Posted inଜାତୀୟ

ନିର୍ଭୟା ମାମଲା ଶୁଣାଣି ବେଳେ କୋର୍ଟ ଭିତରେ ବେହୋସ୍‌ ହୋଇଗଲେ ଜଷ୍ଟିସ ଭାନୁମଥି

ନୂଆଦିଲ୍ଲୀ,୧୪।୨: ନିର୍ଭୟା ଗଣବଳାତ୍କାର ମାମଲାରେ ଦୋଷୀଙ୍କୁ ଅଲଗା ଅଲଗା ଫାଶୀ ଦେବାକୁ ନେଇ ଶୁକ୍ରବାର ଶୁଣାଣି ଚାଲୁଥିବା ସମୟରେ କୋର୍ଟ ଭିତରେ ଜଷ୍ଟିସ ଆର୍‌. ଭାନୁମଥି ବେହୋସ୍‌ ହୋଇଯାଇଥିବା ଜଣାପଡିଛି। ଏହାପରେ ଶୁଣାଣିକୁ ସ୍ଥଗିତ ରଖାଯାଇଛି। ଏହାପରେ ତାଙ୍କୁ ତାଙ୍କ ଚାମ୍ବରକୁ ନିଆଯାଇଥିଲା। ଡାକ୍ତର ତାଙ୍କ ଚିକିତ୍ସା କରୁଥିବା ସୂଚନା ମିଳିଛି। ତେବେ ଜଷ୍ଟିସ ଭାନୁମଥି ଜ୍ୱରରେ ପୀଡତ ଥିବାରୁ ଏଭଳି ହୋଇଥିବା କହିଛନ୍ତି ସଲିସିଟର ଜେନରାଲ ତୁଷାର ମେହେଟା। ଏବେ ତାଙ୍କର ଚିକତ୍ସା ଚାଲୁଥିବା ବେଳେ ଏହି ମାମଲାର ଶୁଣାଣି ପରେ ତାଙ୍କ ଚାମ୍ବରରେ ହୋଇପାରେ ବୋଲି ସୂଚନା ମିଳିଛି। ପ୍ରକାଶ ଥାଉକି ୨୦୧୨ର ବହୁଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ୪ ଦୋଷୀଙ୍କୁ ଫାଶୀ ଦେବାପାଇଁ ୨ ଥର ଡେଥ୍‌ ଓ୍ବାରେଣ୍ଟ ଜାରି କରାଯାଇଥିବା ବେଳେ କେତେକ ନ୍ୟାୟିକ ବ୍ୟବସ୍ଥା ଦୃଷ୍ଟିରୁ ଏମାନଙ୍କୁ ଫାଶୀ ଦିଆଯାଇ ପାରି ନାହିଁ। ଅନ୍ୟପଟେ ଏହାକୁ ନେଇ କେନ୍ଦ୍ର ସରକାର କହିଥିଲେ କି ଯେଉଁମାନଙ୍କର ସମସ୍ତ ନ୍ୟାୟିକ ବ୍ୟବସ୍ଥା ସରିଯାଇଛି ସେମାନଙ୍କ ପାଇଁ ଡେଥ୍‌ ଓ୍ବାରେଣ୍ଟ ଜାରି କରାଯାଉ ଅର୍ଥାତ୍‌ ଅଲଗା ଅଲଗା ଭାବେ ୪ ଦୋଷୀଙ୍କୁ ଫାଶୀ ଦିଆଯାଉ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri