Posted inଜାତୀୟ

ନିର୍ବାଚନ ଫଳାଫଳ ଘୋଷଣାକୁ ପୂରିଲା ମାସେ: ଭାଜପା ୨୦୨୪ ପାଇଁ କରୁଛି ଯୋଜନା; କଂଗ୍ରେସ ଅଧ୍ୟକ୍ଷ ପଦ ଏବଂ ମନ୍ଥନରେ ବ୍ୟସ୍ତ

ନୂଆଦିଲ୍ଲୀ, ୨୩।୬: ଲୋକ ସଭା ନିର୍ବାଚନ ଫଳ ପ୍ରକାଶ ପାଇବା ପରେ ଭାଜପା ନେତୃତ୍ୱରେ କେନ୍ଦ୍ରରେ ସରକାର ଗଠନ ହୋଇଛି। ମେ ୨୩ରେ ଫଳାଫଳ ପ୍ରକାଶ ପାଇଥିଲା। ଇତିମଧ୍ୟରେ ଫଳାଫଳ ଘୋଷଣାକୁ ଏକ ମାସ ପୂରିଛିି। ଏହି ସମୟ ମଧ୍ୟରେ ଭାଜପା ବିଭିନ୍ନ ଯୋଜନା ଆଧାରର ୨୦୨୪ ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛି। ସଂଗଠନକୁ କିପରି ସୁଦୃଢ଼ କରାଯିବ ସେ ନେଇ ଭାଜପା ପଦକ୍ଷେପ ଗ୍ରହଣ କରିଛି। ଏହି ସମୟ ମଧ୍ୟରେ ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ଚୟନ କାର୍ଯ୍ୟ ଶେଷ ହେବା ସହିତ ଅନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପନ୍ନ ହୋଇଛି। ଅପରପକ୍ଷରେ କଂଗ୍ରେସ ଦଳରେ ଅଧ୍ୟକ୍ଷ ପଦ ନେଇ ଆରମ୍ଭ ହୋଇଛି ଚର୍ଚ୍ଚା। ସେହିପରି ଏପର୍ଯ୍ୟନ୍ତ ମଧ୍ୟ କଂଗ୍ରେସ ମାନସ ମନ୍ଥନରୁ ବାହାରି ପାରି ନ ଥିବା ରାଜନୈତିକ ସମୀକ୍ଷକ ମତପୋଷଣ କରିଛନ୍ତି। ୨୦୧୪ରେ କଂଗ୍ରେସ ମାତ୍ର ୪୪ ଆସନ ହାତେଇଥିବାବେଳେ ୨୦୧୯ରେ ଏହା ୫୨କୁ ବୃଦ୍ଧି ପାଇଛି। ଦଳ ଗତ ପାଞ୍ଚ ବର୍ଷ ମଧ୍ୟରେ ଲୋକ ସଭାରେ ବିରୋଧୀ ଆସନ ଲାଗି ଆବଶ୍ୟକ ହେଉଥିବା ୧୦ ପ୍ରତିଶତ ଆସନ ମଧ୍ୟ ହାସଲ କରିପାରି ନାହିଁ। ବିରୋଧୀ ଦଳ ଆସନରେ ବସିବା ପାଇଁ ୫୫ ଆସନର ଆବଶ୍ୟକତା ଥିବାବେଳେ ଏହା କଂଗ୍ରେସ ପାଖରେ ନାହିଁ। ଭାଜପା ସରକାର ଯୋଜନାବଦ୍ଧ ଭାବେ ଆଗାମୀ ୫ ବର୍ଷ ପରେ ଆସୁଥିବା ନିର୍ବାଚନରେ କିଭଳି ସଫଳତା ହାସଲ କରିବେ ସେ ନେଇ ନିଜକୁ ପ୍ରସ୍ତୁତ କରୁଛନ୍ତି। ଏପରିସ୍ଥଳେ କଂଗ୍ରେସ ଅନେକ ପଛୁଆ ରହିଥିବା ରାଜନୈତିକ ସମୀକ୍ଷକ ମତପୋଷଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭରଣପୋଷଣ ଦୟା ନୁହେଁ, ସ୍ତ୍ରୀଙ୍କ ଅଧିକାର: ହାଇକୋର୍ଟଙ୍କ ଐତିହାସିକ ରାୟ

ନୂଆଦିଲ୍ଲୀ,୧୭।୨: ସ୍ତ୍ରୀଙ୍କୁ ଭରଣପୋଷଣ ଦେବା କୌଣସି ଦୟା କିମ୍ବା ଦାନ ନୁହେଁ, ବରଂ ଏହା ସେମାନଙ୍କର ଏକ ଆଇନଗତ ଅଧିକାର। ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି…

ଡିଜିଟାଲ୍ ଯୁଗରେ ବି କ୍ୟାଶ୍‌ର କମାଲ୍: ବଜାରରେ ୪୦ ଲକ୍ଷ କୋଟି ଅତିକ୍ରମ କଲା ନଗଦ ଟଙ୍କା

ନୂଆଦିଲ୍ଲୀ,୧୭।୨: ଦେଶରେ ଡିଜିଟାଲ୍ ପେମେଣ୍ଟ ବା UPI କାରବାରରେ ବ୍ୟାପକ ବୃଦ୍ଧି ପାଇବାରେ ଲାଗିଛି। ଏହାରି ମଧ୍ୟରେ ଭାରତୀୟ ଅର୍ଥନୀତିରେ ନଗଦ ଟଙ୍କାର ପ୍ରଚଳନ ଏକ ନୂଆ…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ପାକିସ୍ତାନ ପାଇଁ BCCI ସହିବ କ୍ଷତି! ଭାରତରୁ ଛଡ଼ାଇ ନିଆଯାଇପାରେ ବଡ଼ ଟୁର୍ଣ୍ଣାମେଣ୍ଟ

ନୂଆଦିଲ୍ଲୀ,୧୭।୨: କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ଚିନ୍ତାଜନକ ଖବର। ଭାରତ ଓ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ସୀମା ବିବାଦର ପ୍ରଭାବ ଏବେ କ୍ରିକେଟ୍ ମୈଦାନ ଉପରେ…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri