ନିର୍ବାଚନ ପାଇଁ ଅବକାରୀ ଚଢ଼ାଉ: ୪୧ ଦିନରେ ୨୦୬ ଗିରଫ

ବାଲେଶ୍ୱର ଅଫିସ, ୨୨।୪-୨୦୧୯ ସାଧାରଣ ନିର୍ବାଚନ ପାଇଁ ବାଲେଶ୍ୱର ଜିଲା ଅବକାରୀ ବିଭାଗ ତତ୍ପର ହୋଇପଡିଛି। ୮ ବିଧାନସଭା ମଣ୍ଡଳୀରେ ଅବକାରୀ ସ୍କ୍ବାଡ ମାଧ୍ୟମରେ ବ୍ୟାପକ ଚଢାଉ କରାଯାଇ ସତର୍କତାମୂଳକ ପଦକ୍ଷେପ ନିଆଯାଉଛି।  ଜିଲା ନିର୍ବାଚନ ଅଧିକାରୀ ତଥା ବାଲେଶ୍ୱର ଜିଲାପାଳ ରମେଶ ଚନ୍ଦ୍ର ରାଉତଙ୍କ ନିର୍ଦ୍ଦେଶକ୍ରମେ ବାଲେଶ୍ୱର ଜିଲା ଅବକାରୀ ଅଧୀକ୍ଷକ ରାଜେନ୍ଦ୍ର ଭୋତ୍ରାଙ୍କ ତତ୍ତ୍ୱାବଧାନରେ ନିର୍ବାଚନ ଆଚରଣ ବିଧି ଲାଗୁ ହେବା ଦିନଠାରୁ ଆଜି ପର୍ଯ୍ୟନ୍ତ ୪୧ ଦିନ ମଧ୍ୟରେ ୨୦୬ ଜଣ ଚୋରା ବେପାରୀଙ୍କୁ ଗିରଫ କରାଯାଇଛି।

ଚଢାଉ ବେଳେ ୮୮୪୫ ଲିଟର ଚୋରା ରନ୍ଧା ଦେଶୀମଦ, ୯୪ଲିଟର ବିଦେଶୀ ମଦ, ପଶ୍ଚିମବଙ୍ଗରୁ ବେଆଇନ ଭାବେ ଚୋରାଚାଲାଣ ହେଉଥିବା ୨୭୩ ଲିଟର ବିଅର, ୩୫.୧୮୦ ଲିଟର ବିଅର, ପୋଚ ୧୯୫୦ କି.ଗ୍ରା., ୧୧.୪୦୦ ଲିଟର ଦେଶୀ ମଦ,  ନକଲି ବିଦେଶୀ ମଦ ତିଆରି ପାଇଁ ବ୍ୟବହୃତ ହେଉଥିବା ବିପୁଳ ପରିମାଣର ହୋଲୋଗ୍ରାମ, ଏଡେସିଭ୍‌ ଲେବଲ ଠିପି ସହ ୧୪୨ ଗ୍ରାମ ବ୍ରାଉନସୁଗାର ଏବଂ ଏଥିରେ ବ୍ୟବହୃତ ୩ ଚାରିଚକିଆ ଯାନ, ୧୨ ମୋଟର ସାଇକେଲ ଏବଂ ଗୋଟିଏ ସାଇକେଲ ଜବତ କରାଯାଇଛି। ଏସବୁ ଜବତ ଜିନିଷର ଆନୁମାନିକ ମୂଲ୍ୟ ପ୍ରାୟ ୫୦ଲକ୍ଷରୁ  ଊର୍ଦ୍ଧ୍ୱ ହେବ।

ଉଲ୍ଲେଖଯୋଗ୍ୟ,  ବାଲେଶ୍ୱର ଜିଲାର ସୀମାବର୍ତ୍ତୀ ଉଦୟପୁର, ଦୀଘା, ଚନ୍ଦନେଶ୍ୱର ଏବଂ ଏହାର ଆଖପାଖ ଅଞ୍ଚଳରେ ଶନିବାର ଅବକାରୀ ବିଭାଗ ପକ୍ଷରୁ ଚଢାଉ କରାଯାଇ ବିପୁଳ ପରିମାଣର ଶୁଳ୍କ ବିହୀନ ପଶ୍ଚିମବଙ୍ଗର ବିୟର ଏବଂ ବିଦେଶୀ ମଦ ଜବତ କରାଯାଇଛି।  ସେହିପରି ସୋର ଓ ଭଦ୍ରକ ସୀମାନ୍ତରେ ୨ ଗୋଟି ନକଲି ବିଦେଶୀ ମଦ କାରଖାନା ଠାବ ସହିତ ସନ୍ଦିଗ୍ଧମାନଙ୍କୁ ଗିରଫ କରାଯାଇଛି। ଏହି ଚଢାଉରେ ଅବକାରୀ ଉପଅଧୀକ୍ଷକ ଅମରେନ୍ଦ୍ର କୁମାର ଜେନା, ସଦର ଅବକାରୀ ନିରୀକ୍ଷକ, ବାଲେଶ୍ୱର ଜିଲା ଭ୍ରାମ୍ୟମାଣ ଅବକାରୀ ନିରୀକ୍ଷକ ଉଦେଲାଲ ନାୟକ, ଜଳେଶ୍ୱର ଅବକାରୀ ଥାନାର ଉପନିରୀକ୍ଷକ ହରପ୍ରସାଦ ରଣା, ବସ୍ତା ଅବକାରୀ ଥାନାର ଉପନିରୀକ୍ଷକ ଆମ୍ପା ମାରାଣ୍ଡି ଏବଂ ଅନ୍ୟାନ୍ୟ ଅବକାରୀ କର୍ମଚାରୀ ତଥା ଏକ୍‌ଜିକ୍ୟୁଟିଭ ମାଜିଷ୍ଟ୍ରେଟ୍‌ ଅଭୟ କୁମାର ନାୟକ ଏବଂ ଏପିଆର ଫୋର୍ସ ଏହି ଚଢ଼ାଉରେ ସହଯୋଗ କରିଥିଲେ। ଏପରି ଚଢ଼ାଉ ଚଳିତ ସାଧାରଣ ନିର୍ବାଚନ ସରିବା ପର୍ଯ୍ୟନ୍ତ ଚାଲୁ ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ନବଜାତ ଶିଶୁର ମୁଣ୍ଡ ଧରି ଶିବ ମନ୍ଦିର ସାମ୍ନାକୁ ଆସିଲା କୁକୁର: ବାହାନଗାରେ ଖେଳିଗଲା ଚାଞ୍ଚଲ୍ୟ

ବାହାନଗା,୧୬।୧୨(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ବାହାନଗା ବ୍ଲକ ଚିତ୍ତଳ ପଞ୍ଚାୟତର ବାଲିକିତ୍ତିରଣ ଗାଁ ରାସ୍ତାକଡ଼ରେ ନବଜାତ ଶିଶୁର ଖଣ୍ଡ ବିଖଣ୍ଡିତ ଶରୀର ପଡିଛି। ବାଲିକିତ୍ତିରଣ...

ପୂର୍ବ ଶତ୍ରୁତା, ବାଲି ବ୍ୟବସାୟକୁ କେନ୍ଦ୍ର କରି ଗୁଳିମାଡ଼, ୪ ଅଟକ

ବାଲେଶ୍ୱର,୧୩।୧୨( ବାଞ୍ଛାନିଧି ଦେ): ବାଲେଶ୍ବର ଜିଲା ସିଂଲା ଥାନା ଅନ୍ତର୍ଗତ ଗିଲାଯୋଡ଼ି ଗ୍ରାମରେ ଶୁକ୍ରବାର ବିଳମ୍ବିତ ରାତିରେ ଗୁଳିମାଡ଼ ହୋଇଛି । ପୂର୍ବ ଶତ୍ରୁତା ଓ...

ନୀଳଗିରିକୁ ପଶିଲେ ୨୭ଟିକିଆ ଝାଡଖଣ୍ଡି ହାତୀପଲ: ବନାଞ୍ଚଳବାସୀ ଆତଙ୍କିତ

ନୀଳଗିରି,୧୦।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ୱର ଜିଲା ନୀଳଗିରିକୁ ପ୍ରବେଶ କଲେ ୨୭ ଟିକିଆ ଝାଡଖଣ୍ଡି ହାତୀପଲ। ଝାଡଖଣ୍ଡ ଦଲମା ଜଙ୍ଗଲରୁ ଗତ ୨୦୧୦ ମସିହାରୁ ଚିରାଚରିତ...

କାମ ଦେଉଛି AI କ୍ୟାମେରା: ପୁଣି ଗିରଫ ହେଲେ ୨ ଶିକାରୀ

ନୀଳଗିରି,୮ା୧୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧୀନ କୁଲଡିହା ଅଭୟାରଣ୍ୟରୁ ପୁଣି ଦୁଇ ଶିକାରୀଙ୍କୁ ଧରାଇଦେଲା ଏ.ଆଇ କ୍ୟାମେରା। କିଛି ଦିନ ପୂର୍ବରୁ...

ସୁନା ବିସ୍କୁଟ ପ୍ରଲୋଭନ ଦେଖାଇ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି,୮ା୧୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅଞ୍ଚଳରେ ସୁନା ବିସ୍କୁଟ ପ୍ରଲୋଭନ ଦେଖାଇ ପୁରୀର ଜଣେ ବ୍ୟକ୍ତିଙ୍କ ଠାରୁ ୪ ଲକ୍ଷ ଟଙ୍କାର...

କଣ୍ଟେନରରେ ୩୦ରୁ ଅଧିକ ଗୋରୁଙ୍କୁ ପଶ୍ଚିମବଙ୍ଗକୁ କରାଯାଉଥିଲା ଚାଲାଣ, ମାଡିବସିଲା ପୋଲିସ, ତା’ପରେ…

ନୀଳଗିରି,୬।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ଭଦ୍ରକରୁ ପାଖାପାଖି ୩୦ରୁ ଊର୍ଦ୍ଧ୍ୱ ଗୋରୁଙ୍କୁ କଣ୍ଟେନରରେ ନେଇ ପଶ୍ଚିମବଙ୍ଗକୁ ଚାଲାଣ ହେଉଥିବା ବେଳେ ବାଲେଶ୍ୱର ଜିଲା ନୀଳଗିରି ପୋଲିସ ଇଶ୍ୱରପୁର...

ଲୁହା ଜଞ୍ଜିରରେ ଛାତ୍ରଙ୍କ ଗୋଡ଼କୁ ବାନ୍ଧିବା ଘଟଣାରେ କାର୍ଯ୍ୟାନୁଷ୍ଠାନ: ନିଲମ୍ବିତ ହେଲେ ପ୍ରଧାନ ଶିକ୍ଷକ-ସହକାରୀ ଶିକ୍ଷକ

ନୀଳଗିରି, ୫।୧୨ (ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଳକ ବେଗୁନିଆ ପଞ୍ଚାୟତ ବେଗୁନିଆ ୟୁପି ବିଦ୍ୟାଳୟ ଛାତ୍ରାବାସରେ ଜଣେ ଚତୁର୍ଥ ଶ୍ରେଣୀର ଛାତ୍ରଙ୍କ...

ଜାଲରେ ପଡ଼ିଲା ୭ ଟନର ସାର୍କ: ଦେଖିବାକୁ ଲୋକଙ୍କ ପ୍ରବଳ ଭିଡ଼

ଭୋଗରାଇ, ୫ା୧୨(ପ୍ରଦୀପ ଦାସ):ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ତାଳସାରୀ ସମୁଦ୍ର କୂଳ ମତ୍ସ୍ୟଜୀବୀଙ୍କ ଜାଲରେ ଧରାପଡ଼ିଲା ବିଶାଳକାୟ ସାର୍କ ମାଛ। ଏହି ମାଛକୁ ନିକଟସ୍ଥ ଗ୍ରାମର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri