ନିର୍ବାହୀ ଅଧିକାରୀଙ୍କୁ ସହର, ବିଡିଓଙ୍କୁ ଗାଁ ଦାୟିତ୍ୱ

ଅନୁଗୋଳ ଅଫିସ୍‌, ୧୬।୩:  କରୋନା ଭୂତାଣୁ ସଂକ୍ରମଣକୁ ଦୃଷ୍ଟିରେ ରଖି ରବିବାର ପୂର୍ବାହ୍ନରେ ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ତାଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ଏକ ଜରୁରୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାକୁ ଆସୁଥିବା ପର୍ଯ୍ୟଟକଙ୍କ ଉପରେ କଡ଼ା ନଜର ରଖିବା ଉପରେ ବିଶେଷ ଗୁରୁତ୍ୱ ଦିଆଯାଇଛି। ଏଥିପାଇଁ ନିର୍ବାହୀ ଅଧିକାରୀ ଓ ବିଡିଓଙ୍କୁ ସ୍ବତନ୍ତ୍ର ଭାବେ ଦାୟିତ୍ୱ ପ୍ରଦାନ କରାଯାଇଛି। ଏଥିସହ ଆବଶ୍ୟକସ୍ଥଳେ ସନ୍ଦିଗ୍ଧଙ୍କୁ ଆଶ୍ରୟସ୍ଥଳ(କ୍ବାରେଣ୍ଟାଇନ୍‌)ରେ ରଖିବା ପାଇଁ ବିଭିନ୍ନ ବିଦ୍ୟାଳୟଗୁଡିକୁ ଚିହ୍ନଟ କରିବାକୁ ସେ କହିଛନ୍ତି।
ସହର କିମ୍ବା ବିଦେଶରୁ ଆସୁଥିବା ଲୋକଙ୍କ ବିଷୟରେ ପ୍ରତି ବ୍ଲକର ବିଡିଓମାନେ ତଥ୍ୟ ସଂଗ୍ରହ କରିବେ। ଗ୍ରାମାଞ୍ଚଳକୁ ଆସୁଥିବା ପର୍ଯ୍ୟଟକମାନଙ୍କ ସମ୍ପର୍କରେ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଓ ଉପଜିଲାପାଳମାନଙ୍କୁ ଜଣାଇବାକୁ ବିଡିଓଙ୍କୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ସହରକୁ ଆସିଥିବା ପର୍ଯ୍ୟଟକଙ୍କ ତଥ୍ୟ ସଂଗ୍ରହ କରିବାକୁ ନିର୍ବାହୀ ଅଧିକାରୀଙ୍କୁ ଦାୟିତ୍ୱ ଦିଆଯାଇଛି। କିଏ କେଉଁଠାରୁ ଆସିଛନ୍ତି, ତାଙ୍କର ସ୍ବାସ୍ଥ୍ୟାବସ୍ଥା କିପରି ରହିଛି ଏହାର ତଥ୍ୟ ସିଡିଏମ୍‌ଓ ଓ ଉପଜିଲାପାଳଙ୍କୁ ପ୍ରଦାନ କରାଯିବ। ଏଥିସହ କ୍ବାରେଣ୍ଟାଇନ୍‌ରେ ରଖିବାକୁ ବିଭିନ୍ନ ବିଦ୍ୟାଳୟକୁ ଚିହ୍ନଟ କରାଯିବ। ବିଦ୍ୟାଳୟଗୁଡ଼ିକରେ ଶୌଚାଳୟ, ପାନୀୟ ଜଳ ଓ ବିଦ୍ୟୁତ ସେବାର ବ୍ୟବସ୍ଥା କରିବାକୁ ମଧ୍ୟ ସ୍ଥିର କରାଯାଇଛି। ବାହାରୁ ଆସୁଥିବା ଲୋକଙ୍କର ଡାକ୍ତରୀ ପରୀକ୍ଷା ପାଇଁ ଏକ ଦଳ ସର୍ବଦା ପ୍ରସ୍ତୁତ ହୋଇ ରହିବେ। ବ୍ଲକସ୍ତରରେ ପ୍ରତି ପଞ୍ଚାୟତରେ ଟାକ୍ସ ଫୋର୍ସ କମିଟି ଗଢ଼ାଯାଇ ଗ୍ରାମାଞ୍ଚଳ ଲୋକଙ୍କ ଉପରେ ନଜର ରଖାଯିବ। ଜରୁରୀ ଅବସ୍ଥା ସୃଷ୍ଟି ହେଲେ ତୁରନ୍ତ ପଞ୍ଚାୟତ ବୈଠକ ଡାକି ଲୋକ ପ୍ରତିନିଧିମାନଙ୍କ ସହାୟତାରେ ଜନସାଧାରଣଙ୍କୁ ସଚେତନ କରିବାକୁ ବ୍ୟବସ୍ଥା କରାଯିବ ବୋଲି ପ୍ରଶାସନ ପକ୍ଷରୁ ଯୋଜନା କରାଯାଇଛି। ଶନିବାର ଠାରୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶକ୍ରମେ ଜିଲାରେ ଥିବା ୧୧ଟି ସିନେମା ହଲ୍‌ ଓ ଜିମ୍‌ ସେଣ୍ଟରଗୁଡ଼ିକୁ ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଜିଲାରେ ଥିବା ସମସ୍ତ ଟ୍ୟୁଟୋରିଆଲ୍‌, ସୁଇମିଂପୁଲ ଗୁଡ଼ିକ ମଧ୍ୟ ବନ୍ଦ କରାଯିବାକୁ ନିର୍ଦ୍ଦେଶନାମା ଜାରି କରାଯାଇଛି। ଏଥିସହ ସାମାଜିକ ଉତ୍ସବରେ ଜନସାଧାରଣଙ୍କ ସମାବେଶ ନ ହେବାକୁ ସଚେତନ କରାଯିବାକୁ ନିର୍ଦ୍ଦେଶ ରହିଛି। ସହରାଞ୍ଚଳରେ ପୌର ଅଧିକାରୀଙ୍କୁ ଏହି ଦାୟିତ୍ୱ ଦିଆଯାଇଥିବାବେଳେ ବିଭିନ୍ନ ବ୍ଲକରେ ବିଡିଓମାନେ ଏହି କାର୍ଯ୍ୟ କରିବେ। ଯେଉଁମାନେ ଦାୟିତ୍ୱରେ ଖିଲାପ କରିବେ ସେମାନଙ୍କ ବିରୋଧରେ ଫୌଜଦାରି ମାମଲା ରୁଜୁ କରାଯିବ ବୋଲି ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଅନ୍ୟପକ୍ଷରେ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର ପ୍ରତାପ କୁମାର ବେହେରାଙ୍କ ଅଧ୍ୟକ୍ଷତାରେ ଏକ ସ୍ବତନ୍ତ୍ର ଡାକ୍ତରୀଦଳ ସଜାଗ ରହିଥିବା ସୂଚନା ମିଳିଛି। ଏହି ବୈଠକରେ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଅତୁଲ୍ୟ କୁମାର ଚମ୍ପତିରାୟଙ୍କ ସମେତ ଜିଲାର ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଓ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ଆମ୍ବୁଲାନ୍ସ ମିଳିଲାନି, ମା’ଙ୍କ ମୃତଦେହକୁ ଷ୍ଟ୍ରେଚରରେ ଟାଣି ଘରକୁ ନେଲେ ପୁଅ

ପାଟନା,୮।୧୨: ବିହାରର ନାୱାଦା ଜିଲାରେ ମାନବିକତାକୁ ଲଜ୍ଜା ଦେବା ଭଳି ଏକ ଘଟଣା ସାମ୍ନାକୁ ଆସିଛି। ଆମ୍ବୁଲାନ୍ସ ନ ମିଳିବାରୁ ଜଣେ ପୁଅ ରାତି ଅଧରେ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

୮ମ ବେତନ କମିଶନ ଉପରେ ଆସିଲା ବଡ଼ ଅପଡେଟ୍: ଉପକୃତ ହେବେ ଏତିକି କର୍ମଚାରୀ ଓ ପେନସନଭୋଗୀ

ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri