ନିର୍ମାଣାଧୀନ ଡ୍ରେନ୍‌ରେ ପଡ଼ି ଯୁବକଙ୍କ ଜୀବନ ଗଲା

ପରଜଙ୍ଗ, ୮।୩(ଡି.ଏନ.ଏ.) – ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ଅଧୀନ ରୋଡ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଗ୍ରାମ୍ୟ ନିର୍ମାଣ ବିଭାଗ (ଆରଡି) ପକ୍ଷରୁ ନିର୍ମାଣାଧୀନ ଡ୍ରେନ୍‌ରୁ ଶନିବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସେ ହେଲେ ରୋଡ୍‌ ଗ୍ରାମର କାଳିନ୍ଦୀ ନାଏକ। ଡ୍ରେନ୍‌ କାର୍ଯ୍ୟ ଚାଲୁ ରହିଥିବା ବେଳେ କୌଣସି ସତର୍କ ସୂଚନା ଫଳକ କିମ୍ବା ସୁରକ୍ଷା ବାଡ଼ ଲଗାଯାଇ ନ ଥିଲା। ତେଣୁ କାଳିନ୍ଦୀ ଡ୍ରେନ୍‌ରେ ପଡ଼ି ପ୍ରାଣ ହରାଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ଏ ନେଇ ଠିକାଦାର ଏବଂ ବିଭାଗୀୟ ଅଧିକାରୀଙ୍କ ବିରୋଧରେ ଥାନାରେ ଲିଖିତ ଅଭିଯୋଗ ହୋଇଛି।
ପରିବାର ଲୋକଙ୍କ କହିବା କଥା, ଶୁକ୍ରବାର କାଳିନ୍ଦୀ କୌଣସି କାର୍ଯ୍ୟରେ ବାହାରକୁ ଯାଇ ଫେରି ନ ଥିଲେ। ଶନିବାର କେତେଜଣ ଲୋକ ନାଳରେ ତାଙ୍କର ମୃତଦେହ ପଡ଼ିଥିବା ଦେଖି ପୋଲିସକୁ ସୂଚନା ଦେଇଥିଲେ। ଘରକୁ ଫେରୁଥିବାବେଳେ ନାଳରେ ଖସିପଡ଼ି ତାଙ୍କର ମୃତ୍ୟୁ ଘଟିଛି। ଶୁକ୍ରବାର ରାତିରେ ବର୍ଷା ହେଉଥିବାରୁ ଏ କଥା ଜଣାପଡ଼ି ନ ଥିଲା। ଠିକାଦାର ଏବଂ ବିଭାଗୀୟ ଅଧିକାରୀଙ୍କ ଦାୟିତ୍ୱହୀନତାରୁ ଏହି ଦୁର୍ଘଟଣା ଘଟିଥିବା ମୃତ କାଳିନ୍ଦୀଙ୍କ ଭାଇ ମାଧବ ନାଏକ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଏ ନେଇ ନଂ. ୪୯/୨୦, ଦଫା ୩୦୪ (ଏ)ରେ ମାମଲା ରୁଜୁ ହୋଇଛି। ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର କରାଯାଇଛି।
ଆର୍‌ଡି ବିଭାଗ ଅଧୀନରେ ୫ଲକ୍ଷ ଟଙ୍କା ବ୍ୟୟରେ ଉକ୍ତ ଡ୍ରେନ୍‌ କାମ ଚାଲିଛି। ଠିକାଦାର ରଞ୍ଜିତ ପାଣିଙ୍କୁ ଏହାର ନିର୍ମାଣ ଦାୟିତ୍ୱ ଦିଆଯାଇଛି। ହେଲେ ସେ ପେଟି କଣ୍ଟ୍ରାକ୍ଟରଙ୍କ ଜରିଆରେ କାମ କରୁଛନ୍ତି। ତେଣୁ ଲୋକଙ୍କ ସୁରକ୍ଷାକୁ ବିପନ୍ନ କରି ମନଇଚ୍ଛା କାମ ହେଉଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଡ୍ରେନ୍‌ ନିର୍ମାଣସ୍ଥଳରେ ସୁରକ୍ଷା ବାଡ଼ ଦିଆଯାଇ ନ ଥିବା ଯନ୍ତ୍ରୀ ହେମନ୍ତ ଜେନା ସ୍ବୀକାର କରିଛନ୍ତି। ଘଟଣାର ତଦନ୍ତ କରାଯିବ ବୋଲି ସହକାରୀ ନିର୍ବାହୀ ଯନ୍ତ୍ରୀ ଶିବଜ୍ୟୋତି ସାହୁ ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଛାଡ଼ିଲେ ସୀମାରାଣୀ: ଭାଜପାରେ ଯୋଗଦେବା ସମ୍ଭାବନା

ଢେଙ୍କାନାଳ,୨୩ା୪(ରତନ ନାୟାର):ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ୍‌ ଆଶାୟୀ ଥିବା ୨ ଥରର ବିଧାୟିକା...

ବିଧାୟକଙ୍କ ଫେସ୍‌ବୁକ୍‌ ପୋଷ୍ଟ ନେଇ ଜୋର୍‌ଦାର ଚର୍ଚ୍ଚା

ଢେଙ୍କାନାଳ,୨୨ା୪(ରତନ ନାୟାର):ଢେଙ୍କାନାଳ ବିଧାନସଭା ନିର୍ବାଚନମଣ୍ଡଳୀର ବିଜେଡି ପ୍ରାର୍ଥୀ ତଥା ବିଧାୟକ ସୁଧୀର କୁମାର ସାମଲଙ୍କ ଏକ ଫେସ୍‌ବୁକ୍‌ ପୋଷ୍ଟକୁ ନେଇ ଜୋର୍‌ଦାର ଚର୍ଚ୍ଚା ଚାଲିଛି। ସଦର...

ଢେଙ୍କାନାଳ ସଂସଦୀୟ କ୍ଷେତ୍ରରେ ବଢ଼ିଲା ଉଷ୍ମତା, ଲଢ଼େଇରେ ସାମିଲ ୨ ନୂଆ ମୁହଁ

ଢେଙ୍କାନାଳ,୧୫ା୪(ରତନ ନାୟାର): ଢେଙ୍କାନାଳ ଲୋକ ସଭା ଆସନ ପାଇଁ ୩ ପ୍ରମୁଖ ରାଜନୈତିକ ଦଳ ବିଜେଡି, ଭାଜପା ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି।...

ଅବିନାଶ, ରୁଦ୍ର ପାଣିଙ୍କୁ ଟକ୍କର ଦେବେ ସସ୍ମିତା ବେହେରା

ଢେଙ୍କାନାଳ,୧୪ା୪(ରତନ ନାୟାର)ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି)ର ସମ୍ପାଦିକା ତଥା ବରିଷ୍ଠ କଂଗ୍ରେସ ନେତ୍ରୀ ସସ୍ମିତା ବେହେରାଙ୍କୁ କଂଗ୍ରେସ ଢେଙ୍କାନାଳ ଲୋକ ସଭା ଆସନରୁ ପ୍ରାର୍ଥୀ...

ନିର୍ବାଚନୀ ତାତି ବଢ଼ାଉଛି ୫୫ନଂ. ଜାତୀୟ ରାଜପଥ

ଢେଙ୍କାନାଳ,୧୨ା୪(ରତନ ନାୟାର): କଟକରୁ ଢେଙ୍କାନାଳ ଓ ଅନୁଗୋଳ ଦେଇ ସମ୍ବଲପୁରକୁ ଲମ୍ବିଥିବା ୫୫ନଂ. ଜାତୀୟ ରାଜପଥର ଅଧାପନ୍ତରିଆ ଅବସ୍ଥା ଏବେ ନିର୍ବାଚନୀ ପ୍ରସଙ୍ଗ ପାଲଟିଛି। ଢେଙ୍କାନାଳ,...

ହିନ୍ଦୋଳ ଆସନକୁ ନେଇ ଅଙ୍କ ଛିଡୁନି

ଢେଙ୍କାନାଳ,୧୧ା୪(ରତନ ନାୟାର)ଢେଙ୍କାନାଳ ଏମ୍‌ପି ନିର୍ବାଚନ ପାଇଁ ବିଜେଡି ଓ ଭାଜପା ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇସାରିଛି। ସେହିପରି ଜିଲାର ୪ ବିଧାନସଭା ନିର୍ବାଚନମଣ୍ଡଳୀ ମଧ୍ୟରୁ ଢେଙ୍କାନାଳ,...

ସନ୍ଦିଗ୍ଧ ପାରା ଉଦ୍ଧାର:ଗୋଡ଼ରେ ଲାଗିଛି ଜିପିଏସ୍‌ ଟ୍ରାକର ଭଳି ଚିପ୍‌

ଢେଙ୍କାନାଳ,୯ା୪(ରତନ ନାୟାର):ଢେଙ୍କାନାଳ ଜିଲା ଗଁଦିଆ ବ୍ଲକ ନିହଲପ୍ରସାଦ ଥାନା ଲାଉଲଇ ଗ୍ରାମର ଏକ ମନ୍ଦିର ପରିସରରୁ ସୋମବାର ଏକ ପାରାକୁ ଅଞ୍ଚଳବାସୀ ଉଦ୍ଧାର କରିଛନ୍ତି। ଉକ୍ତ...

ବୋମାମାଡ଼ କରି ଲୁଟିନେଲେ ୧୪ ଲକ୍ଷ ଟଙ୍କା

କାମାକ୍ଷାନଗର,୫।୪(ସୁଧୀର କୁମାର ପରିଡା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ଜିରାଳ ସାପ୍ତାହିକ ହାଟରୁ ଶୁକ୍ରବାର ସକାଳେ ଏକ ବଡ଼ ଲୁଟ୍‌ ହୋଇଛି। ୫ ଜଣ ଦୁର୍ବୃତ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri