Posted inଜାତୀୟ

ନିର୍ମଳା ସୀତାରାମନଙ୍କୁ ‘ନିର୍ବଳା’ କହିଲେ କଂଗ୍ରେସ ନେତା

ନୂଆଦିଲ୍ଲୀ,୨।୧୧: ସଂସଦରେ ଶୀତକାଳିନ ଅଧିବେଶନ ଚାଲୁଥିବା ବେଳେ ସୋମବାର ଲୋକ ସଭାରେ ବହୁ ପ୍ରସଙ୍ଗକୁ ନେଇ କେନ୍ଦ୍ର ସରକାରଙ୍କୁ ବିରୋଧୀ ଘେରିଛନ୍ତି। ପ୍ରଥମେ ବିରୋଧୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କୁ ଅନୁପ୍ରବେଶକାରୀ କହିଥିଲେ। ଏହାକୁ ନେଇ ଭାଜପା କ୍ରୋଧାନ୍ବିତ ହୋଇଥିବା ବେଳେ ଗୃହରେ ଝଡ ସୃଷ୍ଟି ହୋଇଥିଲା। ତେବେ ମାମଲା ଶାନ୍ତ ହେବାର କିଛି ସମୟ ପରେ ପୁଣି କଂଗ୍ରେସ ଭାଜପାକୁ ଟାର୍ଗେଟ କରିଥିଲା। କିଛି ଦିନରୁ ଦେଶର ଅର୍ଥ ବ୍ୟବସ୍ଥାକୁ ନେଇ କଂଗ୍ରେସ ଭାଜପାକୁ ଆକ୍ଷେପ କରିଆସୁଛି। ଏହାରି ଭିତରେ ଗୃହରେ କରପୋରେଟ୍‌ ଟ୍ୟାକ୍ସ ଉପରେ ଚର୍ଚ୍ଚା ଚାଲିଥିବା ବେଳେ କଂଗ୍ରେସ ଏମ୍‌ପି ଅଧିର ରଞ୍ଜନ ଚୌଧୁରୀ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନଙ୍କୁ ‘ନିର୍ବଳା’ ସୀତାରାମନ ବୋଲି କହି ସମ୍ବୋଧିତ କରିଛନ୍ତି। ସୂଚନାଯୋଗ୍ୟ, ସୋମବାର ଗୃହରେ କରପୋରେଟ ଟ୍ୟାକ୍ସ ଉପରେ ଅର୍ଥମନ୍ତ୍ରୀ ନିର୍ମଳା ବିବୃତି ରଖିଥିଲେ। ଏହା ପରେ କଂଗ୍ରେସ ପକ୍ଷରୁ ଏହାର ଜବାବ ଅଧିର ରଞ୍ଜନ ଦେଇଥିଲେ। ସେ କହିଛନ୍ତି, ବେଳେ ବେଳେ ତାଙ୍କୁ ମୁଁ ବହୁ ସମ୍ମାନ କରେ। ହେଲେ ତାଙ୍କର ବର୍ତ୍ତମାନ ସ୍ଥିତିକୁ ଦେଖି ନିର୍ମଳା ବଦଳରେ ନିର୍ବଳା କହିବାକୁ ଇଛା ହେଉଛି ବୋଲି ଅଧିର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଇତାନ ସାଜିଲେ ମା’: ୨ ଶିଶୁଙ୍କୁ ପନିକିରେ ହାଣିବା ପରେ ନିଜେ…

ଝାରସୁଗୁଡା, ୧୨।୪(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ବିମାନ ବନ୍ଦର ଥାନା ଓରାମପଡାଠାରେ ଶନିବାର ବିଳମ୍ବିତ ରାତ୍ରିରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ମା’…

ହନୁମାନ ଦେଖି ଭୟରେ ଦୌଡ଼ୁଥିଲେ ଶୁଭଙ୍କର: ବିଦ୍ୟୁତ ସବ୍‌ଷ୍ଟେଶନରେ ଘଟିଲା ଅଘଟଣ

କୃଷ୍ଣପ୍ରସାଦ,୧୨।୪(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଭାବିନିପୁର ଗ୍ରାମରେ ଯାତ୍ରା ଦେଖିବାବେଳେ ଘଟିଛି ଏକ ଅଭାବନୀୟ ଘଟଣା। ଯାତ୍ରାର ହନୁମାନକୁ ଦେଖି ପାରଳା ଗ୍ରାମର…

ଶ୍ରୀମନ୍ଦିର ଖଣ୍ଡୋଲାଇଟ୍‌ ପଥରକୁ ନେଇ ସାଂଘାତିକ କଥା କହିଲେ ବବିଙ୍ଗ ଦାଦା: ଚର୍ଚ୍ଚାରେ..

ଯାଜପୁର ଟାଉନ,୧୨।୪(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ବାହାବଳପୁରରେ ନିର୍ମାଣ ହୋଇଥିବା ପୂର୍ବତନ ବିଧାୟକ ତଥା ବିଜେଡି ନେତା ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ଘର ଏବେ ଚର୍ଚ୍ଚାରେ। ଉକ୍ତ…

ଶାନ୍ତିବାର୍ତ୍ତା ବିଫଳ ହେବା ପଛର କାରଣ କହିଲା ଇରାନ, ଆମେରିକା ଏଭଳି ଦାବି ରଖିଲା ଯାହା…

ଇସଲାମାବାଦ,୧୨।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ବିଫଳ ହୋଇଛି। ପ୍ରାୟ ୨୧ ଘଣ୍ଟାର ଦୀର୍ଘ ଆଲୋଚନା ପରେ…

ଏଇ ଭାରତରେ

ଭାରତୀୟ ସ୍ଥଳସେନାରେ ୨୧ ବର୍ଷ ସେବା କରି କଲୋନେଲ ସୁବାସ ଦେଶଓ୍ବାଲ ଅବସର ନେବା ପରେ ଜଣେ ଚାଷୀ ଭାବେ ଜୀବନ କାଟୁଛନ୍ତି। ସେ ଗାଜର ଚାଷ…

ଆର୍ଟେମିସ୍‌-୨ ମିଶନ ସ୍ପେଶାଲିଷ୍ଟ

ମେରିକାର ନ୍ୟାଶନାଲ ଏରୋନଟିକ୍ସ ଆଣ୍ଡ୍‌ ସ୍ପେସ୍‌ ଆଡ୍‌ମିନିଷ୍ଟ୍ରେଶନ (ନାସା)ର ଆର୍ଟେମିସ୍‌-୨ ମିଶନରେ ଚନ୍ଦ୍ର ଅଭିଯାନରେ ଯାଇଥିବା ୪ ମହାକାଶଚାରୀ ୧୦ ଏପ୍ରିଲରେ ପ୍ରତ୍ୟାବର୍ତ୍ତନ କରିଛନ୍ତି। ପୃଥବୀର ଏକମାତ୍ର…

ସୃଷ୍ଟି-ସୂତ୍ରଧର ହିଁ ‘ଭଗବାନ’

ବାଇବେଲ ଗ୍ରନ୍ଥ ଅନ୍ତର୍ଗତ ‘ଜେନେସିସ୍‌ ୧’ର ଶ୍ଲୋକ ୨୬ରେ ଅଛି ”ଭଗବାନ ତାଙ୍କ ରୂପରେ ମଣିଷ ସୃଷ୍ଟି କରିଛନ୍ତି“, ଶ୍ଲୋକ ୨୭ ପୁନରାବୃତ୍ତି କରି କହିଛି, ”ଭଗବାନ…

ରାସ୍ତା ମଝିରେ ବିପଦସଙ୍କୁଳ ବିଦ୍ୟୁତ୍‌ ଖୁଣ୍ଟ: ଯାତାୟତରେ ବାଧା

ଅତାବିରା, ୧୨।୪(ଯୁଧିଷ୍ଠିର ମହାପାତ୍ର ): ବରଗଡ଼ ଜିଲା ଅତାବିରା ବ୍ଲକ ଚକୁଳିଫାର୍ମ -ଗଡମୁଣ୍ଡା କେନାଲ ରାସ୍ତାର ପ୍ରଶସ୍ତୀକରଣ କରାଯାଉଥିବାବେଳେ ରାସ୍ତା ମଝିରେ ଥିବା ବିଦ୍ୟୁତ୍‌ ଖୁଣ୍ଟ ହଟୁନାହିଁ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri