ନିଶାସକ୍ତ ଶିକ୍ଷକଙ୍କୁ ନିଲମ୍ବନ କଲେ ଜିଲା ଶିକ୍ଷାଧିକାରୀ

ଧରାକୋଟ,୨୩ା୭(ଡି.ଏନ.ଏ.)-ଗଞ୍ଜାମ ଜିଲା ଧରାକୋଟ ବ୍ଲକ ଖଜୁରିପଦା ବିଦ୍ୟାଳୟର ଜଣେ ଶିକ୍ଷକ ନିଶାସକ୍ତ ଅବସ୍ଥାରେ ସ୍କୁଲକୁ ଆସୁଥିବାରୁ ସୋମବାର ତାଙ୍କୁ ନିଲମ୍ବିତ କରାଯାଇଛି। ସେ ହେଲେ ସୀମାଞ୍ଚଳ ଶତପଥୀ। ସେ ଠିକ୍‌ ଭାବେ ପଢ଼ାଇ ପାରୁ ନ ଥିବାରୁ ଅଭିଭାବକମାନେ ଅସନ୍ତୋଷ ପ୍ରକାଶ କରି ବ୍ଲକ ଶିକ୍ଷାଧିକାରୀଙ୍କ ନିକଟରେ ଅଭିଯୋଗ କରିଥିଲେ। ସୋମବାର ଜିଲା ଶିକ୍ଷାଧିକାରୀ ଡ. ସନାତନ ପଣ୍ଡା, ବ୍ଲକ ଶିକ୍ଷାଧିକାରୀ ରବୀନ୍ଦ୍ର କୁମାର ପଣ୍ଡା, ଏବିଇଓ ସୌରୀ ଶଙ୍କର ବେହେରା, ବୈଷୟୀକ ପରାମର୍ଶ ଦାତା (ଟିସି) ନିକିତା ପାଢ଼ୀ, ବରିଷ୍ଠ ଟିସି ସୁନ୍ଦର ରାୟ, ଜିଲା ବିଜ୍ଞାନ ସୁପରଭାଇଜର ପନ୍ନଗ ଭୂଷଣ ମାଝି ପ୍ରମୁଖ ଜାତୀୟ ମାନବାଧିକାର ଖିଲାପ କରୁଥିବା ବାହାରପୁର ପଞ୍ଚାୟତର ଦଣ୍ଡାସି ବଗଡ଼ ବିଦ୍ୟାଳୟ ପରିଦର୍ଶନ ପରେ ଖଜୁରିପଦା ବିଦ୍ୟାଳୟରେ ପହଞ୍ଚତ୍ଥିଲେ। କିନ୍ତୁ ବିଦ୍ୟାଳୟରେ ଶିକ୍ଷକ ସୀମାଞ୍ଚଳ ଅନୁପସ୍ଥିତ ଥିଲେ। ସ୍ଥାନୀୟ ଗ୍ରାମବାସୀ ଶିକ୍ଷକ ଜଣକ ପ୍ରତିଦିନ ନିଶା ସେବନ କରି ସ୍କୁଲକୁ ଆସୁଥିବାରୁ ଠିକ୍‌ଭାବେ ପଢ଼ାଇ ପାରୁନାହାନ୍ତି ବୋଲି କହିଥିଲେ। ଜିଲା ଶିକ୍ଷାଧିକାରୀ ତଦନ୍ତ ପରେ ସମ୍ପୃକ୍ତ ଶିକ୍ଷକଙ୍କୁ ଆଦେଶ ସଂଖ୍ୟା ୮୧୮/ତା. ୨୨ା୭ା୧୯ରେ ନିଲମ୍ବନ କରିଥିଲେ। ପ୍ରକାଶଯେ, ଏନ୍‌ଏଚ୍‌ଆର୍‌ସି କେସ୍‌ ନଂ. ୪୦୭୩ରେ ଡିଇଓ ବିଦ୍ୟାଳୟ ପରିଦର୍ଶନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମେ’ ପ୍ରଥମ ସପ୍ତାହରୁ ଓଜେଇଇ ପରୀକ୍ଷା

ଭୁବନେଶ୍ୱର,୨୪।୪: ଓଜେଇଇ ପରୀକ୍ଷା ପାଇଁ ତାରିଖ ଘୋଷଣା ହୋଇଛି। ଚଳିତ ମେ’ ୬ରୁ ଏହା ଆରମ୍ଭ ହୋଇ ୧୦ ତାରିଖ ପର୍ଯ୍ୟନ୍ତ ଚାଲିବ। ରାଜ୍ୟ ଭିତରେ...

ଛୁଟିଦିନ ପାଇଁ ପିଲାଙ୍କୁ ମିଳିବ ଶୁଖିଲା ରାଶନ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ):ଛୁଟିଦିନ ପାଇଁ ଛାତ୍ରୀଛାତ୍ରଙ୍କୁ ପିଏମ୍‌ ପୋଷଣ ଯୋଜନାରେ ଚାଉଳ ଏବଂ ଅନ୍ୟାନ୍ୟ ସାମଗ୍ରୀ ଦିଆଯିବ। ମୋଟ ୧୨ଦିନର ମଧ୍ୟାହ୍ନ ଭୋଜନ ବାବଦକୁ ଶୁଖିଲା...

ଚମକାଇଲା ଅନୁଭବଙ୍କ ପୋଷ୍ଟ, ନବୀନଙ୍କୁ ମାଗିଲେ ଆର୍ଶୀବାଦ…

ଭୁବନେଶ୍ୱର,୨୪।୪: ଅନୁଭବ ମହାନ୍ତିଙ୍କ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ବଢିଲା ଚର୍ଚ୍ଚା। ଗତ କିଛିଦିନ ପୂର୍ବରୁ ବିଜେଡି ଛାଡି ଭାଜପାରେ ଯୋଗ ଦେଇଥିଲେ। ହେଲେ ବୁଧବାର...

ଲୁଙ୍ଗିକୁ ନେଇ ରାଜ୍ୟ ରାଜ୍ୟନୀତିରେ ଚହଳ, ନବୀନ ପିନ୍ଧିଲେ ବୋଲି…

ଭୁବନେଶ୍ୱର,୨୪।୦୪: ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ରୋଚକ ଘଟଣା ଦେଖିବାକୁ ମିଳିଛି। ନବୀନଙ୍କ ଲୁଙ୍ଗି ପିନ୍ଧା ଘଟଣାକୁ ନେଇ ବିଜେଡି-ଭାଜପା ଭିତରେ ବାକଯୁଦ୍ଧ ଆରମ୍ଭ ହୋଇଛି।...

ଗ୍ରୀଷ୍ମଛୁଟିରେ ରୋଷ୍ଟର ଡ୍ୟୁଟି କରିବେ ଶିକ୍ଷକ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ):ରାଜ୍ୟରେ ଆସନ୍ତା ୨୫ ତାରିଖଠାରୁ ଗ୍ରୀଷ୍ମ ଛୁଟି ଆରମ୍ଭ ହେବ। ସମସ୍ତ ସରକାରୀ ଏବଂ ଅନୁଦାନପ୍ରାପ୍ତ ସ୍କୁଲଗୁଡ଼ିକ ଆଗୁଆ ଗ୍ରୀଷ୍ମ ଛୁଟି କରିବାକୁ...

ନିର୍ବାଚନ ଲଢିପାରିବେନି ମୋକିମ, ମଇଦାନକୁ ଓହ୍ଲାଇଲେ ଝିଅ!

ଭୁବନେଶ୍ୱର,୨୪।୪: ନିର୍ବାଚନ ଯେତେ ପାଖେଇ ଆସୁଛି ସେତିକି ସରଗରମ ହେଉଛି ରାଜ୍ୟ ରାଜନୀତି। ତେବେ ଲୋକ ସଭା ନିର୍ବାଚନକୁ ଆଉ ଦିନ କେଇଟା ବାକି ଥିବାବେଳେ...

କନଫ୍ୟୁଜରେ ସୁର, ବଡ଼ପୁଅ ନା ସାନପୁଅ ପାଇଁ କରିବେ ପ୍ରଚାର

ଭୁବନେଶ୍ୱର,୨୪।୪: ରୋଚକ ମୋଡ ନେଇଛି ସୁରଙ୍କ ଫ୍ୟାମିଲି ପଲିଟିକ୍ସ । ସାନ ପୁଅ ବିଜେଡି ଟିକେଟ ନେଇ ମଇଦାନକୁ ଓହ୍ଲାଇଥିବା ବେଳେ ବଡ଼ ପୁଅକୁ ନିମାପଡ଼ା...

ବିରୋଧୀ କେବେ ସଫଳ ହେବେନି, ବିଜେଡି ବିପୁଳ ବିଜୟ ହାସଲ କରିବ: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଜନସଭାରେ ବିରୋଧୀଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀ ଅପପ୍ରଚାର କରିବା ସହ ବିକାଶ କାମରେ ବାଧା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri