକା ଶାନ୍ତି ଆଲୋଚନା ପାଇଁ ଇସଲାମାବାଦ ପ୍ରସ୍ତୁତ। ଇରାନ ପ୍ରତିନିଧି ଦଳ ପାକିସ୍ତାନରେ ପହଞ୍ଚିଛନ୍ତି। ଆଜି ଶନିବାର ଦିନ ଇରାନ ଏବଂ ଆମେରିକା ଆଲୋଚନା ଟେବୁଲରେ…

ମୃତ୍ୟୁର ମିତ୍ର ଓ ଶାନ୍ତିର ସନ୍‌ମାର୍ଗ

ଆଧୁନିକ ଆମେରିକାର ଜନକ ବୋଲି କୁହାଯାଉଥିବା ବିଶିଷ୍ଟ ଲେଖକ, ଦାର୍ଶନିକ, ବୈଜ୍ଞାନିକ ତଥା ରାଷ୍ଟ୍ରନୀତିଜ୍ଞ ବେଞ୍ଜାମିନ ଫ୍ରାଙ୍କ୍‌ଲିନ କହୁଥିଲେ- ”ଦୁନିଆରେ କିଏ କେଉଁଠି କେବେ ଗୋଟେ ଭଲ…

ମହାତ୍ମା ଜ୍ୟୋତିରାଓ ଫୁଲେ: ଭାରତର ମାର୍ଗଦର୍ଶନ କରୁଥିବା ଏକ ଆଲୋକବର୍ତ୍ତିକା

ଆଜି ୧୧ ଏପ୍ରିଲ। ଆମ ସମସ୍ତଙ୍କ ପାଇଁ ଅତି ସ୍ବତନ୍ତ୍ର ଦିନ। ଆଜି ହେଉଛି ଭାରତର ମହାନ୍‌ ସମାଜ ସଂସ୍କାରକ ତଥା ଅନେକ ପିଢ଼ି ପାଇଁ ମାର୍ଗଦର୍ଶକ…

କାହାକୁ ଚିୟର କରିବେ ଗିଲ୍‌ ନା ଅର୍ଜୁନ: ଏମିତି ପ୍ରତିକ୍ରିୟା ଦେଲେ ସାରା ତେନ୍ଦୁଲକର, ଦେଖନ୍ତୁ VIDEO

ଲକ୍ଷ୍ନୌ,୧୧।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଆଜି ଦୁଇଟି ମ୍ୟାଚ ଖେଳାଯିବ। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଏବଂ ଗୁଜରାଟ ଟାଇଟାନ୍ସ ଖେଳିବେ। ମ୍ୟାଚ ପୂର୍ବରୁ ସାରା ତେନ୍ଦୁଲକରଙ୍କ ଏକ…

ଅଧିକାରୀ ଅଭାବ

ମଧ୍ୟପ୍ରଦେଶରେ ଅନୁମୋଦିତ ସଂଖ୍ୟା ତୁଳନାରେ ୧୫୦ରୁ ଅଧିକ ଆଇଏଏସ୍‌ ଅଧିକାରୀଙ୍କ ଅଭାବ ରହିଛି। ଏହା ଏକ ସାମାନ୍ୟ ବ୍ୟବଧାନ ନୁହେଁ ବରଂ ଏକ ବ୍ୟବସ୍ଥାଗତ ଅଭାବକୁ ଇଙ୍ଗିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri