ନିଶାସକ୍ତ ସହକାରୀ ଶିକ୍ଷକ ନିଲମ୍ବିତ

ଫିରିଙ୍ଗିଆ, ୫ା୨-ମଦ୍ୟପାନ କରି ବିଦ୍ୟାଳୟକୁ ଯିବା କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ଅଞ୍ଚଳର ଜଣେ ସହକାରୀ ଶିକ୍ଷକଙ୍କୁ ମହଙ୍ଗା ପଡ଼ିଛି। ତାଙ୍କ ବିରୋଧରେ ଆସିଥିବା ଅଭିଯୋଗର ବଳିଷ୍ଠ ପ୍ରମାଣକୁ ଭିତ୍ତିକରି ବ୍ଲକ ଶିକ୍ଷାଧିକାରୀ (ବିଇଓ) ନିଲମ୍ବିତ କରିଛନ୍ତି। ନିଲମ୍ବିତ ଶିକ୍ଷକ ହେଲେ ଶେଷଦେବ ବେହେରା ା ସଲଗୁଡା ପଞ୍ଚାୟତ ନେଡ଼ିପଦର ପ୍ରୋଜେକ୍ଟ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସେ ଅବସ୍ଥାପିତ ଥିଲେ। ପ୍ରତିଦିନ ମଦ୍ୟପାନ କରି ବିଦ୍ୟାଳୟକୁ ଆସୁଥିବା ଓ ପିଲାଙ୍କୁ ପାଠ ନ ପଢ଼ାଇବା ନେଇ ତାଙ୍କ ନାମରେ ଅଭିଯୋଗ ରହିଥିଲା ା ସୋମବାର ମଧ୍ୟ ସହକାରୀ ଶିକ୍ଷକ ଜଣକ ନିଶାସକ୍ତ ହୋଇ ବିଦ୍ୟାଳୟରେ ହୋହଲ୍ଲା କରୁଥିଲେ ା କେହି ଜଣେ ତାଙ୍କର ଏଭଳି କାରନାମାର ଭିଡିଓ ଜିଲା ଶିକ୍ଷାଧିକାରୀ (ଡିଇଓ)ଙ୍କ ପାଖକୁ ପଠାଇଥିଲେ ା ଡିଇଓ ବିକାଶ ଚନ୍ଦ୍ର ପ୍ରଧାନ ତୁରନ୍ତ ଏହାର ତଦନ୍ତ କରିବାକୁ ବିଇଓ ବିନୋଦ ବିହାରୀ ଦିଗାଲଙ୍କୁ କହିଥିଲେ ା ବିଇଓ ଦିଗାଲ ସିଆରସିସି କୈଳାସ ଚନ୍ଦ୍ର କହଁରଙ୍କୁ ମଙ୍ଗଳବାର ଉକ୍ତ ବିଦ୍ୟାଳୟକୁ ପଠାଇଥିଲେ। ସିଆରସିସି କହଁର ତଦନ୍ତ ପାଇଁ ଯାଇଥିବା ବେଳେ ଶେଷଦେବ ମଦ୍ୟପାନ କରି ବସିଥିବା ଜାଣିବାକୁ ପାଇଥିଲେ ା ଏ ସମ୍ପର୍କରେ ପଚାରିବାରୁ ସେ ଦୁର୍ବ୍ୟବହାର ପ୍ରଦର୍ଶନ କରିଥିଲେ। ଏଥିପାଇଁ ତାଙ୍କୁ ନିଲମ୍ବନ କରାଯାଇଥିବା ବିଇଓ ଦିଗାଲ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

ଚାପ ଖେଳିବେ ମହାପ୍ରଭୁ, ଚନ୍ଦନଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଆରମ୍ଭ

ପୁରୀ,୨୩।୪: ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା। ଅକ୍ଷୟ ତୃତୀୟାରେ ଆରମ୍ଭ ହେବାକୁ ଥିବା ଏହି ଯାତ୍ରାରେ ୨୧ ଦିନବ୍ୟାପୀ ନରେନ୍ଦ୍ର...

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ...

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri