Posted inରାଜ୍ୟ

ନିର୍ବାଚନ ସମୟରେ ୩ ଦିନ ସ୍କୁଲ ବନ୍ଦ: ବିଦ୍ୟାଳୟରେ ତାଲା ପକାଇଲେ ଅଭିଭାବକ

ମହାକାଳପଡା,୨୩ା୭(ଡି.ଏନ୍‌.ଏ.)- ପାଟକୁରାରେ ନିର୍ବାଚନ ପାଇଁ ମହାକାଳପଡା ବ୍ଲକର ଏକ ବିଦ୍ୟାଳୟ ୩ ଦିନ ବନ୍ଦ ରହିଥିଲା। ଏହାକୁ ବିରୋଧ କରି ଅଭିଭାବକମାନେ ସୋମବାର ସମ୍ପୃକ୍ତ ବିଦ୍ୟାଳୟରେ ତାଲା ପକେଇ ଦେଇଥିଲେ। ପୋଲିସର ଏକ ଟିମ୍‌ ପହଞ୍ଚତ୍ ସମସ୍ୟାର ସମାଧାନ କରିବା ପରେ ତାଲା ଖୋଲାଯାଇଥିଲା।
ସୂଚନାଯୋଗ୍ୟ, ପାଟକୁରା ବିଧାନସଭା ଆସନ ପାଇଁ ଗତ ୨୦ ତାରିଖରେ ମତଦାନ ଥିଲା। ନିର୍ବାଚନରେ ସହଯୋଗ କରିବା ପାଇଁ ଏହି ବ୍ଲକର ବଡ଼ହି ପଞ୍ଚାୟତ ଅନ୍ତର୍ଗତ ରାମଚନ୍ଦ୍ରପୁରର ଉତ୍ସବେଶ୍ୱର ହାଇସ୍କୁଲକୁ ୧୮ରୁ ୨୦ ତାରିଖ ପର୍ଯ୍ୟନ୍ତ ବନ୍ଦ କରିଦିଆଯାଇଥିଲା। ବିଦ୍ୟାଳୟର ସମସ୍ତ ଶିକ୍ଷୟିତ୍ରୀ,ଶିକ୍ଷକ ଓ କର୍ମଚାରୀମାନେ ସରକାରୀ ନିୟମ ଅନୁସାରେ ଏହି ସମୟରେ ନିର୍ବାଚନ ଦାୟିତ୍ୱରେ ନିୟୋଜିତ ଥିଲେ ବୋଲି ପ୍ରଧାନ ଶିକ୍ଷକ କହିଛନ୍ତି। ବିଦ୍ୟାଳୟର ସମସ୍ତ କର୍ମଚାରୀଙ୍କୁ କିପରି ବିଧାନସଭା ନିର୍ବାଚନ କାର୍ଯ୍ୟରେ ନିୟୋଜିତ କରାଗଲା ସେନେଇ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଏହି ସ୍କୁଲରେ ନବମ ଓ ଦଶମ ଶ୍ରେଣୀରେ ୬୯ ଜଣ ଛାତ୍ରୀଛାତ୍ର ଅଧ୍ୟୟନ କରୁଥିବା ବେଳେ ପିଲାଙ୍କ ଭବିଷ୍ୟତ ଦୃଷ୍ଟି ଦିଆଯାଇନାହିଁ ବୋଲି ଅଭିଭାବକମାନେ ଅଭିଯୋଗ କରି ବିଦ୍ୟାଳୟରେ ତାଲା ପକେଇଦେଇଥିଲେ। ଖବରପାଇ ଜିଲା ଶିକ୍ଷା ଅଧିକାରିଣୀ କଳ୍ପନା ବେହେରା ପ୍ରଧାନ ଶିକ୍ଷକଙ୍କ ସହ ଆଲୋଚନା କରିଥିଲେ। ପରେ ତନ୍ତିଆପାଳ ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିବା ପରେ ବିଦ୍ୟାଳୟର ତାଲା ଖୋଲାଯାଇଥିଲା। ଏସମ୍ପର୍କରେ କେନ୍ଦ୍ରାପଡା ଜିଲାପାଳ ସମର୍ଥ ବର୍ମା କହିଛନ୍ତି,ବିଦ୍ୟାଳୟ ବନ୍ଦ ହେବା ସମ୍ପର୍କରେ ସୂଚନା ମିଳିଛି। ଏନେଇ ତଦନ୍ତ କରାଯିବା ପରେ ଆଗାମୀ କାର୍ଯ୍ୟାନୁଷ୍ଠାନ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

‘ସ୍ତ୍ରୀ ମୋତେ ବହୁତ ମାନସିକ ନିର୍ଯାତନା…’, ଆତ୍ମହତ୍ୟା ପୂର୍ବରୁ ଭିଡିଓ କରି ଝୁଲିପଡ଼ିଲେ ଯୁବକ

ଲକ୍ଷ୍ନୌ,୩୦।୯: ଉତ୍ତରପ୍ରଦେଶର ଗ୍ରେଟର ନୋଏଡାର ବିସରଖ ଥାନା ଅଞ୍ଚଳରେ ଜଣେ ୨୫ ବର୍ଷୀୟ ଯୁବକ ଫାଶୀ ଲଗାଇ ଆତ୍ମହତ୍ୟା କରିଥିବା ଘଟଣା ସାମ୍ନାକୁ ଆସିଛି । ମୃତକଙ୍କ…

୩୮ ବର୍ଷୀୟ ଉମେଶ ଯାଦବଙ୍କୁ ସୁଯୋଗ ଦେଲା ଶୁଭମନ ଗିଲଙ୍କ ଟିମ୍, ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କଲା ନିଷ୍ପତ୍ତି!

ନୂଆଦିଲ୍ଲୀ,୩୦ା୯: ଭାରତୀୟ କ୍ରିକେଟ ଦଳର ଅଭିଜ୍ଞ ଦ୍ରୁତ ବୋଲର ଉମେଶ ଯାଦବ ୩୮ ବର୍ଷ ବୟସରେ ଏକ ନୂଆ ଦଳରୁ ଖେଳିବାର ସୁଯୋଗ ପାଇଛନ୍ତି। ଆଗାମୀ ଘରୋଇ…

ମହଙ୍ଗା ପଡିଲା ମୋଡିଫାଏଡ୍ ସାଇଲେନ୍ସର ଲଗାଇବା! ଟାଉନ୍ ଥାନା ପୋଲିସର ଚଢ଼ାଉ, ୭ ବାଇକ୍ ଜବତ

ଭବାନୀପାଟଣା,୩୦।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ବଢ଼ୁଥିବା ଶବ୍ଦ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ଏବଂ ମୋଟର ଯାନ ଆଇନର କଡ଼ାକଡ଼ି ପାଳନ ଲକ୍ଷ୍ୟରେ ସ୍ଥାନୀୟ…

ଲିଫ୍ଟ ମାଗି ବାଇକରେ ବସିଲେ; ରାସ୍ତାରେ ମାଡ଼ ମାରି ଟଙ୍କା-ବ୍ରେସଲେଟ୍ ଲୁଟିନେଲେ ଦୁର୍ବୃତ୍ତ, ଥାନାରେ ଏତଲା

ଦିଗପହଣ୍ଡି,୩୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ହାଇସ୍କୁଲ ନିକଟରେ ଲୁଟ୍ ହୋଇଥିବା ନେଇ ଅଭିଯୋଗ ହୋଇଛି । ବୁଗୁଡ଼ା ଥାନା କଞ୍ଚୁରୁ…

କେନ୍ଦ୍ରାପଡ଼ାରେ ଗୁରୁ-ଶିଷ୍ୟା ସମ୍ପର୍କରେ କଳଙ୍କ: ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ, ନୃତ୍ୟ ଶିକ୍ଷକ ଗିରଫ

ଡେରାବିଶ, ୩୦।୯(ବେବର୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ନିକିରେଇ ଥାନା ଅନ୍ତର୍ଗତ ଡେରାବିଶ ବ୍ଳକ ଅଂଚଳର ଏକ ବିଦ୍ୟାଳୟର ନୃତ୍ୟ ଶିକ୍ଷକ ଜଣେ ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ…

ଫସଲ କ୍ଷୟକ୍ଷତି ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି

ଛତ୍ରପୁର,୩୦ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଲଘୁଚାପଜନିତ ବର୍ଷାରେ ଗଞ୍ଜାମ ଜିଲାର ବହୁ ଚାଷୀ କ୍ଷତିଗ୍ରସ୍ତ ହୋଇଥିବାରୁ କ୍ଷୟକ୍ଷତିର ସଠିକ୍‌ ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି କରିଛି…

ବାଲିଗୁଡ଼ାରେ ଓଡ଼ିଶା ବନ୍ଦ ଡାକରା ବିଫଳ: ଖୋଲା ରହିଲା ଦୋକାନ ବଜାର, ଗଡ଼ିଲା ଗାଡ଼ିମୋଟର

ବାଲିଗୁଡ଼ା,୩୦ା୯(ସଞ୍ଜୟ କୁମାର ପାଣିଗ୍ରାହୀ): ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକର ପ୍ରଭାବ ବାଲିଗୁଡ଼ାରେ ପରିଲକ୍ଷିତ ହୋଇନାହିଁ। ବନ୍ଦ ସତ୍ତ୍ୱେ ସହରରେ ସ୍ବାଭାବିକ…

ପୋତି ହୋଇଗଲାଣି ଶିଳାନ୍ୟାସ ଫଳକ, ମହାଗୁଡ଼ା-ସରପଡ଼ା ସେତୁ କାମ ସରିବାର ନାଁ ଧରୁନି

ଭଞ୍ଜନଗର,୩୦ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ଲୋହରାଖଣ୍ଡି ନଦୀ ଉପରେ ନିର୍ମାଣାଧୀନ ମହାଗୁଡ଼ା-ସରପଡ଼ା ସେତୁ କାମ ମନ୍ଥର ଗତିରେ ଚାଲିଛି। ନିର୍ଦ୍ଧାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?