ନିର୍ବାଚନ ପାଇଁ ରିକ୍ୟୁଜିଶନ ହେଲା ଦୁଇ ଚକିଆ ଯାନ: ଥାନାକୁ ବାଇକ୍‌ ଟାଣି ଆଣିଲା ପୋଲିସ

ଅନୁଗୋଳ ଅଫିସ, ୨୦।୪- ନିର୍ବାଚନ ପାଇଁ ଦୁଇ ଚକିଆ ଯାନ ରିକ୍ୟୁଜିଶନ ଯୋଗୁ ଅନୁଗୋଳ ପୋଲିସ ଲୋକଙ୍କଠାରୁ ବାଇକ୍‌ ସଂଗ୍ରହ କରିଛି। ତେବେ ପୋଲିସ ବିନା ସୂଚନାରେ ହଠାତ୍‌ ଲୋକମାନଙ୍କୁ ରାସ୍ତାରେ ଅଟକାଇ ସେମାନଙ୍କ ବାଇକ୍‌ ଥାନାକୁ ନେଇଯିବା ପ୍ରଥମେ କିଛି ବୁଝାପଡି ନ ଥିଲା। ନିର୍ବାଚନ ପାଇଁ ବାଇକ୍‌ ଏକଜୁଟ କରାଯାଉଥିବା ପଛରେ ଜଣାପଡିବା ପରେ ଲୋକଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଛି।

ଶୁକ୍ରବାର ପୂର୍ବାହ୍ନରେ ପୋଲିସ ହଠାତ୍‌ ଲୋକଙ୍କୁ ଅଟକାଇ ସେମାନଙ୍କ ଗାଡ଼ିକୁ ଥାନାକୁ ନେଇଯାଇଥିଲା। କୌଣସି କାରଣ ନ ଦର୍ଶାଇ ପୋଲିସର ଏପରି କାର୍ଯ୍ୟକୁ ନେଇ ସହରରେ କୌଣସି ଅପରାଧ କିମ୍ବା ଅଘଟଣ ଘଟିଥିବା ଲୋକେ ସନ୍ଦେହ କରିଥିଲେ। କିନ୍ତୁ ନିର୍ବାଚନରେ ନିୟୋଜିତ ପାଇଁ ଗାଡ଼ି ରିକ୍ୟୁଜିସନ୍‌ କରିବାକୁ ପୋଲିସ ଏଭଳି କରୁଥିବା ପରେ ଜଣାପଡିଥିଲା। ଜିଲାରେ ପରିବହନ ବିଭାଗ ପକ୍ଷରୁ ବିଭିନ୍ନ ଗାଡ଼ି ରିକ୍ୟୁଜିଶନ୍‌ କରାଯାଇଛି। ସମୁଦାୟ ୧୯୦୨ଟି ଗାଡ଼ି ନିର୍ବାଚନ କାର୍ଯ୍ୟରେ ନିୟୋଜିତ ହୋଇଥିବାବେଳେ ଦୁର୍ଗମ ଅଞ୍ଚଳକୁ ଦୁଇ ଚକିଆ ଯାନର ଆବଶ୍ୟକ ପଡ଼ିବାରୁ ପ୍ରଶାସନ ପକ୍ଷରୁ ଏଭଳି କରାଯାଇଥିଲା। ପ୍ରାୟ ୧୦୦ରୁ ଊର୍ଦ୍ଧ୍ୱ ଗାଡ଼ି ଅଟକ ରଖିବା ପରେ ଲୋକମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଥିଲା। ପରେ ପୋଲିସ କିଛି ଗାଡ଼ି ଛାଡ଼ି ୪୦ରୁ ଊଦ୍ଧର୍‌ବ ଗାଡ଼ି ରାତି ସୁଦ୍ଧା ଥାନା ପରିସରରେ ରଖିଥିବା ଜଣାପଡ଼ିଛି। ଦୁର୍ଗମ ଅଞ୍ଚଳକୁ ଏହି ଗାଡ଼ିଗୁଡ଼ିକ ଯିବ। ପୋଲିସ ଓ ନିର୍ବାଚନ କାର୍ଯ୍ୟରେ ନିୟୋଜିତ ଥିବା ଅଧିକାରୀ ଓ କର୍ମଚାରୀମାନେ ଏହାକୁ ବ୍ୟବହାର କରିବେ। ନିର୍ବାଚନ ସରିବା ପରେ ଗାଡ଼ିଗୁଡିକୁ ଫେରସ୍ତ କରାଯିବ। ଆଉ ତା ବାବଦକୁ ୧୦ ଲିଟର ତେଲ ପ୍ରତ୍ୟେକ ଦିନ ହିସାବରେ ଗାଡ଼ି ମାଲିକଙ୍କୁ ଅର୍ଥ ପ୍ରଦାନ କରାଯିବ ବୋଲି ପୋଲିସ କହିଥିବା ଜଣାପଡିଛି। ଏ ସମ୍ପର୍କରେ ଜିଲାପାଳ ମନୋଜ କୁମାର ମହାନ୍ତି କହିଛନ୍ତି, ଜରୁରିକାଳୀନ ପରିସ୍ଥିତିରେ ଦୁଇ ଚକିଆ ଗାଡ଼ିର ଆବଶ୍ୟକ ପଡ଼ିଲା। ତେଣୁ ଗାଡ଼ିଗୁଡ଼ିକ ରଖିବା ପାଇଁ ବାଧ୍ୟ ହେଲୁ। ଜିଲାର ଆଠମଲ୍ଲିକ ଓ ପାଲଲହଡ଼ା ନିର୍ବାଚନ ମଣ୍ଡଳୀକୁ ରିକ୍ୟୁଜିଶନ୍‌ ହୋଇଥିବା ଗାଡ଼ିଗୁଡ଼ିକ ପଠାଯିବ ବୋଲି ସେ କହିଥିଲେ। ତେବେ କେତୋଟି ଗାଡ଼ି ପଠାଯିବ ସେ ନେଇ ଠିକ୍‌ ତଥ୍ୟ ପ୍ରଦାନ କରିପାରି ନ ଥିଲେ। ଏପରିକି ଗାଡ଼ି ବାବଦକୁ କେତେ ଟଙ୍କା ପ୍ରଦାନ କରାଯିବ ସେନେଇ ସ୍ଥିର ହୋଇ ନ ଥିବା ମଧ୍ୟ ଜିଲାପାଳ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁପରେ ରୋଗୀଙ୍କୁ ରେଫର କଲେ ଡାକ୍ତର: ତ୍ରୁଟିପୂର୍ଣ୍ଣ ଚିକିତ୍ସା ଅଭିଯୋଗ

ତିହିଡି଼,୨୨।୮(ସଞ୍ଜିତ ବଳ):ଭଦ୍ରକ ଜିଲା ତିହିଡି଼ ଥାନା ଭାଟପ ପଞ୍ଚାୟତ ଅଧୀନ ବଉଳପାଳ ଗ୍ରାମର ମାୟାଧର ତ୍ରିପାଠୀ (୬୫)ନାମକ ଜଣେ ବୃଦ୍ଧଙ୍କ ତ୍ରୁଟିପୂର୍ଣ୍ଣ ଚିକିତ୍ସା ପାଇଁ ମୃତ୍ୟୁ ଘଟିଥିବା…

କୁଲାଙ୍ଗି ଗାଁରେ ବୃଦ୍ଧଙ୍କୁ ହତ୍ୟା: ପିଟିପିଟି ମାରିଦେଲେ…

ବେଲଗୁଣ୍ଠା, ୨୨।୮: ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଅନ୍ତର୍ଗତ କୁଲାଙ୍ଗି ଗାଁରେ ଜଣେ ବୃଦ୍ଧଙ୍କୁ ପିଟିପିଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଗ୍ରାମର ଅଙ୍ଗନଓ୍ୱାଡି କେନ୍ଦ୍ର…

ସ୍କୁଲ ନା ଗୋଦାମ ଘର, ନିଜ ଖର୍ଚ୍ଚରେ ଜେନେରେଟର ଚଳାଉଛନ୍ତି ଶିକ୍ଷକ: ଶ୍ରେଣୀକୋଠରି ଅଭାବରୁ ୧୮୩ ଛାତ୍ରୀଛାତ୍ର

ଜମନକିରା, ୨୨।୮ (ରବିନ୍ଦ୍ର ପ୍ରସାଦ ଦାନୀ): ରାଜ୍ୟ ସରକାର ଶିକ୍ଷା ବ୍ୟବସ୍ଥାର ଉନ୍ନତିକରଣ ତଥା ବିଦ୍ୟାଳୟ ରୂପାନ୍ତରଣ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଥିବା ବେଳେ…

ସାପକାମୁଡ଼ାରେ ଗଲା କକା-ପୁତୁରାଙ୍କ ଜୀବନ: ଶ୍ରମିକ ଗୁରୁତର

ଖଡ଼ିଆଳ, ୨୨।୮ (ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ସିନାପାଲି ଥାନା ଅଞ୍ଚଳରେ ସାପକାମୁଡ଼ାରେ କକା-ପୁତୁରାଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଶ୍ରମିକ ଗୁରୁତର ହୋଇଥିବା…

ମହଙ୍ଗା ପଡ଼ିବ ସରକାରୀ ଜମି ଜବରଦଖଲ: ପୁଣି କବ୍‌ଜା କଲା ବିଡିଏ

ଭୁବନେଶ୍ୱର,୨୨ା୮(ରବିନାରାୟଣ ଜେନା):ଶଙ୍କରପୁର ମୌଜାରେ ସରକାରୀ ଜମି ଜବରଦଖଲ କରିବା ଏବଂ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ)ର ପାଚେରି ଭାଙ୍ଗିବା ଜଣେ ଜବରଦଖଲକାରୀଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହେବ। ଏନେଇ…

ଉଠାଜଳସେଚନ ପ୍ରକଳ୍ପ କାର୍ଯ୍ୟରେ ନାବାଳକ ଶ୍ରମିକ: ଡିପ୍‌ ବୋର୍‌ୱେଲ ପ୍ରକଳ୍ପ ଅଧା

ଅମରପାଲି,୨୨ା୮(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଏକ କୃଷିପ୍ରଧାନ ଅଞ୍ଚଳ ହୋଇଥିଲେ ମଧ୍ୟ ଏଠାରେ ଜଳସେଚନର ବିଶେଷ ସୁବିଧା ନାହିଁ। ଚାଷୀଙ୍କ ଜମିକୁ ଜଳସେଚନ ସୁବିଧା ଯୋଗାଇବା…

ଏନଟିପିସି ପାୱାର୍‌ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ: ୫ ଶ୍ରମିକ ଗୁରୁତର

ତାଳଚେର,୨୨।୮(ମନୋଜ ନନ୍ଦ): ଅନୁଗୋଳ ଜିଲା କଣିହାଁ ଏନଟିପିସି ପାୱାର୍‌ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ ହୋଇଛି। ବଙ୍କର (ବି)ରେ ଏହି ବିସ୍ଫୋରଣ ହୋଇଥିବା ଜଣାପଡ଼ିଛି। ଏଥିରେ ୫ ଶ୍ରମିକ…

୧୦ ଜିଲାରେ ହେବ ବମ୍ପର ନିଯୁକ୍ତି: ୨,୭୮୦ କୋଟିର ନିବେଶ ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ୱର,୨୨ା୮(ରବିନାରାୟଣ ଜେନା):ଓଡ଼ିଶାକୁ ବିକାଶର ଶୀର୍ଷରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଶିଳ୍ପ ଓ ପୁଞ୍ଜି ନିବେଶ ଉପରେ ଗୁରୁତ୍ୱ ଦିଆଯାଉଥିବାବେଳେ ଶୁକ୍ରବାର ୨,୭୮୦ କୋଟି ଟଙ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri