ନିଶାମୁକ୍ତି ଅଭିଯାନରେ ଖଳିସାହି ଗ୍ରାମବାସୀ

ଖଣ୍ଡପଡ଼ା,୨୩ା୧୨(ସ୍ବ.ପ୍ର.): ଖଣ୍ଡପଡା ଥାନା ଖଳିସାହି ଗ୍ରାମରେ ନିଶାଦ୍ରବ୍ୟର ଅବାଧ କାରବାର ଯୋଗୁ ଆଇନଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହେଉଥିଲା। ଗ୍ରାମବାସୀ ଏ ସମ୍ପର୍କରେ ପ୍ରଶାସନର ଦୃଷ୍ଟି ଆକର୍ଷଣ କରି ସୁଫଳ ନ ପାଇବାରୁ ନିଶାମୁକ୍ତ ଗ୍ରାମ ଗଠନ ନିମନ୍ତେ ଅଣ୍ଟା ଭିଡିଛନ୍ତି। ରବିବାର ୫ଶହରୁ ଊର୍ଦ୍ଧ୍ୱ ବ୍ୟକ୍ତି ସାମିଲ ହୋଇ ସ୍ଥାନୀୟ ଜଗନ୍ନାଥ ମନ୍ଦିର ପରିସରରୁ ଅଭିଯାନର ଶୁଭାରମ୍ଭ କରିଥିଲେ। ପୂର୍ବାହ୍ନ ୧୦ଟାରେ ଗ୍ରାମବାସୀ ଶୋଭାଯାତ୍ରାରେ ବାହାରି ଖଳିସାହି ଗ୍ରାମର ପ୍ରତ୍ୟେକ ୱାର୍ଡ ଓ ନିକଟସ୍ଥ କୋଟପୋଖରୀ ଗ୍ରାମ ପରିକ୍ରମା କରି ଲୋକଙ୍କୁ ସଚେତନ କରିଥିଲେ। ଖଳିସାହି ବଜାର ଓ ଗଳିକନ୍ଦିରେ ଦେଶୀ ଓ ବିଦେଶୀ ମଦ, ଭାଙ୍ଗ, ଗଞ୍ଜେଇ, କୋରେକ୍ସ (କଫ୍‌ ସିରପ୍‌), ବ୍ରାଉନ ସୁଗାର କାରବାର ସମ୍ପୂର୍ଣ୍ଣ ବନ୍ଦ ଉପରେ ଗ୍ରାମବାସୀ କଟକଣା ଲଗାଇଥିବା ଜଣାପଡିଛି। ସେହିପରି ନିଶାସେବନକାରୀ ବ୍ୟକ୍ତି ବିଶେଷ ଯଦି କେହି ଧରାପଡନ୍ତି ତା’ହାଲେ ଆଇନ ଅନୁଯାୟୀ ଦଣ୍ଡିତ ହେବା ସହ ଅର୍ଥ ଜରିମାନା ଦେବାର ବ୍ୟବସ୍ଥା କରାଯାଇଥିବା ଅଭିଯାନର ଆବାହକଙ୍କଠାରୁ ପ୍ରକାଶ। ଏହି ଅଭିଯାନରେ ପୂର୍ବତନ ସରପଞ୍ଚ ନବକିଶୋର ପୃଷ୍ଟି, ବିଶିଷ୍ଟ ବ୍ୟବସାୟୀ ଅଚ୍ୟୁତ କୁମାର ପୃଷ୍ଟି, ବେଣୁଧର ମହାରଣା, ଶରତ କୁମାର ସାହୁ, ସଂଗଠକ ଶିବ ଶଙ୍କର ସାହୁ, ସୁଦର୍ଶନ ସାହୁ, ବସନ୍ତ କୁମାର ଗଣ୍ଠିଆ, ଯୁଧିଷ୍ଠିର ସାହୁ, ଫକୀର ମୋହନ ସାହୁ, ଅଜୟ କୁମାର ମହାରଣା, ଦାଶରଥି ସାଥୁଆ, ପ୍ରଦୀପ କୁମାର ସାହୁ ପ୍ରମୁଖ ସାମିଲ ହୋଇଥିଲେ । ଗ୍ରାମବାସୀଙ୍କ ଏହି ପଦକ୍ଷେପକୁ ବୁଦ୍ଧିଜୀବୀ ମହଲରେ ସ୍ବାଗତ କରାଯାଇଛି। ଏ ସମ୍ପର୍କରେ ସେମାନେ ସ୍ଥାନୀୟ ପ୍ରଶାସନିକ ଅଧିକାରୀଙ୍କୁ ଅବଗତ କରାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୫ ବର୍ଷ ପରେ ଜନଗଣନା: ଭଞ୍ଜନଗର ତହସିଲରେ ୬୦୦ କର୍ମଚାରୀ ନିୟୋଜିତ, ଘରକୁ ଘର ବୁଲି…

ଭଞ୍ଜନଗର,୧୭ା୪(ବାବୁଲା ପ୍ରଧାନ): ପ୍ରତି ୧୦ ବର୍ଷକୁ ଥରେ ଦେଶରେ ଜନଗଣନା ହୋଇଥାଏ। ଏହାକୁ ଦୃଷ୍ଟିରେ ରଖି ବିକାଶ ଯୋଜନା ହୋଇଥାଏ। ଶେଷଥର ପାଇଁ ୨୦୧୧ ରେ ଦେଶରେ…

ନୀତୀଶ କୁମାର ହେଲେ ଅମିତ ଶାହାଙ୍କ ପଡ଼ୋଶୀ: ଦିଲ୍ଲୀରେ ୩ ଏକର ଭିଭିଆଇପି ବଙ୍ଗଳା ଆବଣ୍ଟିତ

ନୂଆଦିଲ୍ଲୀ,୧୭।୪: ନୀତୀଶଙ୍କୁ ଦିଲ୍ଲୀରେ ଏକ ଟାଇପ-୮ ବର୍ଗର ସରକାରୀ ବଙ୍ଗଳା ଆବଣ୍ଟିତ କରାଯାଇଛି, ଯାହାଦ୍ୱାରା ରାଜଧାନୀର ସବୁଠାରୁ VVIP ଜୋନରେ ତାଙ୍କର ରାଜନୈତିକ ଠିକଣା ପ୍ରତିଷ୍ଠା ହୋଇଛି।…

ଦୁର୍ଘଟଣା ପରେ ବାହାରେ ଝୁଲୁଥିଲା ମସ୍ତିଷ୍କ: ସଫଳ ହେଲା ୬ଷ୍ଠ ଶ୍ରେଣୀ ଛାତ୍ରଙ୍କ ଅସ୍ତ୍ରୋପଚାର, ପୂରା ଘଟଣା ଜାଣିଲେ ଥରିଉଠିବେ…

ବ୍ରହ୍ମପୁର/ଦିଗପହଣ୍ଡି, ୧୭।୪(ସୁବାସ ଚନ୍ଦ୍ର ପାଢ଼ୀ/ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ଏମକେସିଜି ମେଡିକାଲ କଲେଜ ସ୍ନାୟୁ ଶଲ୍ୟ ବିଭାଗରୁ ଆଉ ଏକ ବିରଳ ତଥା ସଫଳ…

ଶ୍ରାଦ୍ଧବାର୍ଷିକୀରେ ବିଜୁବାବୁଙ୍କୁ ଅବମାନନା: ଅଭାବ ପଡ଼ିଲା ଫୁଲମାଳ ସହ…

ହାଟଡିହୀ/ଆନନ୍ଦପୁର,୧୭ା୪(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ବିଜେଡି ତରଫରୁ ଆନନ୍ଦପୁର କଲ୍ୟାଣ ମଣ୍ଡପଠାରେ ପ୍ରବାଦପୁରୁଷ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କ ୨୯ତମ ଶ୍ରାଦ୍ଧ…

ସଂସଦରେ ରାହୁଲ ଗାନ୍ଧୀଙ୍କ ଭାଷଣ ଉପରେ କଟାକ୍ଷ କଲେ ନିଶିକାନ୍ତ ଦୁବେ କହିଲେ,‘ମାଇକେଲ ଜ୍ୟାକସନଙ୍କ ନାଚ ଦେଖିଲା ଭଳି ଲାଗୁଥିଲା’

ନୂଆଦିଲ୍ଲୀ,୧୭।୪: ମହିଳା ସଂରକ୍ଷଣ ବିଲ ଉପରେ ଭୋଟ ଦେବା ପୂର୍ବରୁ, ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ କେନ୍ଦ୍ର ସରକାରଙ୍କ ସମ୍ପର୍କରେ ପ୍ରଶ୍ନ ଉଠାଇଥିଲେ।…

ବିଜୁବାବୁଙ୍କୁ ନେଇ ଏମିତି ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, କହିଲେ ଆମେ ତାଙ୍କର…

ଭୁବନେଶ୍ୱର,୧୭ା୪: ଆଜି ଅର୍ଥାତ୍‌ ଶୁକ୍ରବାର ବିଜୁବାବୁଙ୍କ ଶ୍ରାଦ୍ଧ ବାର୍ଷିକୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମହାନ ଜନନାୟକ ବିଜୁବାବୁଙ୍କୁ ମନେ ପକାଇ ଏକ ବଡ଼…

ଏଥର କାହିଁକି ନଜର ଆସିଲେନି ପଞ୍ଜାବ କିଙ୍ଗ୍ସର ମାଲିକାଣୀ? MI ବିପକ୍ଷରେ ବିଜୟ ପରେ ପୋଷ୍ଟ କରିି…

ନୂଆଦିଲ୍ଲୀ,୧୭।୪: IPL 2026 ରେ ପଞ୍ଜାବ କିଙ୍ଗ୍ସ ଏକ ଚମତ୍କାର ପ୍ରଦର୍ଶନ କରୁଛି। ଏପର୍ଯ୍ୟନ୍ତ, ପଞ୍ଜାବ ଟୁର୍ଣ୍ଣାମେଣ୍ଟରେ ଏକମାତ୍ର ଦଳ ଯିଏ ଗୋଟିଏ ବି ମ୍ୟାଚ ହାରିନାହିଁ।…

‘ସ୍ବାଧୀନତା ସଂଗ୍ରାମରେ ବିଜୁବାବୁଙ୍କ ଭୂମିକା ଥିଲା ଗୁରୁତ୍ୱପୂର୍ଣ୍ଣ’

ପାଟଣାଗଡ଼,୧୭ା୪(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ ଏନ୍‌ଏସିସ୍ଥିତ ବିଜୁଜନତା ଦଳ କାର୍ଯ୍ୟାଳୟଠାରେ ସ୍ଥାନୀୟ ବିଜେଡି ପକ୍ଷରୁ ଶୁକ୍ରବାର ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ୨୯ତମ ଶ୍ରାଦ୍ଧ ଦିବସ ପାଳିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri