ନିର୍ମାଣ ସ୍ଥଳ ଦେଖିଲେ ବିଧାୟକ

କଣିହାଁ,୧୭ା୨(ଡି.ଏନ.ଏ.) ଅନୁଗୋଳ ଜିଲା କଣିହାଁ ବ୍ଲକ କରଡେଇ-ବୁରୁବାହାଳ ଗ୍ରାମ ଏରିଆରେ ଟିକିରା ନଦୀରେ ପୋଲ ନିର୍ମାଣ କାର୍ଯ୍ୟରେ ବିଳମ୍ବ ହେଉଥିବା ନେଇ ଅଭିଯୋଗ ହୋଇଛି। ଧାର୍ଯ୍ୟ ସମୟ ମଧ୍ୟରେ କାମ ସମ୍ପୂର୍ଣ୍ଣ ନ ହେବାକୁ ନେଇ ସାଧାରଣରେ ଅସନ୍ତୋଷ ଦେଖାଦେଇଛି। ଏଥିଯୋଗୁ ଉପକୃତ ହେବାକୁ ଥିବା ଲୋକେ ପୋଲ କାମ ଶେଷ ହେବାକୁ ନେଇ ଅପେକ୍ଷା କରିଥିବାବେଳେ କାମ ନେଇଥିବା ଠିକାସଂସ୍ଥା ନିର୍ମାଣ କାର୍ଯ୍ୟରେ ଅବହେଳା କରୁଥିବା ଲୋକେ ଅଭିଯୋଗ ଆଣିଛନ୍ତି।
ସୂଚନା ମୁତାବକ, ବିଜୁ ସେତୁ ଯୋଜନାରେ ୨୦୧୮ରେ ଗ୍ରାମ୍ୟ ଉନ୍ନୟନ ବିଭାଗ ତରଫରୁ ଭୂମିପୂଜା କରାଯାଇଥିଲା। ଏଥିପାଇଁ ପ୍ରାୟ ୮ କୋଟି ୮୭ ହଜାର ଟଙ୍କା ମଞ୍ଜୁର କରାଯାଇଥିଲା। ୨୦୨୦ ମାର୍ଚ୍ଚ ସୁଦ୍ଧା କାମ ଶେଷ ହେବ ବୋଲି ସମୟ ଧାର୍ଯ୍ୟ ହୋଇଥିଲା। ହେଲେ କାମ ନେଇଥିବା ଠିକାସଂସ୍ଥା ଏପର୍ଯ୍ୟନ୍ତ ଗୋଟିଏ ବି ପୋଲସ୍ତମ୍ଭର ନିର୍ମାଣ ମଧ୍ୟ ସମ୍ପୂର୍ଣ୍ଣ କରିପାରି ନ ଥିବା ଅଭିଯୋଗ ହୋଇଛି। ଫଳରେ ନିର୍ଦ୍ଧାରିତ ସମୟ ମଧ୍ୟରେ କାମ ଶେଷ ହେବାକୁ ନେଇ ଅନିଶ୍ଚିତତା ଦେଖାଦେଇଛି। ଅନ୍ୟପକ୍ଷରେ ସମ୍ପୃକ୍ତ ଠିକାସଂସ୍ଥା ମାଟି ଓ କଂକ୍ରିଟ କାମକୁ ନେଇ ବିଲ୍‌ ଉଠାଇବାକୁ ଚେଷ୍ଟା କରୁଥିବା ସ୍ଥାନୀୟ ବାସିନ୍ଦା ଅଭିଯୋଗ କରିଛନ୍ତି। ଏହି ସେତୁ ଦ୍ୱାରା ୧୫ଟି ଗ୍ରାମର ଜନସାଧାରଣ ଉପକୃତ ହେବେ ବୋଲି କୁହାଯାଇଥିଲେ ହେଁ କାମର ମନ୍ଥର ଗତି ସେମାନଙ୍କ ଅସୁବିଧାକୁ ଦୀର୍ଘ କରିଛି। ଏହାକୁ ନେଇ ରବିବାର ତାଳଚେର ବିଧାୟକ ବ୍ରଜକିଶୋର ପ୍ରଧାନ ପୋଲ ନିର୍ମାଣ ସ୍ଥଳ ପରିଦର୍ଶନ କରିଥିଲେ। ଅଞ୍ଚଳବାସୀ ବିଧାୟକଙ୍କୁ ଏ ବାବଦରେ ଦୃଷ୍ଟି ଆକର୍ଷଣ କରିଥିବା ଜଣାଯାଇଛି। ବିଧାୟକଙ୍କୁ ଏ ସଂକ୍ରାନ୍ତରେ ଯୋଗାଯୋଗ ସତ୍ତ୍ୱେ ମତାମତ ମିଳିପାରି ନାହିଁ। ତେବେ ଗ୍ରାମ୍ୟ ଉନ୍ନୟନ ବିଭାଗ ତାଳଚେର ଏସଡିଓ କୁମୁଦଚନ୍ଦ୍ର ଦେହୁରି କହିଛନ୍ତି, ପୋଲ ନିର୍ମାଣ କାର୍ଯ୍ୟ ଚାଲିଛି। ସମଲ ବ୍ୟାରେଜ ଆନିକଟ ଜଳକୁ ନେଇ ପାଣି ଭିତରେ କାର୍ଯ୍ୟ କରିବା ବେଳେ ଟେକ୍ନିକାଲ ସମସ୍ୟାରେ ସୁଧାର ପାଇଁ ଚେଷ୍ଟା ଚାଲିଛି। ଠିକାସଂସ୍ଥା କାମ ସମ୍ପୂର୍ଣ୍ଣ କରିବ। ୨୦୨୧ ସୁଦ୍ଧା ପୋଲ କାର୍ଯ୍ୟ ସରିବ ବୋଲି ଆକଳନ ହୋଇଛି। ନିମ୍ନମାନର କାମ ହେଉ ନାହିଁ ବୋଲି ଏସ୍‌ଡିଓ ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

ହଜାର ହଜାର ଆଖୁଚାଷୀ, ଶ୍ରମିକଙ୍କ ଜୀବନଜୀବିକା ପ୍ରଭାବିତ, ପୁନଃ ଚିନିକଳ କାର୍ଯ୍ୟକ୍ଷମ ଦାବି କରି…

ବଲାଙ୍ଗୀର,୮ା୪(ସୁନିଲ କୁମାର ମହାନ୍ତି): ଦେଓଗାଁ ଚିନିକଳ ସମିତି ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜୟାନନ୍ଦ ସମବାୟ ଚିନିକଳ ପୁନଃ କାର୍ଯ୍ୟକ୍ଷମ କରିବା ଦାବି ନେଇ…

ଫିଲ୍ମ ‘ମେହରମୁଣ୍ଡା’ର ରିଲିଜ ପାଇଁ ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ସିନେ କଳାକାର

ପୁରୁଷୋତ୍ତମପୁର,୮ା୪(ସବିତା ମିଶ୍ର): ନିଚ୍ଛକ ଓଡ଼ିଆ କାହାଣୀକୁ ନେଇ ରିଲିଜ ହେବାକୁ ଯାଉଛି ଫିଲ୍ମ ‘ମେହେରମୁଣ୍ଡା’। ମେହେରମୁଣ୍ଡା ରିଲିଜ ପୂର୍ବରୁ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ…

କାରରେ ଗଞ୍ଜେଇ ନେଇ ଜାଉଥିଲେ: ମାଡ଼ି ବସିଲା ପୋଲିସ

ନନ୍ଦପୁର,୮।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ପୋଲିସ ଏକ ଓଆର୦୨ ବିଜେଡ ୬୧୭୦ ନମ୍ବ ବିଶିଷ୍ଟ କାର ସମେତ ୨୧ କିଲୋ ଗଞ୍ଜେଇ ଜବତ କରିଛି।…

ପୁଶିଂ ବ୍ରିଜ୍‌ ନିର୍ମାଣସ୍ଥଳ ଚିହ୍ନଟ ନେଇ ପ୍ରଶାସନର କ୍ଷେତ୍ର ପରିଦର୍ଶନ

ନନ୍ଦପୁର,୮ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଦେଇ ଯାଇଥିବା କେ.କେ ରେଳପଥରେ ଏକ ପୁସିଂ ବ୍ରିଜ୍‌ ନିର୍ମାଣସ୍ଥଳ ଚିହ୍ନଟ କରିବାକୁ ପ୍ରଶାସନ ପକ୍ଷରୁ ମଙ୍ଗଳବାର କ୍ଷେତ୍ର…

ପ୍ଲାଟଫର୍ମରେ ବିଶ୍ରାମ ନେଉଥିଲେ ମା’-ବାପା: ୪ ମାସର ଶିଶୁପୁତ୍ରଙ୍କୁ ଉଠାଇ ନେଇଗଲେ…

ନିରାକାରପୁର,୮।୪(ମାନସ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ରେଳ ଡିଭିଜନ ଅନ୍ତର୍ଗତ ନିରାକାରପୁର ରେଳ ଷ୍ଟେଶନ ପରିସରରୁ ୪ ମାସର ଶିଶୁପୁତ୍ର ଚୋରି। ସ୍ବାମୀ, ସ୍ତ୍ରୀ ଓ ଶିଶୁପୁତ୍ର ପ୍ଲାଟଫର୍ମରେ ବିଶ୍ରାମ…

ମା’-ଭାଇଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ ପ୍ରତାପ: ମିଳିଲା ଏମିତି ଦଣ୍ଡ

ଦାରିଙ୍ଗବାଡି,୮।୪(ଅରୁଣ ସାହୁ):ଏକ ଘରୋଇ ହିଂସାକୁ ନେଇ ଦାରିଙ୍ଗବାଡି ପ୍ରଥମ ଶ୍ରେଣୀ ବିଚାର ବିଭାଗରେ ବିଚାର ହୋଇ ଅଭିଯୁକ୍ତଙ୍କୁ ଏକ ବର୍ଷ ସଶ୍ରମ କାରାଦଣ୍ଡ ଆଦେଶ ଶୁଣାଇଥିବା ଜଣାପଡିଛି।…

କଲ୍ୟାଣସିଂହପୁର ବ୍ଲକ୍‌ରେ ବଳ ଦେଖାଇଲା ଭାଜପା: ବାଇକ୍‌ରେ କର୍ମୀ

କଲ୍ୟାଣସିଂହପୁର,୮।୪ (ଦୀପକ କୁମାର ପରିଡ଼ା)ରାୟଗଡ଼ା କଲ୍ୟାଣସିଂହପୁର ବ୍ଲକ୍‌ରେ ଭାଜପାର ୪୭ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭାଜପା ମଣ୍ଡଳ ସଭାପତି ଅଜିତ ପାଣିଗ୍ରାହୀଙ୍କ ନେତୃତ୍ୱରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri