ଅନୁଗୋଳ ଅଫିସ, ୨୨।୯ – ଅନୁଗୋଳ ଜିଲା ନିର୍ମାଣ ଶ୍ରମିକ ସଂଘ ସମନ୍ବୟ କମିଟି ପକ୍ଷରୁ ଏକ ଜରୁରୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ଶିଶୁ ଉଦ୍ୟାନ ଠାରେ ଶନିବାର ଅପରାହ୍ନରେ ଅନୁଷ୍ଠିତ ଉକ୍ତ ବୈଠକରେ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହୋଇଥିଲା। ଓଡ଼ିଶା କୋଠାବାଡ଼ି ନିର୍ମାଣ ଶ୍ରମିକଙ୍କ ପଞ୍ଜୀକରଣ ପୂର୍ବରୁ ଦୁଇ ଥର ଖାରଜ ହୋଇଥିବାରୁ ସଂଘ କାର୍ଯ୍ୟକର୍ତ୍ତାଙ୍କୁ ଏ ନେଇ ଆବେଦନ କରିଥିବା ଶ୍ରମିକମାନଙ୍କ ଆକ୍ରୋଶର ଶିକାର ହେବାକୁ ପଡ଼ୁଛି ବୋଲି ସଂଘ ସଭାପତି ବିଭୂତି ଭୂଷଣ ସାହୁ କହିଥିଲେ। ସେ କହିଥିଲେ ଯେ, ୨୦୧୮ ମେ ୧୩ରେ ଡିଆର୍ଡିଏ ହଲ୍ରେ ଅନୁଷ୍ଠିତ ସଭାରେ ତତ୍କାଳୀନ ଶ୍ରମ ଅଧିକାରୀଙ୍କୁ ପଞ୍ଜୀକରଣ ସଂଖ୍ୟା ବୃଦ୍ଧି କରିବାକୁ କୁହାଯାଇଥିଲା। କିନ୍ତୁ ପଞ୍ଜୀକରଣ ବନ୍ଦ କରାଯାଇଛି। ସେହିପରି ୨୦୧୬ରୁ ଆବେଦନ କରାଯାଇଥିବା ନିର୍ମାଣ ଶ୍ରମିକଙ୍କୁ ସାଇକେଲ, ଶ୍ରମ ଯନ୍ତ୍ରପାତି ଓ ସୁରକ୍ଷା ପୂର୍ବକ ସାମଗ୍ରୀ ବଣ୍ଟନ ବନ୍ଦ ରଖାଯାଇଛି। ୨୦୧୮-୧୯ରେ ମୃତ୍ୟୁକାଳୀନ ସହାୟତା, ବାହାଘର ଓ ଶିକ୍ଷା ସହାୟତା ମଧ୍ୟ ଅଦ୍ୟାବଧି ଦିଆଯାଇ ନ ଥିବା ସଂଘ ପକ୍ଷରୁ ଅଭିଯୋଗ ହୋଇଛି। ଏ ନେଇ ନିର୍ମାଣ ଶ୍ରମିକମାନଙ୍କ ମଧ୍ୟରେ ଅସନ୍ତୋଷ କୁହୁଳିବାରେ ଲାଗିଛି। ତୁରନ୍ତ ଦାବି ଗୁଡ଼ିକ ପୂରଣ କରା ନ ଗଲେ ଶ୍ରମିକ ଓ ଶ୍ରମିକ ସଂଘ ଆନ୍ଦୋଳନକୁ ଓହ୍ଲାଇବ ବୋଲି ବୈଠକରେ ଚେତାବନୀ ଦିଆଯାଇଥିଲା। ଅନ୍ୟମାନଙ୍କ ମଧ୍ୟରେ ସମ୍ପାଦକ ରଶ୍ମୀରଞ୍ଜନ ଶ୍ରୀକୁମାର, ସଂଯୋଜକ ପ୍ରିୟବ୍ରତ ବେହେରା ପ୍ରମୁଖଙ୍କ ସହ ବହୁ ଶ୍ରମିକ ଉପସ୍ଥିତ ଥିଲେ।
ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…
ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…
ମା’ ହିଙ୍ଗୁଳାଙ୍କ ବାର୍ଷିକ ଯାତ୍ରା ଆରମ୍ଭ: ପୂଜାର୍ଚ୍ଚନା କଲେ କେନ୍ଦ୍ରମନ୍ତ୍ରୀ
ତାଳଚେର,୩୧।୩(ମନୋଜ ନନ୍ଦ): ମଙ୍ଗଳବାର ଆରମ୍ଭ ହୋଇଛି ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳାଙ୍କ ନବଦିନାତ୍ମକ ବାର୍ଷିକ ଯାତ୍ରା ଏବଂ ଲୋକ ମହୋତ୍ସବ। ଏନେଇ ଅଞ୍ଚଳ ଚଳଚଞ୍ଚଳ ହୋଇପଡିଛି।…
ମା’ ଅଗ୍ନିରୁପାଙ୍କ ଆବର୍ଭାବ: ଭକ୍ତଙ୍କ ପ୍ରବଳ ଭିଡ଼, ଅଧରାତିରେ ଦେହୁରୀ ଯାଇ…
ତାଳଚେର,୨୩/୩(ମନୋଜ ନନ୍ଦ):ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳା ମନ୍ଦିରର ପୂର୍ବ ଦିଗ ହିଙ୍ଗୁଳା ମନ୍ଦିର ପଛ ପାଖରେ ପ୍ରାୟ ୨ ସହ ମିଟର ଦୂରରେ ଚଳିତ ବର୍ଷ…
ଡ୍ୟୁଟି ସାରି ଫେରୁଥିଲେ ସୁମନ୍ତ, ଧକ୍କା ଦେଲା ଟ୍ରକ୍: ଆଉ ତା’ପରେ…
କଣିହାଁ,୨୩/୩(ନିରୋଜ ପ୍ରଧାନ):ଅନୁଗୋଳ ଜିଲା କଣିହାଁ ବ୍ଲକ ଗୋଡିବନ୍ଧଠାରୁ କଣିହାଁ ଯାଇଥିବା ଜାତୀୟ ରାଜପଥ ୫୩ର ନୂଆଁ ବଲାଙ୍ଗି ନିକଟରେ ରବିବାର ବିଳମ୍ବିତ ରାତିରେ ଏକ ଟ୍ରକ ଚକା…
ଭାରସାମ୍ୟ ହରାଇ ଓଲଟିଲା ପିଚୁ ବୋଝେଇ ଟ୍ୟାଙ୍କର, ନିଆଁ ଲାଗି ଡ୍ରାଇଭର ଜୀବନ୍ତ ଦଗ୍ଧ
ପାଲଲହଡା,୧୩।୩(ଦିବ୍ୟଜ୍ୟୋତି ଦାଶ): ଗୁରୁବାର ବିଳମ୍ବିତ ରାତିରେ ଭୟଙ୍କର ଦୁର୍ଘଟଣା । ଟ୍ୟାଙ୍କର ସହ ଜୀଅନ୍ତା ଜଳିଗଲେ ଡ୍ରାଇଭର । ବିଳମ୍ବିତ ରାତିରେ ଅନୁଗୁଳ ଜିଲା ଖମାର ଥାନା ଅନ୍ତର୍ଗତ…
ବନ୍ତଳାରେ ଭୟାବହ ଅଗ୍ନିକାଣ୍ଡ: ଗ୍ୟାସ ଟାଙ୍କି ଫାଟି ଜଳିଗଲା ୧୦ ଦୋକାନ, ୫ ଦମକଳ ଗାଡ଼ି…
ବନ୍ତଳା, ୧୨।୩(ସୁଶିତ ସାହୁ): ଅନୁଗୋଳ ଜିଲା ଶଙ୍ଖପୁର ମଦନମୋହନ ଛକସ୍ଥିତ ବନ୍ତଳା ବଜାରରେ ଗୁରୁବାର ଅପରାହ୍ନରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଗ୍ୟାସ ଟାଙ୍କି ବିସ୍ଫୋରଣ ଯୋଗୁ…
ବାଇକ୍ ଆରୋହୀଙ୍କୁ ଧକ୍କା ଦେଲା ଟ୍ରଲର : ଘଟଣାସ୍ଥଳରେ ଚପା ଉତ୍ତେଜନା
ପାଲଲହଡ଼ା,୮।୩(ଦିବ୍ୟଜ୍ୟୋତି ଦାଶ : ଟ୍ରଲର ଧକ୍କାରେ ବାଇକ୍ ଆରୋହୀଙ୍କ ମୃତ୍ୟୁ। ୧୪୯ ନ ଜାତୀୟ ରାଜପଥ ଅବରୋଧ ସହିତ ଘଟଣାସ୍ଥଳରେ ଚପା ଉତ୍ତେଜନା। ଏଭଳି ଘଟଣା ଘଟିଛି…
ବିବାହ ଭୋଜି ଖାଇ ୨ ଶହରୁ ଅଧିକ ଅସୁସ୍ଥ
ଅନୁଗୋଳ,୨୮ା୨(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ନିକଟସ୍ଥ ତୁବେ ଗ୍ରାମରେ ବୁଧବାର ରାତିରେ ଏକ ବିବାହ ଭୋଜି ଖାଇଥିବା ଲୋକଙ୍କ ମଧ୍ୟରୁ ୨ ଶହରୁ ଅଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି।…
Archives

