‘ନିର୍ଭୟା ଭଳି କୁନ୍ଦୁଲି ପୀଡ଼ିତାଙ୍କ ଅଭିଯୁକ୍ତଙ୍କୁ ଦଣ୍ଡ ମିଳୁ’

ଜୟପୁର,୨୧ା୩(ନି.ପ୍ର.) ନିର୍ଭୟା ମାମଲାରେ ଫାଶୀ ଦିଆଯିବା ପରେ ଏହାର ବିଚାର କରିଥିବା ବିଚାରପତିଙ୍କୁ ଧନ୍ୟବାଦ ଜଣାଇଛନ୍ତି କୁନ୍ଦୁଲି ପୀଡ଼ିତାଙ୍କ ସମ୍ପର୍କୀୟ। ପୀଡ଼ିତାଙ୍କ ଖୁଡ଼ୀ କହିଛନ୍ତି, ନିର୍ଭୟାଙ୍କ ଆତ୍ମାକୁ ଏବେ ଶାନ୍ତି ମିଳିଲା, ସେଥିରେ ସେ ଖୁସି। କିନ୍ତୁ ୩ ବର୍ଷ ବିତିବା ପରେ ମଧ୍ୟ ତାଙ୍କ ଝିଆରୀଙ୍କୁ ଗଣବଳାତ୍କାର କରିଥିବା ଅଭିଯୁକ୍ତ ଧରାପଡ଼ିନାହାନ୍ତି। ରାଜ୍ୟ ସରକାରଙ୍କ ପାଖରୁ ଆଶା ନାହିଁ, କେନ୍ଦ୍ର ସରକାର ଚାହିଁଲେ ନ୍ୟାୟ ଦେଇପାରିବେ ବୋଲି ସେ କହିଛନ୍ତି। ନିର୍ଭୟାଙ୍କ ମା’-ବାପାଙ୍କୁ ଯେପରି ଶାନ୍ତି ମିଳିଲା, କୁନ୍ଦୁଲି ପୀଡ଼ିତାଙ୍କ ଅଭିଯୁକ୍ତଙ୍କୁ ଧରି ଦଣ୍ଡ ଦେଇଥିଲେ ପୀଡ଼ିତାର ଆତ୍ମାକୁ ମଧ୍ୟ ଶାନ୍ତି ମିଳନ୍ତା। ସେମାନେ ଗରିବ ଲୋକ ବୋଲି ସେମାନଙ୍କୁ ନ୍ୟାୟ ମିଳିପାରୁ ନାହିଁ। ତଦନ୍ତରେ କିଛି ସୁଫଳ ମିଳୁନାହିଁ। ରାଜ୍ୟ ସରକାର ଗୁରୁତ୍ୱ ଦେଉ ନ ଥିବାରୁ ଏଯାବତ୍‌ ଅଭିଯୁକ୍ତ ଚିହ୍ନଟ ହୋଇପାରୁ ନାହାନ୍ତି। ପୂର୍ବରୁ କହୁଥିଲୁ, ଏବେ ମଧ୍ୟ ସିବିଆଇ ଦାବି କରୁଛି ବୋଲି ପୀଡ଼ିତାଙ୍କ ଖୁଡ଼ୀ କହିଛନ୍ତି। ଉଲ୍ଲେଖଯୋଗ୍ୟ, ୨୦୧୭ ଅକ୍ଟୋବର ୧୦ରେ ୪ ଜଣ ଦୁର୍ବୃତ୍ତ ଯବାନ ପୋଷାକରେ କୁନ୍ଦୁଲିରେ ଜଣେ ନବମ ଶ୍ରେଣୀ ଛାତ୍ରୀଙ୍କୁ ଗଣବଳାତ୍କାର କରିଥିବା ଅଭିଯୋଗ ହୋଇଥିଲା। ଘଟଣାର ୩ ମାସ ପରେ ୨୦୧୮ ଜାନୁଆରୀ ୨୨ରେ ପୀଡ଼ିତା ନିଜ ଘରେ ଆତ୍ମହତ୍ୟା କରିବା ଘଟଣାକୁ ଆହୁରି ତେଜିଥିଲା। ନଭେମ୍ବର ୮ରେ ଘଟଣାର ବିଚାର ବିଭାଗୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଥିବା ରାଜ୍ୟ ସରକାର ପୁଣି ୨୦୧୮ ଫେବୃଆରୀ ୮ରେ ଏସ୍‌ଆଇଟି ତଦନ୍ତ ପାଇଁ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଭାଜନକାରୀ ରାଜନୀତି

ଡିସେମ୍ୱର ୬ ଆଧୁନିକ ଭାରତର ସବୁଠୁ ଗୁରୁତ୍ୱପୂର୍ଣ୍ଣ ଆନ୍ଦୋଳନ କଥା ସ୍ମରଣ କରାଇଦିଏ। ରାଜନୀତିକୁ ସବୁଦିନ ପାଇଁ ପରିବର୍ତ୍ତନ କରିଦେଇଥିବା ଏହି ଆନ୍ଦୋଳନ ବିଷୟରେ ଲେଖିବା...

ବୀମାଭୁକ୍ତ ହେବେ ଧନୁଯାତ୍ରା ଦର୍ଶକ, ଦୁର୍ଘଟଣାରେ କଳାକାରଙ୍କ ମୃତ୍ୟୁ ହେଲେ ମିଳିବ…

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧର୍ମ ଧନୁଯାତ୍ରା ମହୋତ୍ସବ ଆସନ୍ତା ୨୪ତାରିଖରୁ ଆରମ୍ଭ ହେବ। ୨୦୨୬ ଜାନୁୟାରୀ ୩ ଯାଏ ଏହି ମହୋତ୍ସବ...

ମୁଖ୍ୟମନ୍ତ୍ରୀ ରେଶମ ବିକାଶ ଯୋଜନାକୁ ଅନୁମୋଦନ, କ୍ୟାବିନେଟ୍‌ରେ ୬ ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ୱର,୭ା୧୨(ସୁନିତ୍‌ ମିଶ୍ର): ରେଶମ ଶିଳ୍ପକୁ ଅଧିକ ସଶକ୍ତ ଏବଂ ସମ୍ପ୍ରସାରିତ କରିବା ଲାଗି ରାଜ୍ୟ ସରକାର ସ୍ଥିରକରି ମୁଖ୍ୟମନ୍ତ୍ରୀ ରେଶମ ବିକାଶ ଯୋଜନା ଆରମ୍ଭ କରିବାକୁ...

ନିଯୁକ୍ତ ହେବେ ଓଡ଼ିଆ ଶିକ୍ଷକ, ଗଣଶିକ୍ଷା ବିଭାଗର ବଡ଼ ସୂଚନା

ଭୁବନେଶ୍ୱର,୭ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ୩୧୪ଟି ଓଡ଼ିଶା ଆଦର୍ଶ ବିଦ୍ୟାଳୟ (ଓଏଭି)ରେ ଓଡ଼ିଆ ଶିକ୍ଷକ ନିଯୁକ୍ତ ହେବେ। ସମସ୍ତ ଓଏଭିରେ ଜଣେ ଲେଖାଏ ଓଡ଼ିଆ ପ୍ରଶିକ୍ଷିତ ସ୍ନାତକ...

ଅଙ୍ଗନଓ୍ୱାଡି ପାଇଁ ବଡ଼ ଘୋଷଣା, ପ୍ରଭାତୀ କହିଲେ…

ଭୁବନେଶ୍ୱର,୭ା୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ପ୍ରଥମେ ୫, ପରେ ୭ ଓ ୧୨ ଲକ୍ଷ ଟଙ୍କା ଅଙ୍ଗନଓ୍ୱାଡି କେନ୍ଦ୍ର ନିର୍ମାଣ ପ୍ରଥମେ ଦେଉଥିଲେ। ଏବେ ଅଙ୍ଗନଓ୍ୱାଡି...

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri