Posted inଜାତୀୟ

ନିର୍ବାଚନରେ ଫାଇଦା ପାଇଁ ବିରୋଧୀ ଉସୁକାଉଛନ୍ତି ହିଂସା: କେଜରିଓ୍ବାଲ

ନୂଆଦିଲ୍ଲୀ,୧୮।୧୨: ନାଗରିକତା ସଂଶୋଧନ ଆଇନ ବିରୋଧରେ ରାଜଧାନୀରେ ନିଆଁ ଜଳୁଛି। ପ୍ରଦର୍ଶନକାରୀମାନେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ଭଙ୍ଗାରୁଜା କରି ଜାତୀୟ ସମ୍ପତ୍ତି ନଷ୍ଟ କରୁଥିବା ଦେଖିବାକୁ ମିଳିଛି। ବୁଧବାର ଏନେଇ ରାଜ୍ୟର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ନିଜର ପ୍ରତିକ୍ରିୟା ରଖିଛନ୍ତି। ଦିଲ୍ଲୀ ହିଂସାକୁ ନେଇ କେଜରିଓ୍ବାଲ ବିରୋଧୀଙ୍କୁ ଟାର୍ଗେଟ କରି କହିଛନ୍ତି, ଆଗକୁ ଦିଲ୍ଲୀ ନିର୍ବାଚନ ଥିବା ବେଳେ ବିରୋଧୀ ଏହାର ଫାଇଦା ନେବା ପାଇଁ ପ୍ରଦର୍ଶନକାରୀଙ୍କ ମଧ୍ୟରେ ହିଂସା ଉସୁକାଉଛନ୍ତି। ଦିଲ୍ଲୀ ନିର୍ବାଚନରେ ଆମ ଆଦମୀ ପାର୍ଟି (ଏଏପି)କୁ ବହୁମତ ମିଳିବା ନେଇ ଜାଣିବା ପରେ ବିରୋଧୀ ସହରରେ ଅଶାନ୍ତି ସୃଷ୍ଟି କରିବାକୁ ଉଦ୍ୟମ କରୁଛନ୍ତି ବୋଲି ସେ କହିଛନ୍ତି। ସହରରେ ଶାନ୍ତିରେ ବି ବିରୋଧ ପ୍ରଦର୍ଶନ କରାଯାଇପାରିବ କିନ୍ତୁ ହିଂସା ଜରିଆରେ ନୁହେଁ ବୋଲି କେଜରିଓ୍ବାଲ ସମସ୍ତଙ୍କୁ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବଙ୍କ ରହସ୍ୟମୟ ପୋଷ୍ଟକୁ ନେଇ ହଇଚଇ: ଦେଲେ ଏଭଳି ସଙ୍କେତ, କ୍ରିକେଟ ଜଗତରେ ପଡିଗଲା ଚହଳ

ନୂଆଦିଲ୍ଲୀ, ୧୩।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ T20I ସିରିଜରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ଖେଳିବାର ସୁଯୋଗ ମିଳିନାହିଁ। ଟିମ ଇଣ୍ଡିଆର ମ୍ୟାନେଜମେଣ୍ଟ ସଞ୍ଜୁ ସାମସନଙ୍କ ଉପରେ ଭରସା ଦେଖାଇଛି। ତେବେ…

୩୮ ବର୍ଷ ବୟସରେ ଟିମ୍‌ ବଦଳାଇଲେ ଏହି କ୍ରିକେଟର୍‌: ପ୍ରଥମ ମ୍ୟାଚ୍‌ରେ କଲେ ଚମତ୍କାର

ଚଣ୍ଡିଗଡ଼,୧୩।୧୦: ଭାରତୀୟ କ୍ରିକେଟ ଦଳରୁ ଦୀର୍ଘଦିନ ଧରି ବାହାରେ ଥିବା ଅଭିଜ୍ଞ ଦ୍ରୁତ ବୋଲର ଉମେଶ ଯାଦବ ରଣଜୀ ଟ୍ରଫି ୨୦୨୬-୨୭ ସରିଜ୍‌ରେ ଜବରଦସ୍ତ ଆରମ୍ଭ କରିଛନ୍ତି।…

ଦିଲ୍ଲୀରେ ସକାଳୁ ସକାଳୁ CJPର ବିକ୍ଷୋଭ; ଆଶୁତୋଷ ରଙ୍କା ଅଟକ, ସୌରଭ ଦାସ ପୋଲିସ ହେପାଜତରେ

ନୂଆଦିଲ୍ଲୀ,୧୩।୧୦: ‘କକରୋଚ ଜନତା ପାର୍ଟି’ (CJP) ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଏକ କଠୋର ଆଭିମୁଖ୍ୟ ଗ୍ରହଣ କରିଛି। ଆଜି ସକାଳେ ପ୍ରାୟ…

IPLକୁ ଫେରିପାରନ୍ତି ଏହି ଖେଳାଳି; କେଉଁ ଫ୍ରାଞ୍ଚାଇଜ ତାଙ୍କ ପାଇଁ ଉପଯୁକ୍ତ ହେବ? ପୂର୍ବତନ କ୍ରିକେଟର୍‌ କହିଲେ…

ନୂଆଦିଲ୍ଲୀ,୧୩।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ବର୍ତ୍ତମାନ ପାଞ୍ଚ-ମ୍ୟାଚ ବିଶିଷ୍ଟ T20 ସିରିଜ ଚାଲିଛି, ଯେଉଁଥିରେ ଭାରତୀୟ ଦଳ ୨-୧ରେ ଆଗୁଆ ରହିଛି। ଏହି ସିରିଜର ଚତୁର୍ଥ…

ଦ୍ରାବିଡ଼-ସେହ୍ବାଗଙ୍କ ପୁଅଙ୍କ ମଧ୍ୟରେ ଜୋରଦାର ଲଢେଇ: ଜାଣନ୍ତୁ କିଏ ମାରିଲେ ବାଜି

ନୂଆଦିଲ୍ଲୀ,୧୩।୧୦: ଭାରତୀୟ କ୍ରିକେଟ୍‌ର ଦୁଇ ମହାନ ଖେଳାଳି ରାହୁଲ ଦ୍ରାବିଡ଼ ଓ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅଙ୍କ ମଧ୍ୟରେ କ୍ରିକେଟ ମଇଦାନରେ ଲଢ଼େଇ ଦେଖିବାକୁ ମିଳିଛି। ବିନୁ ମାଙ୍କଡ଼…

ବଡ଼ ସୂଚନା; ଆଇସିୟୁ, ଭେଣ୍ଟିଲେଟର୍‌ ବିନା ଆୟୁଷ୍ମାନ୍‌ ଅପରେଶନ ମନା

ଭୁବନେଶ୍ୱର,୧୩।୧୦(ବନ୍ଦନା ସେଠୀ): ଆଇସିୟୁ ଓ ଭେଣ୍ଟିଲେଟର୍‌ ନ ଥିଲେ ଆୟୁଷ୍ମାନ ଅନୁଦାନରେ ଅପରେଶନ ହୋଇପାରିବନି । ରାଜ୍ୟର ଘରୋଇ ହସ୍ପିଟାଲଗୁଡ଼ିକ ବିରୋଧରେ ସରକାରଙ୍କ ପକ୍ଷରୁ ଏଭଳି ପଦକ୍ଷେପ…

କୋଇଡ଼ାରେ ଚାଞ୍ଚଲ୍ୟ! ଜଗୁଆଳିଙ୍କୁ ହତ୍ୟା କରି ଫିଙ୍ଗିଦେଲେ ଦୁର୍ବୃତ୍ତ

ବଣାଇଁ,୧୩।୧୦(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ଥାନା ଅନ୍ତର୍ଗତ ସର୍ଗୀଗଡ଼ ଗାଁରୁ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଘରୋଇ କମ୍ପାନୀର ଏକ କ୍ରସରକୁ ଜଗୁଥିବା ଜଗୁଆଳି…

ଜୟଆଲୁକ୍କାସ ପକ୍ଷରୁ ଜୟୱାଲି ଦିୱାଲି ଉତ୍ସବ

ଭୁବନେଶ୍ୱର, ୧୩ା୧୦: ପାର୍ବଣକୁ ଦୃଷ୍ଟିରେ ରଖି ଜୟଆଲୁକ୍କାସ ପକ୍ଷରୁ ‘ଜୟୱାଲି ଦିୱାଲି’ ଉତ୍ସବ ଆରମ୍ଭ ହୋଇଛି। ଏହି ଅବସରରେ ଅଳଙ୍କାର ମେକିଙ୍ଗ ଚାର୍ଜ ଉପରେ ୫୦% ରିହାତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?