ନିର୍ମାଣ ନିମ୍ନମାନର: ରାସ୍ତାକାମ ବନ୍ଦ କଲେ ଗ୍ରାମବାସୀ

ଲାଞ୍ଜିଗଡ,୧୭ା୫(ଡି.ଏନ୍‌.ଏ.)-କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ କୁମଖାଲଠାରୁ ସିନ୍ଧିବାହାଲିକୁ ସଂଯୋଗ କରୁଥିବା ୪କିମି ରାସ୍ତା ପ୍ରଧାନମନ୍ତ୍ରୀ ସଡକ ଯୋଜନାରେ କାମ ଚାଲିଛି। ତା୫ା୯ା୨୦୧୭ରିଖଠାରୁ ଆରମ୍ଭ ହୋଇଥିବା ଏହି କାମ ତା୪ା୬ା୨୦୧୮ରିଖରେ ଶେଷ ହେବାକୁ ଲକ୍ଷ୍ୟଧାର୍ଯ୍ୟ ଥିବାବେଳେ ଏଯାଏଁ ସରିନାହି ା ପ୍ରକଳ୍ପର ବ୍ୟୟ ଅଟକଳ ୧କୋଟି ୩ ଲକ୍ଷ ୬୭ହଜାର ଟଙ୍କା ଥିବା ବେଳେ ରାସ୍ତା କାମ ନିମ୍ନମାନର ହେଉଥିବା ଅଭିଯୋଗ ହୋଇଛି। ଠିକାଦାର ବିନା ଚିପ୍ସରେ ପ୍ରାୟ ଏକ କିମି ରାସ୍ତା କାମ କରିବା ପରେ ଅଞ୍ଚଳବାସୀ ଜୋରଦାର ବିରୋଧ କରିଥିଲେ। ରବିବାର ପୁନିଗୁଡା, ସନ୍ଧିବାହାଲି, ଗାରେସ, ସଲପାଙ୍ଗ, ଦେହେଡା, ସର୍ଗିଲେପା, ମନସ୍ତରା, ବରିଙ୍ଗପଦର ଓ ଦାରେବେଙ୍ଗ ଗାଁର ଶତାଧିକ ଲୋକେ ରାସ୍ତାକୁ ଆସି ନିର୍ମାଣ କାମକୁ ବନ୍ଦ କରିଥିଲେ। ପରେ ଗ୍ରାମ୍ୟ ଉନ୍ନୟନ ବିଭାଗ ଯନ୍ତ୍ରୀ ବସନ୍ତ କୁମାର ବେହେରା ଘଟଣାସ୍ଥଳକୁ ଆସି ରାସ୍ତାର ମାନ ଯାଞ୍ଚ କରବା ସହ ଏପରି କାମ ନ କରିବାକୁ ଠିକାଦାରକୁ ମନା କରିଥିଲେ ା ଏସଡିଓ ଆସି ରାସ୍ତାକାମ ଯାଞ୍ଚ କରିବା ପରେ କାମ ଆରମ୍ଭ ହେବ ବୋଲି ଯନ୍ତ୍ରୀ ବେହେରା ଅଞ୍ଚଳବାସୀଙ୍କୁ କହିବା ସହ କାମ ବନ୍ଦ କରିଦେଇଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତାକାଲି ନୂଆଖାଇ: ପୂଜା ପାଇଁ ଘର ଘର ବୁଲି ଚାଉଳ ସଂଗ୍ରହ

କେସିଙ୍ଗା, ୧୪।୯ (ତୁମେଶ୍ୱର ସାହୁ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇକୁ ନେଇ ସବୁଠି ଉତ୍ସାହ ଓ ଆନନ୍ଦର ପରିବେଶ। ଆସନ୍ତାକାଲି ନୂଆଖାଇ ପାଳନ ହେବାକୁ ଥିବାବେଳେ ଗରିବଠାରୁ…

ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କଲେ ଏନସିଏସ୍‌କେର ଉପାଧ୍ୟକ୍ଷ, ସଫେଇ କର୍ମଚାରୀଙ୍କ ସହ କଲେ ଆଲୋଚନା

ଜୁନାଗଡ଼,୧୩।୯(ଅଂଶୁମାନ ଯୋଶୀ): ଜାତୀୟ ସଫେଇ କର୍ମଚାରୀ ଆୟୋଗ(ଏନସିଏସକେ) ଉପାଧ୍ୟକ୍ଷ କୈଶବ ବିହାରୀ ରବିବାର ଜୁନାଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ ସ୍ବସ୍ଥ୍ୟକେନ୍ଦ୍ରର ବିଭିନ୍ନ…

ଗଣେଶ ପୂଜା-ନୂଆଁଖାଇ, ପୌରକେଲାରେ ସ୍ୱଚ୍ଛତା ଅଭିଯାନ

କର୍ଲାମୁଣ୍ଡା,୧୩।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପୌରକେଳା ନୂଆଁଖାଇ ପର୍ବ ଅବସରରେ ପୌରକେଲା ଗ୍ରାମର ମା ସୁନାମୁଖୀ ଯୁବ ସଂଗଠନ ପକ୍ଷରୁ ରବିବାର ଏକ…

ନିଖୋଜ ଥିଲେ, କେନାଲରୁ ମିଳିଲା ମହିଳାଙ୍କ ମୃତଦେହ

କୋକସରା,୧୨।୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଲଡୁଗାଁ ପିତବାସପୁର କେନାଲ ବ୍ରିଜ ନିକଟରୁ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତା ମହିଳା ଜଣକ…

ଅନୁଦାନ ବଣ୍ଟନରେ ପାତରଅନ୍ତର ଅଭିଯୋଗ, ନିର୍ଦ୍ଦିଷ୍ଟ ପଞ୍ଚାୟତ ପାଇଁ ଏତେ ଅନୁକମ୍ପା କାହିଁକି

କର୍ଲାମୁଣ୍ଡା,୧୨ା୯(ପ୍ରଦୀପ କୁମାର ସାହୁ): କର୍ଲାମୁଣ୍ଡା ବ୍ଲକରେ ‘ବିକଶିତ ଓଡ଼ିଶା ବିକଶିତ ଗାଁ’ ଯୋଜନାରେ ଅନୁଦାନ ବଣ୍ଟନକୁ ନେଇ ପାତରଅନ୍ତର କରାଯାଇଥିବା ଅଭିଯୋଗ ଉଠିଛି। ବ୍ଲକର ୧୨ଟି ପଞ୍ଚାୟତ…

ଉତ୍ସବମୁଖର ପଶ୍ଚିମ ଓଡ଼ିଶା: ହାଟବଜାରରେ ନାହିଁ ନ ଥିବା ଭିଡ଼, ମୁଖ୍ୟ ଆକର୍ଷଣ ପାଲଟିଛି…

ରିଷିଡ଼ା,୧୨ା୯(ସୁଶାନ୍ତ ମଲ୍ଲିକ): ପଶ୍ଚିମ ଓଡ଼ିଶାର ମହାନ କୃଷିଭିତ୍ତିକ ଗଣପର୍ବ ‘ନୂଆଖାଇ’ ପାଇଁ ଏବେ ପୁରପଲ୍ଲୀ ଉତ୍ସବମୁଖର। ଇଷ୍ଟଦେବୀଙ୍କ ନିକଟରେ ନବାନ୍ନ ଲାଗି ହେବାକୁ ଥିବା ବେଳେ ଘରେ…

ପ୍ରଧାନମନ୍ତ୍ରୀଙ୍କ ଜନ୍ମ ଦିନରୁ ସେବା ସଂକଳ୍ପ ଅଭିଯାନ: ୧୩ଟି କାର୍ଯ୍ୟକ୍ରମକୁ ନେଇଁ ଲୋକଙ୍କୁ ପାଖକୁ ଯିବ ଭାଜପା

ଭବାନୀପାଟଣା,୧୧।୯(ଉତ୍ତମ କୁମାର ଦାଶ): ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ମାସେ ବ୍ୟାପି ସେବା ସଂକଳ୍ପ ଅଭିଯାନ କରିବ ଭାଜପା । ଏଥିରେ ପ୍ରତ୍ୟେକ ମଣ୍ଡଳ, ବୁଥ ଏବଂ ଜିଲାରେ ସେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?