Posted inଜାତୀୟ

ନିର୍ଭୟା ଦୋଷୀଙ୍କୁ ନୂଆ ଡେଥ୍‌ ଓ୍ବାରେଣ୍ଟ ଉପରେ ଜବାବ ମାଗିଲେ ତଳ କୋର୍ଟ: କେନ୍ଦ୍ର ପିଟିଶନର ଶୁଣାଣି ଆଜି

ନୂଆଦିଲ୍ଲୀ,୭-୨(ପି.ଟି.):ବହୁଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ଓ ହତ୍ୟା ମାମଲାର ୪ ଦୋଷୀଙ୍କ ଭାଗ୍ୟ ସୁପ୍ରିମକୋର୍ଟରେ ଶୁକ୍ରବାର ନିର୍ଦ୍ଧାରଣ ହୋଇପାରେ। କାରଣ ସେମାନଙ୍କୁ ପୃଥକ୍‌ ପୃଥକ୍‌ ଭାବେ ଫାଶୀ ଦିଆଯାଇ ପାରିବ ନାହିଁ ବୋଲି ଦିଲ୍ଲୀ ହାଇକୋର୍ଟ ଶୁଣାଇଥିବା ରାୟକୁ ଚ୍ୟାଲେଞ୍ଜ କରି କେନ୍ଦ୍ର ସରକାର ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସର୍ବୋଚ୍ଚ ଅଦାଲତ ଶୁକ୍ରବାର ଏହାର ଶୁଣାଣି କରିବାକୁ ରାଜି ହୋଇଛନ୍ତି।
କେନ୍ଦ୍ର ସରକାରଙ୍କ ପକ୍ଷରୁ ମାମଲା ପରିଚାଳନା କରୁଥିବା ଅତିରିକ୍ତ ସଲିସିଟର ଜେନେରାଲ (ଏଏସ୍‌ଜି) କେ.ଏମ୍‌. ନଟରାଜ ଗୁରୁବାର ଏହି ଆବେଦନର ଜରୁରୀ ଶୁଣାଣି ପାଇଁ ସୁପ୍ରିମକୋର୍ଟଙ୍କୁ ଅନୁରୋଧ କରିଥିଲେ। ଜଷ୍ଟିସ୍‌ ଏନ୍‌.ଭି. ରମନ୍ନା, ସଞ୍ଜୀବ ଖାନ୍ନା ଓ କ୍ରିଷ୍ଣା ମୁରାରିଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହାର ବିଚାର କରିବେ। ଏଏସ୍‌ଜି ନଟରାଜ ଖଣ୍ଡପୀଠଙ୍କୁ ଅବଗତ କରାଇଥିଲେ ଯେ, ଦୋଷୀ ବିନୟ ଶର୍ମା(୨୬), ମୁକେଶ ସିଂ(୩୨), ଅକ୍ଷୟ ସିଂ(୩୧) ଓ ପବନ ଗୁପ୍ତା(୨୫)ଙ୍କ ରିଭ୍ୟୁ ପିଟିଶନ ଖାରଜ ହୋଇସାରିଛି। ସେହିପରି ୩ ଦୋଷୀଙ୍କ କ୍ୟୁରେଟିଭ୍‌ ପିଟିଶନ ଓ ରାଜକ୍ଷମା ଆବେଦନ ମଧ୍ୟ ରଦ୍ଦ ହୋଇସାରିଛି। ଏହାସତ୍ତ୍ୱେ ତିହାର ଜେଲ କର୍ତ୍ତୃପକ୍ଷ ସେମାନଙ୍କୁ ଫାଶୀ ଦେବାରେ ସକ୍ଷମ ନୁହନ୍ତି। ତେଣୁ ଦୋଷୀଙ୍କୁ ପୃଥକ୍‌ ପୃଥକ୍‌ ଭାବେ ଫାଶୀ ଦେବା ପାଇଁ ଅନୁମତି ମିଳୁ ବୋଲି ସେ ଅନୁରୋଧ କରିଛନ୍ତି।
ପ୍ରକାଶ ଯେ, ଦିଲ୍ଲୀ ହାଇକୋର୍ଟ ସମସ୍ତ ଦୋଷୀଙ୍କୁ ଏକସଙ୍ଗେ ଫାଶୀଖୁଣ୍ଟରେ ଝୁଲାଇବା ପାଇଁ ବୁଧବାର ସ୍ପଷ୍ଟ କରିଥିଲେ। କିନ୍ତୁ ସେମାନଙ୍କୁ ସପ୍ତାହେ ମଧ୍ୟରେ ସମସ୍ତ ଆଇନଗତ ବିକଳ୍ପ ଆପଣାଇବା ଲାଗି ନିର୍ଦ୍ଦେଶ ଦେଇଥିଲେ। ଯଦି ଦୋଷୀମାନେ ୭ ଦିନ ମଧ୍ୟରେ କୌଣସି ପିଟିଶନ ଦାଏର କରିବାକୁ ନ ଚାହାନ୍ତି ତେବେ ସମ୍ପୃକ୍ତ ସଂସ୍ଥା/ଅଧିକାରୀମାନେ ବିଳମ୍ବ ନ କରି ଆବଶ୍ୟକ ପଦକ୍ଷେପ ନେବେ ବୋଲି ହାଇକୋର୍ଟ ରାୟ ଦେଇଥିଲେ। ଏହାର କିଛି ସମୟ ପରେ କେନ୍ଦ୍ର ଓ ଦିଲ୍ଲୀ ସରକାର ସୁପ୍ରିମକୋର୍ଟରେ ହାଇକୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ କରିଥିଲେ। ପ୍ରକାଶ ଯେ, ଦୋଷୀଙ୍କୁ ଫାଶୀ ଦେବା ପାଇଁ ପ୍ରଥମେ ଜାନୁୟାରୀ ୨୨ ଓ ପରେ ଫେବୃୟାରୀ ୧ରେ ଡେଥ୍‌ ଓ୍ବାରେଣ୍ଟ ଜାରି ହୋଇଥିଲା। ଦୋଷୀଙ୍କ ଓକିଲ ଏହାକୁ ଚ୍ୟାଲେଞ୍ଜ କରିବା ପରେ ପଟିଆଲା ହାଉସ୍‌ କୋର୍ଟ ଡେଥ୍‌ ଓ୍ବାରେଣ୍ଟ ଉପରେ ସ୍ଥଗିତାଦେଶ ଜାରି କରିଥିଲେ। ଇତିମଧ୍ୟରେ ଗୁରୁବାର ତିହାର ଜେଲ୍‌ କର୍ତ୍ତୃପକ୍ଷ ପଟିଆଲା ହାଉସ୍‌ କୋର୍ଟରେ ଆଉ ଏକ ପିଟିଶନ ଦାଏର କରିଛନ୍ତି। ରାଷ୍ଟ୍ରପତି ୩ ଦୋଷୀଙ୍କ ରାଜକ୍ଷମା ଆବେଦନକୁ ଖାରଜ କରିସାରିଛନ୍ତି ଏବଂ ଚତୁର୍ଥ ଦୋଷୀ ପବନଙ୍କ କୌଣସି ପିଟିଶନ ବିଚାରାଧୀନ ନ ଥିବାରୁ ତୁରନ୍ତ ସେମାନଙ୍କ ବିରୋଧରେ ଡେଥ୍‌ ଓ୍ବାରେଣ୍ଟ ଜାରି କରିବା ପାଇଁ ତିହାର ଜେଲ କର୍ତ୍ତୃପକ୍ଷ ଅନୁରୋଧ କରିଛନ୍ତି। ଅତିରିକ୍ତ ସେସନ୍ସ ଜଜ୍‌ ଧର୍ମେନ୍ଦ୍ର ରାଣା ଉକ୍ତ ଆବେଦନ ଉପରେ ଶୁକ୍ରବାର ସୁଦ୍ଧା ଜବାବ ଦାଖଲ ପାଇଁ ସମସ୍ତ ଦୋଷୀଙ୍କୁ ନୋଟିସ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୬ରେ ଶ୍ରୀଗୁଣ୍ଡିଚା ରଥଯାତ୍ରା: ଗଞ୍ଜାମରେ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ

ଗଞ୍ଜାମ,୮।୭(ବିଦ୍ୟାଧର ସାହୁ ): ଆସନ୍ତା ସପ୍ତାହ ତଥା ଜୁଲାଇ ୧୬ରେ ବିଶ୍ୱ ପ୍ରସିଦ୍ଧ ଶ୍ରୀଗୁଣ୍ଡିଚା ରଥଯାତ୍ରା । ପ୍ରତିବର୍ଷ ଶ୍ରୀକ୍ଷେତ୍ର ପୁରୀରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଏହି ଘୋଷଯାତ୍ରା…

ଜୁଆ ଆଡ୍ଡା ଉପରେ ଚଢ଼ାଉ: ୨ ଗିରଫ, ଏକାଧିକ ଚମ୍ପଟ

ଦାରିଙ୍ଗବାଡି, ୮।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ପଞ୍ଚାୟତ ଆଡକି ଜଙ୍ଗଲରେ ମଙ୍ଗଳବାର ବିଳମ୍ବିତ ରାତ୍ରିରେ ଏକ ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ…

କେସିଙ୍ଗା ଏନଏସିରୁ ବାଦ ପଡିଲେ ୧୪୩୨ ଭୋଟର: ସୂଚନା ଦେଲେ ଅଧିକାରୀ

କେସିଙ୍ଗା,୮।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାରେ ସ୍ବତନ୍ତ୍ର ସଘନ ସଂଶୋଧନ-୨୦୨୬ର ଭୋଟର୍ସଙ୍କ ତାଲିକା ଲିଷ୍ଟ ଇତି ମଧ୍ୟରେ ପ୍ରକାଶ ପାଇଛି। କେସିଙ୍ଗା ଏନଏସିର ସର୍ବମୋଟ ୧୪ହଜାର୮୬୮ ଜଣ ଭୋଟର…

ଯବାନଙ୍କ ସର୍ଚ୍ଚ ଅପରେଶନ ବିପୁଳ ପରିମାଣ ମାଓବାଦୀ ସାମଗ୍ରୀ ଜବତ

ନୂଆପଡ଼ା,୮।୭ (ମକାରୁ ବେମାଲ): ୨୦୨୬ ମାର୍ଚ୍ଚ ୩୧ରେ ସାରା ଦେଶକୁ ମାଓବାଦୀ ମୁକ୍ତ ଘୋଷଣା କରାଯାଇଥିଲା। ସେହି ଦିନଠାରୁ ମାଓବାଦୀ ଗତିବିଧି ଜଣାପଡି ନ ଥିଲା। ହେଲେ…

ନେହା ଡାଗା ରାଜ୍ୟ ମହିଳା ମୋର୍ଚ୍ଚା ସଭାନେତ୍ରୀ

ନୂଆପଡ଼ା,୮।୭ (ମକାରୁ ବେମାଲ) : ନୂଆପଡା ଜିଲା ଖରିଆର ରୋଡ ପାର୍ଶ୍ୱନାଥ (ଜୈନ) ଭବନଠାରେ ଭାରତୀୟ ଜନତା ମଜଦୁର ସେଲ୍‌ (ବିଜେଏମ୍‌ସି) ଓଡ଼ିଶା ରାଜ୍ୟ କମିଟି ପକ୍ଷରୁ…

ଲୋକଙ୍କ ଘରେ ପଶିଲା ମଇଳା ପାଣି, ଡ୍ରେନେଜ ସମସ୍ୟା ନେଇ ଜିଲାପାଳଙ୍କୁ …

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ପୌର ପରିଷଦ ଅଞ୍ଚଳରେ ଡ୍ରେନେଜ ସମସ୍ୟା ସଙ୍ଗୀନ ହୋଇପଡ଼ିଛି। ଗତ କିଛିଦିନ ବର୍ଷା ଲାଗି ରହିବାରୁ ବିଭିନ୍ନ ୱାର୍ଡ଼ ଜଳମଗ୍ନ ହେବା ସହିତ…

ସରକାରୀ ଜମିରେ ବନବିଭାଗର ବୃକ୍ଷରୋପଣ ଉଦ୍ୟମ: ଗ୍ରାମବାସୀଙ୍କ ତୀବ୍ର ବିରୋଧ, ଗାଁ ମୁଣ୍ଡ ରାସ୍ତାରେ ଦେଲେ ଧାରଣା

ମହାକାଳପଡ଼ା,୮।୭( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ସ୍ଥାନୀୟ କଣ୍ଡରା ପାଟିଆ ଗ୍ରାମ ଜୋରୀ…

ଜୀରାନଦୀରେ ରିଂ ରୋଡ୍‌ ନିର୍ମାଣ: ସମୟ ଗଡ଼ୁଛି, ବର୍ଷାରେ ଧୋଇ ଯାଉଛି

ବରଗଡ଼,୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠରେ ପ୍ରବାହିତ ଜୀରାନଦୀ ପାର୍ଶ୍ୱରେ ରିଂ ରୋଡ୍‌ ନିର୍ମାଣ ଚାଲିଛି। ବର୍ଷା ଓ ବନ୍ୟା ସମୟରେ ସହରକୁ ଜଳ ପ୍ଳାବନରୁ ରକ୍ଷା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri