ନିର୍ମାଣାଧୀନ କୋଭିଡ ମେଡିକାଲରେ ୫-ଟି ସଚିବ

ସମ୍ବଲପୁର, ୧୫।୪ (ବ୍ୟୁରୋ): ସମ୍ବଲପୁର ଜିଲା ମୁଖ୍ୟ ଚିକିତ୍ସାଳୟରେ ନିର୍ମାଣାଧୀନ କୋଭିଡ-୧୯ ମେଡିକାଲକୁ ବୁଧବାର ୫-ଟି ସଚିବ ଭି.କେ.ପାଣ୍ଡିଆନ ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ ମେଡିକାଲ ପରିସରରେ ଆଇସିୟୁ , ଆଇସୋଲେଶନ କକ୍ଷ ଓ ନମୁନା ସଂଗ୍ରହ କେନ୍ଦ୍ର ପରିଦର୍ଶନ କରିଥିଲେ। ଯଥାଶୀଘ୍ର କାମ ସମ୍ପୂର୍ଣ୍ଣ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ଅନ୍ୟପକ୍ଷେ ଏଠାରେ ପୂର୍ବରୁ ଚିକିତ୍ସିତ ହେଉଥିବା ରୋଗୀ ଓ ଆସୁଥିବା ନୂଆ ସାଧାରଣ ରୋଗୀଙ୍କ ପାଇଁ କିଭଳି ବିକଳ୍ପ ବ୍ୟବସ୍ଥା ଗ୍ରହଣ କରାଯାଇଛି ସେ ନେଇ ଜିଲାପାଳଙ୍କୁ ପଚାରି ବୁଝିଥିଲେ। ଲକ୍‌ ଡାଉନ୍‌ ବେଳେ ଖାଦ୍ୟ ବଣ୍ଟନ, ଅତିଥି ଶ୍ରମିକଙ୍କ ସମସ୍ୟା, ଉଭୟ ଗାଁ ଓ ସହରରେ ଆଇସୋଲେଶନ ସେଣ୍ଟରର ସ୍ଥିତି ଏବଂ ସାମାଜିକ ଦୂରତା ନିୟମ କିଭଳି ପାଳନ ହେଉଛି ସେ ନେଇ ଉତ୍ତରାଞ୍ଚଳ ପୋଲିସ ଡିଆଇଜି ହିମାଂଶୁ ଲାଲ, ଜିଲାପାଳ ଶୁଭମ୍‌ ସକ୍‌ସେନାଙ୍କ ସହ ୫-ଟି ସଚିବ ପାଣ୍ଡିଆନ ଆଲୋଚନା କରିଥିଲେ।  ଏହି ଅବସରରେ ଉନ୍ନୟନ କମିଶନର ସୁରେଶ ମହାପାତ୍ର, ସମ୍ବଲପୁର ଏସ୍‌ପି କନୱର ବିଶାଳ ସିଂ ଉପସ୍ଥିତ ଥିଲେ।
ସୂଚନାଯୋଗ୍ୟ, ସମ୍ବଲପୁର ଜିଲା ମୁଖ୍ୟ ଚିକିତ୍ସାଳୟରେ କୋଭିଡ-୧୯ ମେଡିକାଲ ନିର୍ମାଣ କାମ ଚାଲିଛି। ଏଥିରେ ୨ଶହ ଶଯ୍ୟା ଓ ୩୦ ଭେଣ୍ଟିଲେଟର ବ୍ୟବସ୍ଥା ରହିବ। ହେଲେ ନିର୍ମାଣ କାମ ବିଳମ୍ବ ହୋଇଛି । ପ୍ରାୟ ୧୦ ଦିନ ଭିତରେ କାମ ସାରିବାକୁ ଜିଲା ପ୍ରଶାସନ ଲକ୍ଷ୍ୟ ରଖିଥିଲା। ପୂର୍ବରୁ ଏଠାରେ ଯେଉଁ ରୋଗୀ ଚିକିତ୍ସିତ ହେଉଥିଲେ ସେମାନଙ୍କୁ ବୁର୍ଲା ଭିମସାର ସ୍ଥାନାନ୍ତର କରାଯାଇଛି। ଜିଲାର ଯେଉଁ ନୂଆ ରୋଗୀ ଏବେ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଆସୁଛନ୍ତି ସେମାନଙ୍କ ଲାଗି ଅଇଁଠାପାଲି ସହରାଞ୍ଚଳ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଓ ବୈଦନାଥ ଛକରେ ଥିବା ଡା. ଜନାର୍ଦ୍ଦନ ପୂଜାରୀ ମାତୃ ମଙ୍ଗଳ କେନ୍ଦ୍ରରେ ଚିକିତ୍ସା ସୁବିଧା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାପ ଖେଳିବେ ମହାପ୍ରଭୁ, ଚନ୍ଦନଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଆରମ୍ଭ

ପୁରୀ,୨୩।୪: ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା। ଅକ୍ଷୟ ତୃତୀୟାରେ ଆରମ୍ଭ ହେବାକୁ ଥିବା ଏହି ଯାତ୍ରାରେ ୨୧ ଦିନବ୍ୟାପୀ ନରେନ୍ଦ୍ର...

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ...

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

ହାଇୱାକୁ ଧକ୍କା ଦେଲା ବାଇକ୍‌: ଚାଲିଗଲା ଫାର୍ମାସିଷ୍ଟଙ୍କ ଜୀବନ

ତିହିଡି,୨୩।୪(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ଫତେପୁର ଛକ ନିକଟରେ ଏକ ହାଇୱାକୁ ବାଇକ ଧକ୍କା ଦେଇଛଇ। ଏଥିରେ ଜଣେ ଫାର୍ମାସିଷ୍ଟଙ୍କର ମୃତ୍ୟୁ ଘଟିଥିବା ବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri