ନିଶାସକ୍ତ ସହକାରୀ ଶିକ୍ଷକ ନିଲମ୍ବିତ

ଫିରିଙ୍ଗିଆ, ୫ା୨-ମଦ୍ୟପାନ କରି ବିଦ୍ୟାଳୟକୁ ଯିବା କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ଅଞ୍ଚଳର ଜଣେ ସହକାରୀ ଶିକ୍ଷକଙ୍କୁ ମହଙ୍ଗା ପଡ଼ିଛି। ତାଙ୍କ ବିରୋଧରେ ଆସିଥିବା ଅଭିଯୋଗର ବଳିଷ୍ଠ ପ୍ରମାଣକୁ ଭିତ୍ତିକରି ବ୍ଲକ ଶିକ୍ଷାଧିକାରୀ (ବିଇଓ) ନିଲମ୍ବିତ କରିଛନ୍ତି। ନିଲମ୍ବିତ ଶିକ୍ଷକ ହେଲେ ଶେଷଦେବ ବେହେରା ା ସଲଗୁଡା ପଞ୍ଚାୟତ ନେଡ଼ିପଦର ପ୍ରୋଜେକ୍ଟ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସେ ଅବସ୍ଥାପିତ ଥିଲେ। ପ୍ରତିଦିନ ମଦ୍ୟପାନ କରି ବିଦ୍ୟାଳୟକୁ ଆସୁଥିବା ଓ ପିଲାଙ୍କୁ ପାଠ ନ ପଢ଼ାଇବା ନେଇ ତାଙ୍କ ନାମରେ ଅଭିଯୋଗ ରହିଥିଲା ା ସୋମବାର ମଧ୍ୟ ସହକାରୀ ଶିକ୍ଷକ ଜଣକ ନିଶାସକ୍ତ ହୋଇ ବିଦ୍ୟାଳୟରେ ହୋହଲ୍ଲା କରୁଥିଲେ ା କେହି ଜଣେ ତାଙ୍କର ଏଭଳି କାରନାମାର ଭିଡିଓ ଜିଲା ଶିକ୍ଷାଧିକାରୀ (ଡିଇଓ)ଙ୍କ ପାଖକୁ ପଠାଇଥିଲେ ା ଡିଇଓ ବିକାଶ ଚନ୍ଦ୍ର ପ୍ରଧାନ ତୁରନ୍ତ ଏହାର ତଦନ୍ତ କରିବାକୁ ବିଇଓ ବିନୋଦ ବିହାରୀ ଦିଗାଲଙ୍କୁ କହିଥିଲେ ା ବିଇଓ ଦିଗାଲ ସିଆରସିସି କୈଳାସ ଚନ୍ଦ୍ର କହଁରଙ୍କୁ ମଙ୍ଗଳବାର ଉକ୍ତ ବିଦ୍ୟାଳୟକୁ ପଠାଇଥିଲେ। ସିଆରସିସି କହଁର ତଦନ୍ତ ପାଇଁ ଯାଇଥିବା ବେଳେ ଶେଷଦେବ ମଦ୍ୟପାନ କରି ବସିଥିବା ଜାଣିବାକୁ ପାଇଥିଲେ ା ଏ ସମ୍ପର୍କରେ ପଚାରିବାରୁ ସେ ଦୁର୍ବ୍ୟବହାର ପ୍ରଦର୍ଶନ କରିଥିଲେ। ଏଥିପାଇଁ ତାଙ୍କୁ ନିଲମ୍ବନ କରାଯାଇଥିବା ବିଇଓ ଦିଗାଲ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri