Posted inଜାତୀୟ

ନିର୍ବାଚନ ପାଖେଇ ଆସୁଥିବା ବେଳେ ମିଥୁନଙ୍କୁ ଭେଟିଲେ ଭାଗବତ

ମୁମ୍ବାଇ,୧୬ ।୨: ପଶ୍ଚିମବଙ୍ଗ ନିର୍ବାଚନ ସମୟ ପାଖେଇ ଆସୁଥିବା ବେଳେ ବେଳକୁ ବେଳ ରାଜନୈତିକ ବାରାବରଣ ହେଉଛି ଉଷ୍ମ । ଇତିମଧ୍ୟରେ ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘର ମୁଖ୍ୟ ମୋହନ ଭାଗବତ ବଲିଉଡ୍ ଅଭିନେତା ତଥା ପଶ୍ଚିମବଙ୍ଗ ବାସିନ୍ଦା ମିଥୁନ ଚକ୍ରବର୍ତ୍ତିଙ୍କୁ ଭେଟିଛନ୍ତି । ଏହି ସାକ୍ଷାତ୍‌କାର ମୁମ୍ବାଇରେ ହୋଇଛି । ମଙ୍ଗଳବାର ସକାଳେ ନିଜେ ଭାଗବତ ମିଥୁନଙ୍କ ଘରେ ପହଞ୍ଚି କଥା ହୋଇଥିବା ସୂଚନା ମିଳିଛି । କୁହାଯାଉଛି କି ଯେତେବେଳେ ମିଥୁନ ନାଗପୁର ଯାଇ ଆର୍‌ଏସ୍‌ଏସ୍ ମୁଖ୍ୟ ମୋହନ ଭାଗବତଙ୍କୁ ଭେଟିଥିଲେ ସେତେବେଳେ ସେ ଭାଗବତଙ୍କୁ ମୁମ୍ବାଇ ସ୍ଥିତ ତାଙ୍କ ଘରକୁ ଆସିବାକୁ ନିମନ୍ତ୍ରଣ ଦେଇଥିଲେ । ଏବେ ଯେତେବେଳେ ଭାରତୀୟ ଜନତା ପାର୍ଟି ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଇଁ ନୂଆ ମୁହଁ ଖୋଜୁଛି ସେତେବେଳେ ଭାଗବତଙ୍କ ଏହି ସାକ୍ଷାତ୍‌କାରକୁ ଗୁରୁତ୍ୱପୂର୍ଣ୍ଣ ବୋଲି କୁହାଯାଉଛି । ପୂର୍ବରୁ ତ୍ରୁଣମୂଳ କଂଗ୍ରେସ ତାଙ୍କୁ ରାଜ୍ୟ ସଭାକୁ ପଠାଇଥିବା ବେଳେ ଏବେ ମିଥୁନ ଭାଜପାରେ ଯୋଗ ଦେଇ ପାରନ୍ତି ବୋଲି ଅନୁମାନ କରାଯାଉଛି । କାରଣ ଏବେକାର ସ୍ଥିତିକୁ ଦେଖିଲେ ଜଣାପଡୁଛି କି କେତେଜଣ ତ୍ରୁଣମୂଳ କଂଗ୍ରେସ ନେତା ଏବେ ଦଳ ଛାଡି ଭାଜପା ହାତ ଧରିଲେଣି । ତେଣୁ ମିଥୁନ ଯେ ଏଥିରେ ସାମିଲ ନ ହେବେ ତାହା କହିବା ମୁସ୍କିଲ ।


Enter your email to get our daily news in your inbox.

All Right Reserved By Dharitri.Com

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

ଯୁଦ୍ଧ ମଧ୍ୟରେ ପାକିସ୍ତାନରେ ହାହାକାର, ଭାରତ ଶୁଣିଲେ ହୋଇଯିବ ଖୁସି

ନୂଆଦିଲ୍ଲୀ,୨।୪: ଭାରତ ଦ୍ୱାରା ସିନ୍ଧୁ ଜଳ ଚୁକ୍ତିନାମା ବାତିଲ କରିବା ଏବଂ ନଦୀ ଜଳରେ ପାକିସ୍ତାନର ଅଂଶକୁ ଅବରୋଧ କରିବା ନିଷ୍ପତ୍ତି ଦକ୍ଷିଣ ଏସିଆରେ ଜଳ ସୁରକ୍ଷା…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri