Posted inଜାତୀୟ

ନିର୍ଭୟା ମାମଲା: ରାଷ୍ଟ୍ରପତିଙ୍କ ପାଖକୁ ଗଲା ଦୋଷୀ ମୁକେଶଙ୍କ କ୍ଷମା ଆବେଦନ

ନୂଆଦିଲ୍ଲୀ,୧୭।୧: ଦିଲ୍ଲୀ ନର୍ଭୟା ମାମଲାର ଅନ୍ୟତମ ଦୋଷୀ ମୁକେଶ କୁମାର ସିଂହଙ୍କ କ୍ଷମା ଆବେଦନକୁ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ରାଷ୍ଟ୍ରପତି ଭବନକୁ ପଠାଇ ଦେଇଛନ୍ତି। ତେବେ ଶୁକ୍ରବାର ଏହି ମାମଲାରେ ରାଷ୍ଟ୍ରପତିଙ୍କ ନିର୍ଣ୍ଣୟ ଶେଷ ନିର୍ଣ୍ଣୟ ହେବ ବୋଲି ଜଣାପଡ଼ିଛି। ପୂର୍ବରୁ ଏହି ମାମଲାରେ ମୁକେଶଙ୍କ କ୍ଷମା ଆବେଦନକୁ ଦିଲ୍ଲୀ ଉପରାଜ୍ୟପାଳ ଅନୀଲ ବୈଜଲ ମଧ୍ୟ ଖାରଜ କରିସାରିଛନ୍ତି। ସୂଚନା ମୁତାବକ ମୃତ୍ୟୁଦଣ୍ଡରୁ ବର୍ତ୍ତିବା ପାଇଁ ନିର୍ଭୟା ଦୋଷୀ ମୁକେଶ ଶେଷ ମୁହୂର୍ତ୍ତରେ ରାଜକ୍ଷମା ଲାଗି ରାଷ୍ଟ୍ରପତିଙ୍କୁ ଆବେଦନ କରିଥିଲେ। ଅନ୍ୟ ୩ଜଣ ଦୋଷୀଙ୍କ ସମେତ ମୁକେଶଙ୍କୁ ଜାନୁଆରି ୨୨ରେ ମୃତ୍ୟୁ ଦଣ୍ଡାଦେଶ ପାଇଁ ଦିଲ୍ଲୀ ପଟିଆଲାହାଉସ କୋର୍ଟ ଶୁଣାଣି କରିଥିଲେ। ତେଣୁ କ୍ଷମା ଆବେଦନ ଯୋଗୁ ୪ ଦୋଷୀଙ୍କ ଫାଶୀ ନିର୍ଦ୍ଧାରିତ ହୋଇଥିବା ସମୟଠାରୁ ବିଳମ୍ବ ହେଉଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଆରା ଢଙ୍ଗରେ ନୂଆବର୍ଷକୁ ସ୍ବାଗତ: ଚା’ ବାଣ୍ଟି ଜଣାଇଲେ ଶୁଭେଚ୍ଛା

ରାଇକିଆ,୧।୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳନ ହୋଇଛି ଇଂରାଜୀ ନୂତନ ବର୍ଷ। ଏହାକୁ ନିଆରା ଢଙ୍ଗରେ ପାଳନ...

ଏବେ ୨୪ଘଣ୍ଟା ନୁହେଁ ୨୫ଘଣ୍ଟା ହୋଇଯିବ ଗୋଟିଏ ଦିନ, ୨୦୨୬ରେ ହେବ କି ବଡ଼ ପରିବର୍ତ୍ତନ!

ଆପଣଙ୍କର ଘଣ୍ଟା କେବେ ଗୋଟିଏ ଘଣ୍ଟା ଲେଟ୍‌ ହେବ କି? ଭବିଷ୍ୟତରେ ସୂର୍ଯ୍ୟ ଅସ୍ତ ହେବ ଏବଂ ରାତି ଲମ୍ୱା ହେବ କି? ଏହା ଏକ...

LPGରୁ UPI ଯାଏ…ଆଜିଠୁ ୫ବଡ଼ ପରିବର୍ତ୍ତନ, ସାଧାରଣ ଲୋକଙ୍କୁ ଲାଗିବ ଝଟ୍‌କା!

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ 2026 ଆରମ୍ଭ ହେବା ସହିତ, ସାଧାରଣ ଲୋକଙ୍କ ଦୈନନ୍ଦିନ ଜୀବନ ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ ନିୟମ ପରିବର୍ତ୍ତନ ହୋଇଛି, ଯାହା...

ନୂଆବର୍ଷରେ ମହଙ୍ଗା ମାଡ, ୨୮ମାସରେ ସବୁଠାରୁ ଅଧିକ ବଢିଲା ଗ୍ୟାସ ସିଲିଣ୍ଡର ଦର

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ ଏକ ବଡ଼ ଝଟକା ସହିତ ଆରମ୍ଭ ହୋଇଛି। ଏହି ଝଟକା ହେଉଛି ମୁଦ୍ରାସ୍ଫୀତି। ସରକାର ପାଇପ ପ୍ରାକୃତିକ ରନ୍ଧନ ଗ୍ୟାସର ମୂଲ୍ୟ...

ଏଇ ଭାରତରେ

ଦିଲ୍ଲୀର ଦୁଇଭାଇ ବିହାନ ଓ ନାଭ ଅଗ୍ରଓ୍ୱାଲ ବର୍ଜ୍ୟ ରିସାଇକେଲିଂ କ୍ଷେତ୍ରରେ ଉଦାହରଣ ସୃଷ୍ଟି କରିଛନ୍ତି। ସେମାନେ ୧୪ଟି ସହରରେ ୧ ମିଲିୟନ(୧୦ ଲକ୍ଷ) କେ.ଜି...

ଶାହରୁଖ ଖାନ ଜଣେ ବିଶ୍ୱାସଘାତକ: ଭାଜପା ନେତାଙ୍କ ବିବାଦୀୟ ବୟାନ

ଲକ୍ଷ୍ନୌ,୧।୧: ଉତ୍ତର ପ୍ରଦେଶର ମିରଟରେ ଭାରତୀୟ ଜନତା ପାର୍ଟିର ଫାୟାରବ୍ରାଣ୍ଡ ନେତା ସଙ୍ଗୀତ ସୋମ ଚଳଚ୍ଚିତ୍ର ଅଭିନେତା ଶାହରୁଖ ଖାନଙ୍କ ସମ୍ପର୍କରେ ଏକ ବିବାଦୀୟ ବୟାନ...

ନୂଆବର୍ଷରେ ଭାରତକୁ ଶୁଭେଚ୍ଛା ନୁହେଁ, ଧମକ ଦେଲା ପାକିସ୍ତାନ: ମୁନିର କହିଦେଲେ…

ଇସଲାମାବାଦ୍‌,୧।୧: ନୂତନ ବର୍ଷ ଆରମ୍ଭରେ ପାକିସ୍ତାନ ପୁଣି ଥରେ ଆକ୍ରମଣାତ୍ମକ ମନୋଭାବ ପ୍ରଦର୍ଶନ କରିଛି। ଭାରତର ନାଁ ନ ନେଇ ପାକିସ୍ତାନର ସେନା ମୁଖ୍ୟ ଜେନେରାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri