ନିର୍ବାଚନ ପାଇଁ ପୋଲିସ କମିଶନରଙ୍କ ବୈଠକ: ଟ୍ବିନ୍‌ସିଟିରେ ୫ ସ୍ତରୀୟ ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର,୨୧ା୪ (ବ୍ୟୁରୋ)- କଟକ ଓ ଭୁବନେଶ୍ୱରରେ ଶୃଙ୍ଖଳିତ ତଥା ସୁରକ୍ଷିତ ନିର୍ବାଚନ ପାଇଁ କମିଶନରେଟ ପୋଲିସ ପକ୍ଷରୁ ପାଞ୍ଚସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଭୁବନେଶ୍ୱର ପୋଲିସ ଜିଲାରେ ୫୦ ଓ କଟକରେ ୬୦ ମୋବାଇଲ୍‌ ପାର୍ଟି ଗଠନ କରାଯାଇଛି। ଗୋଟିଏ ମୋବାଇଲ୍‌ ପାର୍ଟି ଅଧୀନରେ ୧୨ ବୁଥ୍‌ ରହିଛି। ୧୦ ମୋବାଇଲ୍‌ ପାର୍ଟି ଦାୟିତ୍ୱରେ ଜଣେ ଏସ୍‌ପି ର଼୍ୟାଙ୍କର ଅଫିସର ରହିବେ। ପ୍ରତି ବୁଥ୍‌ରେ ଜଣେ ସେକ୍ଟର ଅଫିସର ରହିବେ। ସେହିଭଳି ଜୋନ୍‌ ସ୍ତରରେ  ଜୋନାଲ ଅଫିସର ରହିବେ। ଗୋଟିଏ ବିଧାନସଭା କ୍ଷେତ୍ର ପାଇଁ ଜଣେ ଡିସିପି ର଼୍ୟାଙ୍କ୍‌ର ଅଫିସର ଦାୟିତ୍ୱରେ ରହିବେ। ଅନ୍ୟପକ୍ଷରେ ସମ୍ବେଦନଶୀଳ ବୁଥ୍‌ରେ ସେଣ୍ଟ୍ରାଲ ଆର୍ମଡ୍‌ ପୋଲିସ ଫୋର୍ସ ରହିବେ। ସମୁଦାୟ ୬ କମ୍ପାନୀ ସେଣ୍ଟ୍ରାଲ ଆର୍ମଡ ପୋଲିସ ଫୋର୍ସ ମୁତୟନ ରହିବେ ବୋଲି ପୋଲିସ କମିଶନର ସତ୍ୟଜିତ ମହାନ୍ତି କହିଛନ୍ତି।

ଶନିବାର କମିଶନରେଟ ପୋଲିସ ମୁଖ୍ୟାଳୟରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା। ବୈଠକରେ ଆଲୋଚନା ଅନୁସାରେ, ବୁଥ୍‌ଗୁଡିକ ଦାୟିତ୍ୱରେ ଥିବା ସମ୍ପୃକ୍ତ ଅଧିକାରୀ ଶୀଘ୍ର କ୍ଷେତ୍ରସ୍ଥଳକୁ ଯିବେ। ଭୁବନେଶ୍ୱର ପୋଲିସ ଜିଲାରେ ୧୧୦୭ ବୁଥ୍‌ ମଧ୍ୟରୁ ୪୮୫ ସମ୍ବେଦନଶୀଳ। ଏଥିପାଇଁ ୨ଟି କଣ୍ଟ୍ରୋଲ ରୁମ୍‌ ବ୍ୟବସ୍ଥା କରାଯାଇଛି। ସେହିଭଳି ୨୦ ଜଣ ପ୍ରଥମ ସେକ୍ଟର ଅଫିସର ଓ ୯୪ ଜଣ ଦ୍ୱିତୀୟ ସେକ୍ଟର ଅଫିସର ରହିଛନ୍ତି। ୧୧ଜଣ ଅତିରିକ୍ତ ଡିସିପି ର଼୍ୟାଙ୍କ୍‌ର ଅଫିସର ସୁପରିଭିଜନରେ ରହିବେ। ୧୪ ଫ୍ଲାଇଂ ସ୍କ୍ବାଡ୍‌ ଓ ୧୪ ଷ୍ଟାଟିକ୍‌ ସର୍ଭିିଲାନ୍ସ ଟିମ୍‌ ରହିବ।  ୬ଜଣ ଅତିରିକ୍ତ ଡିସିପି, ୩୩ଜଣ ଇନ୍ସପେକ୍ଟର, ୨୮୪ ଜଣ ଏସ୍‌ଆଇ ଓ ଏଏସ୍‌ଆଇ, ୨୦୩ ଜଣ ହାବିଲଦାର, ୧୩୯୯ ଜଣ କନ୍‌ଷ୍ଟେବଳ, ୩୮୪ ଏପିଆର, ହୋମ୍‌ଗାର୍ଡ ୧୧୨୧ ଓ ୧୧ଜଣ ଜିଆର ନିୟୋଜିତ ରହିବେ।

କଟକ ପୋଲିସ ଜିଲା ଅଧୀନରେ ୭୦୯ ବୁଥ୍‌ ମଧ୍ୟରୁ ୨୫୩ ସମ୍ବେଦନଶୀଳ। ଏଥିପାଇଁ ୨ କଣ୍ଟ୍ରୋଲ ରୁମ୍‌ ଖୋଲିଥିବାବେଳେ ୧୪ ଫ୍ଲାଇଙ୍ଗ୍‌ ସ୍କ୍ବାଡ୍‌,  ୭ ଷ୍ଟାଟିକ୍‌ ସର୍ଭିଲାନ୍ସ ଟିମ୍‌ ଗଠନ କରାଯାଇଥିବାବେଳେ ୧୭ଜଣ ସେକ୍ଟର ଅଫିସର ଓ ୧୮ଜଣ ସୁପରିଭିଜନ ଅଫିସର ରହିବେ। ସେହିଭଳି ୧୦ଜଣ ଡିଏସ୍‌ପି, ୨୪ଜଣ ଇନ୍ସପେକ୍ଟର, ୨୦୭ ଏସ୍‌ଆଇ/ଏଏସ୍‌ଆଇ, ୭୨ ଜଣ ହାବିଲଦାର, ୬୦୦ଜଣ କନଷ୍ଟେବଳ, ୨୫୩ଜଣ ଏପିଆର, ୩୫୦ ଜଣ ଓଏପିଏଫ୍‌, ୪୩୦ ହୋମ୍‌ଗାର୍ଡ ଏବଂ ୧୨୪ ଜଣ ଜିଆର୍‌ ନିୟୋଜିତ ରହିବେ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଗାଣ ମନ୍ତ୍ରୀଙ୍କ ବଡ଼ ସୂଚନା: ଏତିକି ଯାଏ ବଢିଲା ଧାନକିଣା ଅବଧି

ଭୁବନେଶ୍ୱର,୧।୪: ଖରିଫ ଧାନକିଣା ଅବଧି ୭ ଦିନ ବୃଦ୍ଧି କଲେ ରାଜ୍ୟ ସରକାର। ଏନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇ କହିଛନ୍ତି, ଯେପରି…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଉତ୍କଳ ଦିବସରେ ଓଡିଆରେ ବଡ଼ କଥା କହିଦେଲେ ପ୍ରଧାନମନ୍ତ୍ରୀ ମୋଦି: ଆଗାମୀ ଦିନରେ…

ନୂଆଦିଲ୍ଲୀ,୧।୪: ଆଜି ଉତ୍କଳ ଦିବସ। ଚାରିଆଡ଼େ ଉତ୍ସାହର ମାହୋଲ। ରାଜ୍ୟର ବିଭିନ୍ନ ସ୍ଥାନରେ କାର୍ଯ୍ୟକ୍ରମମାନ ଆୟୋଜନ କରାଯାଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟବାସୀଙ୍କୁ ଶୁଭେଚ୍ଛା…

ଆଜିଠୁ ନୂଆ ସୁଭଦ୍ରା ଆବେଦନ: ଜାଣନ୍ତୁ କେମିତି କରିବେ

ଭୁବନେଶ୍ୱର,୧ା୪(ସୁଚିସ୍ମିତା ସାହୁ):ସୁଭଦ୍ରା ଯୋଜନାରେ ନୂଆ ଆବେଦନକାରୀମାନେ ଏପ୍ରିଲ ୧ ବୁଧବାରଠାରୁ ପଞ୍ଜୀକରଣ କରିପାରିବେ। ସୁଭଦ୍ରା ପୋର୍ଟାଲ ମାଧ୍ୟମରେ ଏପ୍ରିଲ ୩୦ ପର୍ଯ୍ୟନ୍ତ ନୂତନ ଆବେଦନ କରାଯାଇପାରିବ। ଆବେଦନକାରୀଙ୍କ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

IAS ସ୍ତରରେ ଛୋଟ ଅଦଳବଦଳ: ଭାସ୍କର ଜ୍ୟୋତି ଶର୍ମାଙ୍କୁ ମିଳିଲା…

ଭୁବନେଶ୍ୱର,୩୧।୩: IAS ସ୍ତରରେ ଛୋଟ ଅଦଳବଦଳ କଲେ ରାଜ୍ୟ ସରକାର। ଭାସ୍କର ଜ୍ୟୋତି ଶର୍ମାଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗ ପ୍ରମୁଖ ସଚିବ ଦାୟିତ୍ୱ ଦିଆଯାଇଥିବା ବେଳେ…

ଥାନାରେ ପହଞ୍ଚିଲେ ନର୍ଲ୍ଲା ବିଧାୟିକା: କେସିଙ୍ଗା ଏସଡିପିଓ, ଦୁଇ ପୋଲିସ ନାଁରେ

ଭୁବନେଶ୍ୱର,୩୧।୧: ବଢ଼ୁଛି ମାମଲା। ଖାରବେଳ ନଗର ଥାନାରେ ପହଞ୍ଚିଲେ ନର୍ଲ୍ଲା ବିଧାୟିକା ମନୋରମା ମହାନ୍ତି। ସେଠାରେ ସେ କେସିଙ୍ଗା ପୋଲିସ ବିରୋଧରେ ଅଭିଯୋଗ ଆଣିଛନ୍ତି। କେସିଙ୍ଗା ଏସଡିପିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri