ନିର୍ମାଣର ବର୍ଷକରେ ରାସ୍ତା ମରଣଯନ୍ତା

ବାଲିକୁଦା,୨ା୭(ସ୍ବ.ପ୍ର.): ବାଲିକୁଦା ବ୍ଲକର ସମୁଦ୍ର ଉପକୂଳବର୍ତ୍ତୀ ପଞ୍ଚାୟତ କୁଶୁପୁରରେ ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନ ରାସ୍ତା ବିପର୍ଯ୍ୟସ୍ତ ହୋଇପଡିଛି। କିଛିଦିନ ତଳେ ନିର୍ମାଣ ହୋଇଥିବା ଏକ ଢଳେଇ ରାସ୍ତା କାମରେ କିଭଳି ଭାବେ ଠିକାଦାରଙ୍କୁ ଅନୁକମ୍ପା ପ୍ରଦର୍ଶନ କରାଯାଇଛି, ତାହାର ଉଦାହରଣ ଏବେ ଦେଖିବାକୁ ମିଳିଛି। ନୂଆ କରି ନିର୍ମାଣ ହୋଇଥିବା ରାସ୍ତା ଭୁଶୁଡ଼ି ପଡ଼ିବା ସହ ୨ ଫୁଟର ଖାଲ ସୃଷ୍ଟି ହୋଇଛି। ଏଥିପାଇଁ ଲୋକେ ଦୁର୍ଦ୍ଦଶା ଭୋଗୁଛନ୍ତି। ପ୍ରକାଶ ଯେ, କୁଶୁପୁର ପଞ୍ଚାୟତର ଦଣ୍ଡାବେଦୀ-ନେନ୍ଧେରା ରାସ୍ତା ନିର୍ମାଣ ୧ ବର୍ଷ ହୋଇ ନ ଥିବାବେଳେ ପିଚୁ ସମ୍ପୂର୍ଣ୍ଣ ଉଠିଯାଇ ବଡ଼ ବଡ଼ ଖାଲ ସୃଷ୍ଟି ହୋଇଛି। ଆଶ୍ଚର୍ଯ୍ୟ କଥା ହେଲା, ଢଳେଇ ରାସ୍ତା ନିମ୍ନମାନର ହୋଇଥିଲେ ରାସ୍ତାରେ ଫାଟ ସୃଷ୍ଟି ହୁଏ। ମାତ୍ର ଏଠାରେ ରାସ୍ତା ଭୁଶୁଡ଼ି ପଡି ୨ଫୁଟ ଖାଲ ସୃଷ୍ଟି ହୋଇଛି। ଏଥିପାଇଁ ବିଭାଗ ପକ୍ଷରୁ କେତେକ ସ୍ଥାନରେ ମରାମତି କରାଯାଇଛି। ମାତ୍ର ଅବସ୍ଥାରେ ସୁଧାର ଆସୁନାହଁ। ଫଳରେ ନେନ୍ଧେରା, ଆଠଗରିଆ, ଦେକଣି ଆଦି ଗ୍ରାମର ଲୋକେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହାବାଦ୍‌ ବାହାର ଅଞ୍ଚଳର ଧାନଚାଷୀ ଓ ମାଛଚାଷୀ ଏହି ରାସ୍ତା ଉପରେ ନିର୍ଭରଶୀଳ। ସ୍କୁଲ କଲେଜ ପିଲାମାନେ ମଧ୍ୟ ସାଇକେଲ ନେଇ ଗଲାବେଳେ ଦୁର୍ଘଟଣାର ସମ୍ମୁଖୀନ ହେଉଛନ୍ତି। ଜରୁରୀ ପରିସ୍ଥିତିରେ ଏହି ରାସ୍ତାରେ ଆମ୍ବୁଲନ୍ସ ଯାଇପାରୁନାହିଁ। ଫଳରେ ଅଞ୍ଚଳବାସୀ ଦୁର୍ଦ୍ଦଶା ଭୋଗୁଛନ୍ତି। ଏ ସମ୍ପର୍କରେ ବାଲିକୁଦା ଗ୍ରାମ୍ୟ ଉନ୍ନୟନ ବିଭାଜନ କାଯର୍‌ୟାଳୟର ଯନ୍ତ୍ରୀ ସୁବାସ ରାଉତଙ୍କୁ ପଚାରିବାରୁ ଉକ୍ତ ରାସ୍ତା ମୋ ସମୟରେ ନିର୍ମାଣ ହୋଇନାହିଁ। ତଥାପି ପ୍ରତିକାର ପାଇଁ ବିଭାଗୀୟ ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରାଯାଇ ତୁରନ୍ତ ମରାମତି କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପରେ ରାସାୟନିକ ଗ୍ୟାସ୍‌ର ପ୍ରଭାବ: ଅନେକ ଅସୁସ୍ଥ

ପାରାଦୀପ,୨୯ା୧୨(ଶରତ ରାଉତ):ପାରାଦୀପର ଅଧିକାଂଶ ଅଞ୍ଚଳରେ ରବିବାର ସାରେ ରାସାୟନିକ ଗ୍ୟାସ ଦୁର୍ଗନ୍ଧ ହୋଇଛି। ଫଳରେ ସ୍ଥାନୀୟ ଲୋକେ ଅଣନିଃଶ୍ୱାସୀ ହେବା ସହ ମୁହଁରେ ମାସ୍କ କିମ୍ବା...

ଯାତ୍ରା ପୂବରୁ ଆଖିବୁଜିଲେ ଖଳନାୟକ, ଛାତିରେ ହେଲା ଯନ୍ତ୍ରଣା…

ନୂଆପଡ଼ା/ଜଗତସିଂହପୁର,୨୬।୧୨(ମକାରୁ ବେମାଲ ): ଯାତ୍ରା ଖଳନାୟକ ନରେନ୍ଦ୍ର ଦାସଙ୍କ ଆକସ୍ମିକ ଦେହାନ୍ତ ହୋଇଛି। ଅଭିନୟ କରିବାକୁ ନୂଆପଡ଼ା ଯାଇଥିବା ବେଳେ ହଠାତ୍‌ ଛାତିରେ ଯନ୍ତ୍ରଣା ହୋଇଥିଲା।...

ମାଛ ନେଇଯିବାରୁ ନାବାଳକଙ୍କ ଗୁପ୍ତାଙ୍ଗ କାଟିଦେଲେ

ଏରସମା,୨୬ା୧୨(ଦୀପ୍ତି ଖଣ୍ଡୁଆଳ): ଜଗତ୍‌ସିଂହପୁର ଜିଲା ଏରସମା ଥାନା ଅନ୍ତର୍ଗତ ଆମ୍ବିକି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମାଛ ନେଇଯିବାରୁ ଏହି ଗ୍ରାମର ଜଣେ...

ବିଳମ୍ବ କଲେ ଏମ୍‌ପି, ଚାଲିଗଲେ ବିଧାୟକ

ଜଗତ୍‌ସିଂହପୁର, ୨୪ା୧୨ (ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଜିଲାସ୍ତରୀୟ ମତ୍ସ୍ୟ ଓ ପ୍ରାଣିସମ୍ପଦ ମେଳାର ଉଦ୍‌ଘାଟନୀ ଉତ୍ସବରେ ସୋମବାର ବିଶୃଙ୍ଖଳା ଦେଖାଦେଇଛି। କାର୍ଯ୍ୟସୂଚୀ ଅନୁଯାୟୀ ପୂର୍ବାହ୍ନ...

ଶ୍ମଶାନରେ ଗୁଣିଆଙ୍କ ତନ୍ତ୍ର ସାଧନା: ପ୍ରେମିକାଙ୍କ ନାଁରେ ଭୁବନେଶ୍ୱରରେ ଯୁବକ କିଣିଥିଲେ ପ୍ଲଟ ଓ ଆଉ ଗାଡ଼ି, ଧରାଛୁଆଁ ନ ଦେବାରୁ…

ବାଲିକୁଦା,୨୨।୧୨(ତାପସ ସ୍ବାଇଁ): ବାଲିକୁଦା ବ୍ଲକ ମରିଚପୁର ଗ୍ରାମ୍ୟ ଶ୍ମଶାନରେ ଶନିବାର ବିଳମ୍ବିତ ରାତିରେ କୌଣସି ଗୁଣିଆ ତନ୍ତ୍ର ସାଧନା କରିଥିବା ସ୍ଥାନୀୟ ଲୋକେ ସନ୍ଦେହ କରିଛନ୍ତି।...

ରେଞ୍ଜରଙ୍କ ଘରୁ ମିଳିଲାଣି ପୁଳାପୁଳା ଟଙ୍କା : ୬୭ ଲକ୍ଷର ଜମା

ଜଗତ୍‌ସିଂହପୁର,୨୦।୧୨: ଜଗତସିଂହପୁର ରାହାମା ରେଞ୍ଜର ରାଜେନ୍ଦ୍ର ସାମନ୍ତରାୟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ପରେ ମିଳିଲାଣି ୬୭ ଲକ୍ଷ ବ୍ୟାଙ୍କ ଓ ପୋଷ୍ଟାଲ ଜମା। ଆୟ ବର୍ହିଭୂତ...

ରେଞ୍ଜର ରାଜେନ୍ଦ୍ର ସାମନ୍ତରାୟଙ୍କ ଘରେ ଚଢ଼ାଉ, ଏକକାଳୀନ ୫ଟି ସ୍ଥାନରେ ରେଡ୍

ଜଗତସିଂହପୁର: ସକାଳୁ ସକାଳୁ ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଜଗତସିଂହପୁର ଫରେଷ୍ଟ ରେଞ୍ଜରଙ୍କ ଘରେ ଭିଜିଲାନ୍ସ ରେଡ୍ କରିଛି । ଆୟ ବହିର୍ଭୂତ ସଂପତ୍ତି...

ମନ୍ତ୍ରୀଙ୍କ ଗାଡ଼ି ଧକ୍କାରେ ବୃଦ୍ଧ ଗୁରୁତର

ଜଗତସିଂହପୁର,୧।୧୨: ଶିଳ୍ପ ମନ୍ତ୍ରୀଙ୍କ ଏସ୍କର୍ଟ ଗାଡ଼ି ଧକ୍କାରେ ବୃଦ୍ଧ ଗୁରୁତର ହୋଇଛନ୍ତି। କଟକ-ପାରାଦୀପ ରାସ୍ତାର ତାରପୁର ଛକରେ ଏହି ଦୁର୍ଘଟଣା ହୋଇଛି। ବୃଦ୍ଧ ଜଣଙ୍କ ରାସ୍ତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri