Posted inଜାତୀୟ

ନିର୍ଭୟା ମାମଲା ଶୁଣାଣି ବେଳେ କୋର୍ଟ ଭିତରେ ବେହୋସ୍‌ ହୋଇଗଲେ ଜଷ୍ଟିସ ଭାନୁମଥି

ନୂଆଦିଲ୍ଲୀ,୧୪।୨: ନିର୍ଭୟା ଗଣବଳାତ୍କାର ମାମଲାରେ ଦୋଷୀଙ୍କୁ ଅଲଗା ଅଲଗା ଫାଶୀ ଦେବାକୁ ନେଇ ଶୁକ୍ରବାର ଶୁଣାଣି ଚାଲୁଥିବା ସମୟରେ କୋର୍ଟ ଭିତରେ ଜଷ୍ଟିସ ଆର୍‌. ଭାନୁମଥି ବେହୋସ୍‌ ହୋଇଯାଇଥିବା ଜଣାପଡିଛି। ଏହାପରେ ଶୁଣାଣିକୁ ସ୍ଥଗିତ ରଖାଯାଇଛି। ଏହାପରେ ତାଙ୍କୁ ତାଙ୍କ ଚାମ୍ବରକୁ ନିଆଯାଇଥିଲା। ଡାକ୍ତର ତାଙ୍କ ଚିକିତ୍ସା କରୁଥିବା ସୂଚନା ମିଳିଛି। ତେବେ ଜଷ୍ଟିସ ଭାନୁମଥି ଜ୍ୱରରେ ପୀଡତ ଥିବାରୁ ଏଭଳି ହୋଇଥିବା କହିଛନ୍ତି ସଲିସିଟର ଜେନରାଲ ତୁଷାର ମେହେଟା। ଏବେ ତାଙ୍କର ଚିକତ୍ସା ଚାଲୁଥିବା ବେଳେ ଏହି ମାମଲାର ଶୁଣାଣି ପରେ ତାଙ୍କ ଚାମ୍ବରରେ ହୋଇପାରେ ବୋଲି ସୂଚନା ମିଳିଛି। ପ୍ରକାଶ ଥାଉକି ୨୦୧୨ର ବହୁଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ୪ ଦୋଷୀଙ୍କୁ ଫାଶୀ ଦେବାପାଇଁ ୨ ଥର ଡେଥ୍‌ ଓ୍ବାରେଣ୍ଟ ଜାରି କରାଯାଇଥିବା ବେଳେ କେତେକ ନ୍ୟାୟିକ ବ୍ୟବସ୍ଥା ଦୃଷ୍ଟିରୁ ଏମାନଙ୍କୁ ଫାଶୀ ଦିଆଯାଇ ପାରି ନାହିଁ। ଅନ୍ୟପଟେ ଏହାକୁ ନେଇ କେନ୍ଦ୍ର ସରକାର କହିଥିଲେ କି ଯେଉଁମାନଙ୍କର ସମସ୍ତ ନ୍ୟାୟିକ ବ୍ୟବସ୍ଥା ସରିଯାଇଛି ସେମାନଙ୍କ ପାଇଁ ଡେଥ୍‌ ଓ୍ବାରେଣ୍ଟ ଜାରି କରାଯାଉ ଅର୍ଥାତ୍‌ ଅଲଗା ଅଲଗା ଭାବେ ୪ ଦୋଷୀଙ୍କୁ ଫାଶୀ ଦିଆଯାଉ।


Enter your email to get our daily news in your inbox.

All Right Reserved By Dharitri.Com

BJPକୁ ବଡ଼ ଝଟକା! ଦଳ ଛାଡିଲେ ଏହି ଅଭିନେତା, ମଞ୍ଚ ଉପରୁ ଘୋଷଣା କରି ଚମକାଇଦେଲେ

ତିରୁଭାନନ୍ତପୁରମ୍‌,୧୬।୮: କେରଳରେ ଭାଜପାକୁ ବଡ଼ ଝଟକା ଲାଗିଛି । ଅଭିନେତା ତଥା କେରଳ ଭାଜପାର ଉପାଧ୍ୟକ୍ଷ ଏସ୍‌. ଦେବନ ଦଳର ଉପାଧ୍ୟକ୍ଷ ପଦ ସହ ପ୍ରାଥମିକ ସଦସ୍ୟତାରୁ…

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

ବର୍ଷାରେ ଧସିଲା ଗାର୍ଡ଼ ୱାଲ୍‌, ନଦୀକୂଳ ବାସୀ ଭୟଭିତ

ଆଳି,୧୬।୮(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ରିଙ୍ଗ ବନ୍ଧର ବଉଳଯୋଡି ନିକଟରେ ଥିବା ସଲୁଇସ୍‌ ଗେଟର ଗାର୍ଡ ୱାଲ୍‌ ବର୍ଷା ଯୋଗୁ ଧସି ଯାଇଛି। ଗାର୍ଡୱାଲ ଧସିବା…

ଦିନ ଦ୍ବିପ୍ରହରରେ ଆତଙ୍କ ମଚାଇଲେ ଦୁର୍ବୃତ୍ତ, ଦିବ୍ୟାଙ୍ଗଙ୍କ ଘର କବାଟ ଭାଙ୍ଗି ଲୁଟିନେଲେ…

ଦାରିଙ୍ଗବାଡି,୧୬।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ କାରିପାଙ୍ଗା ସାହିରେ ରବିବାର ଦିନ ଦ୍ବିପ୍ରହରରେ ଏକ ଲୁଟ୍ ଘଟଣା ସମଗ୍ର ଅଞ୍ଚଳରେ ଆତଙ୍କ ସୃଷ୍ଟି…

ଖୁଣ୍ଟରେ ଚଢ଼ି ମରାମତି ବେଳେ ଲାଗିଲା ବିଦ୍ୟୁତ ଝଟକା, ତାପରେ ହଠାତ୍….

ଦେବଗଡ଼,୧୬।୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା କଲା ଗ୍ରାମରେ ଅଘଟଣ । ବିଦ୍ୟୁତ ସ୍ପର୍ଶରେ ଆସି ଚାଲିଗଲା ବିଦ୍ୟୁତ କର୍ମଚାରୀଙ୍କ ଜୀବନ । ମୃତ…

ଅନ୍ତରୀଣ ଡିଜିପି ଭାବେ ଦାୟିତ୍ୱ ନେଲେ ବିନୟତୋଷ ମିଶ୍ର, ଆସୁଆସୁ କଲେ ବଡ଼ ଘୋଷଣା…

କଟକ,୧୬।୮: ୧୯୯୩ ବ୍ୟାଚ୍‌ ଆଇପିଏସ୍‌ ଅଫିସର ବିନୟତୋଷ ମିଶ୍ର ରବିବାରେ ଅନ୍ତରୀଣ ପୋଲିସ ଡିଜିପି ଭାବେ କଟକ ସ୍ଥିତ ପୋଲିସ ମୁଖ୍ୟାଳୟରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଦାୟୀତ୍ୱ…

ଜିଲା ମୁଖ୍ୟ ଚିକିତ୍ସାଳୟରେ ସ୍ବାସ୍ଥ୍ୟ ସେବାର ସମୀକ୍ଷା କଲେ ସ୍ବାସ୍ଥ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ କହିଲେ…

କୋରାପୁଟ/ଜୟପୁର,୧୬ା୮(ଅମିତାଭ ବେହେରା/ପବନ ପାଣିଗ୍ରାହୀ): କୋରାପୁଟ ଜିଲାର ଜୟପୁରସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟରେ ନୂତନ କ୍ରିଟିକାଲ କେୟାର ୟୁନିଟ୍‌ ଉଦ୍‌ଘାଟିତ ହୋଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…

କୂଳ ଲଙ୍ଘିଲା ବ୍ରାହ୍ମଣୀ ନଦୀ, ବନ୍ୟାପାଣିରେ ଫସିଲେ ୩ ଶହ ସ୍କୁଲ୍‌ ପିଲା

ପଟ୍ଟାମୁଣ୍ଡାଇ,୧୬।୮(କଳ୍ପତରୁ ନାୟକ): ବନ୍ୟାପାଣିରେ ଫସିଲେ ୩ ଶହ ସ୍କୁଲ୍‌ ପିଲା । ଏଭଳି ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ୍ କୁଳସାହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri