ଅନୁଗୋଳ ଅଫିସ, ୨୨।୯ – ଅନୁଗୋଳ ଜିଲା ନିର୍ମାଣ ଶ୍ରମିକ ସଂଘ ସମନ୍ବୟ କମିଟି ପକ୍ଷରୁ ଏକ ଜରୁରୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ଶିଶୁ ଉଦ୍ୟାନ ଠାରେ ଶନିବାର ଅପରାହ୍ନରେ ଅନୁଷ୍ଠିତ ଉକ୍ତ ବୈଠକରେ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହୋଇଥିଲା। ଓଡ଼ିଶା କୋଠାବାଡ଼ି ନିର୍ମାଣ ଶ୍ରମିକଙ୍କ ପଞ୍ଜୀକରଣ ପୂର୍ବରୁ ଦୁଇ ଥର ଖାରଜ ହୋଇଥିବାରୁ ସଂଘ କାର୍ଯ୍ୟକର୍ତ୍ତାଙ୍କୁ ଏ ନେଇ ଆବେଦନ କରିଥିବା ଶ୍ରମିକମାନଙ୍କ ଆକ୍ରୋଶର ଶିକାର ହେବାକୁ ପଡ଼ୁଛି ବୋଲି ସଂଘ ସଭାପତି ବିଭୂତି ଭୂଷଣ ସାହୁ କହିଥିଲେ। ସେ କହିଥିଲେ ଯେ, ୨୦୧୮ ମେ ୧୩ରେ ଡିଆର୍ଡିଏ ହଲ୍ରେ ଅନୁଷ୍ଠିତ ସଭାରେ ତତ୍କାଳୀନ ଶ୍ରମ ଅଧିକାରୀଙ୍କୁ ପଞ୍ଜୀକରଣ ସଂଖ୍ୟା ବୃଦ୍ଧି କରିବାକୁ କୁହାଯାଇଥିଲା। କିନ୍ତୁ ପଞ୍ଜୀକରଣ ବନ୍ଦ କରାଯାଇଛି। ସେହିପରି ୨୦୧୬ରୁ ଆବେଦନ କରାଯାଇଥିବା ନିର୍ମାଣ ଶ୍ରମିକଙ୍କୁ ସାଇକେଲ, ଶ୍ରମ ଯନ୍ତ୍ରପାତି ଓ ସୁରକ୍ଷା ପୂର୍ବକ ସାମଗ୍ରୀ ବଣ୍ଟନ ବନ୍ଦ ରଖାଯାଇଛି। ୨୦୧୮-୧୯ରେ ମୃତ୍ୟୁକାଳୀନ ସହାୟତା, ବାହାଘର ଓ ଶିକ୍ଷା ସହାୟତା ମଧ୍ୟ ଅଦ୍ୟାବଧି ଦିଆଯାଇ ନ ଥିବା ସଂଘ ପକ୍ଷରୁ ଅଭିଯୋଗ ହୋଇଛି। ଏ ନେଇ ନିର୍ମାଣ ଶ୍ରମିକମାନଙ୍କ ମଧ୍ୟରେ ଅସନ୍ତୋଷ କୁହୁଳିବାରେ ଲାଗିଛି। ତୁରନ୍ତ ଦାବି ଗୁଡ଼ିକ ପୂରଣ କରା ନ ଗଲେ ଶ୍ରମିକ ଓ ଶ୍ରମିକ ସଂଘ ଆନ୍ଦୋଳନକୁ ଓହ୍ଲାଇବ ବୋଲି ବୈଠକରେ ଚେତାବନୀ ଦିଆଯାଇଥିଲା। ଅନ୍ୟମାନଙ୍କ ମଧ୍ୟରେ ସମ୍ପାଦକ ରଶ୍ମୀରଞ୍ଜନ ଶ୍ରୀକୁମାର, ସଂଯୋଜକ ପ୍ରିୟବ୍ରତ ବେହେରା ପ୍ରମୁଖଙ୍କ ସହ ବହୁ ଶ୍ରମିକ ଉପସ୍ଥିତ ଥିଲେ।
ପାଣି ଟାଙ୍କି ଉପରେ ଚଢ଼ିଗଲା ଷଣ୍ଢ: ଆଉ ତା’ପରେ…
ଅନୁଗୋଳ ୧୦।୧୨ ( ମାନସ ବିଶ୍ୱାଳ ): ଅନୁଗୋଳ ବ୍ଲକ ବସଲା ପଞ୍ଚାୟତ ଭେରୁବଣିଆ ଗାଁର ଗ୍ରାମୀଣ ପାନୀୟ ଜଳ ଟାଙ୍କି ଉପରକୁ ଏକ ଷଣ୍ଢ...
ଶିକାରୀ ଫାଶରେ ପଡିଲା କଲରାପତରିଆ ବାଘ: ଗର୍ଜନ ଶୁଣି…
ଅନୁଗୋଳ,୯।୧୨(ମାନସ ବିଶ୍ୱାଳ): ଶିକାରୀ ଫାଶରେ ପଡିଲା କଲରାପତରିଆ ବାଘ, ଅନୁଗୋଳ ରେଞ୍ଜ ପୁରୁଣା ଗଡ଼ ସେକ୍ସନ କରତପଟା ବିଟ ଅନ୍ତର୍ଗତ ଜଙ୍ଗଲରେ ଫାଶରେ ପଡିଛି କଲରାପତରିଆ...
ବାୟୁ ପ୍ରଦୂଷଣ: ଦେଶର ୬ଷ୍ଠ ସ୍ଥାନରେ ଅନୁଗୋଳ
ଅନୁଗୋଳ,୨୭।୧୧(ଦିବ୍ୟଶାନ୍ତନୁ ନାଥ): ଅନୁଗୋଳ ଜିଲାରେ ବାୟୁର ମାନ ୩ଦିନ ହେବ ଲଗାତର ବିପଦସଂକେତ ଉପରେ ରହିଛି। ବାୟୁମଣ୍ଡଳରେ ଦିନକୁ ଦିନ ପ୍ରଦୂଷଣର ମାତ୍ରା ବୃଦ୍ଧି ହେଉଥିବା...
ପରକୀୟା ପ୍ରୀତିରୁ ଯୁବକଙ୍କୁ ଠେଙ୍ଗାରେ ପିଟି ହତ୍ୟା
ବନ୍ତଳା,୨୩।୧୧ (ସୁଶିତ ସାହୁ): ପରକୀୟା ପ୍ରୀତିରୁ ଘଟିଛି ହତ୍ୟାକାଣ୍ଡ। ଜଣେ ଯୁବକଙ୍କୁ ଠେଙ୍ଗାରେ ପିଟି ପିଟି ହତ୍ୟା କରାଯାଇଛି । ଅନୁଗୋଳ ବ୍ଲକ ବନ୍ତଳା ଥାନା...
ଆଉଘରକୁ ଫେରିଲେନି ଡେଲିଭରି ବୟ ବୟ: ଲକ୍ଷ୍ମୀବସ୍ ସହ ହେଲା…
ବଇଣ୍ଡା,୨୦।୧୧(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା ଠାକୁରଗଡ ଥାନା ଦିନବନ୍ଧୁପୁର ନିକଟରେ ଗୁରୁବାର ସକାଳେ ଲକ୍ଷ୍ମୀ ବସ୍ ସହ ଏକ ବାଇକ ମୁହାଁମୁହିଁ ଧକ୍କା ହୋଇଛି। ଏହି...
ଗଛରେ ପିଟିହେଲା ବାଇକ୍, ଚାଲିଗଲା ଜଣଙ୍କ ଜୀବନ
ବଇଣ୍ଡା,୧୬ା୧୧(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା ଠାକୁରଗଡ଼ ଥାନା ଚିନ୍ତାମଣିପୁର ନିକଟରେ ରବିବାର ସନ୍ଧ୍ୟାରେ ଏକ ବାଇକ୍ ଗଛରେ ପିଟି ହୋଇଯିବାରୁ ଜଣଙ୍କର ଜୀବନ ଯାଇଛି। ମୃତକ...
ଅପରାଧୀଙ୍କୁ ଗିରଫ ଦାବିରେ ଜିଲାପାଳ ଅଫିସ ସମ୍ମୁଖରେ ବିକ୍ଷୋପ
ଅନୁଗୋଳ, ୧୧।୧୧ ( ମାନସ ବିଶ୍ୱାଳ): ଅଲ ଇଣ୍ଡିଆ ମୂଳନିବାସୀ ସଂଘ ପକ୍ଷରୁ ଘର ପୋଡିଥିବା ଅପରାଧୀଙ୍କୁ ଗିରଫ ଦାବିରେ ମଙ୍ଗଳବାର ଜିଲାପାଳ ଅଫିସ ସମ୍ମୁଖରେ...
ଡିଭାଇଡରରେ ପିଟିହେଲା ତୀର୍ଥଯାତ୍ରୀ ଗାଡ଼ି
ବଇଣ୍ଡା,୭ା୧୧(ପରୀକ୍ଷିତ ସାହୁ): କଟକ ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜ ପଥର ହଣ୍ଡପା ଥାନା ଲୁହାମୁଣ୍ଡାଠାରେ ଶୁକ୍ରବାର ଭୋର୍ ସମୟରେ ଏକ ତୀର୍ଥଯାତ୍ରୀ ଗାଡ଼ି ଡିଭାଇଡରରେ...
Archives


