ନିର୍ବାଚନରେ ବ୍ୟାନର ଛିଣ୍ଡା ପ୍ରସଙ୍ଗ : ହୋମଗାର୍ଡଙ୍କୁ ବିଜେଡି ନେତାଙ୍କ ଧମକ

ଯାଜପୁର ଅଫିସ,୧୧ା୧୦: ଯାଜପୁର ଜିଲା ବରୀ-ରାମଚନ୍ଦ୍ରପୁର ଥାନାରେ ଗତ ସାଧାରଣ ନିର୍ବାଚନରେ ବ୍ୟାନର ଛିଣ୍ଡାଇବା ଘଟଣାକୁ କେନ୍ଦ୍ର କରି ସ୍ଥାନୀୟ ଅଞ୍ଚଳର କେତେକ ବିଜେଡି ନେତା ଜଣେ କର୍ତ୍ତବ୍ୟରତ ହୋମଗାର୍ଡଙ୍କୁ ଜୀବନରେ ମାରିଦେବାକୁ ଧମକ ଦେଇଥିବା ଅଭିଯୋଗ ହୋଇଛି। ଏହିମର୍ମରେ ହୋମଗାର୍ଡ ରଞ୍ଜନ କୁମାର ମଲ୍ଲିକ ବରୀ ଥାନାରେ ଏକ ଲିଖିତ ଅଭିଯୋଗ କରିଛନ୍ତି। ଅଭିଯୋଗରେ ସେ ଦର୍ଶାଇଛନ୍ତି ଯେ, ଗତ ସାଧାରଣ ନିର୍ବାଚନ ସମୟରେ ହୋମଗାର୍ଡ ମଲ୍ଲିକ ୧ ନମ୍ବର ଫ୍ଲାଇଙ୍ଗ ସ୍କ୍ବାର୍ଡ ଗାଡ଼ିରେ ଥିଲେ ା ସେହି ଗାଡ଼ିରେ ଜଣେ ମାଜିଷ୍ଟ୍ରେଟ, ଜଣେ ଅଫିସର, ୨ଜଣ ଓଏପିଏଫ୍‌ ଓ ଜଣେ ଡ୍ରାଇଭର ମଧ୍ୟ ଡ୍ୟୁଟିରେ ଥିଲେ। ଯାହାବି କାର୍ଯ୍ୟ କରାଯାଉଥିଲା ମାଜିଷ୍ଟ୍ରେଟଙ୍କ ନିର୍ଦ୍ଦେଶରେ ହେଉଥିଲା। ସେହି ସମୟରେ ବିଜେଡିର କେତେକ ନେତା ବ୍ୟାନର ଛିଣ୍ଡାଉଥିବା କହି ହୋମଗାର୍ଡଙ୍କୁ ଫୋନ୍‌ରେ ଗାଳିଗୁଲଜ କରିଥିଲେ। ଏ ସଂକ୍ରାନ୍ତରେ ସେ ଆଇଆଇସି ଓ ମାଜିଷ୍ଟ୍ରେଟଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଏହାପରେ ସେହି ଡ୍ୟୁଟିରୁ ତାଙ୍କୁ ବାହାର କରି ଦିଆଯାଇଥିଲା। ସେହି ପୂର୍ବ ଘଟଣାକୁ କେନ୍ଦ୍ର କରି ଗୁରୁବାର ଅପରାହ୍ନ ୧ଟା ସମୟରେ ଥାନା ରାସ୍ତାରେ ଜଣେ ସାକ୍ଷୀଙ୍କୁ ଥାନାକୁ ନେଇ ଯାଉଥିବାବେଳେ ହୋମଗାର୍ଡ ମଲ୍ଲିକଙ୍କୁ କେତେକ ବିଜେଡି ନେତା ଅସଭ୍ୟ ଭାଷାରେ ଗାଳିଗୁଲଜ କରିବାସହ ଜୀବନରେ ମାରିଦେବାକୁ ଧମକ ଦେଇଥିଲେ ବୋଲି ଥାନାରେ ଅଭିଯୋଗ ହୋଇଛି। ଏ ସଂକ୍ରାନ୍ତରେ ବରୀ ଥାନାଧିକାରୀ ମାର୍କଣ୍ଡ ମିଶ୍ରଙ୍କୁ ପଚାରିବାରୁ ସେ କହିଛନ୍ତି ହୋମଗାର୍ଡ ମଲ୍ଲିକ ଏକ ଅଭିଯୋଗ ଆଣିଛନ୍ତି। ସେ ସଂକ୍ରାନ୍ତରେ ତଦନ୍ତ ଚାଲିଛି। ତଦନ୍ତ ଆଧାରରେ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରୁ ମିଳିଲା ହାତୀ ଶାବକର ମୃତଦେହ

ମୋରଡା,୧୯।୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜ ଅଞ୍ଚଳରୁ ବନବିଭାଗ ଗୁରୁବାର ଏକ ଶାବକ ହାତୀର ଗଳିତ ମୃତଦେହ ଜବତ କରିଛି। ହେଲେ ଶାବକ ମୃତ୍ୟୁର କାରଣ…

ନିଜ ପୁଅକୁ ତାରିକ ରହମାନଙ୍କ ପାଖକୁ ପଠାଇ ଦେଲେ ଏହି ଦେଶର ରାଷ୍ଟ୍ରପତି, କାହିଁକି ବଢିଲା ଭାରତର ଟେନସନ? ଜାଣନ୍ତୁ…

ଢାକା,୧୯।୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର ଅଧ୍ୟକ୍ଷ ତାରିକ ରହମାନ ପ୍ରଧାନମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିବାର କିଛି ସମୟ ପରେ ତୁର୍କୀ ରାଷ୍ଟ୍ରପତି ରେସେପ ତାୟିପ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ସାମ୍ନାରେ AI ମହାରଥିଙ୍କ ମଧ୍ୟରେ କୋଲ୍ଡ ଓ୍ବାର…, କମ୍ପିଟିଟର୍ସ ପରସ୍ପରକୁ ଦେଖି…

ନୂଆଦିଲ୍ଲୀ,୧୯।୨: ଗୁରୁବାର (୧୯ ଫେବୃଆରୀ, ୨୦୨୬) ଇଣ୍ଡିଆ AI ଇମ୍ପାକ୍ଟ ସମିଟ ୨୦୨୬ରେ ଏକ ଘଟଣା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ଯେତେବେଳେ ଭାରତ ଏବଂ ବିଦେଶର…

ଆଦିବାସୀଙ୍କୁ ରୋଜଗାରର ଲୋଭ ଦେଖାଇ ଅଫିମ ଗଛକୁ ଚାଇନା ଶାଗ କହିଥିଲେ ମାଫିଆ, ଏବେ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ…

କେନ୍ଦୁଝର,୧୯ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ବରଦାପାଳ ପଞ୍ଚାୟତ ତଳକମ୍ପଡିହୀ ଗାଁର ଜହ୍ଲା ସାହିରେ ବ୍ୟାପକ ପରିମାଣର ଅଫିମ ଚାଷକୁ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତରେ ପୋଲିସ, ବନ…

ଖଜୁରିପଡ଼ା ଗୋଷ୍ଠୀ ଶିକ୍ଷା ବିଭାଗ: ୫ କେନ୍ଦ୍ରରେ ୭୧୧ ବିଦ୍ୟାର୍ଥୀ ପରୀକ୍ଷା ଦେଲେ

ଖଜୁରିପଡ଼ା,୧୯ା୨(ବିଦୁର ବେହେରା): ଚଳିତ ବର୍ଷ ଫେବୃଆରୀ ୧୯ ଗୁରୁବାରଠାରୁ ମ୍ୟାଟ୍ରିକ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୨ ତାରିଖରେ ଶେଷ ହେବ। ଖଜୁରିପଡ଼ା ଗୋଷ୍ଠୀ ଶିକ୍ଷା ବିଭାଗ…

ରାଜନୀତିରେ ଏଣ୍ଟ୍ରି କରିବେ ରୀନା ପାସଓ୍ବାନ? ପ୍ରସ୍ତୁତ ହେଲେଣି ଚିରାଗ, ଭାଜପାର ମୋହରକୁ ଅପେକ୍ଷା!

ନୂଆଦିଲ୍ଲୀ,୧୯।୨: ବିହାରର ପାଞ୍ଚଟି ରାଜ୍ୟ ସଭା ଆସନ ଖାଲି ହେବାକୁ ଯାଉଛି। ୨୦୨୬ ମାର୍ଚ୍ଚ ୧୬ରେ ଭୋଟ ହେବ। ବିଜ୍ଞପ୍ତି ପ୍ରକାଶ ପାଇବା ସହିତ ବିହାରରେ ରାଜନୈତିକ…

ଭିଜିଲାନ୍ସ ଜାଲରେ ସୋର ତହସିଲଦାର: ୪୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଗିରଫ

ସୋର,୧୯।୨(ଜନ୍ମେଞ୍ଜୟ ମିଶ୍ର): ଓଡ଼ିଶା ଭିଜିଲାନ୍ସ ଏକ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ବାଲେଶ୍ୱର ଜିଲା ସୋର ତହସିଲଦାରଙ୍କୁ ଗିରଫ କରିଛି। ଜବତ ହୋଇଥିବା ପଥର ବୋଝେଇ…

ଓଡ଼ିଶାର ଏହି ଜିଲାରେ ମିଳିଲା ଦେଢ଼ ଟନ୍ ସୁନା; ବିଧାନସଭାରେ ସୂଚନା ଦେଲେ ଖଣି ମନ୍ତ୍ରୀ

ଭୁବନେଶ୍ୱର,୧୯।୨: ଓଡ଼ିଶା ପାଇଁ ଖୁସି ଖବର। ବିଶ୍ୱରେ ସୁନା ଦର ଆକାଶଛୁଆଁ ହେଉଥିବା ବେଳେ ମୟୂରଭଞ୍ଜ ଜିଲାରେ ବିପୁଳ ପରିମାଣର ସୁନା ଗଚ୍ଛିତ ଥିବା ନେଇ ସରକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri