Posted inଜାତୀୟ

ନିର୍ଭୟା ମାମଲାରେ ପଓ୍ବନଙ୍କ ଆବେଦନ ଖାରଜ:ଓକିଲଙ୍କୁ ୨୫ ହଜାର ଜରିମାନା

ଲକ୍ଷ୍ନୌ,  ୨୦।୧୨(ପି.ଟି.):ବହୁଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ଓ ହତ୍ୟା ମାମଲାରେ ଫାଶୀ ଦଣ୍ଡାଦେଶ ପାଇଥିବା ୪ ଦୋଷୀଙ୍କ ମଧ୍ୟରୁ ପଓ୍ବନ କୁମାର ଗୁପ୍ତା ଅପରାଧ ଘଟାଇବା(୨୦୧୨ ଡିସେମ୍ବର)ବେଳେ ନାବାଳକ ଥିବା ନେଇ କରିଥିବା ଆବେଦନକୁ ଗୁରୁବାର ଦିଲ୍ଲୀ ହାଇକୋର୍ଟ ଖାରଜ କରିଦେଇଛନ୍ତି। କୋର୍ଟଙ୍କ ସମୟ ଅଯଥା ନଷ୍ଟ କରିଥିବାରୁ ବିଚାରପତି ସୁରେଶ କୁମାର କୈଟ୍‌ ଏଥିଲାଗି ପଓ୍ବନଙ୍କ ଓକିଲ ଏ.ପି. ସିଂଙ୍କ ବିରୋଧରେ ୨୫ ହଜାର ଟଙ୍କାର ଜରିମାନା ଲଗାଇଛନ୍ତି। କୋର୍ଟରୁ ତାଙ୍କ ସହ ଯୋଗାଯୋଗ କରାଯାଇଥିଲେ ହେଁ ସେ ଲୁଚକାଳି ଖେଳିବା ନେଇ ବିଚାରପତି ବିରକ୍ତି ପ୍ରକାଶ କରିଥିଲେ। କୋର୍ଟରେ ଦାଖଲ ହୋଇଥିବା ଦୋଷୀଙ୍କ ବୟସ ସମ୍ପର୍କିତ ସତ୍ୟପାଠ ଜାଲ୍‌ ହୋଇଥିବାରୁ ଦିଲ୍ଲୀ ବାର୍‌ ଆସୋସିଏଶନ ଓକିଲ ସିଂଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ବିଚାରପତି ନିର୍ଦ୍ଦେଶ ଦେଇଛନ୍ତି। ପ୍ରକାଶଥାଉ କି, ୨୦୧୨ ଡିସେମ୍ବର ୧୬ ରାତିରେ ପାରାମେଡ଼ିକାଲ ଛାତ୍ରୀ(୨୩)ଙ୍କୁ ଚଳନ୍ତା ବସ୍‌ରେ ଗଣବଳାତ୍କାର କରାଯାଇ ରାସ୍ତାରେ ପିଙ୍ଗିଦିଆଯାଇଥିଲା। ପରେ ପୀଡ଼ିତା ଚିକିତ୍ସାଧୀନ ଅବସ୍ଥାରେ ସିଙ୍ଗାପୁର ହସ୍ପିଟାଲରେ ପ୍ରାଣ ହରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କିଛି ଘଣ୍ଟାରେ ସ୍ଥଳଭାଗ ଛୁଇଁବ ଗଭୀର ଅବପାତ; ଏହି ସ୍ଥାନରେ ହେବ ଲ୍ୟାଣ୍ଡଫଲ୍! ୫୦ରୁ ୬୦ କିମି ବେଗରେ ବୋହିବ ପବନ

ଭୁବନେଶ୍ବର,୨୩ା୯: ସ୍ଥଳଭାଗ ଆଡକୁ ମାଡ଼ିଆସୁଛି ଗଭୀର ଅବପାତ । ଗତ ୬ ଘଣ୍ଟା ଧରି ୭କିମି ବେଗରେ ସ୍ଥଳଭାଗ ମୁହାଁ ହେଉଛି । ଏପଟେ ବର୍ଷାର ପରିମାଣ…

ହୃଦୟବିଦାରକ! ଜନ୍ମ ଦେଇ କେନାଲରେ ଫିଙ୍ଗିଦେଲେ, ଧାନ ବିଲରୁ ଶିଶୁ କନ୍ୟାର ମୃତଦେହ ଉଦ୍ଧାର

ଅତାବିରା, ୨୩/୯ (ଯୁଧିଷ୍ଠିର ମହାପାତ୍ର): ପୁଣି ସାମ୍ନାକୁ ଆସିଛି ମାନବିକତାକୁ ଲଜ୍ଜିତ କଲା ଭଳି ଏକ କରୁଣ ଓ ହୃଦୟବିଦାରକ ଚିତ୍ର। ଧାନ ବିଲର ଅଳିଆ ଆବର୍ଜନା…

ପାକିସ୍ତାନରେ ହଇଚଇ! ସାଧାରଣ ଚିକିତ୍ସା ପରେ ପିଲାଙ୍କ HIV ରିପୋର୍ଟ ପଜିଟିଭ୍, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇସଲାମବାଦ,୨୩।୯: ପାକିସ୍ତାନରେ ଅନେକ ପରିବାର ପାଇଁ ପିଲାଙ୍କ ସାଧାରଣ ଚିକିତ୍ସା ପରେ ସାମ୍ନାକୁ ଆସିଥିବା HIV ପଜିଟିଭ୍ ରିପୋର୍ଟ ଚିନ୍ତାର କାରଣ ପାଲଟିଛି । NPRର ଏକ…

ବାଫ୍ଲା ମାଳି ଖଣି ପ୍ରଭାବିତ ଅଞ୍ଚଳରେ ବିକାଶର ନଗ୍ନ ଚିତ୍ର: ଉପରେ ଚାଲିଛି ଖଣି, ତଳେ ରାସ୍ତା ନାହିଁ; ପ୍ରଶାସନର ଅବହେଳା ପରେ…

ଥୁଆମୂଳ ରାମପୁର/କାଶୀପୁର, ୨୩।୯ (ଦୁର୍ଗା କୀର୍ତ୍ତି/ ପ୍ରଫୁଲ୍ଲ ବେହେରା): ଗୋଟିଏ ପଟେ ବାଫ୍ଲା ମାଳି ପାହାଡ଼ ଉପରେ ବାକ୍ସାଇଟ୍ ଖଣି ଖନନ କରି କୋଟି କୋଟି ଟଙ୍କାର…

ହର୍ମୁଜରେ ଜାହାଜ ଉପରେ ବଡ଼ ଧରଣର ଆକ୍ରମଣ, ଚାଲିଗଲା ଭାରତୀୟ ନାବିକଙ୍କ ଜୀବନ

ଓମାନ,୨୩।୯: ଓମାନ ଉପକୂଳ ନିକଟ ହର୍ମୁଜ୍ ଅଞ୍ଚଳରେ ଭାରତ ଆସୁଥିବା ଏକ ମାଲବାହୀ ଜାହାଜ ଉପରେ ଟର୍ପିଡୋ ଆକ୍ରମଣ ହୋଇଛି । ଏହି ଆକ୍ରମଣରେ ଉତ୍ତରପ୍ରଦେଶର ଦେବରିଆ…

ବଡ଼ ବିପଦ! ଭାରତରେ ଜୀବନ ନେଇପାରେ ତାତି, ଯାଇପାରେ ୪.୫ ଲକ୍ଷରୁ ଅଧିକ ଜୀବନ

ନୂଆଦିଲ୍ଲୀ,୨୩।୯: ଶକ୍ତିଶାଳୀ ଏଲ୍‌ ନିନୋକୁ ନେଇ ଜଳବାୟୁ ବିଶେଷଜ୍ଞମାନେ ବଡ଼ ଚେତାବନୀ ଦେଇଛନ୍ତି । ଏକ ନୂଆ ଆକଳନ ଅନୁସାରେ, ଆଗାମୀ ୬ ମାସରେ ଏହି କାରଣ…

‘ଯିଏ ରାମଙ୍କର ହେଲେନି, ସେ କୃଷ୍ଣଙ୍କର ହୋଇପାରିବେନି’: ଅଖିଳେଶଙ୍କୁ ଟାର୍ଗେଟ୍ କଲେ…

ଲକ୍ଷ୍ନୌ,୨୩।୯: ୨୦୨୭ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ଅଯୋଧ୍ୟା, କାଶୀ ଓ ମଥୁରାକୁ ନେଇ ରାଜନୈତିକ ବୟାନବାଜି ଜୋରଦାର ହୋଇଛି। ଅଯୋଧ୍ୟାରେ ରାସ୍ତା ପ୍ରଶସ୍ତୀକରଣକୁ ନେଇ ସମାଜବାଦୀ…

ଆପଣଙ୍କର SBIରେ ଆକାଉଣ୍ଟ ଅଛି କି? ଅକ୍ଟୋବର ୧ରୁ ATMରୁ ଟଙ୍କା କାଢ଼ିବା ହେବ ମହଙ୍ଗା, ଜାଣନ୍ତୁ କେତେ କଟିବ…

ନୂଆଦିଲ୍ଲୀ,୨୩।୯: ଦେଶର ସବୁଠାରୁ ବଡ଼ ସରକାରୀ ବ୍ୟାଙ୍କ ‘ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ’ (SBI) ନିଜ ଗ୍ରାହକମାନଙ୍କ ପାଇଁ ATM ଏବଂ ନଗଦ ଟଙ୍କା ଉଠାଣ (Cash…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?