ନିର୍ମାଣ ଶ୍ରମିକଙ୍କ ବିକ୍ଷୋଭ ପ୍ରଦର୍ଶନ: ନ୍ୟାୟ ନ ମିଳିଲେ ଶ୍ରମ ଅଫିସ୍‌ରେ ପଡ଼ିବ ତାଲା

ବାଲେଶ୍ୱର ଅଫିସ, ୨୯।୧୧-ବିଭିନ୍ନ ଶ୍ରମିକ ସଙ୍ଗଠନର ଆହ୍ବାନକ୍ରମେ ଶୁକ୍ରବାର ପୂର୍ବାହ୍ନରେ ଶତାଧିକ ନିର୍ମାଣ ଶ୍ରମିକ ବାଲେଶ୍ୱର ଜିଲାପାଳଙ୍କ ଅଫିସ୍‌ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଶ୍ରମିକମାନେ ରେଳଷ୍ଟେଶନରୁ ଏକ ବିଶାଳ ଶୋଭାଯାତ୍ରାରେ ସହର ପରିକ୍ରମା କରି ଜିଲାପାଳଙ୍କ ଫାଟକ ନିକଟରେ ପହଞ୍ଚତ୍ଥିଲେ। ଜିଲା ଶ୍ରମ ଅଫିସରେ ଶ୍ରମିକମାନଙ୍କ ପଞ୍ଜିକରଣ ଓ ସହାୟତା ପ୍ରଦାନରେ ବ୍ୟାପକ ଅନିୟମିତତା ବିରୋଧରେ ନାରାବାଜି କରିଥିଲେ।
ଶ୍ରମିକ ସଙ୍ଗଠନ ପକ୍ଷରୁ ଅଭିଯୋଗ କରାଯାଇଛି ଯେ, ଜିଲା ଶ୍ରମ ଅଧିକାରୀଙ୍କ କାର୍ଯ୍ୟାଳୟରେ ଶ୍ରମିକମାନଙ୍କ ପଞ୍ଜିକରଣରେ ପାତରଅନ୍ତର କରାଯାଉଛି। ୨୦୧୫-୧୬ରୁ ଶ୍ରମିକମାନେ ପଞ୍ଜିକରଣ ପାଇଁ ଆବେଦନ କରିଥିଲେ ମଧ୍ୟ ଆଜି ଯାଏ ସେମାନଙ୍କ ପ୍ରମାଣପତ୍ର ମିଳିନି। ସେହିଭଳି ପଞ୍ଜିକୃତ ଶ୍ରମିକମାନଙ୍କୁ ସହାୟତା ପ୍ରଦାନରେ ବ୍ୟାପକ ଲାଞ୍ଚ କାରବାର ଯୋଗୁ ଠିକ୍‌ ଭାବରେ ଆଇନ ପାଳନ ହେଉନି। ଦୁର୍ନୀତି ଅଭିଯୋଗ ଯୋଗୁ ଗତ ୩ମାସ ହେଲା ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ନିର୍ଦ୍ଦେଶରେ ପଞ୍ଜିକରଣ କାର୍ଯ୍ୟକୁ ବନ୍ଦ କରାଯାଇଛି। ଏହାର ତଦନ୍ତ କରି କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ନ ଥିବାରୁ ଶ୍ରମିକମାନେ ହନ୍ତସନ୍ତ ହେଉଛନ୍ତି। ବିବାହ, ଶିକ୍ଷା, ସାଇକେଲ୍‌, ଯନ୍ତ୍ରପାତି ଓ ନିରାପତ୍ତା ଉପକରଣ ସହ ମୃତ୍ୟୁପରେ ପରିବାରକୁ ସହାୟତା ପାଇଁ ଆବେଦନକାରୀଙ୍କ ଦରଖାସ୍ତ ବର୍ଷ ବର୍ଷ ଧରି କାର୍ଯ୍ୟାଳୟରେ ପଡ଼ି ରହିଥିବା ଟିୟୁଏସିସିର ଅଧ୍ୟକ୍ଷ ତଥା ପୂର୍ବତନ ବିଧାୟକ ପ୍ରଦୀପ୍ତ ପଣ୍ଡା ପ୍ରକାଶ କରିଛନ୍ତି। ଟିୟୁଏସିସିର ସାଧାରଣ ସମ୍ପାଦକ ଗୌରାଙ୍ଗ ପାଣିଗ୍ରାହୀ ନିର୍ମାଣ ଶ୍ରମିକମାନଙ୍କୁ ନ୍ୟାୟ ନ ମିଳିଲେ ଜିଲା ଶ୍ରମ ଅଫିସ୍‌ରେ ଶ୍ରମିକମାନେ ତାଲା ପକାଇବାକୁ ବାଧ୍ୟ ହେବେ ବୋଲି କହିଥିଲେ। ବିକ୍ଷୋଭସ୍ଥଳରୁ ଏକ ପ୍ରତିନିଧି ଦଳ ଅତିରିକ୍ତ ଜିଲାପାଳ ସମ୍ବିତ ନାୟକଙ୍କୁ ୩ଦଫା ସମ୍ବଳିତ ଦାବିପତ୍ର ପ୍ରଦାନ କରିଥିଲେ। ପରେ ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ସଦ୍‌ଭାବନା ଗୃହରେ କେନ୍ଦ୍ରୀୟ ଶ୍ରମିକ ସଙ୍ଗଠନର ନେତୃବୃନ୍ଦଙ୍କ ସହ ଆଲୋଚନା କରି ଆଇନ୍‌ ଅନୁଯାୟୀ ନିର୍ମାଣ ଶ୍ରମିକମାନଙ୍କୁ ନ୍ୟାୟ ପ୍ରଦାନ କରାଯିବ ଓ ବକେୟା କାର୍ଯ୍ୟକୁ ପ୍ରାଥମିକତା ଦେବାକୁ ଜିଲା ଶ୍ରମ ଅଫିସର କୁବେର ବେହେରାଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଯଦି ଜିଲାପାଳଙ୍କ ପ୍ରତିଶ୍ରୁତି କାର୍ଯ୍ୟକାରୀ ନ ହୁଏ ତେବେ ଜିଲା ଶ୍ରମ ଅଫିସକୁ ଅଚଳ କରିଦିଆଯିବ ବୋଲି ବିକ୍ଷୋଭ ସମାବେଶରେ ଶ୍ରମିକନେତା ଭାଗବତ ପ୍ରତିହାରୀ, ଶାନ୍ତନୁ ଦାସ, ବିଜୟ ପାତ୍ର, ଅରୁଣ ସ୍ବାଇଁ, ପଦ୍ମଭୂଷଣ ରାୟ, ବିକାଶ ଦାସ, ଗଦାଧର ପ୍ରଧାନ, ନିରାକାର ପାଣ୍ଡବ, ସର୍ବେଶ୍ୱର ମିଶ୍ର ଓ ଏକତା ମଞ୍ଚର ନେତା ଅରୁଣ ଜେନା ପ୍ରମୁଖ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri