Posted inଜାତୀୟ

ନିର୍ଭୟା ମାମଲା: ଜାନୁୟାରୀ ୧୪ରେ ହେବ ବିନୟ-ମୁକେଶଙ୍କ କ୍ୟୁରେଟିଭ ପିଟିଶନର ଶୁଣାଣି

ନୂଆଦିଲ୍ଲୀ,୧୧।୧: ଦୀର୍ଘ ୭ ବର୍ଷ ତଳର ଅର୍ଥାତ୍‌ ୨୦୧୨ର ବହୁ ଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ମାମଲାରେ ୪ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ମିଳିଛି। ଆସନ୍ତା ୨୨ରେ ଏମାନଙ୍କୁ ଦଣ୍ଡବିଧାନ କରିବାକୁ କୋର୍ଟ ନିର୍ଦ୍ଦେଶ ଦେବା ପରେ ସମସ୍ତ ୪ ଦୋଷୀଙ୍କ ପାଇଁ ଡେଥ୍‌ ଓ୍ବାରେଣ୍ଟ ଜାରି କରାଯାଇଥିଲା। ଏହାପରେ ବିନୟ ଶର୍ମା ଓ ମୁକେଶ ନାମକ ୨ ଦୋଷୀ କ୍ଷମା ଆବେଦନ ସ୍ବରୂପ ସୁପ୍ରିମକୋର୍ଟରେ କ୍ୟୁରେଟିଭ ପିଟିଶନ ଦାଖଲ କରିଥିଲେ। ଆସନ୍ତା ୧୪ ତାରିଖରେ ଏହି କ୍ୟୁରେଟିଭ ପିଟିଶନର ଶୁଣାଣି ୫ ଜଣିଆ ଖଣ୍ଡପୀଠରେ କରାଯିବ ବୋଲି ସୂଚନା ମିଳିଛି। ଏହି ଖଣ୍ଡପୀଠରେ ରହିଛନ୍ତି ଜଷ୍ଟିଶ ଏନ୍‌.ଭି.ରାମଣ, ଅରୁଣ ମିଶ୍ର, ଆର୍‌ଏଫ୍‌. ନରିମନ, ଆର୍‌. ବାନୁମଥି ଓ ଅଶୋକ ଭୂଷଣ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ନେତାଙ୍କୁ ଟିକେଟ ନ ମିଳିବାରୁ ୧୨ ଘଣ୍ଟା ରାଜପଥ ବନ୍ଦ

ଭୋପାଳ,୧୧ା୭: ମଧ୍ୟପ୍ରଦେଶର ଡାଟିଆ ବିଧାନସଭା ଆସନ ପାଇଁ ଉପନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଥିବା ବେଳେ ଭାଜପା ପକ୍ଷରୁ ଶୁକ୍ରବାର ଆଶୁତୋଷ ତିଓ୍ବାରୀଙ୍କୁ ପ୍ରାର୍ଥୀ ଘୋଷଣା କରାଯାଇଥିଲା। ନିର୍ବାଚନ…

ପାଉଣା ମିଳିଲାନି ବୋଲି ବିଦ୍ୟାଳୟ ରାସ୍ତା ଖୋଳି ନେଇଗଲେ ଠିକାଦାର: ପାଠପଢ଼ା ଠପ୍, ଚାପା ଉତ୍ତେଜନା

ଦିଗପହଣ୍ଡି, ୧୧।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଡ଼ି ଗ୍ରାମ ନୂଆସାହି ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ ଅଭାବନୀୟ ଘଟଣା ଦେଖିବାକୁ…

ରୋଗୀ ସାଜି ଆସିଲେ, ଡାକ୍ତରଙ୍କ ହାତ-ଗୋଡ଼ ବାନ୍ଧି କଳାକନା ବୁଲାଇଲେ: ଧର୍ମଗଡ଼ରେ ସଶସ୍ତ୍ର ଡକାୟତି

ଧର୍ମଗଡ଼,୧୧।୭(ଘାସିରାମ ଜଗତ): କଳାହାଣ୍ଡି ଜିଲା ଧର୍ମଗଡ଼ ସହରର କେନ୍ଦ୍ରସ୍ଥଳରେ ଏକ ଦୁଃସାହସିକ ସଶସ୍ତ୍ର ଡକାୟତି ଘଟଣା ସାମ୍ନାକୁ ଆସିଛି। ଧର୍ମଗଡ଼ ଡାକ୍ତରଖାନାର ସ୍ତ୍ରୀ ଓ ପ୍ରସୂତି ବିଭାଗ…

ଭୁବନେଶ୍ୱରରେ ପାଇଖାନା ଟାଙ୍କି ଭୁଶୁଡ଼ି ୨ ଶ୍ରମିକଙ୍କ ମୃତ୍ୟୁ

ଭୁବନେଶ୍ୱର, ୧୧।୭: ରାଜଧାନୀ ଭୁବନେଶ୍ୱରର ବିଜେବି ନଗର ଅଞ୍ଚଳରେ ଏକ ଅଘଟଣ ଘଟିଛି। ନିର୍ମାଣାଧୀନ ପାଇଖାନା (ସେପ୍ଟିକ୍) ଟାଙ୍କି ଭୁଶୁଡ଼ି ପଡ଼ିବାରୁ ଦୁଇ ଜଣ ଶ୍ରମିକଙ୍କ ମୃତ୍ୟୁ…

ମଣିଷ ସୁରକ୍ଷାକୁ ଫୁ’: ଗୋଟିଏ କୂଅରେ ଖୋଲାରେ ଲାଗିଛି ୧୩ ପାଣି ପମ୍ପ୍‌, ଆଖି ପିଛୁଳାକେ ଘଟିପାରେ….

ଛତ୍ରପୁର,୧୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାହେବଜେନାପଲ୍ଲୀଠାରେ ଥିବା ଗୋଟିଏ କୂଅରୁ ପାଣି ଟାଣୁଛନ୍ତି ୧୩ଟି ପମ୍ପ। ସବୁଠାରୁ ବିପଦପୂର୍ଣ୍ଣ କଥା ହେଉଛି ସେହି ପମ୍ପଗୁଡ଼ିକ କୂଅର…

ଇରାନ ଯୁଦ୍ଧ ସମୟରେ ଭାରତୀୟ ନୌସେନା କରିଥିଲା ଶକ୍ତି ପ୍ରଦର୍ଶନ; ୧୮ଟି ଜାହାଜକୁ ସୁରକ୍ଷିତ ଭାରତକୁ ନେଇଆସିଥିଲା

ନୂଆଦିଲ୍ଲୀ,୧୧।୭: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ରବିବାର (୧୧ ଜୁଲାଇ) କହିଛନ୍ତି ଯେ ମଧ୍ୟପ୍ରାଚ୍ୟରେ ସଂଘର୍ଷ ସମୟରେ, ଭାରତୀୟ ନୌସେନା ପ୍ରାୟ ୯,୦୦୦ କୋଟି ଟଙ୍କାର ମାଲ…

ସାପକାମୁଡ଼ାରେ ଛାତ୍ରଙ୍କ ମୃତ୍ୟୁ: ବିଦ୍ୟାଳୟରେ ପଶି ଶିକ୍ଷୟିତ୍ରୀ-ଶିକ୍ଷକଙ୍କୁ ଘେରିଲେ ଗ୍ରାମବାସୀ, ପ୍ରଧାନଶିକ୍ଷୟିତ୍ରୀଙ୍କ ନିଲମ୍ବନ ପରେ…

ବୈଶିଙ୍ଗା,୧୧ା୭(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ପ୍ରାଥମିକ ବିଦ୍ୟାଳୟର ଜନୈକ ୫ମ ଶ୍ରେଣୀ ଛାତ୍ର ସାପକାମୁଡ଼ାରେ ଗୁରୁତର ହୋଇ କଟକ ବଡ଼ ଡାକ୍ତରଖାନାରେ…

ଭାରତୀୟ ନୌସେନାରେ ସାମିଲ ହେଲା INS ମହେନ୍ଦ୍ରଗିରି, ଓଡ଼ିଶାକୁ ପ୍ରଶଂସା କଲେ ରାଜନାଥ

ବିଶାଖାପାଟଣା,୧୧।୭: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଶନିବାର ବିଶାଖାପାଟଣା ଡକୟାର୍ଡରେ ପ୍ରାୟ ୭୫ ପ୍ରତିଶତ ସ୍ବଦେଶୀ ଜ୍ଞାନ କୌଶଳରେ ନିର୍ମିତ ଯୁଦ୍ଧଜାହାଜ INS ମହେନ୍ଦ୍ରଗିରିକୁ ଲୋକାର୍ପିତ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri