ନିର୍ମାଣ ହେଉନି ସୁରେଶ୍ୱରୀ ପ୍ରକଳ୍ପ: ପ୍ରତିବାଦରେ ବ୍ଲକ ସମ୍ମୁଖରେ ଅହୋରାତ୍ର ଗଣଧାରଣା

ବଇଣ୍ଡା,୨୧।୧୦(ଡି.ଏନ.ଏ.)- ଅନୁଗୋଳ ଜିଲା କିଶୋରନଗର ବ୍ଲକ ବାମୁରଠାରେ ସୁରେଶ୍ୱରୀ ପ୍ରକଳ୍ପ ନିର୍ମାଣ ହେଉନାହିଁ। ଫଳରେ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ବାରମ୍ବାର ଦାବି ହୋଇ ଆସୁଥିଲେ ମଧ୍ୟ ଏଥିପ୍ରତି ସରକାର ଦୃଷ୍ଟି ଦେଉ ନ ଥିବା ଯୋଗୁ ସୋମବାର ଜୀବନଜୀବିକା ଓ ଜମି ସୁରକ୍ଷା କମିଟି ପକ୍ଷରୁ କିଶୋରନଗର ବ୍ଲକ ପରିସରରେ ଅହୋରାତ୍ର ଗଣଧାରଣା ଦିଆଯାଇଛି। ଏ ନେଇ ବରପଡ଼ିଆଠାରୁ ଏକ ଶୋଭାଯାତ୍ରାରେ ଶତାଧିକ ମହିଳା,ଚାଷୀ ଯୋଗଦେଇ ନଗର ପରିକ୍ରମା କରିବା ପରେ ବ୍ଲକ ସମ୍ମୁଖରେ ବିକ୍ଷୋଭ କରିଥିଲେ। କମିଟିର ସଭାପତି ଦିନବନ୍ଧୁ ପ୍ରଧାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ ପ୍ରତିବାଦ ସଭାରେ ସାମାଜିକ କର୍ମୀ ହୃଦାନନ୍ଦ ବିଶ୍ୱାଳ, ଅନନ୍ତ ଚରଣ ପ୍ରଧାନ, ତୀର୍ଥବାସୀ ଭୋଇ, ବିଜୟ କୁମାର ରଥ, ସୁବାସ ପ୍ରଧାନ, ଲକ୍ଷ୍ମଣ ବେହେରା, ପଦ୍ମନୀ ମୁଣ୍ଡା, ସରୋଜିନୀ ନାୟକ, ଭିକାରୀ ପ୍ରଧାନ, ଚେରୁ ପ୍ରଧାନ, ପିତାମ୍ବର ପ୍ରଧାନଙ୍କ ସମେତ ବହୁ ଗ୍ରାମବାସୀ ଯୋଗ ଦେଇଥିଲେ।
ଗ୍ରାମବାସୀ କହିଛନ୍ତି, ଏହି ଜଳସେଚନ ପ୍ରକଳ୍ପ ନିର୍ମାଣ ପାଇଁ ସରକାର ବହୁ ବର୍ଷ ପୂର୍ବେ ଚିନ୍ତା କରିଥିଲେ। ପରେ ୨୦୦୯ରେ ବରପଡ଼ିଆଠାରେ ନିର୍ବାଚନୀ ସଭାରେ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ। ହେଲେ ଏପର୍ଯ୍ୟନ୍ତ ପ୍ରକଳ୍ପ ନିର୍ମାଣ କରାଯାଉ ନାହିଁ। ବହୁ ବର୍ଷ ପୂର୍ବେ ୧୮ଟି ଗ୍ରାମକୁ କେନାଲ ନିର୍ମାଣ କରାଯାଇ ଜଳସେଚନ ହେଉଥିଲା। ତେବେ ରକ୍ଷଣାବେକ୍ଷଣ ଅଭାବରୁ ଏବେ କେନାଲ ଗୁଡ଼ିକ ପୋତି ହୋଇଯିବାରୁ ୮ଟି ଗ୍ରାମକୁ ଜଳସେଚନ ହେଉଛି। ପ୍ରକଳ୍ପ ନିର୍ମାଣ ହେଲେ ଧଉରାପାଲି, ଜଏରାଟ, ବାମୁର, କଦଳୀମୁଣ୍ଡା, ରଣିଆକଟା ଆଦି ୯ଟି ପଞ୍ଚାୟତର ୪୨ଟି ଗ୍ରାମର ୧୦ ହଜାର ହେକ୍ଟର ଚାଷ ଜମିକୁ ପାଣି ମାଡ଼ିବ। ଏହାଯୋଗୁ ଚାଷୀମାନେ ଭଲ ଫସଲ ଉତ୍ପାଦନ କରିପାରିବେ। ହେଲେ ଜଳସେଚନ ପ୍ରକଳ୍ପ ନିର୍ମାଣ କରାଯାଉ ନାହିଁ। ପୂର୍ବରୁ ବଏଜା
ଠାରେ ଜେଆର ପାଓ୍ବାର ପ୍ଲାଣ୍ଟ ନିର୍ମାଣ କରିବାସହ ସୁରେଶ୍ୱରୀ ଜଳସେଚନ ପ୍ରକଳ୍ପ ନିର୍ମାଣ ନ କରିବା ପାଇଁ ଯୋଜନା ଚାଲିଥିବାବେଳେ ଏ ନେଇ ଅସନ୍ତୋଷ ଦେଖାଦେଇଥିଲା। ପାଓ୍ବାର ପ୍ଲାଣ୍ଟ ବାତିଲ କରି ସୁରେଶ୍ୱରୀ ଜଳସେଚନ ପ୍ରକଳ୍ପ ନିର୍ମାଣ କରିବା ପାଇଁ ବହୁବାର ରାସ୍ତା, ରେଳରୋକଠାରୁ ଆରମ୍ଭ କରି ଜିଲାପାଳ କାର୍ଯ୍ୟାଳୟ ଘେରାଉ କରାଯାଇଛି। ହେଲେ କୌଣସି ସୁଫଳ ମିଳୁନାହିଁ। ଜଳସେଚନ ପ୍ରକଳ୍ପ ଶିଘ୍ର କରା ନ ଗଲେ ଆଗାମୀ ଦିନରେ ପ୍ରଶାସନକୁ ସମ୍ପୂର୍ଣ୍ଣ ଅଚଳ କରି ଦିଆଯିବ ବୋଲି କମିଟି ପକ୍ଷରୁ ଚେତାବନୀ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଚଣ୍ଡ ଖରା ସାଙ୍ଗକୁ ଅସହ୍ୟ ଗୁଳୁଗୁଳି; ୪୧ ଡିଗ୍ରୀ ଟପିଲା ତାତି, ୧୮ ଯାଏ ନିସ୍ତାର ନାହିଁ

ଭୁବନେଶ୍ୱର,୧୩ା୪(ବନ୍ଦନା ସେଠୀ): ରାଜ୍ୟରେ ଏବେ ଗରମ ଓ ଗୁଳୁଗୁଳି ସାଧାରଣ ଜୀବନଯାତ୍ରାକୁ ପ୍ରଭାବିତ କରୁଛି। ତାପମାତ୍ରା ୪୧ ଡିଗ୍ରୀ ଡେଇଁଥିବାବେଳେ ଟିଟିଲାଗଡ଼ ସବୁଠୁ ଉତ୍ତପ୍ତ ସହରରେ ପରିଣତ…

Share Market Crash: ଶାନ୍ତି ଆଲୋଚନା ବିଫଳ ହେବା ପରେ ଷ୍ଟକ ମାର୍କେଟ କ୍ରାସ; ସେନସେକ୍ସ ୧,୬୦୦ ପଏଣ୍ଟ ହ୍ରାସ ପାଇଲା

ମୁମ୍ମାଇ,୧୩।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଅନୁଷ୍ଠିତ ଶାନ୍ତି ଆଲୋଚନା ବିଫଳ ହେବା ପରେ ଆଜି ବିଶ୍ୱ ଷ୍ଟକ ବଜାରରେ ତୀବ୍ର ହ୍ରାସ…

ଆଜି ଭୁବନେଶ୍ୱର ପାଳୁଛି ପ୍ରତିଷ୍ଠା ଦିବସ, ଏହି ଦିନରେ…

ଭୁବନେଶ୍ୱର,୧୩ା୪: ଆଜି ଅର୍ଥାତ୍‌ ସୋମବାର ୭୯ ବର୍ଷରେ ପାଦ ଥାପିଛି ରାଜଧାନୀ ଭୁବନେଶ୍ୱର। ଆଜି ରାଜଧାନୀ ୭୮ ତମ ପ୍ରତିଷ୍ଠା ଦିବସ ପାଳି ୭୯ ବର୍ଷକୁ ଅଗ୍ରସର…

ଦରମା ବଢାଇବା ଦାବିରେ କର୍ମଚାରୀଙ୍କ ଉଗ୍ର ପ୍ରଦର୍ଶନ, ପୋଲିସ ଉପରକୁ ପଥର ମାଡ଼

ନୋଏଡା,୧୩।୪: ନୋଏଡାର ବିଭିନ୍ନ ସେକ୍ଟରର ବିଭିନ୍ନ କମ୍ପାନୀର କର୍ମଚାରୀମାନେ ସୋମବାର ଦରମା ବୃଦ୍ଧି ଦାବିରେ ରାସ୍ତାକୁ ଓହ୍ଲାଇଥିଲେ। ଗତ ତିନିରୁ ଚାରି ଦିନ ଧରି ଚାଲିଥିବା ଏହି…

ବେପରୁଆ ବୟାନ ଦେଲେଣି ଟ୍ରମ୍ପ, ଇରାନକୁ ନେଇ କହିଲେ ଏମିତି କଥା ସାରା ବିଶ୍ୱ ଚକିତ

ଓ୍ବାଶିଂଟନ,୧୩।୪: ଇସଲାମାବାଦରେ ଆଲୋଚନା ଭାଙ୍ଗିବା ପରେ ଡୋନାଲ୍ଡ ଟ୍ରମ୍ପ ଏକ ବିବୃତ୍ତି ଜାରି କରିଛନ୍ତି। ସେ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି ଯେ ଇରାନ ପରମାଣୁ ଅସ୍ତ୍ର ରଖିବା…

ପରିଶ୍ରମ ଅନୁଯାୟୀ ମହୁଲ ଫୁଲ ସଂଗ୍ରହକାରୀଙ୍କୁ ମିଳୁନି ମୂଲ, ଜୀବିକାକୁ ଆଦରି ନେଇ…

ବରଗଡ଼/ଝାରବନ୍ଧ,୧୩।୪(ପ୍ରେମାନନ୍ଦ ଖମାରୀ/ ଦେବେନ୍ଦ୍ର ସାହୁ): ଲଘୁ ବନଜାତ ଦ୍ରବ୍ୟ ମଧ୍ୟରୁ ମହୁଲ ଫୁଲ ଅନ୍ୟତମ। ଫାଲଗୁନ ମାସ ଆସିବା ମାତ୍ର ଏହି ଫୁଲ ଗଛରେ ଦେଖିବାକୁ ମିଳେ।…

ମା’ ରାମଚଣ୍ଡୀଙ୍କ ଚନ୍ଦନ ପୋଖରୀରେ ଆଣ୍ଠୁଏ ପାଣି, ମେଳାରେ ସମସ୍ୟା ଭୋଗିବେ ବ୍ୟବସାୟୀ, ଅସନ୍ତୋଷ ପ୍ରକାଶ କରି…

ମହାକାଳପଡ଼ା,୧୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗରସ୍ଥିତ ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀ ମନ୍ଦିରରେ ଦିନକ ପରେ ପଣା ସଂକ୍ରାନ୍ତି ଓ ଝାମୁଯାତ୍ରା…

ଆମେରିକା-ଇରାନ ଶାନ୍ତି ଆଲୋଚନା ମଧ୍ୟରେ ଆସିଲା ଏହି ବ୍ୟକ୍ତିଙ୍କର ଗୋଟିଏ ଫୋନ କଲ୍‌, ସବୁ ହୋଇଗଲା ଓଲଟପାଲଓ!

ଇସଲାମାବାଦ,୧୩।୪: ଇରାନ ଦାବି କରିଛି ଯେ ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ବିବାଦ ସମାଧାନ ପାଇଁ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କ ଦ୍ୱାରା ଆମେରିକାର ଉପରାଷ୍ଟ୍ରପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri