ନିର୍ମାଣାଧୀନ କୋଭିଡ ମେଡିକାଲରେ ୫-ଟି ସଚିବ

ସମ୍ବଲପୁର, ୧୫।୪ (ବ୍ୟୁରୋ): ସମ୍ବଲପୁର ଜିଲା ମୁଖ୍ୟ ଚିକିତ୍ସାଳୟରେ ନିର୍ମାଣାଧୀନ କୋଭିଡ-୧୯ ମେଡିକାଲକୁ ବୁଧବାର ୫-ଟି ସଚିବ ଭି.କେ.ପାଣ୍ଡିଆନ ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ ମେଡିକାଲ ପରିସରରେ ଆଇସିୟୁ , ଆଇସୋଲେଶନ କକ୍ଷ ଓ ନମୁନା ସଂଗ୍ରହ କେନ୍ଦ୍ର ପରିଦର୍ଶନ କରିଥିଲେ। ଯଥାଶୀଘ୍ର କାମ ସମ୍ପୂର୍ଣ୍ଣ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ଅନ୍ୟପକ୍ଷେ ଏଠାରେ ପୂର୍ବରୁ ଚିକିତ୍ସିତ ହେଉଥିବା ରୋଗୀ ଓ ଆସୁଥିବା ନୂଆ ସାଧାରଣ ରୋଗୀଙ୍କ ପାଇଁ କିଭଳି ବିକଳ୍ପ ବ୍ୟବସ୍ଥା ଗ୍ରହଣ କରାଯାଇଛି ସେ ନେଇ ଜିଲାପାଳଙ୍କୁ ପଚାରି ବୁଝିଥିଲେ। ଲକ୍‌ ଡାଉନ୍‌ ବେଳେ ଖାଦ୍ୟ ବଣ୍ଟନ, ଅତିଥି ଶ୍ରମିକଙ୍କ ସମସ୍ୟା, ଉଭୟ ଗାଁ ଓ ସହରରେ ଆଇସୋଲେଶନ ସେଣ୍ଟରର ସ୍ଥିତି ଏବଂ ସାମାଜିକ ଦୂରତା ନିୟମ କିଭଳି ପାଳନ ହେଉଛି ସେ ନେଇ ଉତ୍ତରାଞ୍ଚଳ ପୋଲିସ ଡିଆଇଜି ହିମାଂଶୁ ଲାଲ, ଜିଲାପାଳ ଶୁଭମ୍‌ ସକ୍‌ସେନାଙ୍କ ସହ ୫-ଟି ସଚିବ ପାଣ୍ଡିଆନ ଆଲୋଚନା କରିଥିଲେ।  ଏହି ଅବସରରେ ଉନ୍ନୟନ କମିଶନର ସୁରେଶ ମହାପାତ୍ର, ସମ୍ବଲପୁର ଏସ୍‌ପି କନୱର ବିଶାଳ ସିଂ ଉପସ୍ଥିତ ଥିଲେ।
ସୂଚନାଯୋଗ୍ୟ, ସମ୍ବଲପୁର ଜିଲା ମୁଖ୍ୟ ଚିକିତ୍ସାଳୟରେ କୋଭିଡ-୧୯ ମେଡିକାଲ ନିର୍ମାଣ କାମ ଚାଲିଛି। ଏଥିରେ ୨ଶହ ଶଯ୍ୟା ଓ ୩୦ ଭେଣ୍ଟିଲେଟର ବ୍ୟବସ୍ଥା ରହିବ। ହେଲେ ନିର୍ମାଣ କାମ ବିଳମ୍ବ ହୋଇଛି । ପ୍ରାୟ ୧୦ ଦିନ ଭିତରେ କାମ ସାରିବାକୁ ଜିଲା ପ୍ରଶାସନ ଲକ୍ଷ୍ୟ ରଖିଥିଲା। ପୂର୍ବରୁ ଏଠାରେ ଯେଉଁ ରୋଗୀ ଚିକିତ୍ସିତ ହେଉଥିଲେ ସେମାନଙ୍କୁ ବୁର୍ଲା ଭିମସାର ସ୍ଥାନାନ୍ତର କରାଯାଇଛି। ଜିଲାର ଯେଉଁ ନୂଆ ରୋଗୀ ଏବେ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଆସୁଛନ୍ତି ସେମାନଙ୍କ ଲାଗି ଅଇଁଠାପାଲି ସହରାଞ୍ଚଳ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଓ ବୈଦନାଥ ଛକରେ ଥିବା ଡା. ଜନାର୍ଦ୍ଦନ ପୂଜାରୀ ମାତୃ ମଙ୍ଗଳ କେନ୍ଦ୍ରରେ ଚିକିତ୍ସା ସୁବିଧା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri