ନିର୍ମାଣ ସ୍ଥଳ ଦେଖିଲେ ବିଧାୟକ

କଣିହାଁ,୧୭ା୨(ଡି.ଏନ.ଏ.) ଅନୁଗୋଳ ଜିଲା କଣିହାଁ ବ୍ଲକ କରଡେଇ-ବୁରୁବାହାଳ ଗ୍ରାମ ଏରିଆରେ ଟିକିରା ନଦୀରେ ପୋଲ ନିର୍ମାଣ କାର୍ଯ୍ୟରେ ବିଳମ୍ବ ହେଉଥିବା ନେଇ ଅଭିଯୋଗ ହୋଇଛି। ଧାର୍ଯ୍ୟ ସମୟ ମଧ୍ୟରେ କାମ ସମ୍ପୂର୍ଣ୍ଣ ନ ହେବାକୁ ନେଇ ସାଧାରଣରେ ଅସନ୍ତୋଷ ଦେଖାଦେଇଛି। ଏଥିଯୋଗୁ ଉପକୃତ ହେବାକୁ ଥିବା ଲୋକେ ପୋଲ କାମ ଶେଷ ହେବାକୁ ନେଇ ଅପେକ୍ଷା କରିଥିବାବେଳେ କାମ ନେଇଥିବା ଠିକାସଂସ୍ଥା ନିର୍ମାଣ କାର୍ଯ୍ୟରେ ଅବହେଳା କରୁଥିବା ଲୋକେ ଅଭିଯୋଗ ଆଣିଛନ୍ତି।
ସୂଚନା ମୁତାବକ, ବିଜୁ ସେତୁ ଯୋଜନାରେ ୨୦୧୮ରେ ଗ୍ରାମ୍ୟ ଉନ୍ନୟନ ବିଭାଗ ତରଫରୁ ଭୂମିପୂଜା କରାଯାଇଥିଲା। ଏଥିପାଇଁ ପ୍ରାୟ ୮ କୋଟି ୮୭ ହଜାର ଟଙ୍କା ମଞ୍ଜୁର କରାଯାଇଥିଲା। ୨୦୨୦ ମାର୍ଚ୍ଚ ସୁଦ୍ଧା କାମ ଶେଷ ହେବ ବୋଲି ସମୟ ଧାର୍ଯ୍ୟ ହୋଇଥିଲା। ହେଲେ କାମ ନେଇଥିବା ଠିକାସଂସ୍ଥା ଏପର୍ଯ୍ୟନ୍ତ ଗୋଟିଏ ବି ପୋଲସ୍ତମ୍ଭର ନିର୍ମାଣ ମଧ୍ୟ ସମ୍ପୂର୍ଣ୍ଣ କରିପାରି ନ ଥିବା ଅଭିଯୋଗ ହୋଇଛି। ଫଳରେ ନିର୍ଦ୍ଧାରିତ ସମୟ ମଧ୍ୟରେ କାମ ଶେଷ ହେବାକୁ ନେଇ ଅନିଶ୍ଚିତତା ଦେଖାଦେଇଛି। ଅନ୍ୟପକ୍ଷରେ ସମ୍ପୃକ୍ତ ଠିକାସଂସ୍ଥା ମାଟି ଓ କଂକ୍ରିଟ କାମକୁ ନେଇ ବିଲ୍‌ ଉଠାଇବାକୁ ଚେଷ୍ଟା କରୁଥିବା ସ୍ଥାନୀୟ ବାସିନ୍ଦା ଅଭିଯୋଗ କରିଛନ୍ତି। ଏହି ସେତୁ ଦ୍ୱାରା ୧୫ଟି ଗ୍ରାମର ଜନସାଧାରଣ ଉପକୃତ ହେବେ ବୋଲି କୁହାଯାଇଥିଲେ ହେଁ କାମର ମନ୍ଥର ଗତି ସେମାନଙ୍କ ଅସୁବିଧାକୁ ଦୀର୍ଘ କରିଛି। ଏହାକୁ ନେଇ ରବିବାର ତାଳଚେର ବିଧାୟକ ବ୍ରଜକିଶୋର ପ୍ରଧାନ ପୋଲ ନିର୍ମାଣ ସ୍ଥଳ ପରିଦର୍ଶନ କରିଥିଲେ। ଅଞ୍ଚଳବାସୀ ବିଧାୟକଙ୍କୁ ଏ ବାବଦରେ ଦୃଷ୍ଟି ଆକର୍ଷଣ କରିଥିବା ଜଣାଯାଇଛି। ବିଧାୟକଙ୍କୁ ଏ ସଂକ୍ରାନ୍ତରେ ଯୋଗାଯୋଗ ସତ୍ତ୍ୱେ ମତାମତ ମିଳିପାରି ନାହିଁ। ତେବେ ଗ୍ରାମ୍ୟ ଉନ୍ନୟନ ବିଭାଗ ତାଳଚେର ଏସଡିଓ କୁମୁଦଚନ୍ଦ୍ର ଦେହୁରି କହିଛନ୍ତି, ପୋଲ ନିର୍ମାଣ କାର୍ଯ୍ୟ ଚାଲିଛି। ସମଲ ବ୍ୟାରେଜ ଆନିକଟ ଜଳକୁ ନେଇ ପାଣି ଭିତରେ କାର୍ଯ୍ୟ କରିବା ବେଳେ ଟେକ୍ନିକାଲ ସମସ୍ୟାରେ ସୁଧାର ପାଇଁ ଚେଷ୍ଟା ଚାଲିଛି। ଠିକାସଂସ୍ଥା କାମ ସମ୍ପୂର୍ଣ୍ଣ କରିବ। ୨୦୨୧ ସୁଦ୍ଧା ପୋଲ କାର୍ଯ୍ୟ ସରିବ ବୋଲି ଆକଳନ ହୋଇଛି। ନିମ୍ନମାନର କାମ ହେଉ ନାହିଁ ବୋଲି ଏସ୍‌ଡିଓ ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri