ନିର୍ମାଣର ବର୍ଷକରେ ରାସ୍ତା ମରଣଯନ୍ତା

ବାଲିକୁଦା,୨ା୭(ସ୍ବ.ପ୍ର.): ବାଲିକୁଦା ବ୍ଲକର ସମୁଦ୍ର ଉପକୂଳବର୍ତ୍ତୀ ପଞ୍ଚାୟତ କୁଶୁପୁରରେ ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନ ରାସ୍ତା ବିପର୍ଯ୍ୟସ୍ତ ହୋଇପଡିଛି। କିଛିଦିନ ତଳେ ନିର୍ମାଣ ହୋଇଥିବା ଏକ ଢଳେଇ ରାସ୍ତା କାମରେ କିଭଳି ଭାବେ ଠିକାଦାରଙ୍କୁ ଅନୁକମ୍ପା ପ୍ରଦର୍ଶନ କରାଯାଇଛି, ତାହାର ଉଦାହରଣ ଏବେ ଦେଖିବାକୁ ମିଳିଛି। ନୂଆ କରି ନିର୍ମାଣ ହୋଇଥିବା ରାସ୍ତା ଭୁଶୁଡ଼ି ପଡ଼ିବା ସହ ୨ ଫୁଟର ଖାଲ ସୃଷ୍ଟି ହୋଇଛି। ଏଥିପାଇଁ ଲୋକେ ଦୁର୍ଦ୍ଦଶା ଭୋଗୁଛନ୍ତି। ପ୍ରକାଶ ଯେ, କୁଶୁପୁର ପଞ୍ଚାୟତର ଦଣ୍ଡାବେଦୀ-ନେନ୍ଧେରା ରାସ୍ତା ନିର୍ମାଣ ୧ ବର୍ଷ ହୋଇ ନ ଥିବାବେଳେ ପିଚୁ ସମ୍ପୂର୍ଣ୍ଣ ଉଠିଯାଇ ବଡ଼ ବଡ଼ ଖାଲ ସୃଷ୍ଟି ହୋଇଛି। ଆଶ୍ଚର୍ଯ୍ୟ କଥା ହେଲା, ଢଳେଇ ରାସ୍ତା ନିମ୍ନମାନର ହୋଇଥିଲେ ରାସ୍ତାରେ ଫାଟ ସୃଷ୍ଟି ହୁଏ। ମାତ୍ର ଏଠାରେ ରାସ୍ତା ଭୁଶୁଡ଼ି ପଡି ୨ଫୁଟ ଖାଲ ସୃଷ୍ଟି ହୋଇଛି। ଏଥିପାଇଁ ବିଭାଗ ପକ୍ଷରୁ କେତେକ ସ୍ଥାନରେ ମରାମତି କରାଯାଇଛି। ମାତ୍ର ଅବସ୍ଥାରେ ସୁଧାର ଆସୁନାହଁ। ଫଳରେ ନେନ୍ଧେରା, ଆଠଗରିଆ, ଦେକଣି ଆଦି ଗ୍ରାମର ଲୋକେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହାବାଦ୍‌ ବାହାର ଅଞ୍ଚଳର ଧାନଚାଷୀ ଓ ମାଛଚାଷୀ ଏହି ରାସ୍ତା ଉପରେ ନିର୍ଭରଶୀଳ। ସ୍କୁଲ କଲେଜ ପିଲାମାନେ ମଧ୍ୟ ସାଇକେଲ ନେଇ ଗଲାବେଳେ ଦୁର୍ଘଟଣାର ସମ୍ମୁଖୀନ ହେଉଛନ୍ତି। ଜରୁରୀ ପରିସ୍ଥିତିରେ ଏହି ରାସ୍ତାରେ ଆମ୍ବୁଲନ୍ସ ଯାଇପାରୁନାହିଁ। ଫଳରେ ଅଞ୍ଚଳବାସୀ ଦୁର୍ଦ୍ଦଶା ଭୋଗୁଛନ୍ତି। ଏ ସମ୍ପର୍କରେ ବାଲିକୁଦା ଗ୍ରାମ୍ୟ ଉନ୍ନୟନ ବିଭାଜନ କାଯର୍‌ୟାଳୟର ଯନ୍ତ୍ରୀ ସୁବାସ ରାଉତଙ୍କୁ ପଚାରିବାରୁ ଉକ୍ତ ରାସ୍ତା ମୋ ସମୟରେ ନିର୍ମାଣ ହୋଇନାହିଁ। ତଥାପି ପ୍ରତିକାର ପାଇଁ ବିଭାଗୀୟ ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରାଯାଇ ତୁରନ୍ତ ମରାମତି କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୌରାଧ୍ୟକ୍ଷ ବସନ୍ତ ବିଶ୍ୱାଳଙ୍କ ଘର ଉପରକୁ ବୋମାମାଡ଼ ଘଟଣା: ବାପି ସର୍ଖେଲଙ୍କୁ ଟାର୍ଗେଟ୍‌ କରି ଏକାଠି ହେଲେ…

ପାରାଦୀପ,୭ା୬(ଶରତ ରାଉତ): ପାରାଦୀପ ପୌରାଧ୍ୟକ୍ଷ ବସନ୍ତ ବିଶ୍ବାଳଙ୍କ ଘର ଉପରେ ଗତମାସ ୩୦ ତାରିଖରେ ପେଟ୍ରୋଲ ବୋମାମାଡ଼ ହୋଇଥିଲା। ଉକ୍ତ ଘଟଣାକୁ ନେଇ ରବିବାର ପାରାଦୀପ ରାଜନୀତି…

ଚତୁର୍ଥୀ ରାତିରେ ଝୁଲିପଡ଼ିଲେ ସନ୍ତୋଷୀ: ଶାଶୁଘର ଲୋକେ…

କୁଜଙ୍ଗ,୩ା୬(ମନୋଜ ପ୍ରଧାନ):ବାହାଘରର ଚତୁର୍ଥୀ ରାତିରେ ଶୋଇବା ଘରୁ ନବବଧୂଙ୍କ ଝୁଲନ୍ତା ମୃତଦେହ ମିଳିଛି। ଜଗତ୍‌ସିଂହପୁର ଜିଲା କୁଜଙ୍ଗ ଥାନା ଅନ୍ତର୍ଗତ ବଳେଇପୁର ଗ୍ରାମରେ ସୋମବାର ଏହି ଘଟଣା…

ୱାସ୍‌ରୁମ୍‌ରୁ ହିଡେନ୍ କ୍ୟାମେରା: ଖୋଲିଲା ବଡ଼ ରହସ୍ୟ: ପ୍ରତି ସପ୍ତାହରେ କରୁଥିଲେ କ୍ୟାମେରା ଚାର୍ଜ

ଜଗତସିଂହପୁର,୩୧।୫: ଜଗତସିଂହପୁର ଜିଲାର DRDA କାର୍ଯ୍ୟାଳୟର ମହିଳା ୱାସ୍‌ରୁମ୍‌ରୁ ହିଡେନ୍ କ୍ୟାମେରା ଜବତ ଘଟଣାରେ ନୂଆ ତଥ୍ୟ ସାମ୍ନାକୁ ଆସିଛି। ଘଟଣାରେ ଜଡିତ ଜୁନିୟର କିରାଣି ସଞ୍ଜୟ…

ପାରାଦୀପ ବନ୍ଦରରେ ଦୁର୍ଘଟଣା: କ୍ରେନ୍ ବକେଟ୍ ପଡି ଚାଳକଙ୍କ ମୃତ୍ୟୁ

ପାରାଦୀପ, ୩୦।୫ (ଶରତ ରାଉତ): ପାରାଦୀପ ବନ୍ଦରର ନିଷିଦ୍ଧାଞ୍ଚଳ ସି କ୍ୟୁ–୧ ନମ୍ବର ବର୍ଥ ନିକଟରେ ଶନିବାର ମଧ୍ୟାହ୍ନରେ ଦୁର୍ଘଟଣା ଘଟିଛି। ଏଥିରେ ଣେ ଚାଳକଙ୍କ ମୃତ୍ୟୁ…

ସରକାରୀ ଅଫିସରେ ବି ଅସୁରକ୍ଷିତ ମହିଳା! DRDA ଲେଡିଜ୍‌ ୱାସରୁମରୁ ଲାଗିଥିଲା ସିକ୍ରେଟ କ୍ୟାମେରା

ତିର୍ତ୍ତୋଲ,୨୮।୫(ଗୌରାଙ୍ଗ ଚରଣ ସ୍ବାଇଁ): ଜଗତସିଂହପୁର ଡିଆରଡିଏ କାର୍ଯ୍ୟାଳୟର ମହିଳା ୱାସରୁମରୁ ସିକ୍ରେଟ କ୍ୟାମେରା ଜବତ ହୋଇଛି । ଏହି କ୍ୟାମେରା କିଏ ଓ କେଉଁ ଉଦ୍ଦେଶ୍ୟରେ ଲଗାଇଥିଲା ତାହା…

ପାରାଦୀପରେ ମାଟି ତଳ ପାଇପ୍ ଲାଇନ୍‌ରୁ ତେଲ ଲିକ୍, ବିପୁଳ ପରିମାଣର ପେଟ୍ରୋଲ ନଷ୍ଟ

ପାରାଦୀପ,୨୨।୫ (ଶରତ ରାଉତ): ପାରାଦୀପ ବନ୍ଦର ନିଷିଦ୍ଧାଞ୍ଚଳର ୧ ନଂ ଗେଟ୍ ନିକଟରେ ଶୁକ୍ରବାର ଏକ ଅଘଟଣ ଘଟିଛି। ସାଉଥ୍ ଅଏଲ ବର୍ଥ ଜେଟିରୁ ଆଇଓସିଏଲ ଟର୍ମିନାଲ…

ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ: ସାର କାରଖାନା ଇଫ୍‌କୋରେ ଉତ୍ପାଦନ ବନ୍ଦ

ପାରାଦୀପ,୨୨।୫(ଶରତ ରାଉତ):ଏସିଆ ମହାଦେଶର ସର୍ବବୃହତ୍‌ ସାର କାରଖାନା ପାରାଦୀପ ଇଫ୍‌କୋରେ ବୁଧବାରଠାରୁ ଉତ୍ପାଦନ ବନ୍ଦ ରହିଛି। କାରଣ ଉକ୍ତ କାରଖାନାରେ ଆବଶ୍ୟକ କଞ୍ଚାମାଲ ଅଭାବ ଦେଖାଦେଇଛି। ଏହାର…

ପ୍ରଥମେ ପ୍ରେମ, ପରେ ବଳାତ୍କାର କରି ବନ୍ଧାହେଲେ ୨ ଭାଇ, କଲେଜ ଯୁବତୀଙ୍କୁ ଟାର୍ଗେଟ୍‌ କରି…

ଜଗତ୍‌ସିଂହପୁର,୧୬ା୫(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ପ୍ରଥମେ ପ୍ରେମ ଜାଲରେ ଫସାଇ ବଳାତ୍କାର କରି ବ୍ଲାକ ମେଲିଂ କରିବା ଭଳି ସଙ୍ଗିନ ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri