ନିର୍ମାଣ ହେଉନି ସୁରେଶ୍ୱରୀ ପ୍ରକଳ୍ପ: ପ୍ରତିବାଦରେ ବ୍ଲକ ସମ୍ମୁଖରେ ଅହୋରାତ୍ର ଗଣଧାରଣା

ବଇଣ୍ଡା,୨୧।୧୦(ଡି.ଏନ.ଏ.)- ଅନୁଗୋଳ ଜିଲା କିଶୋରନଗର ବ୍ଲକ ବାମୁରଠାରେ ସୁରେଶ୍ୱରୀ ପ୍ରକଳ୍ପ ନିର୍ମାଣ ହେଉନାହିଁ। ଫଳରେ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ବାରମ୍ବାର ଦାବି ହୋଇ ଆସୁଥିଲେ ମଧ୍ୟ ଏଥିପ୍ରତି ସରକାର ଦୃଷ୍ଟି ଦେଉ ନ ଥିବା ଯୋଗୁ ସୋମବାର ଜୀବନଜୀବିକା ଓ ଜମି ସୁରକ୍ଷା କମିଟି ପକ୍ଷରୁ କିଶୋରନଗର ବ୍ଲକ ପରିସରରେ ଅହୋରାତ୍ର ଗଣଧାରଣା ଦିଆଯାଇଛି। ଏ ନେଇ ବରପଡ଼ିଆଠାରୁ ଏକ ଶୋଭାଯାତ୍ରାରେ ଶତାଧିକ ମହିଳା,ଚାଷୀ ଯୋଗଦେଇ ନଗର ପରିକ୍ରମା କରିବା ପରେ ବ୍ଲକ ସମ୍ମୁଖରେ ବିକ୍ଷୋଭ କରିଥିଲେ। କମିଟିର ସଭାପତି ଦିନବନ୍ଧୁ ପ୍ରଧାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ ପ୍ରତିବାଦ ସଭାରେ ସାମାଜିକ କର୍ମୀ ହୃଦାନନ୍ଦ ବିଶ୍ୱାଳ, ଅନନ୍ତ ଚରଣ ପ୍ରଧାନ, ତୀର୍ଥବାସୀ ଭୋଇ, ବିଜୟ କୁମାର ରଥ, ସୁବାସ ପ୍ରଧାନ, ଲକ୍ଷ୍ମଣ ବେହେରା, ପଦ୍ମନୀ ମୁଣ୍ଡା, ସରୋଜିନୀ ନାୟକ, ଭିକାରୀ ପ୍ରଧାନ, ଚେରୁ ପ୍ରଧାନ, ପିତାମ୍ବର ପ୍ରଧାନଙ୍କ ସମେତ ବହୁ ଗ୍ରାମବାସୀ ଯୋଗ ଦେଇଥିଲେ।
ଗ୍ରାମବାସୀ କହିଛନ୍ତି, ଏହି ଜଳସେଚନ ପ୍ରକଳ୍ପ ନିର୍ମାଣ ପାଇଁ ସରକାର ବହୁ ବର୍ଷ ପୂର୍ବେ ଚିନ୍ତା କରିଥିଲେ। ପରେ ୨୦୦୯ରେ ବରପଡ଼ିଆଠାରେ ନିର୍ବାଚନୀ ସଭାରେ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ। ହେଲେ ଏପର୍ଯ୍ୟନ୍ତ ପ୍ରକଳ୍ପ ନିର୍ମାଣ କରାଯାଉ ନାହିଁ। ବହୁ ବର୍ଷ ପୂର୍ବେ ୧୮ଟି ଗ୍ରାମକୁ କେନାଲ ନିର୍ମାଣ କରାଯାଇ ଜଳସେଚନ ହେଉଥିଲା। ତେବେ ରକ୍ଷଣାବେକ୍ଷଣ ଅଭାବରୁ ଏବେ କେନାଲ ଗୁଡ଼ିକ ପୋତି ହୋଇଯିବାରୁ ୮ଟି ଗ୍ରାମକୁ ଜଳସେଚନ ହେଉଛି। ପ୍ରକଳ୍ପ ନିର୍ମାଣ ହେଲେ ଧଉରାପାଲି, ଜଏରାଟ, ବାମୁର, କଦଳୀମୁଣ୍ଡା, ରଣିଆକଟା ଆଦି ୯ଟି ପଞ୍ଚାୟତର ୪୨ଟି ଗ୍ରାମର ୧୦ ହଜାର ହେକ୍ଟର ଚାଷ ଜମିକୁ ପାଣି ମାଡ଼ିବ। ଏହାଯୋଗୁ ଚାଷୀମାନେ ଭଲ ଫସଲ ଉତ୍ପାଦନ କରିପାରିବେ। ହେଲେ ଜଳସେଚନ ପ୍ରକଳ୍ପ ନିର୍ମାଣ କରାଯାଉ ନାହିଁ। ପୂର୍ବରୁ ବଏଜା
ଠାରେ ଜେଆର ପାଓ୍ବାର ପ୍ଲାଣ୍ଟ ନିର୍ମାଣ କରିବାସହ ସୁରେଶ୍ୱରୀ ଜଳସେଚନ ପ୍ରକଳ୍ପ ନିର୍ମାଣ ନ କରିବା ପାଇଁ ଯୋଜନା ଚାଲିଥିବାବେଳେ ଏ ନେଇ ଅସନ୍ତୋଷ ଦେଖାଦେଇଥିଲା। ପାଓ୍ବାର ପ୍ଲାଣ୍ଟ ବାତିଲ କରି ସୁରେଶ୍ୱରୀ ଜଳସେଚନ ପ୍ରକଳ୍ପ ନିର୍ମାଣ କରିବା ପାଇଁ ବହୁବାର ରାସ୍ତା, ରେଳରୋକଠାରୁ ଆରମ୍ଭ କରି ଜିଲାପାଳ କାର୍ଯ୍ୟାଳୟ ଘେରାଉ କରାଯାଇଛି। ହେଲେ କୌଣସି ସୁଫଳ ମିଳୁନାହିଁ। ଜଳସେଚନ ପ୍ରକଳ୍ପ ଶିଘ୍ର କରା ନ ଗଲେ ଆଗାମୀ ଦିନରେ ପ୍ରଶାସନକୁ ସମ୍ପୂର୍ଣ୍ଣ ଅଚଳ କରି ଦିଆଯିବ ବୋଲି କମିଟି ପକ୍ଷରୁ ଚେତାବନୀ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…

ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍‌ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...

ଉଷୁ କପ ପ୍ରତିଯୋଗିତାରେ ବଲାଙ୍ଗୀରକୁ ୩ ପଦକ, ଜିଲା ପ୍ରଶାସନ ପକ୍ଷରୁ ଖେଳାଳୀଙ୍କୁ ସମ୍ବର୍ଦ୍ଧନା

ବଲାଙ୍ଗୀର,୩୧/୧୨ -( ସୁନିଲ କୁମାର ମହାନ୍ତି): ଦ୍ବିତୀୟ ତମ ଜାତୀୟ ଫେଡେରେସନ ଉଷୁ କପ ପ୍ରତିଯୋଗିତା ଛତିଶଗଡ଼ ଠାରେ ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗୀତା...

ଅତ୍ୟାଚାର, ଶୋଷଣ ବିରୋଧରେ ସ୍ବର ଉତ୍ତୋଳନ ଲୋଡ଼ା

ଭଞ୍ଜନଗର,୩୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ରାଧାକୃଷ୍ଣ ପାଠାଗାରରେ ଚକରା ବିଷୋୟୀ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ‘ଚକରା ବିଷୋୟୀଙ୍କ ଐତିହାସିକ...

ବାଇକ୍‌କୁ ଧକ୍କାଦେଲା ବାଇକ୍‌, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...

ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ  

ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ  ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର  ଗଣିଆନାଳ ଛକ...

ନୂଆବର୍ଷରୁ ଶନିଙ୍କ ସାଢେ ସାତ ଚାଲି ଆରମ୍ଭ; ଏହି ୩ ରାଶିର ଖରାପ ଟାଇମ ଷ୍ଟାର୍ଟ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହରାଜ ଶନିଙ୍କୁ କର୍ମଫଳ ଦାତା ଓ ନ୍ୟାୟ ପ୍ରଦାତା ଗ୍ରହ ଭାବେ ଗଣନା କରଯାଇଥାଏ । ଶନି ଯେତେବେଳେ ଗୋଟିଏ ରାଶିରେ ଦୀର୍ଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri