ନିଶାନ ମୋଟରରୁ ଛଟେଇ ହେବେ ୧୭୦୦ ଭାରତୀୟ

ମୁମ୍ବାଇ,୨୭-୭: ମାନ୍ଦାବସ୍ଥା ସାମ୍ନା କରୁଥିବା ଅଟୋ ସେକ୍ଟରରେ ଲକ୍ଷାଧିକ ସଂଖ୍ୟାରେ କର୍ମଚାରୀ ବେକାର ହେବାକୁ ଯାଉଛନ୍ତି। ଭାରତୀୟ ବଜାର ମଧ୍ୟ ଏହି ଜାଲରେ ପଡିଛି। ଜାପାନର କାର ନିର୍ମାତା ନିଶାନ ମୋଟର ଭାରତରେ ପ୍ରାୟ ୧୭୦୦ କର୍ମଚାରୀଙ୍କୁ ଛଟେଇ କରିବାକୁ ଯାଉଛି। ବିଶ୍ୱ ସ୍ତରରେ କମ୍ପାନୀର ଲାଭ ଚଳିତ ଦଶକର ସର୍ବନିମ୍ନ ସ୍ତରରେ ପହଞ୍ଚତ୍ୟାଇଛି। ଏହି କାରଣରୁ ନିଶାନ ଆସନ୍ତା ୩ ବର୍ଷ ମଧ୍ୟରେ ସାରା ବିଶ୍ୱରେ ଏହାର ଅଫିସ୍‌ରୁ ୧୨,୫୦୦ କର୍ମଚାରୀଙ୍କୁ ଛଟେଇ କରିବାକୁ ନିଷ୍ପତ୍ତି ନେଇଛି। ଏମାନଙ୍କ ମଧ୍ୟରୁ ଇତିମଧ୍ୟରେ ୬୪୦୦ଜଣଙ୍କୁ ଛଟେଇ କରାଯାଇସାରିଲାଣି। ଅବଶିଷ୍ଟଙ୍କୁ ଆସନ୍ତା ୨-୩ ବର୍ଷ ଭିତରେ ବିଦା କରାଯିବ। ଛଟେଇ ହେବାକୁ ଥିବା କର୍ମଚାରୀଙ୍କ ମଧ୍ୟରେ ୧୩.୫% ଭାରତୀୟ ରହିଛନ୍ତି। କମ୍ପାନୀ ନିଜର ଦକ୍ଷତା ବଢ଼ାଇବାକୁ ଚାହୁଁଛି। ଏହି କାରଣରୁ ସାରା ବିଶ୍ୱରେ ଥିବା ଏହାର କର୍ମଚାରୀଙ୍କୁ ଛଟେଇ କରାଯାଉଛି। ଭାରତରେ ୧୭୦୦, ଆମେରିକାରେ ୧୪୨୦, ମେକ୍ସିକୋରେ ୧୦୦୦, ଇଣ୍ଡୋନେସିଆରେ ୮୩୦ ଏବଂ ଜାପାନର ଦୁଇଟି କାରଖାନାର ୮୮୦ ଜଣ କର୍ମଚାରୀଙ୍କୁ ବିଦା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ସାବଧାନ! ବଢ଼ିବାକୁ ଯାଉଛି ଆପଣଙ୍କ ମାସିକ ବଜେଟ; ବଢିଗଲା ପରିବା ଓ ଗ୍ରୋସରି ସାମଗ୍ରୀର ଦାମ!

ନୂଆଦିଲ୍ଲୀ,୨୨।୫: ନିକଟରେ ପେଟ୍ରୋଲ ଏବଂ ଡିଜେଲ ଦରରେ ହୋଇଥିବା ବୃଦ୍ଧି ଏବେ ସାଧାରଣ ଜନତାଙ୍କ ପକେଟ ଉପରେ ଭାରି ପଡ଼ିବାକୁ ଯାଉଛି। ଆପଣଙ୍କର ମାସିକ ଗ୍ରୋସରି (ଖାଦ୍ୟ…

‘ପିଏମ୍‌ ସୂର୍ଯ୍ୟଘର: ମୁଫ୍ତ ବିଜ୍‌ଲି ଯୋଜନା’କୁ ଅଲିମ୍ପିଆନ ଅମିତ ରୋହିଦାସଙ୍କ ପ୍ରୋତ୍ସାହନ

ଭୁବନେଶ୍ୱର, ୨୨ା୫: ଭାରତୀୟ ହକି ଖେଳାଳି ତଥା ଅଲିମ୍ପିଆନ ଅମିତ ରୋହିଦାସ ‘ପିଏମ୍‌ ସୂର୍ଯ୍ୟଘର: ମୁଫ୍ତ ବିଜ୍‌ଲି ଯୋଜନା’ ଅଧୀନରେ ନିଜ ଘରେ ରୁଫ୍‌ଟପ୍‌ ସୋଲାର ସିଷ୍ଟମ…

SBI ଆକାଉଣ୍ଟଧାରୀଙ୍କ ପାଇଁ ବଡ଼ ଖବର; ଲଗାତାର ୬ ଦିନ ବନ୍ଦ ରହିବ..

ନୂଆଦିଲ୍ଲୀ,୨୧।୫: ଦେଶ ସବୁଠାରୁ ନାମୀଦାମୀ ବ୍ୟଙ୍କରେ ୬ ଦିନ ଝୁଲିବ ତାଲା । ପାଖାପାଖି ୨୩୨୭୦ ଶାଖା, ୬୩୦୦୦ରୁ ଅଧିକ ATM ୫୦ କୋଟିରୁ ଅଧିକ ଗ୍ରାହକଙ୍କ…

ସାଧାରଣ ଲୋକଙ୍କୁ ପୁଣି ବଡ଼ ଝଟ୍‌କା! ପେଟ୍ରୋଲ ୫ଟଙ୍କା ପ୍ରତି ଲିଟର…

ନୂଆଦିଲ୍ଲୀ,୨୧।୫: ଯଦି ଆପଣ ଭାବୁଛନ୍ତି ଯେ ଗତ ସପ୍ତାହରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ପ୍ରତି ଲିଟର 4 ବୃଦ୍ଧି ପରେ ଆପଣଙ୍କୁ କିଛି ଆଶ୍ୱସ୍ତି ମିଳିବ,…

ଏବେ କେବଳ  Hello ପଠାଇବା ମାତ୍ରେ ମିଳିଯିବ PF  ଆକାଉଣ୍ଟର ସମସ୍ତ ସୂଚନା, ବଡ଼ ପଦକ୍ଷେପ ନେଲା… 

ନୂଆଦିଲ୍ଲୀ,୨୦।୫: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ଖୁବଶୀଘ୍ର କୋଟି କୋଟି ଆକାଉଣ୍ଟଧାରୀଙ୍କ ପାଇଁ ଏକ ବଡ଼ ଡିଜିଟାଲ ସୁବିଧା ଆରମ୍ଭ କରିବାକୁ ଯାଉଛି । ଏବେ…

କେବେ ମାର୍କେଟକୁ ଆସିଥିଲା Melody Toffees? ଯାହାକୁ ମେଲୋନିଙ୍କୁ ଗିଫ୍ଟ ଦେଲେ ମୋଦି

ନୂଆଦିଲ୍ଲୀ,୨୦।୫: ପ୍ରଧାନମନ୍ତ୍ରୀ ମୋଦୀ ବର୍ତ୍ତମାନ ପାଞ୍ଚଟି ଦେଶ ଗସ୍ତରେ ଅଛନ୍ତି: ନରୱେ, ସୱିଡେନ, ନେଦରଲ୍ୟାଣ୍ଡ, ୟୁଏଇ ଏବଂ ଇଟାଲୀ। ଏହି ଯାତ୍ରାର ଶେଷ ପର୍ଯ୍ୟାୟରେ, ସେ ଇଟାଲୀର…

ବ୍ୟାଙ୍କ୍‌ରୁ ଟଙ୍କା ଟ୍ରାନ୍ସଫର ପାଇଁ ଆସିବ ଦୁଇଟା OTP, ଜାଣନ୍ତୁ କ’ଣ କରିବେ…

ନୂଆଦିଲ୍‌ଲୀ,୨୦।୫: ଏବେ, ବ୍ୟାଙ୍କିଙ୍ଗ କାରବାର ସମୟରେ, ଏକ ପ୍ରମାଣୀକରଣ OTP କେବଳ ଆକାଉଣ୍ଟଧାରୀଙ୍କୁ ନୁହେଁ ବରଂ ସେମାନଙ୍କ ବିଶ୍ୱସ୍ତ ସମ୍ପର୍କ ଏବଂ ପରିବାର ସଦସ୍ୟଙ୍କ ମୋବାଇଲ ଫୋନକୁ…

ମୋଦି ସରକାରଙ୍କ ବଡ଼ ପ୍ଲାନ, ପେଟ୍ରୋଲରେ ଏବେ ମିଶିବ ୩୦% ଇଥାନଲ!

ନୂଆଦିଲ୍‌ଲୀ,୧୯।୫: ଭାରତ ଏବେ ପେଟ୍ରୋଲରେ ଇଥାନଲର ମିଶ୍ରଣ ବୃଦ୍ଧି କରିବା ଦିଗରେ ଦ୍ରୁତ ଗତିରେ ଅଗ୍ରସର ହେଉଛି। ବିଦ୍ୟମାନ E20 ଯୋଜନାରୁ ଆଗକୁ ବଢ଼ି, ସରକାର E22,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri