ଧରାକୋଟ,୨୩ା୭(ଡି.ଏନ.ଏ.)-ଗଞ୍ଜାମ ଜିଲା ଧରାକୋଟ ବ୍ଲକ ଖଜୁରିପଦା ବିଦ୍ୟାଳୟର ଜଣେ ଶିକ୍ଷକ ନିଶାସକ୍ତ ଅବସ୍ଥାରେ ସ୍କୁଲକୁ ଆସୁଥିବାରୁ ସୋମବାର ତାଙ୍କୁ ନିଲମ୍ବିତ କରାଯାଇଛି। ସେ ହେଲେ ସୀମାଞ୍ଚଳ ଶତପଥୀ। ସେ ଠିକ୍ ଭାବେ ପଢ଼ାଇ ପାରୁ ନ ଥିବାରୁ ଅଭିଭାବକମାନେ ଅସନ୍ତୋଷ ପ୍ରକାଶ କରି ବ୍ଲକ ଶିକ୍ଷାଧିକାରୀଙ୍କ ନିକଟରେ ଅଭିଯୋଗ କରିଥିଲେ। ସୋମବାର ଜିଲା ଶିକ୍ଷାଧିକାରୀ ଡ. ସନାତନ ପଣ୍ଡା, ବ୍ଲକ ଶିକ୍ଷାଧିକାରୀ ରବୀନ୍ଦ୍ର କୁମାର ପଣ୍ଡା, ଏବିଇଓ ସୌରୀ ଶଙ୍କର ବେହେରା, ବୈଷୟୀକ ପରାମର୍ଶ ଦାତା (ଟିସି) ନିକିତା ପାଢ଼ୀ, ବରିଷ୍ଠ ଟିସି ସୁନ୍ଦର ରାୟ, ଜିଲା ବିଜ୍ଞାନ ସୁପରଭାଇଜର ପନ୍ନଗ ଭୂଷଣ ମାଝି ପ୍ରମୁଖ ଜାତୀୟ ମାନବାଧିକାର ଖିଲାପ କରୁଥିବା ବାହାରପୁର ପଞ୍ଚାୟତର ଦଣ୍ଡାସି ବଗଡ଼ ବିଦ୍ୟାଳୟ ପରିଦର୍ଶନ ପରେ ଖଜୁରିପଦା ବିଦ୍ୟାଳୟରେ ପହଞ୍ଚତ୍ଥିଲେ। କିନ୍ତୁ ବିଦ୍ୟାଳୟରେ ଶିକ୍ଷକ ସୀମାଞ୍ଚଳ ଅନୁପସ୍ଥିତ ଥିଲେ। ସ୍ଥାନୀୟ ଗ୍ରାମବାସୀ ଶିକ୍ଷକ ଜଣକ ପ୍ରତିଦିନ ନିଶା ସେବନ କରି ସ୍କୁଲକୁ ଆସୁଥିବାରୁ ଠିକ୍ଭାବେ ପଢ଼ାଇ ପାରୁନାହାନ୍ତି ବୋଲି କହିଥିଲେ। ଜିଲା ଶିକ୍ଷାଧିକାରୀ ତଦନ୍ତ ପରେ ସମ୍ପୃକ୍ତ ଶିକ୍ଷକଙ୍କୁ ଆଦେଶ ସଂଖ୍ୟା ୮୧୮/ତା. ୨୨ା୭ା୧୯ରେ ନିଲମ୍ବନ କରିଥିଲେ। ପ୍ରକାଶଯେ, ଏନ୍ଏଚ୍ଆର୍ସି କେସ୍ ନଂ. ୪୦୭୩ରେ ଡିଇଓ ବିଦ୍ୟାଳୟ ପରିଦର୍ଶନ କରିଥିଲେ।
ଶୀତରେ ଥରୁଛି କଳାହାଣ୍ଡି
ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...
୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…
ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...
ପୋଲିସକୁ ଖୋଲା ଚ୍ୟାଲେଞ୍ଜ: ଗୋଟିଏ ରାତିରେ ଛତ୍ରପୁରର ୪ ମନ୍ଦିରରୁ ଚୋରି
ଛତ୍ରପୁର, ୨୦ା୧୨(ଦିଲୀପ ସାମଲ)- ପୁଣି ମନ୍ଦିରଗୁଡିକ ଉପରେ ଦୁର୍ବୃତ୍ତଙ୍କ ନଜର ପଡିଛି । ପୋଲିସ କଲୋନୀ ନିକଟରେ ଥିବା ୪ଟି ମନ୍ଦିରରୁ ଚୋରି କରି ପୋଲିସକୁ...
ଧକ୍କା ଦେଇ ଚାଲିଗଲା ଡାଲା ଅଟୋ: ଚାନ୍ଦପୁର ଗ୍ରାମର ୨ ଯୁବକ…
ଦିଗପହଣ୍ଡି, ୨୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଝାଟିପିଟିଆ ଗ୍ରାମ ହରିଜନ ସାହି ନିକଟ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଗାଡ଼ି ଧକ୍କାରେ...
ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ…
ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...
ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…
ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I ମୃତ ବୃଦ୍ଧା...
ପ୍ରଦୂଷଣ ପ୍ରମାଣପତ୍ର ନ ଥିଲେ ଓଡ଼ିଶାରେ ପେଟ୍ରୋଲ ମନା
ଭୁବନେଶ୍ୱର,୨୦।୧୨: ପରିବହନ କ୍ଷେତ୍ରରେ ପରିବେଶ ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ପରିବହନ ପ୍ରାଧିକରଣ (STA) ପକ୍ଷରୁ ଶନିବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ପ୍ରଦୂଷଣ ପ୍ରମାଣପତ୍ର...
ରାଜ୍ୟ ପାଇଁ ଗୌରବ ଆଣିଲେ ରଞ୍ଜନା: ଥାଇଲାଣ୍ଡରୁ ରୌପ୍ୟ ପଦକ ପାଇ…
ପୁରୁଷୋତ୍ତମପୁର,୨୦।୧୨ (ସବିତା ମିଶ୍ର): ଥାଇଲାଣ୍ଡରେ ଚାଲିଥିବା ଅନ୍ତର୍ଜାତୀୟ ପାରା ଆଥ୍ଲେଟିକ ପ୍ରତିଯୋଗିତାରେ ଗଞ୍ଜାମ ଜଲା ପୁରୁଷୋତ୍ତମପୁର ବ୍ଳକ କୁଶପୁର ଗ୍ରାମର ରଞ୍ଜନା ନାୟକ ଦୁଇଗୋଟି ରୌପ୍ୟ...
Archives


