ନିଶାସକ୍ତ ଚାଳକଙ୍କ ମଧ୍ୟରେ କୋକୁଆ ଭୟ

ବ୍ରହ୍ମପୁର ଅଫିସ,୨୬ା୯-ନୂଆ ଟ୍ରାଫିକ ନିୟମ ଲାଗୁ ହେବା ପରେ ଚାରିଆଡେ ଚେକିଂ କରାଯାଉଛି। ଅନ୍ୟପଟେ ରାଜପଥରେ ନିଶାସକ୍ତ ଗାଡି ଚାଳକଙ୍କୁ ସାବାଡ଼ କରିବା ପାଇଁ ପୋଲିସ ଧରପଗଡ ଜୋରଦାର ହେବା ପରେ ବହୁ ମଦ ଦୋକାନ ଏବେ ଖଁ। ଖଁ। ହୋଇପଡିଥିବା ଦେଖିବାକୁ ମିଳିଛି। କେବଳ ରାଜପଥ କଡ଼ କାହିଁକି ବ୍ରହ୍ମପୁର ସମେତ ଜିଲାର ବିଭିନ୍ନ ସ୍ଥାନରେ ଥିବା ମଦ ଦୋକାନ ଆଗ ଖାଲିପଡିଛି। ସଡକ ଦୁର୍ଘଟଣା ରୋକିବା ପାଇଁ ସରକାର କଠୋର ପଦକ୍ଷେପ ନେବା ଲାଗି ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ କେନ୍ଦ୍ର ସରକାର ମୋଟରଯାନ ଆଇନରେ ସଂଶୋଧନ ଆଣି ଗାଡି ଚାଳକଙ୍କ ଲାଗି ଯେଉଁ ଜରିମାନା ଏବଂ ଦଣ୍ଡ ବ୍ୟବସ୍ଥା କରିଛନ୍ତି ସେଥିରେ ଗାଡିଚାଳକମାନେ ଭୟଭୀତ ହୋଇପଡିଛନ୍ତି। ବିଶେଷକରି ସନ୍ଧ୍ୟା ହେଲେ ପୋଲିସ ନିଶାସକ୍ତ ଗାଡି ଚଳକଙ୍କ ଉପରେ କଡା ଆଭିମୁଖ୍ୟ ଗ୍ରହଣ କରୁଛି। ନିଶାଗ୍ରସ୍ତ ଅବସ୍ଥାରେ ଗାଡି ଚଳାଇ ବ୍ରେଥ୍‌ ଆନାଲାଜରରେ ଧରାପଡିଲେ ସେମାନଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରୁଛି। ସେମାନଙ୍କଠାରୁ ୧୫ ହଜାର ଟଙ୍କା ଜରିମାନା ଆଦାୟ କରାଯାଉଛି। ଜରିମାନା ନ ଦେଲେ ସେମାନଙ୍କ ନଁାରେ ମାମଲା ରୁଜୁ ହେଉଛି। ବାରମ୍ବାର ଧରାପଡିଲେ ଜରିମାନା ବଢିବା ସହିତ ଅଧିକ ଦଣ୍ଡ ବିଧାନ ଏବଂ ଡ୍ରାଇଭିଂ ଲାଇସେନ୍ସ ବାତିଲ ହେବାର ଯେଉଁ ଆଇନଗତ ପ୍ରାବଧାନ ରହିଛି ସେଥିରେ ଗାଡି ଚଳକମାନେ ମଦ ପିଇବାକୁ ଭୟ କରୁଛନ୍ତି। ସେହିପରି ଗତ ୨୧ ଦିନ ମଧ୍ୟରେ ଜିଲାରେ ସଡକ ଦୁର୍ଘଟଣା ସଂଖ୍ୟା ହ୍ରାସ ପାଇବା ସହିତ ଦୁର୍ଘଟଣା ଜନିତ ମୃତ୍ୟୁ ବି କମିଛି। ଏଥି ଯୋଗୁ ଚଳିତ ମାସର ବୁଧବାର ସୁଦ୍ଧା ବିଭିନ୍ନ ଅପରାଧ ସଂଖ୍ୟା ମଧ୍ୟ ହ୍ରାସ ପାଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

୨ଜଣଙ୍କୁ ଧକ୍କା ଦେଇ ଚାଲିଯାଇଥିଲା ଡାଲା ଅଟୋ, ଚିକିତ୍ସିତ ଅବସ୍ଥାରେ ଚାଲିଗଲା ଜଣକର ଜୀବନ

ଦିଗପହଣ୍ଡି, ୨୧|୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା  ଝାଟିପିଟିଆ ଗ୍ରାମ ହରିଜନ ସାହି ନିକଟ ମୁଖ୍ୟରାସ୍ତା ରେ ଘଟିଥିବା ଦୁର୍ଘଟଣାରେ ଗୁରୁତର ଆହତ ଯୁବକଙ୍କ ମୃତ୍ୟୁ...

କ୍ରୀଡ଼ା ମହୋତ୍ସବକୁ ଉଦ୍‌ଘାଟିତ କଲେ ଆସିକା ଏମ୍‌ପି: ଯୋଗଦେଲେ ୭ ବିଧାନସଭା କ୍ଷେତ୍ରର କ୍ରୀଡ଼ାବିତ୍‌

ହିଞ୍ଜିଳିକାଟୁ,୨୧।୧୨(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ବୃନ୍ଦାବନ ମିନି ଷ୍ଟାଡିୟମ ପରିସରରେ ଜିଲାସ୍ତରୀୟ ସାଂସଦ କ୍ରୀଡା ମହୋତ୍ସବ ରବିବାର ଉଦଘାଟିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଆସିକା...

ଦୂର ହେବ ଶିକ୍ଷକଙ୍କ ସମସ୍ୟା, ଶିଶୁ ଉତ୍ସବରେ ଯୋଗଦେଇ ପ୍ରତିଶୃତି ଦେଲେ ଭଞ୍ଜନଗର ବିଧାୟକ

ଭଞ୍ଜନଗର, ୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଉପେନ୍ଦ୍ର ଭଞ୍ଜ ଉଚ୍ଚ ବିଦ୍ୟାଳୟରେ ଦୁଇଦିନ ଧରି ଓଷ୍ଠା ପକ୍ଷରୁ ଚାଲିଥିବା ଜିଲ୍ଲା ସ୍ତରୀୟ ଶିଶୁ ଉତ୍ସବ ରବିବାର...

ଧରିତ୍ରୀର ପ୍ରଭାବ: ବେସାହାରା ଭାଇ ଭଉଣୀଙ୍କୁ ସାହାଯ୍ୟର ହାତ ବଢ଼ାଇଲେ ବିଧାୟକ

ଗଞ୍ଜାମ,୨୧।୧୨(ବିଦ୍ୟାଧର ସାହୁ ): ଧରିତ୍ରୀରେ ଖବର ପ୍ରକାଶ ପରେ ପଡିଲା ପ୍ରଭାବ । ବେସାହାରା ଭାଇଭଉଣୀକୁ ସାହାଯ୍ୟର ହାତ ବଢ଼ାଇଲେ ଛତ୍ରପୁର ବିଧାୟକ । ଗଞ୍ଜାମ...

ପୋଲିସକୁ ଖୋଲା ଚ୍ୟାଲେଞ୍ଜ: ଗୋଟିଏ ରାତିରେ ଛତ୍ରପୁରର ୪ ମନ୍ଦିରରୁ ଚୋରି

ଛତ୍ରପୁର, ୨୦ା୧୨(ଦିଲୀପ ସାମଲ)- ପୁଣି ମନ୍ଦିରଗୁଡିକ ଉପରେ ଦୁର୍ବୃତ୍ତଙ୍କ ନଜର ପଡିଛି । ପୋଲିସ କଲୋନୀ ନିକଟରେ ଥିବା ୪ଟି ମନ୍ଦିରରୁ ଚୋରି କରି ପୋଲିସକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri