Posted inଜାତୀୟ

ନିର୍ଭୟା ଦୋଷୀଙ୍କୁ ଫାଶୀ ଦେବାକୁ ଆଜି ତିହାର ଜେଲ ପହଞ୍ଚିପାରନ୍ତି ଜହ୍ଲାଦ

ନୂଆଦିଲ୍ଲୀ,୩୦।୧: ବହୁଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ମାମଲାରେ ଦୋଷୀଙ୍କୁ ଫାଶୀ ଦେବାର ସମୟ ପାଖେଇ ଆସୁଥିବା ବେଳେ ଏହାକୁ ନେଇ ନୂଆ ନୂଆ ଖବର ବି ସାମ୍ନାକୁ ଆସୁଛି। ଫେବୃୟାରୀ ୧ ସକାଳ ୬ଟାରେ ଉକ୍ତ ମାମଲାର ୪ ଦାଷୀଙ୍କୁ ଫାଶୀ ଦେବାକୁ କୋର୍ଟ ନିର୍ଦ୍ଦେଶ ଦେଇଥିବା ବେଳେ ଏହାକୁ ନେଇ ଏବେ ବଢି ଚାଲିଛି କଳ୍ପନାଜଳ୍ପନା। ତେବେ ସମୟ ପାଖେଇ ଆସୁଥିବାରୁ ଗୁରୁବାର ଦୋଷୀଙ୍କୁ ଫାଶୀ ଦେବା ଲାଗି ଜହ୍ଲାଦ ପବନ ଗୁରୁବାର ତିହାର ଜେଲ ପହଞ୍ଚିବେ ବୋଲି ଜଣାପଡିଛି। ଏପଟେ ଫାଶୀରୁ ବଞ୍ଚିବା ପାଇଁ ଦୋଷୀମାନେ ଗୋଟିଏ ପରେ ଗୋଟିଏ କ୍ଷମା ଆବେଦନ କରି ଚାଲିଛନ୍ତି। ନିକଟରେ ଦୋଷୀ ମୁକେଶ କୁମାର ସିଂଙ୍କ କ୍ଷମା ଆବେଦନ ସୁପ୍ରିମକୋର୍ଟରେ ଖାରଜ ହେବା ପରେ ଏବେ ବିନୟ ରାଷ୍ଟ୍ରପତିଙ୍କ ନିକଟରେ ତାଙ୍କର କ୍ଷମା ଆବେଦନ କରିଛନ୍ତି। ଏହାକୁ ଦେଖିବା ପରେ ପୁଣିଥରେ ଅନୁମାନ କରାଯାଉଛି କି ୧ ଫେବୃୟାରୀକୁ ଦିଆଯିବାକୁ ଥିବା ଫାଶୀ ହୁଏତ ଘୁଞ୍ଚିଯାଇପାରେ। ଯଦିବି ଏହା ଘୁଞ୍ଚିଯାଏ ତେବେ ତିହାର ଜେଲ ପହଞ୍ଚିଥିବା ଜହ୍ଲାଦ ପବନ ସେଠାରେ ରହି ଫାଶୀର ଡମି ପ୍ରାକ୍ଟିସ କରିବେ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

୨୧୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା

ଦିଗପହଣ୍ଡି/ପାଟପୁର,୨୦ା୨(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଅଭିଯାନ ଓ ଜିଲା ଦୃଷ୍ଟି ବାଧିତ ନିୟନ୍ତ୍ରଣ କାର୍ଯ୍ୟାଳୟ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ସୁରେନ୍ଦ୍ର ସାଏ…

ଏଣିକି ନିଜ ଲଢ଼େଇ ନିଜର

ଦିଗପହଣ୍ଡି,୨୦ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଛାତ୍ରୀ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇଛି। ଅଧ୍ୟାପିକା ଅଞ୍ଜଳୀ ମଣ୍ଡଳଙ୍କ ସଂଯୋଜନାରେ ଅନୁଷ୍ଠିତ ଉଦଘାଟନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri