ପରଜଙ୍ଗ, ୩୧।୮(ଡି.ଏନ.ଏ.) ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ପାଳସାହି ଗ୍ରାମରେ ଗୁରୁବାର ରାତିରେ ହାତୀ ଘଉଡ଼ାଇବାକୁ ଯାଇଥିବା ବେଳେ ବନ କର୍ମଚାରୀଙ୍କ ଉପରେ ମରଣାନ୍ତକ ଆକ୍ରମଣ ହୋଇଛି। କେତେଜଣ ନିଶାସକ୍ତ ଯୁବକ ଏପରି ଉନ୍ମତ୍ତକାଣ୍ଡ ଘଟାଇଥିବା ଅଭିଯୋଗ ହୋଇଛି। ଦୀର୍ଘ ୪ ଘଣ୍ଟା ଧରି ବନ କର୍ମଚାରୀ ଅଟକ ରହିବା ପରେ ବିଳମ୍ବିତ ରାତିରେ ପୋଲିସ ପହଞ୍ଚତ୍ ସେମାନଙ୍କୁ ଉଦ୍ଧାର କରିଛି। ଘଟଣାରେ ସମ୍ପୃକ୍ତ ଅଭିଯୋଗରେ ୪ଜଣଙ୍କ ନାମରେ ମାମଲା ରୁଜୁ କରାଯାଇଛି।
ପାଳସାହି ଗ୍ରାମରେ ଗତ କିଛିଦିନ ହେଲା ହାତୀ ଉପଦ୍ରବ ଲାଗି ରହିଛି। ଜନବସତିରେ ହାତୀ ପଶିଥିବା ସୂଚନା ପାଇ ଗୁରୁବାର ରାତି ୯ଟାରେ ଏକ ବୋଲେରୋରେ ଡ୍ରାଇଭର ସଞ୍ଜୀବ ଜେନାଙ୍କ ସମେତ ହାତୀ ସ୍କ୍ବାଡ୍ କର୍ମଚାରୀ ମନୋଜ ପାତ୍ର, ପ୍ରକାଶ ଦାସ, ଲିଟୁ ସାହୁ, ସତ୍ୟନାରାୟଣ ପରିଡ଼ା, ଜଳଧର ସାହୁ, ନରେନ୍ଦ୍ର ଜେନା, ସୁରଥ ଜେନା, ବାବୁ ସାହୁ ପହଞ୍ଚତ୍ଥିଲେ। ହାତୀ ଘଉଡ଼ାଉଥିବା ସମୟରେ ୪ଜଣ ଯୁବକ ନିଶାସକ୍ତ ଅବସ୍ଥାରେ ଖଣ୍ଡା, ଠେଙ୍ଗା ଧରି ବନ କର୍ମଚାରୀଙ୍କୁ ମାରିବାକୁ ଗୋଡ଼ାଇଥିଲେ। ବୋଲେରୋର ଚକରୁ ପବନ ଛାଡ଼ିଦେବାସହ ସମସ୍ତଙ୍କୁ ଅଟକ ରଖିଥିଲେ। ପରିସ୍ଥିତି ନିୟନ୍ତ୍ରଣ କରିବାକୁ ଏକ ଗାଡ଼ିରେ ଢେଙ୍କାନାଳ ମୋବାଇଲ ସ୍କ୍ବାଡ୍ କର୍ମଚାରୀ ପହଞ୍ଚତ୍ଥିବାବେଳେ ସେମାନେ ମଧ୍ୟ ସମ୍ପୃକ୍ତ ଯୁବକଙ୍କ ରୋଷର ଶିକାର ହୋଇଥିଲେ। ହାତୀ ଉପଦ୍ରବ ସମୟରେ ଗଁାରେ ନ ରହି କାହିଁକି ପଳାଇଯାଉଛ ବୋଲି ଯୁବକମାନେ ପ୍ରଶ୍ନ କରିଥିଲେ। ଏଥିସହ ଗ୍ରାମରେ ୨୪ ଘଣ୍ଟିଆ ପହରା ଦେବାକୁ ଜିଦ୍ କରି ଗଣ୍ଡଗୋଳ କରିଥିଲେ। ରେଞ୍ଜର ହରମୋହନ ନାୟକ, ପୋଲିସ କର୍ମଚାରୀଙ୍କ ସହ ରାତି ୧ଟାରେ ପହଞ୍ଚତ୍ ହାତୀ ସ୍କ୍ବାଡ୍ ଏବଂ ବନ କର୍ମଚାରୀଙ୍କୁ ଉଦ୍ଧାର କରିଥିଲେ। ଘଟଣା ସମ୍ପର୍କରେ ରେଞ୍ଜର ପତ୍ରସଂଖ୍ୟା ୨୨୭୫ରେ ପରଜଙ୍ଗ ଥାନା ଅଧିକାରୀ ଏବଂ ପତ୍ରସଂଖ୍ୟା ୨୨୭୬ରେ ଜିଲା ବନଖଣ୍ଡ ଅଧିକାରୀଙ୍କୁ ଅବଗତ କରାଇଛନ୍ତି।
ଏ ନେଇ ଫରେଷ୍ଟର ରାମଚନ୍ଦ୍ର ରାଉତଙ୍କ ଅଭିଯୋଗକ୍ରମେ ମନ୍ତ୍ରୀବର ସାହୁ, ଅମୀର ବିଶ୍ୱାଳ, ନରେଶ ବେହେରା, ପ୍ରକାଶ ସାହୁଙ୍କ ନାମରେ ମାମଲା (ନଂ.୨୨୯/୧୯) ରୁଜୁ କରାଯାଇଛି। ଅଭିଯୁକ୍ତମାନେ ଫେରାର ଥିବା ପୋଲିସ ଏସ୍ଆଇ ଜନ୍ମେଜୟ ପାତ୍ର ସୂଚନା ଦେଇଛନ୍ତି।
Posted inଆମ ଜିଲା ଖବର, ଢେଙ୍କାନାଳ View All
ଜିଲା ପାଠାଗାରରେ ମିଳୁନି ମୌଳିକ ସୁବିଧା: ସମସ୍ୟା ଭୋଗୁଛନ୍ତି ଛାତ୍ରୀଛାତ୍ର
ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ପାଠାଗାର ଅବ୍ୟବସ୍ଥିତଭାବେ ପଡ଼ି ରହିଛି। ଏଠାରେ ମୌଳିକ ସୁବିଧା ସୁଯୋଗ ମଧ୍ୟ ଅପହଞ୍ଚ ହୋଇ ପଡ଼ିଛି। ଏଭଳି ଅଭିଯୋଗ ନେଇ ପାଠାଗାରକୁ ନିୟମିତ…
ପୁରୀକୁ ବେଆଇନ ମଦ ଚାଲାଣ ବେଳେ ମାଡ଼ିବସିଲା ରମ୍ଭା ପୋଲିସ: କାର ସହ ୪୦୦ ଲିଟର ମଦ ଜବତ, ୩ ଗିରଫ
ରମ୍ଭା,୨୯।୯(ବିଦ୍ୟାଧର ସାହୁ): ପୁରୀ ଜିଲାକୁ ବେଆଇନ ଭାବେ କାର୍ ଯୋଗେ ମଦ ଚାଲାଣ ହେଉଥିବା ବେଳେ ରମ୍ଭା ଥାନା ପୋଲିସ ହାତରେ ଧରାପଡ଼ିଛନ୍ତି ମଦ ଚାଲାଣକାରୀ। ପୋଲିସ…
ବେଲଘର ଜଙ୍ଗଲରୁ ଛେଳି ଗୋଠ ସହ ଚାଲିଆସିଲା ହରିଣ ଛୁଆ: ଉଦ୍ଧାର ପରେ ଜଙ୍ଗଲରେ ଛାଡ଼ିଲା ବନ ବିଭାଗ
ବାଲିଗୁଡ଼ା/ତୁମୁଡ଼ିବନ୍ଧ,୨୯।୯ (ସଞ୍ଜୟ କୁମାର ପାଣିଗ୍ରାହୀ/ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ୍ ଅନ୍ତର୍ଗତ ବେଲଘର ବନାଞ୍ଚଳରୁ ମଙ୍ଗଳବାର ସକାଳୁ ଏକ ହରିଣ ଛୁଆକୁ ସୁରକ୍ଷିତ ଭାବେ…
ବେଲଗୁଣ୍ଠା ଏନ୍ଏସିର ନୂଆ ଉପାଧ୍ୟକ୍ଷା ପ୍ରିୟମ୍ବଦା ସାମଲ: ନିର୍ବିରୋଧ ନିର୍ବାଚିତ, ୨ ବର୍ଷ ପରେ…
ବେଲଗୁଣ୍ଠା,୨୯।୯(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ବେଲଗୁଣ୍ଠା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍ଏସି)ର ଉପାଧ୍ୟକ୍ଷା ପଦବୀ ପାଇଁ ମଙ୍ଗଳବାର ଉପ-ନିର୍ବାଚନ ଶାନ୍ତିପୂର୍ଣ୍ଣ ଭାବେ ସମ୍ପନ୍ନ ହୋଇଛି। ଏଥିରେ ୪ ନମ୍ବର…
କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ
ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…
ଏସିଡ ଆକ୍ରମଣ ବିରୋଧରେ ସଚେତନତା ସଭା ଓ ପଥପ୍ରାନ୍ତ ନାଟକ, ଛାତ୍ରୀଛାତ୍ର ସମ୍ୱର୍ଦ୍ଧିତ
ଥୁଆମୂଳ ରାମପୁର, ୨୯।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତାଲୁକ ଆଇନ ସେବା ସମିତି (T.L.S.C.) ଆନୁକୂଲ୍ୟରେ ମଙ୍ଗଳବାର କୋର୍ଟ ସାମ୍ନା ମଣ୍ଡପଠାରେ ଏସିଡ…
ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ
ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…
ବଦଳିବ ଭଞ୍ଜନଗର ପର୍ଯ୍ୟଟନର ଚେହେରା: ଗଠନ ହେବ ଉପଖଣ୍ଡ ସ୍ତରୀୟ କମିଟି, ବୋଟିଂ-ଭାସମାନ ରେଷ୍ଟୁରାଣ୍ଟ…
ଭଞ୍ଜନଗର,୨୯।୯(ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡରେ ପର୍ଯ୍ୟଟନର ସାମଗ୍ରିକ ବିକାଶ, ପ୍ରମୁଖ ପର୍ଯ୍ୟଟନ ସ୍ଥଳୀଗୁଡ଼ିକର ଭିତ୍ତିଭୂମି ସୁଦୃଢ଼ୀକରଣ ଏବଂ ପର୍ଯ୍ୟଟକମାନଙ୍କୁ ଉନ୍ନତ ସୁବିଧା ପ୍ରଦାନ ନେଇ ମଙ୍ଗଳବାର ଉପଜିଲାପାଳଙ୍କ…

